Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 25:1-10

ଦାଉଦଙ୍କର ଗୀତ।

25 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ନିଜକୁ ସମର୍ପଣ କରୁଛି।
    ହେ ମୋର ପରମେଶ୍ୱର, ମୁଁ ତୁମ୍ଭର ଶରଣାଗତ
ଓ ମୁଁ କେବେ ନିରାଶ ହେବି ନାହିଁ।
    ମୋତେ ମୋର ଶତ୍ରୁମାନେ ଦେଖି କେବେ ହସିବେ ନାହିଁ।
ହଁ, ଯେଉଁମାନେ ତୁମ୍ଭ ନିକଟରେ ଶରଣ ନିଅନ୍ତି, ସେମାନେ ନିରାଶ ହେବେ ନାହିଁ।
    କିନ୍ତୁ ବିଶ୍ୱାସଘାତକମାନେ ନିରାଶ ହେବେ।
    ସେମାନେ କିଛି ପାଇବେ ନାହିଁ।

ହେ ସଦାପ୍ରଭୁ, ମୋତେ ତୁମ୍ଭର ପଥରେ ଗ୍ଭଲିବାକୁ ସାହାଯ୍ୟ କର।
    ତୁମ୍ଭର ମାର୍ଗରେ ଗ୍ଭଲିବାକୁ ଶିକ୍ଷା ପ୍ରଦାନ କର।
ତୁମ୍ଭର ସତ୍ୟ ମାର୍ଗରେ ଗ୍ଭଲିବାକୁ ମୋତେ କଢ଼ାଇ ନିଅ ଓ ଶିକ୍ଷା ଦିଅ।
    ତୁମ୍ଭେ ମୋର ପରିତ୍ରାଣର ପରମେଶ୍ୱର ଅଟ।
    ମୁଁ ପ୍ରତିଦିନ ତୁମ୍ଭ ଉପରେ ଭରସା ରଖେ।
ହେ ସଦାପ୍ରଭୁ, ମୋ’ ପ୍ରତି ଦୟା ଦେଖାଇବାକୁ ସ୍ମରଣ କର।
    ମୋତେ ଠିକ୍ ସେହିପରି ସ୍ନେହପୂର୍ଣ୍ଣ କରୁଣା ଦେଖାଅ, ଯାହାକି ତୁମ୍ଭେ ସର୍ବଦା ଦେଖାଇଅଛ।
ମୁଁ ଯୁବା ବେଳେ କରିଥିବା ପାପ ଓ ଅପରାଧକୁ ଭୁଲି ଯାଅ।
    ତୁମ୍ଭର ପବିତ୍ର ନାମର ସାର୍ଥକତା ପାଇଁ, ହେ ସଦାପ୍ରଭୁ ମୋତେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାରେ ବାନ୍ଧି ରଖ।

ସଦାପ୍ରଭୁ ହିଁ ପ୍ରକୃତରେ ମହାନ।
    ସେ ପାପୀକୁ ଉଚିତ୍ ମାର୍ଗରେ ଗ୍ଭଲିବାକୁ ନିର୍ଦ୍ଦେଶ ଦିଅନ୍ତି।
ସେ ଶୋଚନୀୟ ଲୋକକୁ ବିଗ୍ଭର ମାର୍ଗ ଦେଖାନ୍ତି
    ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଗ୍ଭଲିବାକୁ ପ୍ରେରିତ କରନ୍ତି।
10 ସଦାପ୍ରଭୁ ସେହିମାନଙ୍କ ପ୍ରତି ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି କରନ୍ତି,
    ଯେଉଁମାନେ ତାଙ୍କର ନିୟମ ଓ ପ୍ରତିଜ୍ଞା ମାନି ଚଳନ୍ତି।

ଦାନିୟେଲଙ୍କ ପୁସ୍ତକ 9:15-25

15 “ଏଣୁ ହେ ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ, ତୁମ୍ଭେ ତୁମ୍ଭର ବଳବାନ ହସ୍ତଦ୍ୱାରା ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଛ। ଏବେ ମଧ୍ୟ ତୁମ୍ଭେ ପ୍ରସିଦ୍ଧି ଲାଭ କରିଅଛ। ହେ ପ୍ରଭୁ, ଆମ୍ଭେମାନେ ପାପ କରିଅଛୁ ଓ ଆମ୍ଭେମାନେ ଦୁଷ୍କର୍ମ କରିଅଛୁ। 16 ହେ ସଦାପ୍ରଭୁ, ବିନୟ କରୁଅଛୁ, ତୁମ୍ଭର ସମସ୍ତ ଧାର୍ମିକତା ଅନୁଯାୟୀ ତୁମ୍ଭର ନଗର ଯିରୁଶାଲମ, ତୁମ୍ଭର ପବିତ୍ର ପର୍ବତ ପ୍ରତି ତୁମ୍ଭର କ୍ରୋଧ ଓ କୋପ ନିବୃତ୍ତ ହେଉ। ତୁମ୍ଭର କ୍ରୋଧ ନ୍ୟାୟୋଚିତ। ମାତ୍ର ଆମ୍ଭ ଚତୁର୍ଦ୍ଦିଗସ୍ଥ ଲୋକେ ଆମ୍ଭମାନଙ୍କୁ ନିନ୍ଦା କରୁଛନ୍ତି ଓ ଉପହାସ କରୁଛନ୍ତି। କାରଣ ଆମ୍ଭେମାନେ ଓ ଆମ୍ଭ ପୂର୍ବପୁରୁଷଗଣ ପାପ କରିଛନ୍ତି।

17 “ଏଣୁ ବର୍ତ୍ତମାନ ହେ ସଦାପ୍ରଭୁ, ତୁମ୍ଭ ଦାସର ପ୍ରାର୍ଥନା ଗ୍ରହଣ କର। ତୁମ୍ଭର ପବିତ୍ର ସ୍ଥାନକୁ କରୁଣା ସହକାରେ ଦେଖ। ତୁମ୍ଭର ନିଜର ଖ୍ୟାତି ପାଇଁ ଏହା କର। 18 ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ। ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଦୁରବସ୍ଥା ଦେଖ। ତୁମ୍ଭ ନାମରେ ଖ୍ୟାତି ଏହି ନଗର ଅବସ୍ଥା ଦେଖ। ଆମ୍ଭେମାନେ ଆମ୍ଭମାନଙ୍କର ଧାର୍ମିକତା ଯୋଗୁଁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭକୁ ନିବେଦନ କରୁଅଛୁ। 19 ହେ ସଦାପ୍ରଭୁ ଶୁଣ, ହେ ସଦାପ୍ରଭୁ, କ୍ଷମା କର, ହେ ପରମେଶ୍ୱର, ଅବଧାନ ପୂର୍ବକ କର୍ମ କର। ବିଳମ୍ବ କର ନାହିଁ, ହେ ମୋର ପରମେଶ୍ୱର ନିଜର ନାମ ସକାଶେ କର୍ମ କର। କାରଣ ତୁମ୍ଭର ନଗର ଏ ତୁମ୍ଭର ଲୋକମାନେ ତୁମ୍ଭ ନାମରେ ଖ୍ୟାତ ଅଟନ୍ତି।”

ସତୁରି ସପ୍ତାହ ବିଷୟରେ ଦର୍ଶନ

20 ମୁଁ ସେହିସବୁ କଥା ପରମେଶ୍ୱରଙ୍କୁ ପ୍ରାର୍ଥନାରେ ନିବେଦନ କରୁଥିଲି। ମୋର ପାପ ଓ ଇସ୍ରାଏଲ ଲୋକଙ୍କର ପାପ ସ୍ୱୀକାର କରୁଥିଲି। ଆଉ ମୋର ପରମେଶ୍ୱରଙ୍କ ପବିତ୍ର ପର୍ବତ ନିମନ୍ତେ ମୋର ପରମେଶ୍ୱର ସଦାପଭୁଙ୍କ ଛାମୁରେ ମୋର ନିବେଦନ ଉତ୍ସର୍ଗ କରୁଥିଲି। 21 ଯେତେବେଳେ ମୁଁ ପ୍ରାର୍ଥନା କରୁଥିଲି, ମୋର ପ୍ରଥମ ଦର୍ଶନରେ ଗାବ୍ରିଏଲ ଯାହାକୁ ମୁଁ ମୋ’ ନିକଟକୁ ଉଡ଼ିକି ଆସିବାର ଦେଖିଲି। ସେ ସନ୍ଧ୍ୟାବେଳେ ବଳିଦାନ ଉତ୍ସର୍ଗ ସମୟରେ ଆସି ମୋତେ ସ୍ପର୍ଶ କଲେ। 22 ଗାବ୍ରିଏଲ ମୋତେ ଶିକ୍ଷା ଦେଇ କହିଲେ, “ହେ ଦାନିୟେଲ, ମୁଁ ତୁମ୍ଭକୁ ବୁଝିବା ପାଇଁ ଜ୍ଞାନ ପ୍ରଦାନ କରୁଅଛି। 23 ଯେତେବେଳେ ତୁମ୍ଭେ ପ୍ରାର୍ଥନା କରିବାକୁ ଆରମ୍ଭ କଲ, ମୁଁ ତୁମ୍ଭକୁ ଜଣାଇବାକୁ ଆସିଲି। କାରଣ ତୁମ୍ଭେ ପରମେଶ୍ୱରଙ୍କର ଅତ୍ୟନ୍ତ ପ୍ରିୟପାତ୍ର। ଏହି ଆଦେଶକୁ ବୁଝ ଓ ଏହି ଦର୍ଶନକୁ ମଧ୍ୟ ବୁଝ।

24 “ହେ ଦାନିୟେଲ, ପରମେଶ୍ୱର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହେବାର ଲକ୍ଷ୍ୟ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହେବା। ଏହାର ଲକ୍ଷ୍ୟ ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାୟୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡ଼ିକ ଓ ଭବିଷ୍ୟ‌ଦ୍‌ବାଣୀ ଓ ପବିତ୍ର ସ୍ଥାନରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ୟ କରେ।

25 “ଏହା ଜାଣ ଏବଂ ଏହା ବୁଝ, ଆଦେଶ ହେବାଠାରୁ ଫେରାଇବାକୁ ଏବଂ ଯିରୁଶାଲମ ନିର୍ମିତ କର, ଯେପର୍ଯ୍ୟନ୍ତ ଗୋଟିଏ ଅଭିଷିକ୍ତ ରାଜକୁମାର ସାତ ସପ୍ତାହ ଓ ବାଷଠି ସପ୍ତାହରେ, ସହର ପୂର୍ଣ୍ଣ ନିର୍ମିତ ହେବ। କିନ୍ତୁ ଏହାର ମୁଖ୍ୟ ରାସ୍ତା ଓ କାନ୍ଥ, ଅସୁବିଧା ସମୟରେ ହେବ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:1-5

ପରମେଶ୍ୱର ଓ ଖ୍ରୀଷ୍ଟ ଯୀଶୁଙ୍କ ଆଗରେ ମୁଁ ତୁମ୍ଭକୁ ଗୋଟିଏ ଆଦେଶ ଦେଉଛି। ଖ୍ରୀଷ୍ଟ ଯୀଶୁ ଜୀବିତ ଓ ମୃତଉଭୟ ଲୋକମାନଙ୍କର ବିଗ୍ଭର କରିବେ। ଯୀଶୁଙ୍କର ଗୋଟିଏ ରାଜ୍ୟ ଅଛି ଓ ସେ ଆଉଥରେ ଆସୁଛନ୍ତି। ଅତଏବ ମୁଁ ତୁମ୍ଭକୁ ଏହି ଆଦେଶ ଦେଉଛି। ଲୋକମାନଙ୍କୁ ସୁସମାଗ୍ଭର ପ୍ରଗ୍ଭର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସେମାନେ କ’ଣ କରିବା ଉଚିତ୍, ସେମାନେ ଭୁଲ୍ କଲାବେଳେ ସେମାନଙ୍କୁ ଅନୁଯୋଗ କର ଓ ସେମାନଙ୍କୁ ଉତ୍ସାହ ଦିଅ। ଅତି ଧୈର୍ଯ୍ୟ ସହକାରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ୱାରା ଏହି ସମସ୍ତ ବିଷୟ କର।

ସମୟ ଆସୁଛି, ଯେତେବେଳେ ଲୋକେ ସ‌ତ୍‌‌ଶିକ୍ଷା ଶୁଣିବେ ନାହିଁ। କିନ୍ତୁ ଲୋକେ ଅଧିକରୁ ଅଧିକ ନିଜ ମନ ପସନ୍ଦ ଶିକ୍ଷା ସେମାନଙ୍କଠାରୁ ସଂଗ୍ରହ କରିବେ, ଯେଉଁମାନେ ସେମାନଙ୍କୁ ସନ୍ତୁଷ୍ଟ କଲାଭଳି କଥା କହିବେ। ଲୋକେ ସତକଥା ଶୁଣିବା ବନ୍ଦ କରିଦେବେ। ମିଛ କାହାଣୀର ଶିକ୍ଷାଗୁଡ଼ିକ ଅନୁସରଣ କରିବାକୁ ସେମାନେ ଆରମ୍ଭ କରିବେ। କିନ୍ତୁ ତୁମ୍ଭେ ସର୍ବଦା ନିଜକୁ ସଂଯମ କର। କ୍ଳେଶ ଆସିଲେ ସେଗୁଡ଼ିକୁ ଗ୍ରହଣ କର। ସୁସମାଗ୍ଭର ପ୍ରଗ୍ଭର କାମ କରି ଗ୍ଭଲିଥାଅ। ପରମେଶ୍ୱରଙ୍କ ଜଣେ ସେବକ ଭାବରେ ସମସ୍ତ କର୍ତ୍ତବ୍ୟ କରୁଥାଅ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center