Revised Common Lectionary (Semicontinuous)
ଦାଉଦଙ୍କର ଗୀତ।
41 ଯେଉଁ ବ୍ୟକ୍ତି ଗରିବ ଲୋକମାନଙ୍କୁ ସାହାଯ୍ୟ କରେ, ସେ ଅନେକ ଆଶୀର୍ବାଦ ପାଇବାକୁ ସକ୍ଷମ ହୁଏ।
ଯେତେବେଳେ ବିପଦ ଆସେ ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି।
2 ସଦାପ୍ରଭୁ ସେହି ଲୋକକୁ ରକ୍ଷା କରନ୍ତି ଓ ତା’ର ଜୀବନ ବଞ୍ଚାନ୍ତି।
ସେହି ବ୍ୟକ୍ତି ପୃଥିବୀରେ ଆଶୀର୍ବାଦ ପାଏ।
ପରମେଶ୍ୱର ତା’ର ଶତ୍ରୁମାନଙ୍କ ଦ୍ୱାରା ତାକୁ ଧ୍ୱଂସ ହେବାକୁ ଦେବେ ନାହିଁ।
3 ସେହି ବ୍ୟକ୍ତିଟି ଯେତେବେଳେ ଅସୁସ୍ଥ ହୋଇ ଖଟରେ ପଡ଼ିରହେ, ସଦାପ୍ରଭୁ ତାକୁ ବଳ ପ୍ରଦାନ କରନ୍ତି।
ସେହି ବ୍ୟକ୍ତି ଅସୁସ୍ଥ ହୋଇ ବିଛଣାରେ ପଡ଼ିଲେ, ସଦାପ୍ରଭୁ ତାକୁ ନିଶ୍ଚୟ ଆରୋଗ୍ୟ କରନ୍ତି।
4 ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଛି, ତେଣୁ ମୋତେ କ୍ଷମା ଦିଅ!ମୋ’ ପ୍ରାଣକୁ ସୁସ୍ଥ କର।”
5 ମୋର ଶତ୍ରୁମାନେ ମୋ’ ବିଷୟରେ ଖରାପ କଥା କହନ୍ତି।
ସେମାନେ କୁହନ୍ତି, “ସେ କେବେ ମରିବ ଓ ତାହାର ନାମ ସମ୍ପୂର୍ଣ୍ଣ ରୂପେ ଲୋପ ପାଇବ।”
6 ଲୋକମାନେ ମୋ’ ନିକଟକୁ ଦେଖା କରିବାକୁ ଆସନ୍ତି, କିନ୍ତୁ ସେମାନେ କିଛି କହନ୍ତି ନାହିଁ।
ସେମାନେ କ’ଣ ସବୁ ପ୍ରକୃତରେ ଭାବନ୍ତି।
ସେମାନେ ମୋ’ ନିକଟକୁ କିଛି ଖବର ଆଶାରେ ଆସନ୍ତି,
ତା’ପରେ ସେମାନେ ଏଠାରୁ ଗ୍ଭଲିଯାଇ ନାନା ଗୁଜବ ପ୍ରଗ୍ଭର କରନ୍ତି।
7 ମୋର ଶତ୍ରୁମାନେ ଫୁସ୍ ଫୁସ୍ କରି ମୋ’ ବିଷୟରେ କଥା ହୁଅନ୍ତି।
ସେମାନେ ମୋ’ ବିରୁଦ୍ଧରେ ଅନିଷ୍ଟ କଳ୍ପନା କରନ୍ତି।
8 ସେମାନେ କହନ୍ତି, “ସେ ବୋଧହୁଏ କିଛି ଖରାପ କାର୍ଯ୍ୟ କରିଛି
ଓ ସେଥିପାଇଁ ବେମାର ଅଛି।
ସେ ଆଉ ଭଲ ହେବ ନାହିଁ।”
9 ମୋର ଅନ୍ତରଙ୍ଗ ବନ୍ଧୁ ମୋ’ ସହିତ ଭୋଜନ କଲେ ଏବଂ ମୁଁ ତାଙ୍କୁ ବିଶ୍ୱାସ କଲି।
କିନ୍ତୁ ଦେଖ, ସେ ଆଜି ମୋ’ ବିରୁଦ୍ଧରେ ଯାଉଛନ୍ତି।
10 ତେଣୁ ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର।
ମୋତେ ସୁସ୍ଥ ହେବାକୁ ଦିଅ, ତହିଁରେ ମୁଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବି।
11 ହେ ସଦାପ୍ରଭୁ ମୋର ଶତ୍ରୁମାନଙ୍କୁ ମୋତେ ଆଘାତ କରିବାକୁ ସୁଯୋଗ ଦିଅ ନାହିଁ।
ତାହାହେଲେ ମୁଁ ଜାଣିବି ଯେ ତୁମ୍ଭେ ମୋ’ ପ୍ରତି ସନ୍ତୁଷ୍ଟ ଅଛ।
12 ମୁଁ ନିରପରାଧ ଥିଲି।
ତୁମ୍ଭେ ମୋତେ ସାହାଯ୍ୟ କରିଲ।
ତୁମ୍ଭେ ମୋତେ ଛିଡ଼ା ହେବାକୁ ସୁଯୋଗ ଦେଇ ତୁମ୍ଭର ଚିରଦିନ ସେବା କରିବାକୁ ସୁଯୋଗ ଦେଲ।
13 ହେ ସଦାପ୍ରଭୁ, ତୁମ୍ଭେ ଇସ୍ରାଏଲର ପରମେଶ୍ୱର।
ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ, ତୁମ୍ଭେ ଧନ୍ୟ।
ଆମେନ୍, ଆମେନ୍।
ହିଜକିୟଙ୍କର ପୀଡ଼ିତାବସ୍ଥା
38 ସେହି ସମୟରେ ହିଜକିୟ ସାଂଘାତିକ ରୋଗରେ ପୀଡ଼ିତ ହେଲେ। ତେଣୁ ଆମୋସଙ୍କ ପୁତ୍ର ଭବିଷ୍ୟଦ୍ବକ୍ତା ଯିଶାଇୟ ତାଙ୍କ ନିକଟକୁ ଆସି କହିଲେ,“ସଦାପ୍ରଭୁ ମୋତେ ଏହିକଥା କହିଛନ୍ତି, ‘ତୁମ୍ଭେ କେବେ ଆରୋଗ୍ୟ ହେବ ନାହିଁ, ତୁମ୍ଭେ ନିଶ୍ଚୟ ମରିବ। ତେଣୁ ତୁମ୍ଭେ ତୁମ୍ଭର ଗୃହକୁ ସଜାଡ଼।’”
2 ଏଥିରେ ହିଜକିୟ ମନ୍ଦିର ଆଡ଼େ ମୁହଁ ଫେରାଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କରି କହିଲା, 3 “ହେ ସଦାପ୍ରଭୁ, ମୁଁ ବିନୟ କରି କହୁଅଛି, ମୁଁ ବିଶ୍ୱସ୍ତ ଭାବରେ ସର୍ବାନ୍ତଃକରଣରେ ତୁମ୍ଭର ଉପାସନା କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ତାହା ତୁମ୍ଭେ ସ୍ମରଣ କର।” ଏହା କହି ହିଜକିୟ ଅତିଶୟ ରୋଦନ କଲା।
4 ସେତେବେଳେ ଯିଶାଇୟ ଏହି ବାର୍ତ୍ତା ସଦାପ୍ରଭୁଙ୍କଠାରୁ ଲାଭ କଲେ। 5 “ତୁମ୍ଭେ ହିଜକିୟ ନିକଟକୁ ଯାଅ ଓ ଏହିକଥା କୁହ, ତୁମ୍ଭ ପୂର୍ବପୁରୁଷ ଦାଉଦଙ୍କ ପରମେଶ୍ୱର ସଦାପ୍ରଭୁ ଏହିକଥା କୁହନ୍ତି, ‘ଆମ୍ଭେ ତୁମ୍ଭର ପ୍ରାର୍ଥନା ଶୁଣିଅଛୁ ଓ ତୁମ୍ଭର ଲୋତକ ଦେଖିଅଛୁ। ଆମ୍ଭେ ତୁମ୍ଭର ଆୟୁ ପନ୍ଦରବର୍ଷ ବଢ଼ାଇବା।’ 6 ମୁଁ ତୁମ୍ଭକୁ ଓ ତୁମ୍ଭର ନଗରକୁ ଅଶୂରୀୟ ରାଜା ହସ୍ତରୁ ରକ୍ଷା କରିବି ଓ ଏହି ନଗରର ସପକ୍ଷ ନେବି।’”
7 ସଦାପ୍ରଭୁ ତାଙ୍କର ବାକ୍ୟ ସଫଳ କରିବେ ତୁମ୍ଭକୁ ତାଙ୍କଠାରୁ ଏହି ଚିହ୍ନ ହେବ। 8 “ଦେଖ, ମୁଁ ଆହସର ସୂର୍ଯ୍ୟ ଘଟିକାରେ ସୂର୍ଯ୍ୟର ଛାୟା ଯେତେ ଆଗକୁ ଯାଇଅଛି, ତାହାକୁ ଦିଗପାହୁଣ୍ଡ ପଛକୁ ଫେରାଇ ଆଣିବି।”
7 ଅତଏବ ପ୍ରତ୍ୟେକ ଯାତନାକୁ ପିତାଙ୍କର ଦଣ୍ଡ ବୋଲି ଭାବି ଗ୍ରହଣ କର। ଜଣେ ପିତା ତା’ର ପୁତ୍ର ପ୍ରତି ଯେଭଳି ବ୍ୟବହାର କରେ, ପରମେଶ୍ୱର ତୁମ୍ଭମାନଙ୍କ ପ୍ରତି ସେହିପରି ବ୍ୟବହାର କରନ୍ତି। 8 ପ୍ରତ୍ୟେକ ପୁତ୍ର ପିତା ଦ୍ୱାରା ଦଣ୍ଡ ପାଇ ଥାଏ। ଯଦି ତୁମ୍ଭେମାନେ କେବେ ଦଣ୍ଡ ପାଇ ନାହଁ ପ୍ରତ୍ୟେକ ପୁତ୍ର ଦଣ୍ଡ ପାଇବା ଉଚିତ୍, ତାହାହେଲେ ତୁମ୍ଭେମାନେ ଅବୈଧ ପୁତ୍ର ଅଟ ଏବଂ ପ୍ରକୃତ ପୁତ୍ର ନୁହଁ। 9 ଏହି ପୃଥିବୀରେ ଆମ୍ଭ ସମସ୍ତଙ୍କର ବାପାମାନେ ଥିଲେ ଓ ସେମାନେ ଆମ୍ଭମାନଙ୍କୁ ଦଣ୍ଡ ଦେଲେ। ତଥାପି ଆମ୍ଭେ ଆମ୍ଭ ବାପାମାନଙ୍କୁ ସମ୍ମାନ ଦେଖାଇଲୁ। ଅତଏବ ଏହା ଅଧିକ ଗୁରୁତ୍ୱପୂର୍ଣ୍ଣ ଯେ ଆମ୍ଭେ ଆମ୍ଭ ଆତ୍ମାଗୁଡ଼ିକର ପିତାଙ୍କଠାରୁ ଦଣ୍ଡ ଗ୍ରହଣ କରିବା ଉଚିତ୍। ଏପରି କଲେ ଆମ୍ଭେ ଜୀବନ ପାଇବା। 10 ଆମ୍ଭର ପୃଥିବୀର ପିତାମାନେ ଆମ୍ଭକୁ ଅଳ୍ପ ସମୟ ଧରି ଦଣ୍ଡ ଦେଲେ। ସେମାନେ ଯେପରି ଭଲ ଭାବିଲେ, ସେହିପରି ଦଣ୍ଡ ଦେଲେ। କିନ୍ତୁ ପରମେଶ୍ୱର, ତାହାଙ୍କ ନିଜଭଳି ଆମ୍ଭକୁ ପବିତ୍ର ହେବା ପାଇଁ ସାହାଯ୍ୟ କରିବା ନିମନ୍ତେ ଆମ୍ଭକୁ ଦଣ୍ଡ ଦିଅନ୍ତି। 11 ଦଣ୍ଡ ପାଇଲା ବେଳେ ଆମ୍ଭେ ଆନନ୍ଦ ଲାଭ କରୁ ନାହୁଁ। ଦଣ୍ଡ ପାଇବା କଷ୍ଟଦାୟକ ଅଟେ। କିନ୍ତୁ ପରବର୍ତ୍ତୀ କାଳରେ, ଦଣ୍ଡ ପାଇବା ଦ୍ୱାରା ଶିଖିବା ପରେ, ଆମ୍ଭେ ଶାନ୍ତି ଲାଭ କରୁ ଓ ଧାର୍ମିକ ଜୀବନ ବିତାଉ।
ଜୀବନ ପଦ୍ଧତି ବିଷୟରେ ସାବଧାନ ରୁହ
12 ତୁମ୍ଭେମାନେ ଦୁର୍ବଳ ହୋଇ ଯାଇଛ। ଅତଏବ ନିଜକୁ ପୁନର୍ବାର ଶକ୍ତିଶାଳୀ କର। 13 ଧାର୍ମିକ ହୋଇ ଜୀବନଯାପନ କର, ଯେପରି ତୁମ୍ଭମାନଙ୍କର ଦୁର୍ବଳତା ଗୁଡ଼ିକ ନଷ୍ଟ ହେବାର କାରଣ ହେବ ନାହିଁ, ଓ ତୁମ୍ଭେମାନେ ରକ୍ଷା ପାଇ ପାରିବ।
2010 by World Bible Translation Center