Revised Common Lectionary (Semicontinuous)
147 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
କାରଣ ଆମ୍ଭର ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ଉତ୍ତମ!
ପରମେଶ୍ୱରଙ୍କୁ ପ୍ରଶଂସା କରିବା କେତେ ଉତ୍ତମ ଓ ମାନୋହର ଅଟେ।
2 ସଦାପ୍ରଭୁ ହେଉଛନ୍ତି ଜଣେ ଯିଏ ଯିରୁଶାଲମକୁ ପୁନଃନିର୍ମାଣ କରନ୍ତି।
ସେ ହିଁ ଜଣେ ଇସ୍ରାଏଲର ନିର୍ବାସିତମାନଙ୍କୁ ଏକତ୍ରିତ କରନ୍ତି।
3 ସେ ସେମାନଙ୍କର ଭଗ୍ନ ହୃଦୟକୁ ସୁସ୍ଥ କରନ୍ତି
ଓ ସେମାନଙ୍କ କ୍ଷତରେ ପଟି ବାନ୍ଧନ୍ତି।
4 ସେ ତାରାଗଣଙ୍କୁ ଗଣନା କରନ୍ତି।
ସେ ପ୍ରତ୍ୟେକଙ୍କର ଗୋଟି ଗୋଟି କରି ନାମ ଧରି ଡାକନ୍ତି।
5 ଆମ୍ଭର ପ୍ରଭୁ ଅତି ମହାନ ଏବଂ ଶକ୍ତିମାନ।
ତାଙ୍କର ବୁଝାମଣା ଅସୀମ।
6 ସଦାପ୍ରଭୁ ନମ୍ର ଲୋକମାନଙ୍କ ସପକ୍ଷରେ ଥା’ନ୍ତି।
ଏବଂ ସେ ଦୁଷ୍ଟମାନଙ୍କୁ ବିଚଳିତ କରନ୍ତି।
7 ସଦାପ୍ରଭୁଙ୍କୁ ଗୀତରେ ଧନ୍ୟବାଦ ଦିଅ।
ବୀଣାଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସା କର।
8 ପରମେଶ୍ୱର ଆକାଶକୁ ମୋଟା ମେଘମାଳାରେ ଆଚ୍ଛନ୍ନ କରନ୍ତି।
ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି।
ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
9 ପରମେଶ୍ୱର ପଶୁମାନଙ୍କୁ ଆହାର ଦିଅନ୍ତି।
ସେ ପକ୍ଷୀ ଶାବକମାନଙ୍କୁ ମଧ୍ୟ ଆହାର ଦିଅନ୍ତି, ଯାହା ପାଇଁ ସେମାନେ ଚିତ୍କାର କରନ୍ତି।
10 ଯୁଦ୍ଧ ଅଶ୍ୱର ଓ ପରାକ୍ରମୀ ସୈନ୍ୟ
ତାଙ୍କୁ ଖୁସୀ କରି ପାରନ୍ତି ନାହିଁ।
11 ଯେଉଁ ଲୋକମାନେ ତାଙ୍କୁ ଭୟ କରନ୍ତି ଓ ବିଶ୍ୱସ୍ତ ପ୍ରେମରେ ଭରସା ରଖନ୍ତି,
ସେ ସେମାନଙ୍କ ଉପରେ ସନ୍ତୁଷ୍ଟ ହୁଅନ୍ତି।
20 ପରମେଶ୍ୱର କୌଣସି ଦେଶ ପାଇଁ କେବେ ଏହିପରି କରି ନାହାନ୍ତି।
ସେ ତାଙ୍କର ନିୟମସବୁ ଅନ୍ୟ ଲୋକମାନଙ୍କୁ ଶିଖାଇ ନାହାନ୍ତି।
ସଦାପ୍ରଭୁଙ୍କର ପ୍ରଶଂସା କର।
10 ଧାର୍ମିକ ଲୋକମାନେ ଆପଣା ପଶୁର ଦରକାରକୁ ଅତି ଯତ୍ନ ସହକାରେ କରନ୍ତି, ମାତ୍ର ଦୁଷ୍ଟ ଲୋକମାନେ ନିର୍ଦ୍ଦୟ ଅଟନ୍ତି।
11 ଯେଉଁ ଲୋକ ଆପଣା ଭୂମି ଚଷେ, ସେ ଯଥେଷ୍ଟ ଆହାର ପାଇବ। ମାତ୍ର ଯେ ବୃଥା ଅଭିମାନରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
12 ଦୁଷ୍ଟ ଲୋକମାନେ କୁକର୍ମକାରୀ ଲୋକମାନଙ୍କର ଫାନ୍ଦକୁ ଆଦରି ନିଅନ୍ତି। ମାତ୍ର ଧାର୍ମିକର ମୂଳ ଫଳଦାୟକ ଅଟେ।
13 ଦୁଷ୍ଟର ଓଷ୍ଠରେ ଅଧର୍ମର ଫଳ ଥାଏ। ମାତ୍ର ଧାର୍ମିକମାନେ ଦୁଃଖରୁ ଉଦ୍ଧାର ପାଇବେ।
14 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ। ଏବଂ ସେ ହସ୍ତକୃତ କର୍ମଫଳ ତାହାକୁ ଭୋଗ କରିବାକୁ ହେବ।
15 ଅଜ୍ଞାନର ପଥ ତା’ର ନିଜ ଦୃଷ୍ଟିରେ ଯଥାର୍ଥ ମାତ୍ର ଜ୍ଞାନବାନମାନେ ପରାମର୍ଶ ଶୁଣନ୍ତି।
16 ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ; କିନ୍ତୁ ବିଜ୍ଞ ମନୁଷ୍ୟ ଅପମାନକୁ ଉପେକ୍ଷା କରେ।
17 ସତ୍ୟବାଦୀମାନେ ନ୍ୟାୟପୂର୍ଣ୍ଣ କଥା କହନ୍ତି। ମାତ୍ର ମିଥ୍ୟାସାକ୍ଷୀମାନେ ପ୍ରବଞ୍ଚନା ପ୍ରକାଶ କରନ୍ତି।
18 ଯେଉଁ ଲୋକମାନେ କୌଣସି ଚିନ୍ତା ନ କରି କହନ୍ତି, ସେମାନଙ୍କର ଶବ୍ଦଗୁଡ଼ିକ ଦ୍ୱିଶାଣିତ ଖଡ଼୍ଗ ପରି ଆଘାତ କରେ। ମାତ୍ର ଜ୍ଞାନୀ ଲୋକର କଥା ଉପଶମ ଆଣେ।
19 ମିଥ୍ୟାବାଦୀର କଥା କେବଳ ଅଳ୍ପକ୍ଷଣ ନିମନ୍ତେ ତିଷ୍ଠେ, କିନ୍ତୁ ସତ୍ୟତାପୂର୍ଣ୍ଣ ଶବ୍ଦଗୁଡ଼ିକ ଚିରଦିନ ରହେ।
20 ଅନିଷ୍ଟ ଚିନ୍ତାକାରୀର ହୃଦୟରେ ପ୍ରବଞ୍ଚନା ଥାଏ। ମାତ୍ର ଶାନ୍ତି ପରାମର୍ଶଦାତାମାନଙ୍କର ହୃଦୟ ଆନନ୍ଦପ୍ରଦ ହୁଏ।
21 ଧାର୍ମିକ ପ୍ରତି କୌଣସି ବିପର୍ଯ୍ୟୟ ଘଟିବ ନାହିଁ, ମାତ୍ର ଦୁଷ୍ଟ ଲୋକମାନଙ୍କର ବହୁତ ସମସ୍ୟା ହେବ।
2 ଶୁଣ! ମୁଁ ପାଉଲ କହୁଛି, ଯଦି ତୁମ୍ଭେମାନେ ସୁନ୍ନତ ହୋଇ ବ୍ୟବସ୍ଥା ନିକଟକୁ ଫେରି ଯିବ, ତା’ହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ପାଇଁ ଲାଭଦାୟକ ହେବେ ନାହିଁ। 3 ମୁଁ ପୁଣି ଥରେ ସମସ୍ତଙ୍କୁ ସତର୍କ କରାଇ ଦେଉଛି: ଯଦି ଜଣେ କେହି ସୁନ୍ନତକୁ ଗ୍ରହଣ କରିବ, ତା’ହେଲେ ସେ ସମ୍ପୂର୍ଣ୍ଣ ଭାବରେ ବ୍ୟବସ୍ଥା ପାଳନ କରିବାକୁ ବାଧ୍ୟ ହେବ। 4 ଯଦି ତୁମ୍ଭେମାନେ ବ୍ୟବସ୍ଥା ଅନୁସାରେ ପରମେଶ୍ୱରଙ୍କ ସହିତ ଧାର୍ମିକ ହେବାକୁ ଚେଷ୍ଟା କରୁଛ, ତା’ହେଲେ ଖ୍ରୀଷ୍ଟଙ୍କ ସହିତ ତୁମ୍ଭମାନଙ୍କ ଜୀବନ ସମାପ୍ତ ହେଲା, ଏହାର ଅର୍ଥ ତୁମ୍ଭେମାନେ ପରମେଶ୍ୱରଙ୍କ ଅନୁଗ୍ରହକୁ ଅଗ୍ରାହ୍ୟ କଲ। 5 ମୁଁ ଏହା କହେ କାରଣ ଆମେ ଆଶା କରୁ ଯେ, ବିଶ୍ୱାସ ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବୁ। 6 ଆତ୍ମାଙ୍କ ସାହାଯ୍ୟରେ ଆମେ ଏଥିପାଇଁ ଅପେକ୍ଷା କରି ରହିଛୁ। ଯଦି କେହି ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛି, ତା’ହେଲେ ସେ ସୁନ୍ନତ ହୋଇଛି ନା ନାହିଁ, ଏହା ମହତ୍ତ୍ୱପୂର୍ଣ୍ଣ ନୁହେଁ। ମହତ୍ତ୍ୱପୂର୍ଣ୍ଣ ବିଷୟ ହେଲା, ପ୍ରେମଜନକ ବିଶ୍ୱାସ, ଯାହା କାର୍ଯ୍ୟରେ ପରିପ୍ରକାଶ ହୁଏ।
7 ତୁମ୍ଭେମାନେ ପ୍ରତିଯୋଗିତାରେ ଭଲ ଭାବରେ ଦୌଡ଼ୁଥିଲ। କିଏ ତେବେ ତୁମ୍ଭମାନଙ୍କୁ ସତ୍ୟପଥ ଅନୁସରଣ କରିବାରେ ବାଧା ଦେଲା? 8 ତୁମ୍ଭକୁ ଯେଉଁ ପ୍ରକାର ପ୍ରବର୍ତ୍ତନା ଦିଆଯାଇଥାଉ ନା କାହିଁକି, ସେହି ପ୍ରବର୍ତ୍ତନା ପରମେଶ୍ୱରଙ୍କଠାରୁ ଆସି ନାହିଁ, ଯେ ତୁମ୍ଭକୁ ମନୋନୀତ କରିଥିଲେ। 9 ସାବଧାନ ରୁହ, “ଅଳ୍ପ ଟିକିଏ ଖମୀର ଜନ୍ତା ହୋଇଥିବା ସବୁ ମଇଦାକୁ ଫୁଲାଇ ଦିଏ।” [a] 10 ପ୍ରଭୁଙ୍କଠାରେ ମୋର ବିଶ୍ୱାସ ଅଛି ଯେ, ତୁମ୍ଭେମାନେ ଏହିଭଳି ଭିନ୍ନ ମତାମତକୁ ବିଶ୍ୱାସ କରିବ ନାହିଁ। ଯେଉଁ ଲୋକ ତୁମ୍ଭମାନଙ୍କୁ ବିଚଳିତ କରୁଛି, ସେ ଯିଏ ହେଉ ନା କାହିଁକି ଦଣ୍ଡ ପାଇବ।
11 ମୋ’ ଭାଇ ଓ ଭଉଣୀମାନେ! ମୁଁ ତୁମ୍ଭମାନଙ୍କୁ ଶିଖାଇ ନାହିଁ ଯେ, ଲୋକେ ସୁନ୍ନତ ହେବା ନିହାତି ଆବଶ୍ୟକ। ଯଦି ମୁଁ ଏହା ଶିଖାଇଛି, ତା’ହେଲେ ମୋତେ କାହିଁକି ତାଡ଼ନା ଆସୁଛି? ମୁଁ ଯଦି ଏହା ପ୍ରଗ୍ଭର କରିଥିଲି, ତା’ହେଲେ କ୍ରୁଶ ସମ୍ବନ୍ଧୀୟ ମୋର ଶିକ୍ଷା ଲୋକଙ୍କୁ ବ୍ୟତିବ୍ୟସ୍ତ କରି ପକାଇ ନ ଥା’ନ୍ତା। 12 ମୁଁ କାମନା କରେ ଯେ, ଯେଉଁମାନେ ତୁମ୍ଭମାନଙ୍କୁ ଉତ୍ତେଜିତ କରୁଛନ୍ତି, ସେମାନେ ନିଜର ସୁନ୍ନତ କରିବା ସହିତ ଚକ୍ଷୁକୁ ଇନ୍ଦ୍ରିୟହୀନ କରୁ ନାହାନ୍ତି କାହିଁକି?
13 ମୋ’ ଭାଇ ଓ ଭଉଣୀମାନେ! ପରମେଶ୍ୱର ତୁମ୍ଭମାନଙ୍କୁ ସ୍ୱାଧୀନ ରହିବା ପାଇଁ ବାଛିଛନ୍ତି। କିନ୍ତୁ ଏହି ସ୍ୱାଧୀନତାକୁ ତୁମ୍ଭେମାନେ ନିଜ ନିଜର ପାପମୟ ସ୍ୱଭାବର ଇଚ୍ଛା ପୂରଣ ନିମନ୍ତେ ବ୍ୟବହାର କର ନାହିଁ। ବରଂ ଏକଆରେକର ପ୍ରେମ ପୂର୍ବକ ସେବା କର। 14 ସମସ୍ତ ନିୟମ ଗୋଟିଏ ଆଦେଶର ସାର ଭାବରେ ସମାହିତ ହୋଇଛି: “ନିଜକୁ ପ୍ରେମ କଲା ପରି ଅନ୍ୟ ସମସ୍ତ ଲୋକଙ୍କୁ ପ୍ରେମ କର।” [b] 15 ଯଦି ତୁମ୍ଭେ ଏକଆରେକକୁ ଆଘାତ ପ୍ରଦାନ କରୁଥାଅ, ଓ ତଦ୍ଦ୍ୱାରା ପରସ୍ପରକୁ ଗ୍ରାସ କରି ଗ୍ଭଲ, ତା’ହେଲେ ତୁମ୍ଭେମାନେ ନିଜେ ନିଜେ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇ ଯିବ। ତେଣୁ ସାବଧାନ ରୁହ।
2010 by World Bible Translation Center