Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 40:21-31

21 ତୁମ୍ଭେମାନେ କ’ଣ ଜାଣି ନାହଁ।
    ତୁମ୍ଭେମାନେ କ’ଣ ଶୁଣି ନାହଁ?
    ଆଦ୍ୟକାଳରୁ ତୁମ୍ଭମାନଙ୍କୁ କ’ଣ ଜଣାଇ ଦିଆଯାଇ ନାହିଁ।
    ଏ ଜଗତରେ ସୃଷ୍ଟିକର୍ତ୍ତା କିଏ ତୁମ୍ଭେ ନିଶ୍ଚୟ ଜାଣିଛ।
22 ସଦାପ୍ରଭୁ ପ୍ରକୃତ ପରମେଶ୍ୱର।
    ସେ ଭୂମଣ୍ଡଳ ଉପରେ ଉପବିଷ୍ଟ।
ତାଙ୍କ ତୁଳନାରେ ପୃଥିବୀ ନିବାସୀ ପତଙ୍ଗ ସଦୃଶ।
    ସେ ଗ୍ଭନ୍ଦୁଆ ତୁଲ୍ୟ ଆକାଶକୁ ପ୍ରସାର କରନ୍ତି ଓ ବସତି ପାଇଁ ତମ୍ବୁ ତୁଲ୍ୟ ତାକୁ ନିସ୍ତାର କରନ୍ତି।
23 ତାଙ୍କ ସୃଷ୍ଟ ରାଜାମାନଙ୍କୁ ସେ ଗୁରୁତ୍ୱ ଦିଅନ୍ତି ନାହିଁ।
    ପୃଥିବୀରେ ତାଙ୍କ ସୂକ୍ଷ୍ମ ବିଗ୍ଭରକର୍ତ୍ତାମାନଙ୍କୁ ସେ ମୂଲ୍ୟହୀନ କରନ୍ତି।
24 ସେହି ଶାସକଗଣ ରୋପିତ ବୃକ୍ଷ ସଦୃଶ।
    ସେମାନଙ୍କର ଚେର ମାଟିକୁ ଯିବା ପୂର୍ବରୁ
ପରମେଶ୍ୱର “ଗ୍ଭରାକୁ” ଫୁଙ୍କି ଦିଅନ୍ତି।
    ସେଥିରେ ସେ ମରିଯାଇ ଶୁଷ୍କ ହୋଇଯାଏ।
    ଓ ଘୂର୍ଣ୍ଣିବାୟୁ ତାକୁ ନଡ଼ାପରି ଉଡ଼ାଇ ନିଏ।
25 ତେଣୁ ସେହି ପବିତ୍ର ସ୍ୱରୂପ କୁହନ୍ତି, “ଆମ୍ଭେ କ’ଣ କାହା ସହିତ ତୁଳନୀୟ ହୋଇ ପାରିବା?
    କାରଣ କେହି ଆମ୍ଭ ସହିତ ସମାନ ନୁହେଁ।”

26 ଆକାଶକୁ ଦେଖ!
    କିଏ ସେହି ନକ୍ଷତ୍ରମାନଙ୍କୁ ସୃଷ୍ଟି କରିଛନ୍ତି?
କିଏ ସେହି ସମସ୍ତ ନକ୍ଷତ୍ରମାନଙ୍କୁ ଆଦେଶ ଦିଅନ୍ତି
    ଓ ସେମାନଙ୍କ ନାମ ଧରି ସେମାନଙ୍କୁ ଡାକନ୍ତି?
ତାଙ୍କର ପ୍ରବଳ ଶକ୍ତି ଓ ଅମାପ ଶକ୍ତି ଯୋଗୁଁ
    ଗୋଟିଏ ମଧ୍ୟ ହଜେ ନାହିଁ।

27 ହେ ଯାକୁବ, ତୁମ୍ଭେ କାହିଁକି ଅଭିଯୋଗ କରୁଛ?
    ହେ ଇସ୍ରାଏଲ, ତୁମ୍ଭେ କାହିଁକି ଏହା ପ୍ରଗ୍ଭର କରୁଛ?
ମୋର ପଥ, “ସଦାପ୍ରଭୁଙ୍କଠାରୁ ଗୁପ୍ତ ବୋଲି
    ଓ ମୋର ବିଗ୍ଭର ପରମେଶ୍ୱରଙ୍କର ଜ୍ଞାନର ଅତୀତ ବୋଲି କହୁଅଛ।”

28 ତୁମ୍ଭେ କ’ଣ ଜାଣି ନାହଁ?
    ତୁମ୍ଭେ କ’ଣ ଶୁଣି ନାହଁ?
ସେ ସମସ୍ତ ଜଗତର ସୃଷ୍ଟିକର୍ତ୍ତା।
    ଅନାଦି ଅନନ୍ତ ପରମେଶ୍ୱର।
ସଦାପ୍ରଭୁ କ୍ଳାନ୍ତ ହୁଅନ୍ତି ନାହିଁ କି ଶ୍ରାନ୍ତ ହୁଅନ୍ତି ନାହିଁ।
    ତାଙ୍କର ବୁଦ୍ଧି ବୋଧର ଅଗମ୍ୟ।
29 ସେ ଦୁର୍ବଳକୁ ବଳ ଦିଅନ୍ତି
    ଓ ଶକ୍ତିହୀନକୁ ଶକ୍ତି ପ୍ରଦାନ କରନ୍ତି।
30 ତରୁଣମାନେ କ୍ଳାନ୍ତ ଓ ଶ୍ରାନ୍ତ ହେବେ
    ଓ ଯୁବକମାନେ ଟଳି ପଡ଼ିବେ।
31 ମାତ୍ର ଯେଉଁମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ ରଖନ୍ତି,
    ସେମାନେ ନୂତନ ବଳ ପାଆନ୍ତି।
ସେମାନେ ଚିଲ ପକ୍ଷୀ ପରି ଆକାଶରେ ଉଡ଼ନ୍ତି।
    ସେମାନେ କ୍ଳାନ୍ତ ନ ହୋଇ ସେମାନେ ଗମନ କରିବେ।

ଗୀତସଂହିତା 147:1-11

147 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
    କାରଣ ଆମ୍ଭର ପରମେଶ୍ୱରଙ୍କର ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ଉତ୍ତମ!
    ପରମେଶ୍ୱରଙ୍କୁ ପ୍ରଶଂସା କରିବା କେତେ ଉତ୍ତମ ଓ ମାନୋହର ଅଟେ।
ସଦାପ୍ରଭୁ ହେଉଛନ୍ତି ଜଣେ ଯିଏ ଯିରୁଶାଲମକୁ ପୁନଃନିର୍ମାଣ କରନ୍ତି।
    ସେ ହିଁ ଜଣେ ଇସ୍ରାଏଲର ନିର୍ବାସିତମାନଙ୍କୁ ଏକତ୍ରିତ କରନ୍ତି।
ସେ ସେମାନଙ୍କର ଭଗ୍ନ ହୃଦୟକୁ ସୁସ୍ଥ କରନ୍ତି
    ଓ ସେମାନଙ୍କ କ୍ଷତରେ ପଟି ବାନ୍ଧନ୍ତି।
ସେ ତାରାଗଣଙ୍କୁ ଗଣନା କରନ୍ତି।
    ସେ ପ୍ରତ୍ୟେକଙ୍କର ଗୋଟି ଗୋଟି କରି ନାମ ଧରି ଡାକନ୍ତି।
ଆମ୍ଭର ପ୍ରଭୁ ଅତି ମହାନ ଏବଂ ଶକ୍ତିମାନ।
    ତାଙ୍କର ବୁଝାମଣା ଅସୀମ।
ସଦାପ୍ରଭୁ ନମ୍ର ଲୋକମାନଙ୍କ ସପକ୍ଷରେ ଥା’ନ୍ତି।
    ଏବଂ ସେ ଦୁଷ୍ଟମାନଙ୍କୁ ବିଚଳିତ କରନ୍ତି।
ସଦାପ୍ରଭୁଙ୍କୁ ଗୀତରେ ଧନ୍ୟବାଦ ଦିଅ।
    ବୀଣାଯନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଶଂସା କର।
ପରମେଶ୍ୱର ଆକାଶକୁ ମୋଟା ମେଘମାଳାରେ ଆଚ୍ଛନ୍ନ କରନ୍ତି।
    ସେ ପୃଥିବୀ ନିମନ୍ତେ ବୃଷ୍ଟି ପ୍ରସ୍ତୁତ କରନ୍ତି।
    ସେ ପର୍ବତଗଣରେ ତୃଣ ଉତ୍ପାଦନ କରନ୍ତି।
ପରମେଶ୍ୱର ପଶୁମାନଙ୍କୁ ଆହାର ଦିଅନ୍ତି।
    ସେ ପକ୍ଷୀ ଶାବକମାନଙ୍କୁ ମଧ୍ୟ ଆହାର ଦିଅନ୍ତି, ଯାହା ପାଇଁ ସେମାନେ ଚିତ୍କାର କରନ୍ତି।
10 ଯୁଦ୍ଧ ଅଶ୍ୱର ଓ ପରାକ୍ରମୀ ସୈନ୍ୟ
    ତାଙ୍କୁ ଖୁସୀ କରି ପାରନ୍ତି ନାହିଁ।
11 ଯେଉଁ ଲୋକମାନେ ତାଙ୍କୁ ଭୟ କରନ୍ତି ଓ ବିଶ୍ୱସ୍ତ ପ୍ରେମରେ ଭରସା ରଖନ୍ତି,
    ସେ ସେମାନଙ୍କ ଉପରେ ସନ୍ତୁଷ୍ଟ ହୁଅନ୍ତି।

ଗୀତସଂହିତା 147:20

20 ପରମେଶ୍ୱର କୌଣସି ଦେଶ ପାଇଁ କେବେ ଏହିପରି କରି ନାହାନ୍ତି।
    ସେ ତାଙ୍କର ନିୟମସବୁ ଅନ୍ୟ ଲୋକମାନଙ୍କୁ ଶିଖାଇ ନାହାନ୍ତି।

ସଦାପ୍ରଭୁଙ୍କର ପ୍ରଶଂସା କର।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:16-23

16 ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ମୋର ଗର୍ବ କରିବା କିଛି ନାହିଁ। ଏହା ମୋହର କର୍ତ୍ତବ୍ୟ। ମୁଁ ଯଦି ସୁସମାଗ୍ଭର ପ୍ରଗ୍ଭର ନ କରିବି, ତେବେ ମୋ’ ଜୀବନ ଧିକ୍। 17 ତା’ପରେ ମଧ୍ୟ ଯଦି ମୁଁ ସ୍ୱେଚ୍ଛାରେ ସୁସମାଗ୍ଭର ପ୍ରଗ୍ଭର କରୁଛି, ତେବେ ପୁରସ୍କାର ପାଇବା ପାଇଁ ମୁଁ ଯୋଗ୍ୟ। କିନ୍ତୁ ତାହା ତ ନୁହେଁ। ସୁସମାଗ୍ଭର ପ୍ରଗ୍ଭର ପାଇଁ ମୁଁ ବାଧ୍ୟ। ପ୍ରଭୁ ମୋତେ ଯେଉଁ ଦାୟିତ୍ୱ ଦେଇଛନ୍ତି, କେବଳ ତାହା ମୁଁ ସମ୍ପାଦନ କରୁଛି। 18 ତା’ହେଲେ ମୋର ପୁରସ୍କାର କ’ଣ? ମୋର ପୁରସ୍କାର ଏହା ଯେ ସୁସମାଗ୍ଭର ପ୍ରଗ୍ଭର କଲାବେଳେ ମୁଁ ମୁକ୍ତ ଭାବରେ ସୁସମାଗ୍ଭରକୁ ଦେଇ ପାରିବି? ଏହିପରି ସୁସମାଗ୍ଭର ପ୍ରଗ୍ଭର ପାଇଁ ଯେଉଁ ପ୍ରାପ୍ୟ ମୋର ପାଇବା କଥା, ତାହା ମୁଁ ଦାବୀ କରେ ନାହିଁ।

19 ମୁଁ ସ୍ୱାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ଯଦ୍ଦ୍ୱାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି। 20 ଯିହୂଦୀ ଲୋକମାନଙ୍କୁ ଲାଭ କରିବା ଲାଗି ମୁଁ ଯିହୂଦୀ ଲୋକମାନଙ୍କ ଭଳି ହେଲି। ମୁଁ ନିଜେ ବ୍ୟବସ୍ଥାର ଅଧୀନ ନ ହେଲେ ମଧ୍ୟ ଯେପରି ବ୍ୟବସ୍ଥାଧୀନ ଲୋକଙ୍କୁ ଉଦ୍ଧାର କରିବି, ତେଣୁ ମୁଁ ସେମାନଙ୍କ ନିକଟରେ ବ୍ୟବସ୍ଥାଧୀନ ଲୋକଙ୍କ ଭଳି ହେଲି। 21 ମୁଁ ପରମେଶ୍ୱରଙ୍କ ବ୍ୟବସ୍ଥାରୁ ମୁକ୍ତ ନୁହେଁ। ମାତ୍ର ମୁଁ ଖ୍ରୀଷ୍ଟଙ୍କ ବ୍ୟବସ୍ଥାର ଅଧୀନ। ତଥାପି ମୁଁ ଯେପରି ବ୍ୟବସ୍ଥା ବିହୀନ ଲୋକମାନଙ୍କୁ ଉଦ୍ଧାର କରିପାରେ, ତେଣୁ ମୁଁ ସେମାନଙ୍କ ନିକଟରେ ବ୍ୟବସ୍ଥା ବିହୀନ ଲୋକପରି ହେଲି। 22 ଯେଉଁମାନେ ଦୁର୍ବଳ ସେହି ଦୂର୍ବଳମାନଙ୍କୁ ଉଦ୍ଧାର କରିବା ପାଇଁ ମୁଁ ମଧ୍ୟ ଦୂର୍ବଳ ହେଲି। ଯେହେତୁ ଯେଉଁ ଉପାୟରେ ହେଉ ପଛେ ମୁଁ ଯେପରି ଅନେକ ଲୋକଙ୍କୁ ଉଦ୍ଧାର କରି ପାରିବି ସେଥିପାଇଁ ପ୍ରତ୍ୟେକ ପ୍ରକାରର ଲୋକମାନଙ୍କ ପାଇଁ ମୁଁ ସେହି ପ୍ରକାରର ହେଲି। 23 ଏହା ସବୁ ମୁଁ ସୁସମାଗ୍ଭର ପାଇଁ କରୁଛି, ସୁସମାଗ୍ଭର ଆଶୀର୍ବାଦରେ ମୋର ମଧ୍ୟ କିଛି ଅଂଶ ରହିବ।

ମାର୍କ ଲିଖିତ ସୁସମାଗ୍ଭର 1:29-39

ଯୀଶୁ ଅନେକଙ୍କୁ ସୁସ୍ଥ କଲେ(A)

29 ତା’ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସିଧା ଶିମୋନ ଓ ଆନ୍ଦ୍ରିୟଙ୍କ ଘରକୁ ଗଲେ। 30 ଶିମୋନଙ୍କ ଶାଶୁ ଜ୍ୱରରେ ପୀଡ଼ିତ ହୋଇ ବିଛଣାରେ ପଡ଼ି ଥିଲେ। ତେଣୁ ସେଠାରେ ଥିବା ଲୋକମାନେ ଯୀଶୁଙ୍କୁ ତାହାଙ୍କ ବିଷୟରେ କହିଲେ। 31 ଯୀଶୁ ତାହାଙ୍କ ବିଛଣା ନିକଟକୁ ଗଲେ। ଯୀଶୁ ତାହାଙ୍କ ହାତ ଧରି ତାହାଙ୍କୁ ଠିଆ ହେବାରେ ସାହାଯ୍ୟ କଲେ। ତାହାଙ୍କର ଜ୍ୱର ଛାଡ଼ିଗଲା ଓ ସେ ସୁସ୍ଥ ହୋଇଗଲେ। ତା’ପରେ ସେ ସେମାନଙ୍କର ପରିଚର୍ଯ୍ୟା କରିବାକୁ ଲାଗିଲେ।

32 ସୂର୍ଯ୍ୟ ବୁଡ଼ି ଯିବା ପରେ, ସେହି ରାତିରେ ଲୋକମାନେ ଅନେକ ଅସୁସ୍ଥ ଲୋକଙ୍କୁ ଯୀଶୁଙ୍କ ପାଖକୁ ନେଇ ଆସିଲେ। ଯେଉଁ ଲୋକମାନଙ୍କ ଦେହ ଭିତରେ ଦୁଷ୍ଟାତ୍ମା ପ୍ରବେଶ କରି ରହିଥିଲା, ସେମାନଙ୍କୁ ମଧ୍ୟ ଲୋକମାନେ ଯୀଶୁଙ୍କ ପାଖକୁ ଆଣିଲେ। 33 ସହରର ସବୁ ଲୋକେ ସେହି ଘରର ଦୁଆରରେ ଜମା ହୋଇଗଲେ। 34 ବିଭିନ୍ନ ପ୍ରକାର ରୋଗରେ ପୀଡ଼ିତ ଅନେକ ଲୋକଙ୍କୁ ଯୀଶୁ ସୁସ୍ଥ କରିଦେଲେ। ସେ ମଧ୍ୟ ଲୋକଙ୍କ ଦେହରୁ ଅନେକ ଭୂତାତ୍ମା ବାହାରି ଗ୍ଭଲି ଯିବାକୁ ବାଧ୍ୟ କଲେ, କିନ୍ତୁ ସେ କିଏ ବୋଲି ଭୂତମାନେ ଜାଣି ଥିବାରୁ ସେ ସେମାନଙ୍କୁ ପଦେ ହେଲେ କହିବାକୁ ସୁଯୋଗ ଦେଲେ ନାହିଁ।

ଲୋକଙ୍କୁ ସୁସମାଗ୍ଭର ପ୍ରଗ୍ଭର କରିବାକୁ ଯୀଶୁଙ୍କ ପ୍ରସ୍ତୁତି(B)

35 ତା’ ପରଦିନ ସକାଳେ ଯୀଶୁ ଖୁବ୍ ଶୀଘ୍ର ଉଠି ପଡ଼ିଲେ। ଅନ୍ଧାର ଥାଉ ଥାଉ ସେ ଘର ଛାଡ଼ି ଗୋଟିଏ ନିଛାଟିଆ ଜାଗାକୁ ଗ୍ଭଲିଗଲେ। ସେଠାରେ ସେ ପ୍ରାର୍ଥନା କଲେ। 36 ପରେ ଶିମୋନ ଓ ତାହାଙ୍କ ସାଥୀମାନେ ଯୀଶୁଙ୍କୁ ଖୋଜିବାକୁ ଗଲେ। 37 ସେମାନେ ଯୀଶୁଙ୍କୁ ପାଇଲେ ଓ ତାହାଙ୍କୁ କହିଲେ, “ଲୋକେ ତୁମ୍ଭକୁ ଖୋଜୁଛନ୍ତି।”

38 ଏହା ଶୁଣି ଯୀଶୁ କହିଲେ, “ଆମ୍ଭେମାନେ ଅନ୍ୟ ନିକଟବର୍ତ୍ତୀ ନଗରକୁ ଯିବା ଉଚିତ୍, ଯେପରି ମୁଁ ସେଠାରେ ସେମାନଙ୍କୁ ମଧ୍ୟ ଉପଦେଶ ଦେଇ ପାରିବି ମୁଁ କେବଳ ଏଥିପାଇଁ ଆସିଛି।” 39 ଏହିଭଳି ଭାବରେ ସେ ସମାଜଗୃହମାନଙ୍କରେ ଉପଦେଶ ଦେଇ ଓ ଲୋକଙ୍କଠାରୁ ଭୂତମାନଙ୍କୁ ତଡ଼ି ଗାଲିଲୀ ସାରା ବୁଲିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center