Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ହୋଶେୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 2:14-20

14 “ତେଣୁ ଆମ୍ଭେ ତାକୁ ପ୍ରେମବାଣୀ କହିବା। ଆମ୍ଭେ ତାକୁ ନିର୍ଜ୍ଜନ ମରୁଭୂମିକୁ ନେଇ କୋମଳ କଥା କହିବା। 15 ସେଠାରେ ଆମ୍ଭେ ତାକୁ ଦ୍ରାକ୍ଷାକ୍ଷେତ୍ର ଦେବା। ଆମ୍ଭେ ତାକୁ ଆଶାର ଦ୍ୱାର ସ୍ୱରୂପ ଆଖୋର ଉପତ୍ୟକା ଦେବା। ତା’ପରେ ସେ ମିଶର ଦେଶରୁ ଆସିଲା ସମୟ ପରି ଉତ୍ତର କରିବ।” 16 ସଦାପ୍ରଭୁ ଏହା କୁହନ୍ତି,

“ସେ ସମୟରେ ତୁମ୍ଭେ ଆମ୍ଭକୁ ‘ଆମ୍ଭ ସ୍ୱାମୀ’ ବୋଲି ଡାକିବ। ମାତ୍ର ତୁମ୍ଭେ ଆମ୍ଭକୁ ‘ଆମ୍ଭ ମୁନିବ’ ବୋଲି ଡାକିବ ନାହିଁ। 17 ଆମ୍ଭେ ତା’ର ମୁଖରୁ ବାଲ୍ ଡାକ କାଢ଼ିଦେବା। ତା’ପରେ ଲୋକେ ବା‌‌ଲ୍‌‌‌‌ର ନାମ ଆଉ ପୁନର୍ବାର ବ୍ୟବହାର କରିବେ ନାହିଁ।

18 “ସେତେବେଳେ ଆମ୍ଭେ ସ୍ଥଳଚର ପ୍ରାଣୀ, ଆକାଶର ପକ୍ଷୀ, ଓ ସରିସୃପମାନଙ୍କ ସହିତ ଗୋଟିଏ ଚୁକ୍ତି କରିବା। ଆମ୍ଭେ ଧନୁ, ଖଣ୍ତା ଓ ସମସ୍ତ ଯୁଦ୍ଧ ଅସ୍ତ୍ରଗୁଡ଼ିକୁ ଭାଙ୍ଗି ଦେବା ଏବଂ ଆମ୍ଭେ ସେମାନଙ୍କୁ ନିରାପଦରେ ଶୟନ କରିବାକୁ ଦେବା। 19 ଏବଂ ଆମ୍ଭେ ତୁମ୍ଭକୁ ସବୁଦିନ ପାଇଁ ଆମ୍ଭର ସ୍ତ୍ରୀ କରିବା। ଆମ୍ଭେ ତୁମ୍ଭକୁ ପ୍ରେମ, ସାଧୁତା, ନ୍ୟାୟ ଓ ଦୟାର ସହିତ ଆମ୍ଭର ସ୍ତ୍ରୀ କରିବା। 20 ତୁମ୍ଭକୁ ଆମ୍ଭର ବିଶ୍ୱସ୍ତ ପତ୍ନୀ କରିବା। ସେତେବେଳେ ତୁମ୍ଭେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣିବ।

ଗୀତସଂହିତା 103:1-13

ଦାଉଦଙ୍କର ଏକ ଗୀତ।

103 ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର!
    ହେ ମୋର ସବୁ ଅଙ୍ଗପ୍ରତ୍ୟଙ୍ଗ, ତାଙ୍କ ପବିତ୍ର ନାମର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କ ପ୍ରଶଂସା କର।
    ତାଙ୍କର ମଙ୍ଗଳଦାନସବୁ ପାଶୋର ନାହିଁ।
ହେ ମୋର ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି।
    ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।
ପରମେଶ୍ୱର ବିନାଶରୁ ମୋତେ ମୁକ୍ତ କରନ୍ତି।
    ସେ ମୋତେ ସ୍ନେହପୂର୍ଣ୍ଣ କରୁଣା ଏବଂ ଦୟା ଦେଖାନ୍ତି।
ପରମେଶ୍ୱର ମୋତେ ପ୍ରଚୁର ସୁଦ୍ରବ୍ୟ ଦିଅନ୍ତି।
    ସେ ମୋତେ ପୁନ୍ନରାୟ ଉତ୍କ୍ରୋଷ ପକ୍ଷୀ ପରି
    ଯୁବକ କରନ୍ତି।
ସଦାପ୍ରଭୁ ନ୍ୟାୟବାନ୍।
    ସେ ସେହି ଲୋକମାନଙ୍କୁ ନ୍ୟାୟ ପ୍ରଦାନ କରିବେ ଯେଉଁମାନଙ୍କୁ ଅନ୍ୟମାନଙ୍କ ଦ୍ୱାରା ଅନ୍ୟାୟ କରାଯାଇଛି।
ପରମେଶ୍ୱର ମୋଶାଙ୍କୁ ଆପଣା ପଥ
    ଓ ଇସ୍ରାଏଲ ସନ୍ତାନଗଣଙ୍କୁ ଆପଣା କ୍ରିୟାସବୁ ଜଣାଇଥିଲେ।
ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ,
    ସେ ଧୈର୍ଯ୍ୟଶୀଳ ଏବଂ ପ୍ରେମରେ ପରିପୂର୍ଣ୍ଣ।
ସଦାପ୍ରଭୁ ସର୍ବଦା ସମାଲୋଚନା କରିବେ ନାହିଁ,
    କିଅବା ସେ ଚିରଦିନ ପାଇଁ କ୍ରୋଧିତ ରହିବେ ନାହିଁ।
10 ଆମ୍ଭେ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ।
    କିନ୍ତୁ ସେ ଆମ୍ଭକୁ ଦଣ୍ଡ ଦେଇ ନାହାନ୍ତି, ଯାହା ଆମ୍ଭେ ପାଇବା କଥା।
11 ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ
    ସେହିପରି ତାଙ୍କର ସମ୍ମାନକାରୀଙ୍କ ପ୍ରତି ତାଙ୍କର ପ୍ରେମ ମହାନ।
12 ପୂର୍ବରୁ ପଶ୍ଚିମ ଯେତେ ଦୂର, ପରମେଶ୍ୱର ଆମ୍ଭମାନଙ୍କଠାରୁ
    ଆମ୍ଭମାନଙ୍କ ପାପ ସେତିକି ଦୂରେଇ ନେଇଛନ୍ତି।
13 ଯେପରି ଜଣେ ପିତା ତା’ର ସନ୍ତାନ ପ୍ରତି ପ୍ରେମ କରେ,
    ସଦାପ୍ରଭୁ ତାଙ୍କର ଅନୁସରଣକାରୀମାନଙ୍କ ପ୍ରତି ସେପରି ଦୟା କରନ୍ତି।

ଗୀତସଂହିତା 103:22

22 ହେ ସଦାପ୍ରଭୁଙ୍କ ହସ୍ତକୃତ ସୃଷ୍ଟିସକଳ ଓ ରାଜ୍ୟର ସର୍ବତ୍ର,
    ସମସ୍ତେ ତାଙ୍କର ପ୍ରଶଂସା କର।
ହେ ମୋର ପ୍ରାଣ, ସଦାପ୍ରଭୁଙ୍କର ପ୍ରଶଂସା କର।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:1-6

ପରମେଶ୍ୱରଙ୍କ ନୂତନ ଚୁକ୍ତିର ସେବକ

ଆମ୍ଭେ କ’ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ? ଆମ୍ଭେ କ’ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନେବା ଦରକାର କି? କେତେକ ଲୋକ ଏପରି କରନ୍ତି। ତୁମ୍ଭେମାନେ ନିଜେ ଆମ୍ଭର ପ୍ରଶଂସା ପାତ୍ର ଅଟ। ଏହା ଆମ୍ଭ ହୃଦୟରେ ଲେଖି ହୋଇ ରହିଛି। ଏହା ସମସ୍ତଙ୍କୁ ଜଣା ଓ ସମସ୍ତେ ତାହାକୁ ପଢ଼ି ପାରିବେ। ଏହା ସ୍ପଷ୍ଟ ଯେ, ତୁମ୍ଭେମାନେ ଆମ୍ଭ ମାଧ୍ୟମରେ ଖ୍ରୀଷ୍ଟଙ୍କ ପ୍ରେରିତ ଏକ ପତ୍ର ସ୍ୱରୂପ। ଏହି ଚିଠିଟି କାଳିରେ ନୁହେଁ, ମାତ୍ର ଜୀବନ୍ତ ପରମେଶ୍ୱରଙ୍କ ଆତ୍ମା ଦ୍ୱାରା ଲେଖା ଯାଇଛି। ଏହା ପ୍ରସ୍ତର ଫଳକ [a] ଉପରେ ଖୋଦିତ ନୁହେଁ ବରଂ ମନୁଷ୍ୟର ହୃଦୟରେ ଲିଖିତ।

ଯୀଶୁ ଖ୍ରୀଷ୍ଟଙ୍କ ହେତୁ ପରମେଶ୍ୱରଙ୍କଠାରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ। ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରି ପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ୟ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୋଇଛି। ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସେବକ ହେବା ପାଇଁ ଯୋଗ୍ୟ ବିବେଚିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ୟୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।

ମାର୍କ ଲିଖିତ ସୁସମାଗ୍ଭର 2:13-22

ମାଥିଉ ଯୀଶୁଙ୍କୁ ଅନୁସରଣ କଲେ(A)

13 ପୁଣି ଥରେ ଯୀଶୁ ହ୍ରଦ ପାଖଦେଇ ଗଲେ। ଅନେକ ଲୋକ ତା’ଙ୍କ ପାଖକୁ ଆସିଲେ। ଯୀଶୁ ସେମାନଙ୍କୁ ଶିକ୍ଷା ଦେଲେ। 14 ଯୀଶୁ ଯାଉଥିବା ସମୟରେ କରଆଦାୟ ସ୍ଥାନରେ ବସି ଥିବା ଆଲଫିଙ୍କ ପୁଅ ଲେବିଙ୍କୁ ଦେଖି ସେ କହିଲେ, “ମୋତେ ଅନୁସରଣ କର।” ତା’ପରେ ଲେବି ଠିଆ ହେଲେ ଓ ଯୀଶୁଙ୍କୁ ଅନୁସରଣ କଲେ।

15 ପରେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଲେବିଙ୍କ ଘରେ ଖାଉଥିବା ସମୟରେ, ସେମାନଙ୍କ ସହିତ ଅନେକ କରଆଦାୟକାରୀ ଓ ଅନ୍ୟ ଦୁଷ୍ଟ ଲୋକମାନେ ମଧ୍ୟ ଖାଉ ଥିଲେ। ଯୀଶୁଙ୍କୁ ଅନୁସରଣ କରୁଥିବା ଅନେକ ଲୋକ ମଧ୍ୟ ସେଠାରେ ଥିଲେ। 16 ଯୀଶୁଙ୍କୁ କରଆଦାୟକାରୀ ଓ ଅନ୍ୟ ଦୁଷ୍ଟ ଲୋକଙ୍କ ସହିତ ବସି ଖାଉଥିବାର ଦେଖି, ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ, ଯୀଶୁଙ୍କ ଶିଷ୍ୟମାନଙ୍କୁ ପଗ୍ଭରିଲେ, “ଯୀଶୁ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?”

17 ଯୀଶୁ ଏହା ଶୁଣି ସେମାନଙ୍କୁ କହିଲେ, “ସୁସ୍ଥ ଲୋକର ଡାକ୍ତର ଦରକାର ନାହିଁ, କେବଳ ରୋଗୀ ଲୋକଙ୍କର ଡାକ୍ତର ଦରକାର। ମୁଁ ଧାର୍ମିକମାନଙ୍କୁ ନିମନ୍ତ୍ରଣ ଦେବା ପାଇଁ ଆସି ନାହିଁ। ମୁଁ କେବଳ ପାପୀମାନଙ୍କୁ ନିମନ୍ତ୍ରଣ ଦେବା ପାଇଁ ଆସିଛି।”

ଯୀଶୁ ଅନ୍ୟ ଧର୍ମ ଗୁରୁମାନଙ୍କଠାରୁ ଭିନ୍ନ(B)

18 ଯୋହନଙ୍କ ଶିଷ୍ୟ ଓ ଫାରୂଶୀମାନେ ଉପବାସ କରୁଥିଲେ। କେତେକ ଲୋକ ଯୀଶୁଙ୍କ ପାଖକୁ ଆସି କହିଲେ, “ଯୋହନଙ୍କ ଶିଷ୍ୟମାନେ ଉପବାସ କରୁଛନ୍ତି, କିନ୍ତୁ ତୁମ୍ଭର ଶିଷ୍ୟମାନେ କାହିଁକି ଉପବାସ କରୁ ନାହାନ୍ତି?”

19 ଯୀଶୁ କହିଲେ, “ବିବାହ ଉତ୍ସବ ସମୟରେ ବର ଯାତ୍ରୀମାନେ ଦୁଃଖିତ ହୁଅନ୍ତି ନାହିଁ, କାରଣ ବର ସେମାନଙ୍କ ସାଙ୍ଗରେ ଥା’ନ୍ତି। ତେଣୁ ବର ସେଠାରେ ଥିବା ପର୍ଯ୍ୟନ୍ତ ସେମାନେ ଉପବାସ କରି ନ ପାରନ୍ତି। 20 କିନ୍ତୁ ସମୟ ଆସିବ, ବରଙ୍କୁ ସେମାନଙ୍କଠାରୁ ଦୂରେଇ ନିଆଯିବ। ସେତେବେଳେ ସେମାନେ (ବର ଯାତ୍ରୀମାନେ) ଉପବାସ କରିବେ।

21 “କେହି କେବେ ହେଲେ ପୁରୁଣା ଲୁଗାରେ ନୂଆ କନାର ତାଳି ପକାଏ ନାହିଁ। ଯଦି ସେ ତାହା କରେ, ତେବେ ନୂଆ କନାର ତାଳି ଜାକି ହୋଇ ଯିବ ଓ ତଦ୍ଦ୍ୱାରା ଟାଣି ହୋଇ ଯାଇ ପୁରୁଣା କନାର କଣା ବଡ଼ ହୋଇଯିବ। 22 ସେହିଭଳି କେହି କେବେ ହେଲେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ପାତ୍ରରେ ରଖେ ନାହିଁ। ଯଦି ତାହା କରେ ତେବେ ନୂଆ ଦ୍ରାକ୍ଷାରସ ପୁରୁଣା ଚମଡ଼ା ପାତ୍ରକୁ ଫଟାଇ ଦେବ ଓ ଚମଡ଼ା ପାତ୍ର ସହିତ ଦ୍ରାକ୍ଷାରସ ମଧ୍ୟ ନଷ୍ଟ ହୋଇଯିବ। ସେଥିପାଇଁ ନୂଆ ଦ୍ରାକ୍ଷାରସ ନୂଆ ଚମଡ଼ା ପାତ୍ରରେ ହିଁ ରଖାଯାଇଥାଏ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center