Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଅଲମୋତ ସ୍ୱରର ଗୋଟିଏ ଗୀତ।
46 ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ।
ଆମ୍ଭେ ବିପଦ ସମୟରେ ତାଙ୍କର ସାହାଯ୍ୟ ପାଇପାରୁ।
2 ତେଣୁ ଯେତେବେଳେ ଭୂମି କମ୍ପିତ ହୁଏ,
ଏବଂ ପର୍ବତ ସମୁଦ୍ରରେ ପଡ଼େ ଆମ୍ଭେ ଭୟଭୀତ ହେବା ନାହିଁ।
3 ଯେତେବେଳେ ସମୁଦ୍ର ଅଶାନ୍ତ ଓ ଅନ୍ଧକାର ହୋଇଯାଏ
ଏବଂ ପର୍ବତଗୁଡ଼ିକ ଥରିଉଠେ, ତଥାପି ଆମ୍ଭେ ଭୟଭୀତ ହେବା ନାହିଁ।
4 ଏପରି ଏକ ନଦୀ ଅଛି ଯାହାର ପବିତ୍ର ଜଳଧାରା
ସର୍ବୋପରିସ୍ଥ ପରମେଶ୍ୱରଙ୍କ ନଗରୀକୁ ଆନନ୍ଦିତ କରୁଛି।
5 ପରମେଶ୍ୱର ସେହି ନଗରୀରେ ବାସ କରନ୍ତି।
ଏହା କେବେ ବି ଧ୍ୱଂସ ପାଇବ ନାହିଁ।
ପରମେଶ୍ୱର ଏପରିକି ସୂର୍ଯ୍ୟୋଦୟ ପୂର୍ବରୁ ସାହାଯ୍ୟ କରିବାକୁ ଉପସ୍ଥିତ ଥା’ନ୍ତି।
6 ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ୟମାନେ ଭୟରେ କମ୍ପି ଉଠନ୍ତି।
ସେହି ରାଜ୍ୟସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହେବ।
7 ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।
8 ସଦାପ୍ରଭୁ ସୃଷ୍ଟି କରିଥିବା ସେହି ଆଶ୍ଚର୍ଯ୍ୟଜନକ ବସ୍ତୁକୁ ଦେଖ।
ଏ ପୃଥିବୀର ବସ୍ତୁକୁ ସେ କିପରି ଧ୍ୱଂସ କରି ପାରନ୍ତି।
9 ସଦାପ୍ରଭୁ ଏ ପୃଥିବୀର ଯେକୌଣସି ସ୍ଥାନରେ ଗ୍ଭହିଁଲେ ଯୁଦ୍ଧ ବନ୍ଦ କରି ପାରିବେ।
ଯଦି ସେ ଗ୍ଭହେଁ ସୈନିକର ଧନୁକୁ ଭାଙ୍ଗି ପାରିବେ, ସେ ବର୍ଚ୍ଛାକୁ ଖଣ୍ଡ ଖଣ୍ଡ କରି ପାରିବେ, ସେ ଢାଲକୁ ପୋଡ଼ି ଦେଇ ପାରିବେ।
10 ପରମେଶ୍ୱର କହନ୍ତି, “ଯୁଦ୍ଧ ବନ୍ଦ କର, ମନେରଖ ମୁଁ ହେଉଛି ପରମେଶ୍ୱର।
ମୁଁ ରାଜ୍ୟମାନଙ୍କୁ ପରାସ୍ତ କରିଛି।
ପୃଥିବୀକୁ ମୁଁ ନିୟନ୍ତ୍ରଣ କରେ।”
11 ସେହି ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି।
ଯାକୁବର ପରମେଶ୍ୱର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରୟ ସ୍ଥଳ।
ଅବ୍ରାମଙ୍କୁ ପରମେଶ୍ୱରଙ୍କର ଡାକରା
12 ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ଦେଶ ଓ ତୁମ୍ଭର ଲୋକମାନଙ୍କୁ ପରିତ୍ୟାଗ କର। ତୁମ୍ଭର ପିତାଙ୍କ ପରିବାର ଛାଡ଼। ମୁଁ ତୁମ୍ଭକୁ ଯେଉଁ ଦେଶ ଦେଖାଇବି ସେହି ଦେଶକୁ ଯାଅ।
2 ମୁଁ ତୁମ୍ଭଠାରୁ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବି।
ମୁଁ ତୁମ୍ଭକୁ ଆଶୀର୍ବାଦ କରିବି
ଓ ତୁମ୍ଭକୁ ମହାନ କରିବି
ଏବଂ ତୁମ୍ଭେ ଆଶୀର୍ବାଦର
ସଙ୍କେତ ହେବ।
3 ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି ମୁଁ ସେମାନଙ୍କୁ ଆଶୀର୍ବାଦ କରିବି।
ଏବଂ ଯିଏ ତୁମ୍ଭକୁ ଅଭିଶାପ ଦେବ ମୁଁ ସେମାନଙ୍କୁ ଅଭିଶାପ ଦେବି।
ତୁମ୍ଭଠାରୁ ପୃଥିବୀର ସବୁବଂଶ
ଆଶୀର୍ବାଦ ପାଇବେ।”
ଅବ୍ରାମଙ୍କର କିଣାନ ଯାତ୍ରା
4 ସଦାପ୍ରଭୁଙ୍କର ବାକ୍ୟାନୁସାରେ ଅବ୍ରାମ ହାରୋଣକୁ ପରିତ୍ୟାଗ କଲେ ଏବଂ ଲୋଟ ମଧ୍ୟ ତାଙ୍କ ସଙ୍ଗରେ ଗଲେ। ହାରୋଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା। 5 ଅବ୍ରାମ ତାଙ୍କର ସ୍ତ୍ରୀ ସାରୀକୁ, ଭାତୃପୁତ୍ର ଲୋଟଙ୍କୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଏବଂ ଲବ୍ଧ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶକୁ ଯାତ୍ରା କଲେ। 6 ଅବ୍ରାମ ସେହି ଦେଶ ମଧ୍ୟଦେଇ ଗଲେ, ଶିଖିମରେ ପହଞ୍ଚିବା ପର୍ଯ୍ୟନ୍ତ, ମୋରିର ଅଲୋନବୃକ୍ଷମୂଳରେ ରହିଲେ। ସେହି ସମୟରେ କିଣାନୀୟମାନେ ସେହି ସ୍ଥାନରେ ବାସ କଲେ।
7 ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ତୁମ୍ଭ ବଂଶଧରଙ୍କୁ ଏହି ଦେଶ ଦେବି।”
ସଦାପ୍ରଭୁ ଅବ୍ରାମଙ୍କୁ ଯେଉଁ ସ୍ଥାନରେ ଦର୍ଶନ ଦେଇଥିଲେ। ଅବ୍ରାମ ସେହିଠାରେ ସଦାପ୍ରଭୁଙ୍କର ଉପାସନା ପାଇଁ ଏକ ଯଜ୍ଞବେଦି ସ୍ଥାପନ କଲେ। 8 ଏହା ପରେ ଅବ୍ରାମ ସେହି ସ୍ଥାନ ଛାଡ଼ି ବୈଥେଲ୍ର ପୂର୍ବଆଡ଼େ ପର୍ବତକୁ ଯାଇ ନିଜର ତମ୍ବୁ ସ୍ଥାପନ କଲେ। ସେଠାରେ ପଶ୍ଚିମରେ ବୈଥେଲ୍ ଓ ପୂର୍ବ ଦିଗରେ ଅୟ ନଗର ଥିଲା। ଏବଂ ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। 9 ଏହା ପରେ ଅବ୍ରାମ ଭ୍ରମଣ କରୁ କରୁ ଦକ୍ଷିଣ ଦିଗକୁ ଗଲେ।
ପରମେଶ୍ୱରଙ୍କ ଆହ୍ୱାନ ଅନୁସାରେ ଜୀବନଯାପନ କର
17 ପ୍ରଭୁ ତୁମକୁ ଆହ୍ୱାନ କଲାବେଳେ ଯେଉଁ ପ୍ରକାର ଜୀବନଯାପନ କରିବା ପାଇଁ ଗ୍ଭଳନା ଦେଉଛନ୍ତି, ପ୍ରତ୍ୟେକ ଲୋକ ସେହିଭଳି ଜୀବନଯାପନ କରିବା ଉଚିତ୍। ମୁଁ ସମସ୍ତ ମଣ୍ଡଳୀକୁ ଏହି ନିର୍ଦ୍ଦେଶ ଦିଏ। 18 ପରମେଶ୍ୱରଙ୍କ ଆହ୍ୱାନ ପାଇବା ପୂର୍ବରୁ ଯଦି କାହାର ସୁନ୍ନତ ହୋଇ ଯାଇଛି, ସେ ତାହା ପରିବର୍ତ୍ତନ କରିବା ଉଚିତ୍ ନୁହେଁ। ଯଦି ଜଣେ ଆହ୍ୱାନ ପାଇବା ବେଳେ ସୁନ୍ନତ ହୋଇ ନାହିଁ, ତା’ର ମଧ୍ୟ ସୁନ୍ନତ ହେବା ଉଚିତ୍ ନୁହେଁ। 19 ଜଣେ ସୁନ୍ନତ ହୋଇଛି ବା ନାହିଁ, ତାହା ବଡ଼ ବିଷୟ ନୁହେଁ, ମାତ୍ର ପରମେଶ୍ୱରଙ୍କର ଆତ୍ମାଙ୍କୁ ମାନିବା ବଡ଼ ବିଷୟ। 20 ପରମେଶ୍ୱର ଆହ୍ୱାନ କଲାବେଳେ ଯେ ଯେଉଁ ଅବସ୍ଥାରେ ଥିଲ, ସେ ସେଭଳି ଥାଉ। 21 ଯଦି ପରମେଶ୍ୱର ତୁମ୍ଭମାନଙ୍କୁ କ୍ରୀତଦାସ ଥିବା ଅବସ୍ଥାରେ ଡାକିଛନ୍ତି, ସେଥିପାଇଁ ଦୁଃଖ କର ନାହିଁ। କିନ୍ତୁ ଯଦି ତୁମ୍ଭେମାନେ ସ୍ୱାଧୀନ ହୋଇପାର, ତାହାହେଲେ ସେହି ସୁଯୋଗର ବ୍ୟବହାର କର। 22 କାରଣ ଯେଉଁ ଲୋକକୁ ପ୍ରଭୁ ଆହ୍ୱାନ କଲାବେଳେ କ୍ରୀତଦାସ ଥିଲା, ଏବେ ସେ ପ୍ରଭୁଙ୍କଠାରେ ସ୍ୱାଧୀନ ଲୋକ। ସେହି ପ୍ରକାର ସ୍ୱାଧୀନ ଲୋକ ଥିଲାବେଳେ ପ୍ରଭୁ ଯାହାକୁ ଆହ୍ୱାନ କଲେ, ସେ ଏବେ ପ୍ରଭୁଙ୍କର କ୍ରୀତଦାସ ଅଟେ। 23 ପରମେଶ୍ୱର ମୂଲ୍ୟ ଦେଇ ତୁମ୍ଭମାନଙ୍କୁ କିଣିଛନ୍ତି। ତେଣୁ ମନୁଷ୍ୟମାନଙ୍କ କ୍ରୀତଦାସ ହୁଅ ନାହିଁ। 24 ଅତଏବ ମଣିଷମାନଙ୍କର ଦାସ ହୁଅ ନାହିଁ। ଭାଇ ଓ ଭଉଣୀମାନେ! ଆହ୍ୱାନ ହେଲାବେଳେ ଯେ ଯେଉଁ ଅବସ୍ଥାରେ ଥିଲା, ପରମେଶ୍ୱରଙ୍କ ସହ ନୂତନ ଜୀବନ ଲାଭ କରି, ସେ ସେହିପରି କାର୍ଯ୍ୟ କରୁ।
2010 by World Bible Translation Center