Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 111

111 ସଦାପ୍ରଭୁଙ୍କର ପ୍ରଶଂସା କର।

ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ
    ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।
ସଦାପ୍ରଭୁ ଆଶ୍ଚର୍ଯ୍ୟ କର୍ମମାନ କରନ୍ତି।
    ଯେଉଁମାନେ ତାଙ୍କୁ ଗ୍ଭହାନ୍ତି ସେମାନେ ସମସ୍ତେ ଆଗ୍ରହରେ ଅପେକ୍ଷା କରନ୍ତି।
ପରମେଶ୍ୱର ବାସ୍ତବରେ ଗୌରବପୂର୍ଣ୍ଣ ଓ ଆଶ୍ଚର୍ଯ୍ୟଜନକ କାର୍ଯ୍ୟମାନ କରନ୍ତି
    ଓ ତାଙ୍କର ଉତ୍ତମତା ଅନନ୍ତକାଳସ୍ଥାୟୀ।
ସେ ଆପଣାର ଆଶ୍ଚର୍ଯ୍ୟ କର୍ମମାନ ସବୁ ସ୍ମରଣ କରାଇଛନ୍ତି।
    ସଦାପ୍ରଭୁ ହେଉଛନ୍ତି ଦୟାଳୁ ଓ କରୁଣାମୟ।
ଯେଉଁମାନେ ତାଙ୍କୁ ଭୟ କରନ୍ତି ଏବଂ ସମ୍ମାନ ଦିଅନ୍ତି ସେ ସେମାନଙ୍କୁ ଖାଦ୍ୟ ଦିଅନ୍ତି।
    ସେ ସଦାକାଳ ଆପଣା ଚୁକ୍ତି ସ୍ମରଣ କରନ୍ତି।
ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ
    ତାଙ୍କର ଶକ୍ତିର ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଥିଲେ।
ତାହାଙ୍କ ଦ୍ୱାରା ହୋଇଥିବା ଆଜ୍ଞାସବୁ ସତ୍ୟ
    ଓ ତାଙ୍କର ନିୟମସବୁ ବିଶ୍ୱାସ ଯୋଗ୍ୟ।
ପରମେଶ୍ୱରଙ୍କର ନିର୍ଦ୍ଦେଶ ଅନନ୍ତ କାଳସ୍ଥାୟୀ।
    ତାଙ୍କର ଆଜ୍ଞା ବିଶ୍ୱସ୍ତତା ଓ ସରଳତାରେ ସାଧିତ କରାଯାଏ।
ପରମେଶ୍ୱର ତାଙ୍କର ଲୋକମାନଙ୍କୁ ରକ୍ଷା କଲେ।
    ସେ ଗୋଟିଏ ଚୁକ୍ତି କଲେ ଏବଂ ଏହା ଅନନ୍ତକାଳସ୍ଥାୟୀ ହୋଇ ରହିଲା।
    ତାଙ୍କର ନାମ ପବିତ୍ର ଏବଂ ଭୟଙ୍କର।
10 ଜ୍ଞାନ ପରମେଶ୍ୱରଙ୍କ ପ୍ରତି ଭୟ ଓ ସମ୍ମାନରୁ ଆରମ୍ଭ ହୁଏ।
    ଯେଉଁମାନେ ତାଙ୍କର ଆଦେଶ ପାଳନ କରନ୍ତି, ସେମାନେ ଜ୍ଞାନୀ ଅଟନ୍ତି।
    ତାହାଙ୍କ ପ୍ରଶଂସା ସଦାକାଳ ପାଇଁ ଗାନ କରାଯିବ।

ଦ୍ୱିତୀୟ ବିବରଣ 12:28-32

28 ସାବଧାନତା ସହକାରେ ମୁଁ ଯେଉଁ ଆଜ୍ଞାମାନ ଦେଲି ତାହା ତୁମ୍ଭେମାନେ ପାଳନ କରିବ। ତହିଁରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଉତ୍ତମ ଓ ଯଥାର୍ଥ ତାହା କଲେ ତୁମ୍ଭର ଓ ତୁମ୍ଭମାନଙ୍କ ପରେ ତୁମ୍ଭ ବଂଶଧରଗଣର ଯୁଗାନୁସାରେ ମଙ୍ଗଳ ହେବ।

29 “ସଦାପ୍ରଭୁ ତୁମ୍ଭର ପରମେଶ୍ୱର ସେହି ଦେଶସବୁକୁ ଉଚ୍ଛିନ୍ନ କରିବାକୁ ଯାଉଛନ୍ତି, ଯେଉଁମାନଙ୍କର ଭୂମି ତୁମ୍ଭେ ଅଧିକାର କରିବା ପାଇଁ ଯାଉଛ। ତା’ପରେ ତୁମ୍ଭେ ସେମାନଙ୍କୁ ଅଧିକାର କରି ସେମାନଙ୍କ ଦେଶରେ ବାସ କରିବ। 30 ସେମାନଙ୍କୁ ବିନାଶ କଲାପରେ, ତୁମ୍ଭେମାନେ ବହୁତ ସାବଧାନ ହେବା ଉଚିତ୍। ଯେପରି ସେମାନଙ୍କର ଫାନ୍ଦରେ ପଡ଼ି ସେମାନଙ୍କ ଦେବଗଣଙ୍କର ପୂଜା ନ କର। ସାବଧାନ ହୁଅ ଯେ, ତୁମ୍ଭେ ସେମାନଙ୍କର ଦେବତାମାନଙ୍କୁ ଅନୁସନ୍ଧାନ କର ନାହିଁ, ପଗ୍ଭର ନାହିଁ ଯେ, ‘ସେହି ଗୋଷ୍ଠୀମାନେ କିପରି ସେମାନଙ୍କର ଦେବତାମାନଙ୍କୁ ପୂଜା କରୁଥିଲେ, ଆମ୍ଭେମାନେ ମଧ୍ୟ ସେପରି କରିବୁ?, 31 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ପାଇଁ ଏପରି କର ନାହିଁ। ତୁମ୍ଭମାନଙ୍କ ସଦାପ୍ରଭୁଙ୍କର ଉପାସନା ସେପରି କର ନାହିଁ। କାରଣ ସେ ଲୋକମାନେ ଏପରି କର୍ମମାନ କରୁଥିଲେ ଯାହାକୁ ସଦାପ୍ରଭୁ ଘୃଣା କରନ୍ତି। ସେମାନେ ଆପଣା ଦେବତାଗଣଙ୍କ ଉଦ୍ଦେଶ୍ୟରେ ଆପଣାର ସନ୍ତାନମାନଙ୍କୁ ଅଗ୍ନିରେ ଦ‌‌ଗ୍‌‌ଧ କରନ୍ତି।

32 “ମୁଁ ଯାହା ତୁମ୍ଭମାନଙ୍କୁ ଆଜ୍ଞା ଦେଉଅଛି, ତାହା ସବୁ ତୁମ୍ଭେମାନେ ପାଳନ କରିବାକୁ ମନୋଯୋଗ କରିବ। ତୁମ୍ଭେମାନେ ତାହାଠାରୁ କିଛି ଊଣା କରିବ ନାହିଁ କି ତହିଁରେ କିଛି ଅଧିକ ଯୋଗ କରିବ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:12-17

ପର୍ଗମ ମଣ୍ଡଳୀକୁ ଯୀଶୁଙ୍କର ପତ୍ର

12 “ପର୍ଗମ ମଣ୍ଡଳୀକୁ ଦୂତଙ୍କୁ ଏହା ଲେଖ:

“ଯାହାଙ୍କର ତୀ‌କ୍ଷ୍‌ଣ ଦ୍ୱିଧାରଯୁକ୍ତ ଖ‌‌ଡ଼୍‌ଗ ଅଛି, ସେ ଏହା ତୁମ୍ଭକୁ କହୁଛନ୍ତି।

13 “ମୁଁ ଜାଣେ ଯେ, ଶୟତାନର ସିଂହାସନ ଯେଉଁଠାରେ ରହିଛି, ସେହି ନଗରରେ ତୁମ୍ଭେ ବାସ କରୁଛ। ତଥାପି ତୁମ୍ଭେ ମୋ’ ପ୍ରତି ନିଷ୍ଠାବାନ ହୋଇଅଛ ଏପରିକି, ଶୟତାନ ବାସ କରୁଥିବା ସେହି ନଗରରେ ମୋର ବିଶ୍ୱସ୍ତ ସାକ୍ଷୀ ଆନ୍ତିପାଙ୍କୁ ହତ୍ୟା କରାଯିବା ସମୟରେ ମଧ୍ୟ ତୁମ୍ଭେ ମୋ’ଠାରେ ବିଶ୍ୱାସ କରୁଅଛ ବୋଲି ଅସ୍ୱୀକାର କରି ନ ଥିଲା।

14 “ତଥାପି ମୋର ତୁମ୍ଭ ବିରୁଦ୍ଧରେ କିଛି କହିବାକୁ ଅଛି: ତୁମ୍ଭ ଦଳ ଭିତରୁ କେତେକ ଲୋକ ବିଲିୟାମର ଶିକ୍ଷା ଅନୁସରଣ କରୁଛନ୍ତି। ଏହି ବିଲିୟାମ ବାଲାକ ପ୍ରତିମାକୁ ଅର୍ପିତ ହୋଇଥିବା ଖାଦ୍ୟ ଖାଇବା ପାଇଁ ଓ ଯୌନଗତ ପାପ କରି ଇସ୍ରାଏଲର ଲୋକମାନଙ୍କୁ ପାପ କରିବା ପାଇଁ ଶିଖାଇଥିଲା। 15 ସେହିପରି ତୁମ୍ଭ ଦଳର କେତେକ ଲୋକମାନେ ନୀକଲାୟତୀୟମାନଙ୍କର ଶିକ୍ଷା ଅନୁସରଣ କରୁଛନ୍ତି। 16 ତେଣୁ ତୁମ୍ଭେ ମନ ପରିବର୍ତ୍ତନ କର। ଯଦି ତୁମ୍ଭେ ମନ ପରିବର୍ତ୍ତନ କରିବ ନାହିଁ, ତେବେ ମୁଁ ତୁମ୍ଭ ପାଖକୁ ଶୀଘ୍ର ଆସିବି ଓ ମୋର ମୁଖରୁ ବାହାରୁଥିବା ଖ‌‌ଡ଼୍‌ଗରେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବି।

17 “ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

“ଯେ ବିଜୟୀ ହୁଏ, ତାହାକୁ ମୁଁ ଗୁପ୍ତ ମାନ୍ନା [a] ଦେବି। “ମୁଁ ତାହାକୁ ଗୋଟିଏ ଧଳା ପଥର ଦେବି, ଯାହା ଉପରେ ଗୋଟିଏ ନୂତନ ନାମ ଲେଖାଥିବ। ଯେଉଁ ବ୍ୟକ୍ତି ଏହି ପଥର ପାଇବ, ତାହାଛଡ଼ା କୌଣସି ଲୋକ ଏହି ନୂତନ ନାମ ବିଷୟରେ ଜାଣନ୍ତି ନାହିଁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center