Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୁଥୂନର ରୀତିନୁସାରେ ଆସଫର ଗୀତ।
77 ମୁଁ, ସ୍ୱର ସହିତ ପରମେଶ୍ୱରଙ୍କୁ ସାହାଯ୍ୟ ପାଇଁ କ୍ରନ୍ଦନ କରିବି।
ମୁଁ ପରମେଶ୍ୱରଙ୍କଠାରେ କ୍ରନ୍ଦନ କରିବି ଯେ, ସେ ମୋ’ ଗୁହାରି ପ୍ରତି କର୍ଣ୍ଣପାତ କରିବେ।
2 ବିପଦ ସମୟରେ ମୁଁ ମୋର ପ୍ରଭୁଙ୍କୁ ସାହାଯ୍ୟ ପାଇଁ ଗ୍ଭହିଁଅଛି।
ରାତିସାରା ମୁଁ ପ୍ରାର୍ଥନା କରି ହାତ ବଢ଼ାଇଅଛି।
କିନ୍ତୁ ମୁଁ ଆଶ୍ୱାସନା ପାଇଲି ନାହିଁ।
3 ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି, ତାଙ୍କୁ ମୋର ଅନୁଭୂତି କହିବାକୁ ଚେଷ୍ଟା କରିଛି।
କିନ୍ତୁ ମୁଁ ପାରୁ ନାହିଁ।
4 ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ।
ମୁଁ ଏମନ୍ତ ବ୍ୟାକୁଳ ଯେ କଥା କହିପାରୁ ନାହିଁ।
5 ବହୁତ ଆଗରୁ ଘଟିଯାଇଥିବା ଘଟଣା ବିଷୟରେ
ମୁଁ ଚିନ୍ତା କରେ।
6 ରାତିରେ ମୁଁ ନିଜ ଗୀତ ବିଷୟରେ ଭାବିଲି।
ମୁଁ ନିଜକୁ ନିଜେ ବୁଝେ ଏବଂ ଭାବେ।
ମୋର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
7 ମୁଁ ଆଶ୍ଚର୍ଯ୍ୟ ହେଲି, “ପ୍ରଭୁ ସଦାକାଳ ପାଇଁ ଆମ୍ଭକୁ ପରିତ୍ୟାଗ କରିଛନ୍ତି କି?
ଆଉ ସେ କ’ଣ ସୁପ୍ରସନ୍ନ ହେବେ ନାହିଁ?
8 ପରମେଶ୍ୱରଙ୍କ ଦୟା କ’ଣ ଚିରକାଳ ପାଇଁ ଲୁପ୍ତ ହୋଇଛି?
ତାଙ୍କର ପ୍ରତିଜ୍ଞା କ’ଣ ଚିରକାଳ ପାଇଁ ବିଫଳ ହୋଇଛି?
9 ପରମେଶ୍ୱର କ’ଣ କୃପା କରିବାକୁ ପାସୋରି ଅଛନ୍ତି?
ତାଙ୍କର ଦୟା କ’ଣ କ୍ରୋଧରେ ପରିଣତ ହୋଇଅଛି?”
10 ଏହା ପରେ ମୁଁ ଚିନ୍ତା କଲି, “ଏସବୁ ମୋତେ ବିବ୍ରତ କରୁଅଛି,
‘ସର୍ବୋପରିସ୍ଥ ପରମେଶ୍ୱର କ’ଣ ତାଙ୍କର ଶକ୍ତି ହରାଇ ଅଛନ୍ତି?”
11 ମୁଁ ସଦାପ୍ରଭୁଙ୍କ କର୍ମସବୁ ମନେ ପକାଏ।
ହଁ, ତୁମ୍ଭେ ପୂର୍ବେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ମୁଁ ମନେ ପପାଏ।
12 ମୁଁ ତୁମ୍ଭର କର୍ମ ଉପରେ ପ୍ରତିଫଳିତ କରାଏ
ଏବଂ କାର୍ଯ୍ୟକୁ ଅନୁଧ୍ୟାନ କରେ।
13 ହେ ପରମେଶ୍ୱର, ତୁମ୍ଭର ପଥସବୁ ପବିତ୍ର।
ତୁମ୍ଭପରି ମହାନ କେହି ପରମେଶ୍ୱର ନାହାନ୍ତି।
14 ତୁମ୍ଭେ ହେଉଛ ପରମେଶ୍ୱର ଯିଏକି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି।
ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
15 ତୁମ୍ଭର ଶକ୍ତିଦ୍ୱାରା ତୁମ୍ଭ ଲୋକମାନଙ୍କୁ ରକ୍ଷା କରିଅଛ।
ଯାକୁବ ଓ ଯୋଷେଫର ସନ୍ତାନଗଣକୁ ରକ୍ଷା କରିଅଛ।
16 ହେ ପରମେଶ୍ୱର, ତୁମ୍ଭକୁ ଦେଖି ଜଳରାଶି ଡରିଗଲା।
ଗଭୀର ସମୁଦ୍ର ଭୟରେ ଥରି ଉଠିଲା।
17 ମେଘମାଳା ସେମାନଙ୍କର ଜଳବୃଷ୍ଟି କଲେ।
ଆକାଶରେ ମେଘର ଘୋର ଗର୍ଜନ ଲୋକମାନେ ଶୁଣିଲେ।
ତା’ପରେ ତୁମ୍ଭର ବିଜୁଳିର ବାଣସବୁ ମେଘମାଳାରେ ଚମକିଲା।
18 ଘୂର୍ଣ୍ଣିବାତ୍ୟାରେ ତୁମ୍ଭର ବଜ୍ରଧ୍ୱନି ସ୍ୱର ଶୁଣାଗଲା।
ବିଜୁଳି ଜଗତକୁ ଆଲୋକମୟ କଲା।
ପୃଥିବୀ କମ୍ପିତ ହେଲା।
19 ହେ ପରମେଶ୍ୱର, ସମୁଦ୍ରରେ ତୁମ୍ଭେ ପାଦରେ ଗ୍ଭଲି ପାର
କିନ୍ତୁ ତୁମ୍ଭର ପାଦ ଚିହ୍ନ ଦେଖାଗଲା ନାହିଁ।
20 ତୁମ୍ଭେ ମୋଶା ଓ ହାରୋଣକୁ ବ୍ୟବହାର କରି
ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।
ଯାକିର ପୁତ୍ର ଆଗୁରର ଜ୍ଞାନପୂର୍ଣ୍ଣ ଉପଦେଶ
30 ଏଗୁଡ଼ିକ ହେଉଛି ଯାକିର ପୁତ୍ର ଆଗୁରର ଜ୍ଞାନପୂର୍ଣ୍ଣ କଥା। ଏହା ହେଉଛି ଇଥୀୟେଲ ଓ ଉକଲଙ୍କ ପାଇଁ ବାର୍ତ୍ତା। [a]
2 ମୁଁ ହେଉଛି ପୃଥିବୀର ସବୁଠାରୁ ନିର୍ବୋଧଲୋକ। ମୋ’ଠାରେ ମନୁଷ୍ୟର ବିବେଚନା ନାହିଁ। 3 ମୁଁ ଜ୍ଞାନ ଶିକ୍ଷି ନାହିଁ, ପରମେଶ୍ୱରଙ୍କ ବିଷୟରେ ମଧ୍ୟ ମୋର ଜ୍ଞାନ ନାହିଁ। 4 କିଏ କେବେ ସ୍ୱର୍ଗକୁ ଯାଇଛି ଏବଂ ତଳକୁ ଫେରି ଆସିଛି? କୌଣସି ଲୋକ ତା’ର ମୁଷ୍ଟିରେ ବାୟୁକୁ ଏକତ୍ର କରି ନାହିଁ। କୌଣସି ଲୋକ କପଡ଼ାରେ ସମସ୍ତ ଜଳକୁ ବାନ୍ଧି ନାହିଁ। କୌଣସି ଲୋକ ପୃଥିବୀର ସବୁ ସୀମା ନିରୂପଣ କରି ନାହିଁ। ଯଦି କୌଣସି ଲୋକ ଏହା କରିଛି, ସେ କିଏ? ତାଙ୍କର ପୁତ୍ରର ନାମ କ’ଣ?
5 ପରମେଶ୍ୱରଙ୍କର ପ୍ରତ୍ୟେକ ବାକ୍ୟ ପରୀକ୍ଷାସିଦ୍ଧ, ଯେଉଁମାନେ ତାଙ୍କଠାରେ ଆଶ୍ରୟ ନିଅନ୍ତି, ସେ ସେମାନଙ୍କର ଢାଲ ଅଟନ୍ତି। 6 ତେଣୁ ପରମେଶ୍ୱରଙ୍କର ବାକ୍ୟକୁ ପରିବର୍ତ୍ତନ କରିବାକୁ ଚେଷ୍ଟା କର ନାହିଁ। ଯଦି ତୁମ୍ଭେ ଏପରି କର, ସେ ତୁମ୍ଭକୁ ଶାସ୍ତି ଦେବେ, ଏବଂ ତୁମ୍ଭେ ମିଥ୍ୟା କହୁଛ ବୋଲି ପ୍ରମାଣିତ ହେବ।
7 ହେ ସଦାପ୍ରଭୁ, ମୋର ମଲା ପୂର୍ବରୁ ମୋତେ ଦୁଇଟି ବର ଦିଅ। 8 ମୋତେ ସହାୟ ହୁଅ, ମୁଁ ଯେପରି ମିଥ୍ୟା ନ କହେ, ମୋତେ ଅତ୍ୟଧିକ ଧନୀ କି ଅତ୍ୟଧିକ ଗରିବ କର ନାହିଁ। ମୋର ପ୍ରତ୍ୟେକ ଦିନର ଆବଶ୍ୟକତା କେବଳ ପୂରଣ କର। 9 ଯଦି ମୋର ଆବଶ୍ୟକତାଠାରୁ ଅଧିକ ଥାଏ, ତେବେ ମୁଁ ହୁଏତ ଚିନ୍ତା କରିପାରେ ଯେ, ମୁଁ ପରମେଶ୍ୱରଙ୍କୁ ଦରକାର କରେ ନାହିଁ। ଯଦି ମୁଁ ଗରିବ, ତେବେ ମୁଁ ଗ୍ଭେରି ହୁଏତ କରିବି ଓ ପରମେଶ୍ୱରଙ୍କ ନାମକୁ ଲଜ୍ଜା ଆଣିବି।
ଯୀଶୁଙ୍କୁ ପରୀକ୍ଷା(A)
4 ତା’ପରେ ସେହି ପବିତ୍ରଆତ୍ମା ଯୀଶୁଙ୍କୁ ମରୂଭୁମିକୁ କଢ଼ାଇ ନେଇଗଲେ। ଶୟତାନ ଦ୍ୱାରା ପରୀକ୍ଷୀତ ହେବା ପାଇଁ ତାହଙ୍କୁ ସେଠାକୁ ନିଆଯାଇଥିଲା। 2 ଯୀଶୁ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି କିଛି ଖାଇଲେ ନାହିଁ। ଏହା ପରେ ତାହାଙ୍କୁ ଖୁବ୍ ଭୋକ ଲାଗୁଥିଲା। 3 ଶୟତାନ ପରୀକ୍ଷା କରିବା ନିମନ୍ତେ ଆସି ତାହାଙ୍କୁ କହିଲା, “ତୁମ୍ଭେ ଯଦି ପରମେଶ୍ୱରଙ୍କ ପୁତ୍ର, ତେବେ ଏହି ପଥରଗୁଡ଼ିକୁ ରୋଟୀ ହୋଇ ଯିବା ପାଇଁ କୁହ।”
4 ଯୀଶୁ ଉତ୍ତରରେ କହିଲେ, “ଶାସ୍ତ୍ରରେ ଏହା ଲେଖାଅଛି,
‘ମଣିଷ କେବଳ ଖାଦ୍ୟରେ ବଞ୍ଚିବ ନାହିଁ,
କିନ୍ତୁ ତା’ର ଜୀବନ ପରମେଶ୍ୱରଙ୍କ ମୁଖରୁ ବାହାରି ଥିବା ପ୍ରତ୍ୟେକ ବାକ୍ୟରେ ହିଁ ବଞ୍ଚିବ।’” (B)
5 ତା’ପରେ ଶୟତାନ ତାହାଙ୍କୁ ପବିତ୍ର ନଗରୀ ଯିରୁଶାଲମକୁ ନେଇଗଲା। ସେ ଯୀଶୁଙ୍କୁ ମନ୍ଦିରର ସବୁଠାରୁ ଉଚ୍ଚ ସ୍ଥାନରେ ରଖିଲା। 6 ଶୟତାନ କହିଲା, “ଯଦି ତୁମ୍ଭେ ପରମେଶ୍ୱରଙ୍କ ପୁତ୍ର, ତେବେ ତଳକୁ ଡେଇଁପଡ଼, କାରଣ ଶାସ୍ତ୍ରରେ ଲେଖାଅଛି:
‘ପରମେଶ୍ୱର ତୁମ୍ଭର ଯତ୍ନ ନେବା ପାଇଁ ନିଜ ସ୍ୱର୍ଗଦୂତଙ୍କୁ ଆଦେଶ ଦେବେ।
ସେମାନେ ତୁମ୍ଭକୁ ତାହାଙ୍କ ହାତରେ ଧରିପକାଇବେ।
ତାହାହାଲେ ପଥରରେ ତୁମ୍ଭ ପାଦ ବାଜିବ ନାହିଁ।’”(C)
7 ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ର ଏ କଥା ମଧ୍ୟ କୁହେ, ‘ତୁମ୍ଭେ ନିଜ ପ୍ରଭୁ ପରମେଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ।’” [a]
8 ତା’ପରେ, ସେ ଯୀଶୁଙ୍କୁ ବହୁତ ଉଚ୍ଚ ପର୍ବତ ଉପରକୁ ନେଇଗଲା ଏବଂ ତାହାଙ୍କୁ ସଂସାରର ସମସ୍ତ ରାଜ୍ୟ ଓ ସେଗୁଡ଼ିକର ଐଶ୍ୱର୍ଯ୍ୟ ଦେଖାଇଲା. 9 ଶୟତାନ ଯୀଶୁଙ୍କୁ କହିଲା, “ଯଦି ତୁମ୍ଭେ ପାଦତଳେ ପଡ଼ି ମୋତେ ପ୍ରଣାମ କରିବ, ତେବେ ତୁମ୍ଭକୁ ମୁଁ ଏସବୁ ଦେଇଦେବି।”
10 ଯୀଶୁ ତାକୁ କହିଲେ, “ଶୟତାନ, ମୋ’ ପାଖରୁ ଦୂରହୁଅ! କାରଣ ଶାସ୍ତ୍ରରେ ଲେଖାଅଛି:
‘ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ।
ତାହାଙ୍କର ହିଁ ସେବା କର!(D)
11 ତେଣୁ ଶୟତାନ ତାହାଙ୍କୁ ଛାଡ଼ି ଗ୍ଭଲିଗଲା, ଏବଂ ତା’ପରେ ସ୍ୱର୍ଗଦୂତମାନେ ଆସି ତାହାଙ୍କର ଯତ୍ନ ନେଲେ।
2010 by World Bible Translation Center