Revised Common Lectionary (Semicontinuous)
147 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
କାରଣ ଆମ୍ଭର ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ଉତ୍ତମ!
ପରମେଶ୍ୱରଙ୍କୁ ପ୍ରଶଂସା କରିବା କେତେ ଉତ୍ତମ ଓ ମାନୋହର ଅଟେ।
2 ସଦାପ୍ରଭୁ ହେଉଛନ୍ତି ଜଣେ ଯିଏ ଯିରୁଶାଲମକୁ ପୁନଃନିର୍ମାଣ କରନ୍ତି।
ସେ ହିଁ ଜଣେ ଇସ୍ରାଏଲର ନିର୍ବାସିତମାନଙ୍କୁ ଏକତ୍ରିତ କରନ୍ତି।
3 ସେ ସେମାନଙ୍କର ଭଗ୍ନ ହୃଦୟକୁ ସୁସ୍ଥ କରନ୍ତି
ଓ ସେମାନଙ୍କ କ୍ଷତରେ ପଟି ବାନ୍ଧନ୍ତି।
4 ସେ ତାରାଗଣଙ୍କୁ ଗଣନା କରନ୍ତି।
ସେ ପ୍ରତ୍ୟେକଙ୍କର ଗୋଟି ଗୋଟି କରି ନାମ ଧରି ଡାକନ୍ତି।
5 ଆମ୍ଭର ପ୍ରଭୁ ଅତି ମହାନ ଏବଂ ଶକ୍ତିମାନ।
ତାଙ୍କର ବୁଝାମଣା ଅସୀମ।
6 ସଦାପ୍ରଭୁ ନମ୍ର ଲୋକମାନଙ୍କ ସପକ୍ଷରେ ଥା’ନ୍ତି।
ଏବଂ ସେ ଦୁଷ୍ଟମାନଙ୍କୁ ବିଚଳିତ କରନ୍ତି।
7 ସଦାପ୍ରଭୁଙ୍କୁ ଗୀତରେ ଧନ୍ୟବାଦ ଦିଅ।
ବୀଣାଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସା କର।
8 ପରମେଶ୍ୱର ଆକାଶକୁ ମୋଟା ମେଘମାଳାରେ ଆଚ୍ଛନ୍ନ କରନ୍ତି।
ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି।
ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
9 ପରମେଶ୍ୱର ପଶୁମାନଙ୍କୁ ଆହାର ଦିଅନ୍ତି।
ସେ ପକ୍ଷୀ ଶାବକମାନଙ୍କୁ ମଧ୍ୟ ଆହାର ଦିଅନ୍ତି, ଯାହା ପାଇଁ ସେମାନେ ଚିତ୍କାର କରନ୍ତି।
10 ଯୁଦ୍ଧ ଅଶ୍ୱର ଓ ପରାକ୍ରମୀ ସୈନ୍ୟ
ତାଙ୍କୁ ଖୁସୀ କରି ପାରନ୍ତି ନାହିଁ।
11 ଯେଉଁ ଲୋକମାନେ ତାଙ୍କୁ ଭୟ କରନ୍ତି ଓ ବିଶ୍ୱସ୍ତ ପ୍ରେମରେ ଭରସା ରଖନ୍ତି,
ସେ ସେମାନଙ୍କ ଉପରେ ସନ୍ତୁଷ୍ଟ ହୁଅନ୍ତି।
20 ପରମେଶ୍ୱର କୌଣସି ଦେଶ ପାଇଁ କେବେ ଏହିପରି କରି ନାହାନ୍ତି।
ସେ ତାଙ୍କର ନିୟମସବୁ ଅନ୍ୟ ଲୋକମାନଙ୍କୁ ଶିଖାଇ ନାହାନ୍ତି।
ସଦାପ୍ରଭୁଙ୍କର ପ୍ରଶଂସା କର।
ନିରର୍ଥକ ମିଥ୍ୟା ଦେବତା
46 “ବେଲ୍ ଓ ନବୋ ଆମ୍ଭ ସମ୍ମୁଖରେ ଅବନତ ହେବେ।
“ସେମାନଙ୍କର ପ୍ରତିମାଗୁଡ଼ିକ ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ହୋଇଛନ୍ତି। ସେଗୁଡ଼ିକ ବୋଝପରି ତୁମ୍ଭେମାନେ ବହି ଗ୍ଭଲିଲ, ତାହା କ୍ଳାନ୍ତ ପଶୁମାନଙ୍କ ପାଇଁ କେବଳ ଭାର ହୋଇଅଛି। 2 ସେମାନେ ଅବନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି। ସେମାନେ ଭାର ରକ୍ଷା କରି ପାରିଲେ ନାହିଁ, ନିଜେ ନିଜେ ବନ୍ଦୀ ହୋଇଗଲେ।
3 “ହେ ଯାକୁବର ପରିବାର, ହେ ଇସ୍ରାଏଲର ଅବଶିଷ୍ଟାଂଶ ଆମ୍ଭ କଥା ଶୁଣ! ଆମ୍ଭେ ତୁମ୍ଭମାନଙ୍କୁ ବହନ କରି ଆସୁଅଛୁ। ତୁମ୍ଭେମାନେ ଗର୍ଭସ୍ଥ ହେବା ଦିନଠାରୁ ଆମ୍ଭଦ୍ୱାରା ବାହିତ ହୋଇଅଛ। 4 ତୁମ୍ଭର ଜନ୍ମ ସମୟରେ ଆମ୍ଭେ ବହନ କରିଥିଲୁ। ପୁଣି ବାର୍ଦ୍ଧକ୍ୟ ପର୍ଯ୍ୟନ୍ତ ତୁମ୍ଭକୁ ବହନ କରିବୁ। ପକ୍ୱକେଶ ହେବା ପର୍ଯ୍ୟନ୍ତ ଆମ୍ଭେ ବହନ କରିବୁ। କାରଣ ଆମ୍ଭେ ତୁମ୍ଭକୁ ସୃଷ୍ଟି କରିଅଛୁ। ତେଣୁ ଆମ୍ଭେ ବହନ କରିବା ଓ ତୁମ୍ଭକୁ ଉଦ୍ଧାର କରିବା।
5 “ତୁମ୍ଭେ ଆମ୍ଭକୁ କାହା ସହିତ ତୁଳନା କରି ପାରିବ କି? ନା, କାରଣ କୌଣସି ଲୋକ ଆମ୍ଭ ସହିତ ସମାନ ନୁହେଁ। ତୁମ୍ଭେ ଆମ୍ଭ ବିଷୟରେ ସମ୍ପୂର୍ଣ୍ଣ ଅଜ୍ଞ। ଆମ୍ଭ ସଦୃଶ କେହି ନାହିଁ। 6 ସେମାନେ ଥଳିରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି। ସେମାନେ ସୁନାରିକୁ ଗୋଟିଏ ଦେବତା ଗଢ଼ିବା ପାଇଁ ମୂଲ୍ୟ ଦିଅନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ। ସେମାନେ ତାକୁ ପ୍ରଣାମ କରି ପୂଜା କରନ୍ତି। 7 ସେମାନେ ତାହାକୁ ସ୍କନ୍ଧରେ ବହନ କରି ନିଅନ୍ତି। ତାକୁ ନେଇ ତା’ର ସ୍ଥାନରେ ରଖନ୍ତି। ସେ ସ୍ଥାନରେ ଛିଡ଼ା ହୁଏ ମାତ୍ର ନିଜେ ନିଜ ସ୍ଥାନରୁ ଘୁଞ୍ଚେ ନାହିଁ। ଡାକିଲେ ସେ ଉତ୍ତର ଦେବ ନାହିଁ କିମ୍ବା କାହାରିକୁ ଉଦ୍ଧାର କରିବ ନାହିଁ।
8 “ତୁମ୍ଭେମାନେ ଏହା ସ୍ମରଣ କର ଓ ଶକ୍ତିଶାଳୀ ହୁଅ। ହେ ତୁମ୍ଭେମାନେ ଯେଉଁମାନେ ଅପରାଧ କର, ଏବିଷୟରେ ଚିନ୍ତା କର। 9 ପୁରାତନ କଥାକୁ ସ୍ମରଣ କର, କାରଣ ଆମ୍ଭେ ପରମେଶ୍ୱର ଓ ଅଦ୍ୱିତୀୟ, ଆମ୍ଭ ତୁଲ୍ୟ ଅନ୍ୟ କେହି ନାହିଁ।
10 “ଶେଷରେ କ’ଣ ଘଟିବ ଆମ୍ଭେ ଆଦ୍ୟରୁ କହିଥାଉ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ୟ ସାଧିତ ହେବ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ। 11 ଆମ୍ଭେ ପୂର୍ବଦିଗସ୍ଥ ଦୂରଦେଶରୁ ଏକ ମନୁଷ୍ୟକୁ ଆହ୍ୱାନ କରୁ। ସେହି ମନୁଷ୍ୟଟି ଉତ୍କ୍ରୋଶପକ୍ଷୀ ସଦୃଶ। ଆମ୍ଭେ ଯାହା ମନ୍ତ୍ରଣା କରୁ ସେ ତାହା ହିଁ କରିବ। ଆମ୍ଭେ କଳ୍ପନା କରିଅଛୁ ଓ ଆମ୍ଭେ ତାହା ସଫଳ କରିବା।
12 “ହେ ଧର୍ମରୁ ବିରତ କଠିନ ହୃଦୟ ଲୋକେ, ଆମ୍ଭର କଥା ଶୁଣ। 13 ଆମ୍ଭେ ପରିତ୍ରାଣ ଓ ଧର୍ମ ଆଣିବୁ, ତାହା ବେଶି ଦୂର ନୁହେଁ। ଆମ୍ଭ ପରିତ୍ରାଣର ବିଳମ୍ବ ଘଟିବ ନାହିଁ; ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲ ପାଇଁ ଆମ୍ଭେ ସିୟୋନ ପ୍ରତି ପରିତ୍ରାଣ ଆଣିବା।”
ଯୀଶୁ ଗୋଟିଏ ଲୋକର ଅଚଳ ହାତଟି ସୁସ୍ଥ କଲେ(A)
9 ଯୀଶୁ ସେଠାରୁ ଯାଇ ସେମାନଙ୍କର ପ୍ରାର୍ଥନାଗୃହରେ ପ୍ରବେଶ କଲେ। 10 ସେଠାରେ ଥିବା ଗୋଟିଏ ଲୋକର ହାତ ଶୁଖି ଯାଇଥିଲା। ସେଠାରେ ଥିବା କେତେକ ଯିହୂଦୀ ଯୀଶୁଙ୍କ ଉପରେ ଦୋଷାରୋପ କରିବା ପାଇଁ ସୁଯୋଗ ଖୋଜୁଥିଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ମୋଶାଙ୍କ ନିୟମ ଅନୁସାରେ ବିଶ୍ରାମ ଦିବସରେ କାହାରିକୁ ଭଲ କରିଦେବା କ’ଣ ବିଧିସଙ୍ଗତ?”
11 ଯୀଶୁ କହିଲେ, “ମନେକର ତୁମ୍ଭର କାହାରି ଗୋଟିଏ ମେଷ ଅଛି ଓ ସେହି ମେଷ ବିଶ୍ରାମ ଦିବସରେ ଖାଲ ଭିତରେ ଖସି ପଡ଼ିଲା। ତୁମ୍ଭେ କ’ଣ ତାକୁ ଖାଲରୁ ବାହାର କରି ଆଣିବ ନାହିଁ? 12 ମଣିଷତ ନିଶ୍ଚିତ ଭାବରେ ଗୋଟିଏ ମେଣ୍ଢାଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ। ତେଣୁ ମୋଶାଙ୍କ ବ୍ୟବସ୍ଥା ବିଶ୍ରାମ ଦିବସରେ ଭଲ କାମ କରିବାକୁ ଅନୁମତି ଦେଇଥାଏ।”
13 ତା’ପରେ ଯୀଶୁ ସେହି ଲୋକଟିକୁ କହିଲେ, “ତୁମ୍ଭ ହାତ ମୋତେ ଦେଖାଅ।” ଲୋକଟି ଯୀଶୁଙ୍କୁ ହାତ ଦେଖାଇବା ପାଇଁ ଆଗକୁ ବଢ଼େଇ ଦେଲା। ତା’ର ସେହି ଶୁଖି ଯାଇଥିବା ହାତଟି ସମ୍ପୂର୍ଣ୍ଣ ଭଲ ହୋଇଗଲା। ଏହି ହାତଟି ତା’ର ଅନ୍ୟ ହାତ ଭଳି ହୋଇଗଲା। 14 କିନ୍ତୁ ଫାରୂଶୀମାନେ ସେଠାରୁ ବାହାରି ଗଲେ। ଯୀଶୁଙ୍କୁ ଜୀବନରେ ମାରିଦେବା ପାଇଁ ସେମାନେ ଯୋଜନା କଲେ।
2010 by World Bible Translation Center