Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 25:1-10

ଦାଉଦଙ୍କର ଗୀତ।

25 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ନିଜକୁ ସମର୍ପଣ କରୁଛି।
    ହେ ମୋର ପରମେଶ୍ୱର, ମୁଁ ତୁମ୍ଭର ଶରଣାଗତ
ଓ ମୁଁ କେବେ ନିରାଶ ହେବି ନାହିଁ।
    ମୋତେ ମୋର ଶତ୍ରୁମାନେ ଦେଖି କେବେ ହସିବେ ନାହିଁ।
ହଁ, ଯେଉଁମାନେ ତୁମ୍ଭ ନିକଟରେ ଶରଣ ନିଅନ୍ତି, ସେମାନେ ନିରାଶ ହେବେ ନାହିଁ।
    କିନ୍ତୁ ବିଶ୍ୱାସଘାତକମାନେ ନିରାଶ ହେବେ।
    ସେମାନେ କିଛି ପାଇବେ ନାହିଁ।

ହେ ସଦାପ୍ରଭୁ, ମୋତେ ତୁମ୍ଭର ପଥରେ ଗ୍ଭଲିବାକୁ ସାହାଯ୍ୟ କର।
    ତୁମ୍ଭର ମାର୍ଗରେ ଗ୍ଭଲିବାକୁ ଶିକ୍ଷା ପ୍ରଦାନ କର।
ତୁମ୍ଭର ସତ୍ୟ ମାର୍ଗରେ ଗ୍ଭଲିବାକୁ ମୋତେ କଢ଼ାଇ ନିଅ ଓ ଶିକ୍ଷା ଦିଅ।
    ତୁମ୍ଭେ ମୋର ପରିତ୍ରାଣର ପରମେଶ୍ୱର ଅଟ।
    ମୁଁ ପ୍ରତିଦିନ ତୁମ୍ଭ ଉପରେ ଭରସା ରଖେ।
ହେ ସଦାପ୍ରଭୁ, ମୋ’ ପ୍ରତି ଦୟା ଦେଖାଇବାକୁ ସ୍ମରଣ କର।
    ମୋତେ ଠିକ୍ ସେହିପରି ସ୍ନେହପୂର୍ଣ୍ଣ କରୁଣା ଦେଖାଅ, ଯାହାକି ତୁମ୍ଭେ ସର୍ବଦା ଦେଖାଇଅଛ।
ମୁଁ ଯୁବା ବେଳେ କରିଥିବା ପାପ ଓ ଅପରାଧକୁ ଭୁଲି ଯାଅ।
    ତୁମ୍ଭର ପବିତ୍ର ନାମର ସାର୍ଥକତା ପାଇଁ, ହେ ସଦାପ୍ରଭୁ ମୋତେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାରେ ବାନ୍ଧି ରଖ।

ସଦାପ୍ରଭୁ ହିଁ ପ୍ରକୃତରେ ମହାନ।
    ସେ ପାପୀକୁ ଉଚିତ୍ ମାର୍ଗରେ ଗ୍ଭଲିବାକୁ ନିର୍ଦ୍ଦେଶ ଦିଅନ୍ତି।
ସେ ଶୋଚନୀୟ ଲୋକକୁ ବିଗ୍ଭର ମାର୍ଗ ଦେଖାନ୍ତି
    ଓ ନମ୍ର ଲୋକମାନଙ୍କୁ ତାଙ୍କ ପଥରେ ଗ୍ଭଲିବାକୁ ପ୍ରେରିତ କରନ୍ତି।
10 ସଦାପ୍ରଭୁ ସେହିମାନଙ୍କ ପ୍ରତି ସ୍ନେହପୂର୍ଣ୍ଣ କରୁଣା ଦୃଷ୍ଟି କରନ୍ତି,
    ଯେଉଁମାନେ ତାଙ୍କର ନିୟମ ଓ ପ୍ରତିଜ୍ଞା ମାନି ଚଳନ୍ତି।

ଗୀତସଂହିତା 32

ଦାଉଦଙ୍କର ଏକ ଜ୍ଞାନଗର୍ଭକ ଗୀତ

32 ଯାହାର ସବୁ ପାପ କ୍ଷମା କରାଯାଇଅଛି, ସେ ବ୍ୟକ୍ତି ଧନ୍ୟ।
    ସେହି ବ୍ୟକ୍ତି ଅଧିକ ଭାଗ୍ୟଶାଳୀ, ଯେତେବେଳେ ତା’ର ସମସ୍ତ ପାପ ଧୋଇ ଦିଆଯାଇଥାଏ।
ଜଣେ ବ୍ୟକ୍ତି ଅଧିକ ଖୁସୀ ହୁଏ,
    ଯେତେବେଳେ ସଦାପ୍ରଭୁ ତାକୁ ଦୋଷୀ ବୋଲି କୁହନ୍ତି ନାହିଁ।
    ସେହି ବ୍ୟକ୍ତିଟି ଅଧିକ ଭାଗ୍ୟଶାଳୀ ଯିଏ ନିଜର ପାପକୁ ଗୋପନ ରଖେ ନାହିଁ।

ପ୍ରଭୁ ମୁଁ ବାରମ୍ବାର ତୁମ୍ଭକୁ ପ୍ରାର୍ଥନା କଲି କିନ୍ତୁ ମୁଁ ମୋର ଗୋପନ ପାପ ବିଷୟରେ ତୁମ୍ଭକୁ କିଛି କହିଲି ନାହିଁ।
    ମୁଁ କେବଳ ଦୁର୍ବଳ ହୋଇ ପଡ଼ିଲି, ପ୍ରତ୍ୟେକ ଥର ଯେତେବେଳେ ମୁଁ ପ୍ରାର୍ଥନା କଲି।
ପ୍ରଭୁ ତୁମ୍ଭେ ମୋର ଜୀବନକୁ ରାତିଦିନ ଅଧିକରୁ ଅଧିକ ଦୁର୍ବିସହ କରିଦେଲ।
    ମୁଁ କ୍ରମେ ଶୁଖି ଗଲି, ଗ୍ରୀଷ୍ମ ଋତୁରେ ଯେମିତି ଭୂମି ଶୁଖି ଯାଏ।

କିନ୍ତୁ ତା’ପରେ ମୁଁ ନିଷ୍ପତ୍ତି ନେଲି ମୋର ସମସ୍ତ ପାପକୁ ତୁମ୍ଭ ଆଗରେ ପ୍ରକାଶ କରିବି।
    ସଦାପ୍ରଭୁ ତୁମ୍ଭଙ୍କୁ ମୋର ସମସ୍ତ ପାପ ବିଷୟରେ କହିଲି।
    ମୋର କୌଣସି ପାପ ଲୁଗ୍ଭଇ ରଖିଲି ନାହିଁ ଓ ତୁମ୍ଭେ ମୋତେ ମୋର ସମସ୍ତ ପାପରୁ କ୍ଷମା କରିଦେଲ।

ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି।
    ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ।
ପରମେଶ୍ୱର ତୁମ୍ଭେ ହିଁ ମୋର ଲୁଚିବାର ସ୍ଥାନ ଅଟ।
    ତୁମ୍ଭେ ମୋତେ ସମସ୍ତ ବିପଦରୁ ଉଦ୍ଧାର କର।
ତୁମ୍ଭେ ମୋର ଚତୁର୍ଦ୍ଦିଗରେ ରହି ମୋତେ ରକ୍ଷା କର।
    ତେଣୁ ଯେଉଁ ଉପାୟରେ ମୋତେ ବଞ୍ଚାଇଲ ମୁଁ ସେହି ବିଷୟରେ ଗୀତ ବୋଲିବି।

ସଦାପ୍ରଭୁ କୁହନ୍ତି, “ମୁଁ ତୁମ୍ଭକୁ ଶିକ୍ଷା ଦେବି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ୟ ବତାଇ ଦେବି।
    ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ୱାବଧାରକ ହେବି।
ତୁମ୍ଭେମାନେ ନିଶ୍ଚିତ ଗଧମାନଙ୍କୁ ଦଉଡ଼ି ଏବଂ ଅଶ୍ୱମାନଙ୍କୁ ଲଗାମର ବ୍ୟବହାର କର।
    କାରଣ ସେମାନଙ୍କୁ ତୁମ୍ଭ ପାଖକୁ ଆଣିବା ପାଇଁ, କିନ୍ତୁ ପରମେଶ୍ୱରଙ୍କ ସହିତ ସେପରି ହୁଅ ନାହିଁ।”

10 ଦୁଷ୍ଟ ଲୋକମାନଙ୍କ ଉପରେ ଅନେକ ଅଘଟଣ ଘଟିଛି,
    କିନ୍ତୁ ପରମେଶ୍ୱର ତାଙ୍କର ଆଶ୍ରିତମାନଙ୍କୁ ନିଜର କରୁଣା ଦୃଷ୍ଟି ବଳରେ ରକ୍ଷା କରିବେ।
11 ହେ ଧାର୍ମିକଗଣ, ତୁମ୍ଭେ ସଦାପ୍ରଭୁଙ୍କଠାରେ ଆନନ୍ଦରେ ଉଲ୍ଲସିତ ହୁଅ।
    ହେ ସରଳାନ୍ତଃକରଣର ବ୍ୟକ୍ତିମାନେ ଆନନ୍ଦିତ ହୁଅ।

ମାଥିଉ ଲିଖିତ ସୁସମାଗ୍ଭର 9:2-13

କେତେକ ଲୋକ ଜଣେ ପକ୍ଷାଘାତ ରୋଗୀକୁ ଯୀଶୁଙ୍କ ପାଖକୁ ଆଣିଲେ। ସେ ରୋଗୀଟି ଶେଯରେ ଶୋଇଥିଲା। ଯୀଶୁ ସେହି ଲୋକମାନଙ୍କର ଗଭୀର ବିଶ୍ୱାସ ଥିବାର ଦେଖିଲେ। ସେ ପକ୍ଷାଘାତ ରୋଗୀକୁ କହିଲେ, “ହେ ଯୁବକ! ସାହସ ରଖ। ତୁମ୍ଭର ସବୁପାପ କ୍ଷମା କରାଗଲା।”

କେତେକ ଯିହୂଦୀ ଧର୍ମଶାସ୍ତ୍ରୀ ଏହା ଶୁଣିଲେ। ସେମାନେ ନିଜ ନିଜ ଭିତରେ କୁହାକୁହି ହେଲେ, “ଏ ଲୋକଟି ଏମିତି କଥା କହୁଛି, ସତେ ଯେପରି ସେ ନିଜେ ପରମେଶ୍ୱର। ଏହା ଦ୍ୱାରା ସେ ପରମେଶ୍ୱରଙ୍କ ନିନ୍ଦା କରୁଛି।”

ସେମାନେ ଯାହା ଭାବୁଥିଲେ, ଯୀଶୁ ତାହା ଜାଣି ପାରିଲେ। ତେଣୁ ସେ କହିଲେ, “ତୁମ୍ଭମୋନେ ମନ ଭିତରେ ମନ୍ଦ ଭାବନା କାହିଁକି ଆଣୁଛ? ଏହି ପକ୍ଷାଘାତ ରୋଗୀଟିକୁ କେଉଁ ବିଷୟଟି କହିବା ଅଧିକ ସହଜ ହେବ: ‘ତୁମ୍ଭର ପାପ କ୍ଷମା କରି ଦିଆଗଲା’ ନା ‘ଉଠ, ଗ୍ଭଲିବା ଆରମ୍ଭ କର’? ମୁଁ ତୁମ୍ଭକୁ ଦେଖେଇ ଦେବି ଯେ, ଏ ଜଗତରେ ମନୁଷ୍ୟପୁତ୍ରଙ୍କର ପାପ କ୍ଷମା କରିଦେବାର ଶକ୍ତି ଅଛି।” ତା’ପରେ ଯୀଶୁ ସେହି ପକ୍ଷାଘାତ ରୋଗୀଟିକୁ କହିଲେ, “ଉଠ, ତୁମ୍ଭର ବିଛଣା ଧରି ଘରକୁ ଯାଅ।’

ପକ୍ଷାଘାତ ରୋଗୀଟି ଉଠି ଘରକୁ ଗ୍ଭଲିଗଲା। ଜମା ହୋଇଥିବା ଲୋକେ ଏ କଥା ଦେଖି ଆଶ୍ଚର୍ଯ୍ୟ ହୋଇଗଲେ। ପରମେଶ୍ୱର ଜଣେ ମଣିଷକୁ ଏପରି ଶକ୍ତି ଦେଇଥିବାରୁ ସେମାନେ ପରମେଶ୍ୱରଙ୍କର ମହିମା ଗାନ କଲେ।

ଯୀଶୁ ମାଥିଉଙ୍କୁ ବାଛିଲେ(A)

ଯୀଶୁ ସେଠାରୁ ଯାଉ ଯାଉ ଦେଖିଲେ ଯେ, କରଆଦାୟ କେନ୍ଦ୍ରରେ ଜଣେ ଲୋକ ବସିଛନ୍ତି। ତାହାଙ୍କ ନାମ ଥିଲା ମାଥିଉ। ଯୀଶୁ ତାହାଙ୍କୁ କହିଲେ, “ମୋର ଅନୁସରଣ କର।” ମାଥିଉ ଉଠି ଯୀଶୁଙ୍କର ଅନୁଗମନ କଲେ।

10 ଯୀଶୁ ମାଥିଉଙ୍କ ଘରେ ଖାଉଥିଲେ। ସେ ଖାଇବା ବେଳେ ଅନେକ କରଆଦାୟକାରୀ ଓ ଅନେକ ପାପୀମାନେ ସେଠାରେ ପହଞ୍ଚିଲେ। ସେମାନେ ଯୀଶୁ ଓ ତାହାଙ୍କ ଅନୁଗାମୀମାନଙ୍କ ସହ ଖାଇଲେ। 11 ଫାରୂଶୀମାନେ ଏହା ଦେଖି ଯୀଶୁଙ୍କ ଅନୁଗାମୀମାନଙ୍କୁ ପଗ୍ଭରିଲେ, “ତୁମ୍ଭର ଗୁରୁ କରଆଦାୟକାରୀ ଓ ପାପୀମାନଙ୍କ ସହିତ କାହିଁକି ଖାଉଛନ୍ତି?”

12 ଫାରୂଶୀମାନଙ୍କ କଥା ଶୁଣି ଯୀଶୁ କହିଲେ, “ଜଣେ ସୁସ୍ଥଲୋକ ପାଇଁ ଡାକ୍ତର ଆବଶ୍ୟକ ନାହିଁ, କିନ୍ତୁ ଜଣେ ରୋଗୀ ପାଇଁ ଡାକ୍ତର ଦରକାର। 13 ମୁଁ ତୁମ୍ଭକୁ ଗୋଟିଏ କଥା କହିବି। ତୁମ୍ଭେ ଯାଇ ବୁଝ ଯେ ଏହି ଶାସ୍ତ୍ର ବାକ୍ୟର ଅର୍ଥ କ’ଣ: ‘ମୁଁ ପଶୁବଧ ଗ୍ଭହେଁ ନାହିଁ, ମୁଁ ଲୋକମାନଙ୍କ ଭିତରେ ଦୟାଭାବ ଗ୍ଭହେଁ।’ [a] ମୁଁ ଧାର୍ମିକ ଲୋକଙ୍କୁ ଡାକିବାକୁ ଆସି ନାହିଁ। ମୁଁ ପାପୀ ଲୋକଙ୍କୁ ଡାକିବାକୁ ଆସିଛି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center