Revised Common Lectionary (Semicontinuous)
111 ସଦାପ୍ରଭୁଙ୍କର ପ୍ରଶଂସା କର।
ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ
ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
2 ସଦାପ୍ରଭୁ ଆଶ୍ଚର୍ଯ୍ୟ କର୍ମମାନ କରନ୍ତି।
ଯେଉଁମାନେ ତାଙ୍କୁ ଗ୍ଭହାନ୍ତି ସେମାନେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।
3 ପରମେଶ୍ୱର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ କରନ୍ତି
ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାୟୀ।
4 ସେ ଆପଣାର ଆଶ୍ଚର୍ଯ୍ୟ କର୍ମମାନ ସବୁ ସ୍ମରଣ କରାଇଛନ୍ତି।
ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମୟ।
5 ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସେମାନଙ୍କୁ ଖାଦ୍ୟ ଦିଅନ୍ତି।
ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।
6 ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ
ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଥିଲେ।
7 ତାହାଙ୍କ ଦ୍ୱାରା ହୋଇଥିବା ଆଜ୍ଞାସବୁ ସତ୍ୟ
ଓ ତାଙ୍କର ନିୟମସବୁ ବିଶ୍ୱାସ ଯୋଗ୍ୟ।
8 ପରମେଶ୍ୱରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାୟୀ।
ତାଙ୍କର ଆଜ୍ଞା ବିଶ୍ୱସ୍ତତା ଓ ସରଳତାରେ ସାଧିତ କରାଯାଏ।
9 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ।
ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାୟୀ ହୋଇ ରହିଲା।
ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।
10 ଜ୍ଞାନ ପରମେଶ୍ୱରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ।
ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସେମାନେ ଜ୍ଞାନୀ ଅଟନ୍ତି।
ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାଯିବ।
ମୋଶାଙ୍କୁ କିଣାନ ଦେଶ ଯିବାକୁ ମନା
23 “ଏହା ପରେ ମୁଁ ସଦାପ୍ରଭୁଙ୍କୁ ଅନୁରୋଧ କଲି। 24 ‘ହେ ସଦାପ୍ରଭୁ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ। ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏମନ୍ତ ପରମେଶ୍ୱର ଆଉ କିଏ ଅଛି।’ 25 ମୁଁ ବିନତି କରୁଛି, ମୋତେ ସେପାରିକି ଯିବାକୁ ଦିଅ, ଯର୍ଦ୍ଦନର ସେପାରିସ୍ଥ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ୍ ଦେଖିବାକୁ ଦିଅ।’
26 “ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପାଇଁ ମୋ’ ଉପରେ କ୍ରୋଧ କଲେ ଓ ମୋ’ କଥା ଶୁଣିଲେ ନାହିଁ। ଆଉ ସଦାପ୍ରଭୁ ମୋତେ କହିଲେ, ‘ତୁମ୍ଭର ଯଥେଷ୍ଟ ହେଲାଣି। ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ। 27 ପିସ୍ଗାର ଶୃଙ୍ଗକୁ ଚଢ଼ିଯାଅ, ଆଉ ପଶ୍ଚିମ, ଉତ୍ତର, ଦକ୍ଷିଣ ଓ ପୂର୍ବ ଆଡ଼େ ତୁମ୍ଭ ନିଜ ଆଖିରେ ସେହି ଦେଶକୁ ଦେଖ, କାରଣ ତୁମ୍ଭେ କେବେ ଯର୍ଦ୍ଦନ ନଦୀ ପାର ହେବ ନାହିଁ। 28 କିନ୍ତୁ ଯିହୋଶୂୟଙ୍କୁ ଆଜ୍ଞା ଦିଅ, ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ। କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ। ତୁମ୍ଭେମାନେ ଯେଉଁ ଦେଶ ଦେଖିବ। ତାହା ସେ ସେମାନଙ୍କୁ ଅଧିକାର କରାଇବ।’
29 “ଏହିରୂପେ ଆମ୍ଭେମାନେ ବୈତ୍ପିୟୋର ସମ୍ମୁଖସ୍ଥିତ ଉପତ୍ୟକାରେ ବାସକଲୁ।”
6 ମୁଁ ଯିହୂଦୀମାନଙ୍କ ଲାଗି ଦୁଃଖ ପ୍ରକାଶ କରୁଛି। ପରମେଶ୍ୱର ତାହାଙ୍କର ପ୍ରତିଶ୍ରୁତି ରକ୍ଷା କଲେ ନାହିଁ ବୋଲି ନୁହେଁ, କାରଣ ଇସ୍ରାଏଲର କେବଳ ଅଳ୍ପ କିଛି ଲୋକ ହିଁ ପ୍ରକୃତରେ ପରମେଶ୍ୱରଙ୍କର ଲୋକ। 7 ଅବ୍ରାହମଙ୍କ କେବଳ ଅଳ୍ପ କିଛି ସନ୍ତାନ ହିଁ ପ୍ରକୃତରେ ପରମେଶ୍ୱରଙ୍କର ସନ୍ତାନ। ଅବ୍ରାହମଙ୍କୁ ପରମେଶ୍ୱର କହିଥିଲେ: “ଇସ୍ହାକ ଦ୍ୱାରା ତୁମ୍ଭର ବିଧି ସଙ୍ଗତ ବଂଶବୃଦ୍ଧି ହେବ।” [a] 8 ଏହାର ଅର୍ଥ ଯେ ଅବ୍ରାହମଙ୍କ ବଂଶର ସମସ୍ତେ ପରମେଶ୍ୱରଙ୍କର ପ୍ରକୃତ ସନ୍ତାନ ନୁହନ୍ତି। କେବଳ ଯେଉଁମାନେ ପରମେଶ୍ୱରଙ୍କ ପ୍ରତିଜ୍ଞା ଦ୍ୱାରା ପରମେଶ୍ୱରଙ୍କ ସନ୍ତାନ ହୋଇଥିଲେ ସେହିମାନେ ଅବ୍ରାହମଙ୍କ ପ୍ରକୃତ ସନ୍ତାନ ହେଲେ। 9 ପରମେଶ୍ୱରଙ୍କ ପ୍ରତିଜ୍ଞା ଏହିପରି ଥିଲା: “ଉଚିତ୍ ସମୟ ଉପସ୍ଥିତ ହେଲେ ମୁଁ ଫେରିବି ଓ ସାରା ପୁତ୍ର ଜନ୍ମ କରିବ।” [b]
10 କେବଳ ଏତିକି ନୁହେଁ। ଆମ୍ଭର ପୂର୍ବ ପୁରୁଷ ଇସ୍ହାକଙ୍କଠାରୁ ରିବିକା ଦୁଇଟି ସନ୍ତାନ ଲାଭ କରିଥିଲେ। 11-12 ଦୁଇଟି ପୁତ୍ର ଜନ୍ମ ହେବା ପୂର୍ବରୁ ଓ ସେମାନେ କୌଣସି ଭଲ ବା ମନ୍ଦ କାମ କରି ନଥୀବା ପୂର୍ବରୁ ପରମେଶ୍ୱର ରିବିକାକୁ କହିଥିଲେ, ବଡ଼ ପୁତ୍ରଟି ସାନଟିର ସେବା କରିବ। ପରମେଶ୍ୱରଙ୍କ ମନୋନୟନ ତାହାଙ୍କ ଯୋଜନା ଉପରେ ଆଧାରିତ ଥିଲା ଓ ଯାହା ସେ ଗ୍ଭହିଁଥିଲେ ସେହି କାରଣରୁ ହେଲା। 13 ଶାସ୍ତ୍ର କୁହେ: “ମୁଁ ଯାବକକୁ ଭଲ ପାଇଲି କିନ୍ତୁ, ଏଷୌକୁ ନୁହେଁ।” [c]
14 ତା’ହେଲେ ଏ ବିଷୟରେ ଆମ୍ଭେ କ’ଣ କହିବା? କ’ଣ ପରମେଶ୍ୱର ଅନ୍ୟାୟୀ? 15 ନା, ଆମ୍ଭେ ଏପରି କହି ପାରିବା ନାହିଁ। ପରମେଶ୍ୱର ମୋଶାଙ୍କୁ କହିଥିଲେ, “ଆମ୍ଭେ ଯାହାକୁ ଦୟା କରିବା ପାଇଁ ଇଚ୍ଛା କରିବା, ଆମ୍ଭେ ତାହା ପ୍ରତି ଦୟା ଦେଖାଇବା। ଆମ୍ଭେ ଯାହାକୁ କରୁଣା ଦେଖାଇବା ପାଇଁ ଇଚ୍ଛା କରିବା ଆମ୍ଭେ ତାହାକୁ କରୁଣା ଦେଖାଇବା।” [d] 16 ଅତଏବ, ପରମେଶ୍ୱରଙ୍କ ଦୟା ଉପରେ ଏହା ନିର୍ଭର କରେ, ଜଣେ ଲୋକର ଇଚ୍ଛା ବା ଚେଷ୍ଟା ଉପରେ ନୁହେଁ । 17 ଧର୍ମଶାସ୍ତ୍ରରେ ଯେପରି ପରମେଶ୍ୱର ଫାରୋକୁ [e] କହନ୍ତି: “ତୁମ୍ଭକୁ ଆମ୍ଭେ ଏହି ଏକ ମାତ୍ର ଉଦ୍ଧେଶ୍ୟ ପାଇଁ ତୁମ୍ଭକୁ ରାଜା କରିଛୁ, ଯଦ୍ଦ୍ୱାରା ତୁମ୍ଭ ମାଧ୍ୟମରେ ଆମ୍ଭେ ଆପଣା ଶକ୍ତି ଦେଖାଇ ପାରିବା ଓ ଅତଏବ ଆମ୍ଭ ନାମ ସମଗ୍ର ବିଶ୍ୱରେ ଘୋଷିତ ହେଉ ବୋଲି ଆମ୍ଭ ଇଚ୍ଛା।” [f] 18 ଅତଏବ ଯେଉଁମାନଙ୍କୁ ପରମେଶ୍ୱର ଦୟା ଦେଖାଇବାକୁ ଗ୍ଭହାନ୍ତି ସେମାନଙ୍କୁ ସେ ଦୟା ଦେଖାନ୍ତି ଓ ଯେଉଁମାନଙ୍କୁ ସେ କଠୋର କରିବାକୁ ଗ୍ଭହାନ୍ତି, ସେମାନଙ୍କୁ ସେ କଠୋର କରନ୍ତି।
2010 by World Bible Translation Center