Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 45:6-17

ପରମେଶ୍ୱର, [a] ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ ବିରାଜମାନ କରିବେ।
    ତୁମ୍ଭର ଉତ୍ତମତା ତୁମ୍ଭକୁ ଶାସନ କରିବାର କ୍ଷମତା ଦିଏ।
ତୁମ୍ଭେ ଧାର୍ମିକକୁ ଭଲ ପାଅ ଓ ଦୁଷ୍ଟକୁ ଘୃଣା କର।
    ପରମେଶ୍ୱର ତୁମ୍ଭର ବନ୍ଧୁମାନଙ୍କ ମଧ୍ୟରୁ
    ତୁମ୍ଭକୁ ରାଜା ହେବାକୁ ମନୋନୀତ କଲେ।
ତୁମ୍ଭର ପୋଷାକରୁ ଉତ୍ତମ ସୁଗନ୍ଧିଯୁକ୍ତ ଅଗୁରୁ ଡା‌ଲ୍‌ଚିନି ମସଲାର ବାସନା ଭାସି ଆସୁଛି।
    ଏହି ପ୍ରାସାଦ ହାତୀ ଦାନ୍ତରେ ସୁଶୋଭିତ ଓ ସେ ଭିତରୁ ଉତ୍ତମ ସଙ୍ଗୀତ ତୁମ୍ଭର ମନୋରଞ୍ଜନ ସକାଶେ ଗୁଞ୍ଜରିତ ହେଉଛି।
ତୁମ୍ଭ ବିବାହରେ ଯୋଗ ଦେଇଥିବା ସ୍ତ୍ରୀ ଲୋକମାନେ ରାଜକୁମାରୀ ଅଟନ୍ତି।
    ରାଜକୁମାରୀମାନେ ତୁମ୍ଭର ବଧୂ, ତୁମ୍ଭର ଦକ୍ଷିଣ ପାର୍ଶ୍ୱରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ
    ଓ ପୋଷାକ ପିନ୍ଧି ଛିଡ଼ା ହୋଇଛନ୍ତି।

10 ହେ ରାଜକୁମାରୀ, ଶୁଣ।
    ଯଦି ତୁମ୍ଭେ ମନଦେଇ ଶୁଣ, ତେବେ ସବୁ ବୁଝିପାରିବ,
ଓ ତୁମ୍ଭର ପରିବାରକୁ ଭୁଲିଯାଅ।
11     ତୁମ୍ଭର ସୌନ୍ଦର୍ଯ୍ୟରେ ରାଜା ମୁ‌‌ଗ୍‌‌ଧ ହେବେ।
ସେ ତୁମ୍ଭର ନୂତନ ପତି ହେବେ,
    ତେଣୁ ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବା ଉଚିତ୍।
12 ସୋର ଦେଶର ଧନଶାଳୀ ବ୍ୟକ୍ତିମାନେ ତୁମ୍ଭକୁ ଉପହାର ଦେବାକୁ ଉପସ୍ଥିତ ହେବେ।
    ସେମାନେ ତୁମ୍ଭର ପକ୍ଷପାତ ଲୋଡ଼ିବେ।

13 ତା’ର ସମସ୍ତ ମହିମାରେ,
    ମୁକ୍ତା ସୁବର୍ଣ୍ଣରେ ଖଚିତ ହେବାପରି ରାଜକୁମାରୀ ତାଙ୍କର ବସ୍ତ୍ରରେ ଦେଖାଯା’ନ୍ତି।
14 ସୌନ୍ଦର୍ଯ୍ୟରେ ମଣ୍ଡିତ ହୋଇ ସେ ରାଜାଙ୍କ ନିକଟକୁ ଆଗେଇ ଯାଏ,
    ତା’ର ସଖିମାନେ ତା’ ପଛରେ ଅନୁସରଣ କରନ୍ତି।
15 ସେମାନେ ଆନନ୍ଦ ଉଲ୍ଲାସରେ ଆସିବେ।
    ସେମାନେ ଆନନ୍ଦ ଉଲ୍ଲାସ ମଧ୍ୟରେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ।

16 ସେମାନଙ୍କର ପୂର୍ବପୁରୁଷଗଣଙ୍କ ପରି ତୁମ୍ଭର ପୁତ୍ରଗଣ ରାଜା ହେବେ।
    ସାରା ଦେଶରେ ତୁମ୍ଭେ ସେମାନଙ୍କୁ ଶାସନ କରିବ।
17 ତୁମ୍ଭେ ପୁରୁଷାନୁକ୍ରମେ ବିଖ୍ୟାତ ହେବ।
    ଲୋକମାନେ ଅନନ୍ତକାଳାବଧି ତୁମ୍ଭକୁ ପ୍ରଶଂସା କରିବେ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 62:1-5

ନୂତନ ଯିରୁଶାଲମ-ଏକ ଧର୍ମପୂର୍ଣ୍ଣ ନଗରୀ

62 ମୁଁ ସିୟୋନକୁ ଭଲ ପାଏ,
    ଧର୍ମ ଦୀପ୍ତିର ନ୍ୟାୟ ଓ ତାହାର ପରିତ୍ରାଣ ଜ୍ୱଳନ୍ତ ପ୍ରଦୀପର ନ୍ୟାୟ
ଯିରୁଶାଲମରେ ପ୍ରକଟ ନ ହୋଇଛି,
    ସେ ପର୍ଯ୍ୟନ୍ତ ଆମ୍ଭେ ତା’ ନିମନ୍ତେ ବିଶ୍ରାମ ନେବା ନାହିଁ।
ପ୍ରଭାତରେ ଦୀପ୍ତି ଲାଭ କରିବା ପରି
    ମୁଁ ଯିରୁଶାଲମରେ ବିଜୟ ଗ୍ଭହେଁ।
ସେତେବେଳେ ଅନ୍ୟ ଦେଶୀୟମାନେ ତୁମ୍ଭର ଧର୍ମ
    ଓ ରାଜାମାନେ ତୁମ୍ଭର ମହିମା ଦେଖିବେ;
ଆଉ ତୁମ୍ଭେ ସଦାପ୍ରଭୁଙ୍କ ମୁଖରେ
    ଏକ ନୂତନ ନାମରେ ଖ୍ୟାତ ହେବ।
ଆଉ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ସୁନ୍ଦର ମୁକୁଟ ସ୍ୱରୂପ
    ଓ ତୁମ୍ଭେ ସଦାପ୍ରଭୁଙ୍କ ହସ୍ତରେ ଗୋଟିଏ ରାଜକିରୀଟ ସ୍ୱରୂପ ହେବ।
ତୁମ୍ଭର ‘ଦେଶ ପରିତ୍ୟକ୍ତା ବୋଲି’ ନାମିତ ହେବ ନାହିଁ;
    କିମ୍ବା ତୁମ୍ଭର ଦେଶକୁ କେହି ‘ଅନାଥିନୀ’ ବୋଲି ଜାଣିବେ ନାହିଁ।
ମାତ୍ର ତୁମ୍ଭର ଦେଶ ବରଂ ‘ପରମେଶ୍ୱରଙ୍କ କନ୍ୟା’ ରୂପେ ବିବେଚିତ ହେବ
    ଏବଂ ‘ମୋର ଉଲ୍ଲାସ ତାହାର ମଧ୍ୟ ହୋଇଅଛି’
    କାରଣ ସଦାପ୍ରଭୁ ତୁମ୍ଭ ଉପରେ ସନ୍ତୋଷ ଅଛନ୍ତି।
ଜଣେ ଯୁବକ ଯେପରି ଜଣେ କନ୍ୟାକୁ ପ୍ରେମ କରେ,
    ସେହିପରି ତୁମ୍ଭର ପୁତ୍ରମାନେ ତୁମ୍ଭକୁ ବିବାହ କରିବେ।
ପୁଣି ବର ଯେପରି ତା’ର କନ୍ୟାଠାରେ ଆନନ୍ଦ କରେ,
    ସେହିପରି ତୁମ୍ଭର ପରମେଶ୍ୱର ତୁମ୍ଭଠାରେ ଆନନ୍ଦ କରିବେ।

ଯୋହନ ଲିଖିତ ସୁସମାଗ୍ଭର 3:22-36

ଯୀଶୁ ଏବଂ ବାପ୍ତିଜକ ଯୋହନ

22 ଏହା ପରେ ଯୀଶୁ ଓ ତାହାଙ୍କର ଶିଷ୍ୟମାନେ ଯିହୂଦା ଅଞ୍ଚଳକୁ ଗଲେ। ସେଠାରେ ଯୀଶୁ ତାହାଙ୍କ ଶିଷ୍ୟମାନଙ୍କ ସହିତ ରହି ଲୋକଙ୍କୁ ବାପ୍ତିସ୍ମ [a] ଦେଲେ। 23 ଯୋହନ ମଧ୍ୟ ଏନୋନ ଗ୍ରାମରେ ଲୋକମାନଙ୍କୁ ବାପ୍ତିଜିତ ଦେଉଥିଲେ। ଏନୋନ ଶାଲମ ନଗର ନିକଟବର୍ତ୍ତୀ। ସେଠାରେ ପ୍ରଚୁର ଜଳ ଥିବାରୁ ଯୋହନ ସେଠାରେ ବାପ୍ତିସ୍ମ ଦେଉଥିଲେ। ଲୋକମାନେ ସେଠାକୁ ବାପ୍ତିଜିତ ହେବା ପାଇଁ ଯାଉଥିଲେ। 24 ଯୋହନ କାରାଗାରରେ ବନ୍ଦୀ ହେବା ପୂର୍ବରୁ ଏସବୁ ଘଟିଥିଲା।

25 ଯୋହନଙ୍କର କେତେକ ଶିଷ୍ୟଙ୍କର ସହିତ ଜଣେ ଯିହୂଦୀଙ୍କର ଯୁକ୍ତିତର୍କ ହେଲା। ସେମାନେ ତାହାଙ୍କ ସହିତ ଧର୍ମସଂକ୍ରାନ୍ତୀୟ ଶୁଚିକରଣ ବିଷୟରେ ତର୍କ କରୁଥିଲେ। 26 ତେଣୁ ଶିଷ୍ୟମାନେ ଆସି ଯୋହନଙ୍କୁ କହିଲେ, “ହେ ଗୁରୁ, ତୁମ୍ଭ ସହିତ ଯର୍ଦ୍ଦନ ନଦୀର ଆର ପାରିରେ ଯେଉଁ ଲୋକ ଥିଲେ, ତାହାଙ୍କୁ ମନେ ପକାଅ। ତୁମ୍ଭେ ସେହି ଲୋକ ବିଷୟରେ ଲୋକମାନଙ୍କୁ କହିଥିଲ। ସେହି ଲୋକ ବାପ୍ତିସ୍ମ ଦେଉଛନ୍ତି ଓ ଅନେକ ଲୋକ ତାହାଙ୍କ ପାଖକୁ ଯାଉଛନ୍ତି।”

27 ଯୋହନ ଉତ୍ତର ଦେଲେ, “ପରମେଶ୍ୱର ଗୋଟିଏ ଲୋକକୁ ଯାହା ଦିଅନ୍ତି, ସେ କେବଳ ସେତିକି ପାଏ। 28 ତୁମ୍ଭେମାନେ ନିଜେ ମୋର କହିବା ଶୁଣିଛ ଯେ ‘ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ୟରେ ଈଶ୍ୱର ମୋତେ ପଠାଇଛନ୍ତି।’ 29 କନ୍ୟା କେବଳ ବରର। ବରକୁ ସାହାଯ୍ୟ କରୁଥିବା ବନ୍ଧୁ ବର ଆସିବା ପର୍ଯ୍ୟନ୍ତ ଶୁଣେ ଓ ଅପେକ୍ଷା କରେ। ବରର ସ୍ୱର ଶୁଣି ସେହି ବନ୍ଧୁ ବହୁତ ଖୁସୀ ହୁଏ। ମୁଁ ଏବେ ସେହିଭଳି ଆନନ୍ଦ ପାଉଛି। ଏହା ମୋର ଆନନ୍ଦର ସମୟ। 30 ଯୀଶୁଙ୍କର ଅବଶ୍ୟ ବୃଦ୍ଧି ହେଉ। ଏବଂ ମୋର ପ୍ରୟୋଜନୀୟତା ଅବଶ୍ୟ କମି ଯାଉ।

ସ୍ୱର୍ଗରୁ ଆସିବା ଜଣେ ବ୍ୟକ୍ତି

31 “ସ୍ୱର୍ଗରୁ ଆସିଥିବା ବ୍ୟକ୍ତି ଅନ୍ୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ। ପୃଥିବୀରୁ ଆସିଥିବା ବ୍ୟକ୍ତି ପୃଥିବୀର ଅଟନ୍ତି। ସେହି ବ୍ୟକ୍ତି ପୃଥିବୀରେ ଥିବା ବସ୍ତୁ ବିଷୟରେ କହନ୍ତି। କିନ୍ତୁ ଯେଉଁ ବ୍ୟକ୍ତି ସ୍ୱର୍ଗରୁ ଆସନ୍ତି, ସେ ଅନ୍ୟ ସମସ୍ତଙ୍କଠାରୁ ଶ୍ରଷ୍ଠେ। 32 ସେ ଯାହା ଦେଖିଛନ୍ତି ଓ ଶୁଣିଛନ୍ତି ସେହି ବିଷୟରେ କହନ୍ତି। କିନ୍ତୁ ସେ କହିଥିବା କଥା ସବୁ ଲୋକେ ଗ୍ରହଣ କରନ୍ତି ନାହିଁ। 33 ସେ କହୁଥିବା କଥା ଗୁଡ଼ିକୁ ଯେଉଁ ଲୋକ ଗ୍ରହଣ କରେ, ସେ ପ୍ରମାଣ ଦିଏ ଯେ ପରମେଶ୍ୱର ଯାହା କହନ୍ତି ତାହା ସତ୍ୟ। 34 ପରମେଶ୍ୱର ତାହାଙ୍କୁ ପଠାଇଛନ୍ତି। ପରମେଶ୍ୱର ଯାହା କହିଥା’ନ୍ତି, ସେ ତାହା କହନ୍ତି। ପରମେଶ୍ୱର ସମ୍ପୂର୍ଣ୍ଣଭାବେ ତାହାଙ୍କୁ ପବିତ୍ରଆତ୍ମା ପ୍ରଦାନ କରିଛନ୍ତି। 35 ପରମପିତା ପୁତ୍ରଙ୍କୁ ଭଲ ପାଆନ୍ତି। ସେ ତାହାଙ୍କୁ ସମସ୍ତ ବିଷୟର ଉପରେ କ୍ଷମତା ପ୍ରଦାନ କରିଛନ୍ତି। 36 ପୁତ୍ରଙ୍କୁ ବିଶ୍ୱାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସେହି ଲୋକମାନଙ୍କ ଉପରେ ପରମେଶ୍ୱରଙ୍କର କ୍ରୋଧ ରହିବ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center