Revised Common Lectionary (Semicontinuous)
23 ଯେଉଁମାନେ ତାଙ୍କୁ ଉପାସନା କରୁଛ ସଦାପ୍ରଭୁଙ୍କର ଜୟଗାନ କର।
ହେ ଯାକୁବର ବଂଶଧରଗଣ, ସଦାପ୍ରଭୁଙ୍କୁ ପ୍ରଶଂସା ପ୍ରଦର୍ଶନ କର।
ଇସ୍ରାଏଲର ବଂଶଧରଗଣ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ ଦେଖାଅ।
24 କାରଣ ସଦାପ୍ରଭୁ ବିପଦରେ ପଡ଼ିଥିବା ଗରିବ ବ୍ୟକ୍ତିମାନଙ୍କୁ ହିଁ ସାହାଯ୍ୟ କରନ୍ତି।
ସେ ତାଙ୍କ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ।
ସେ ସେମାନଙ୍କୁ ଘୃଣା କରନ୍ତି ନାହିଁ।
ଯଦି ଲୋକମାନେ ତାଙ୍କୁ ବିପଦରେ ପଡ଼ି ସାହାଯ୍ୟ ପ୍ରାର୍ଥନା କରନ୍ତି, ସେ ସେମାନଙ୍କଠାରୁ ନିଜକୁ ଦୂରେଇ ରଖି ପାରିବେ ନାହିଁ।
25 ହେ ସଦାପ୍ରଭୁ, ମୁଁ ମହାସଭାରେ ତୁମ୍ଭର ଯେଉଁ ଜୟଗାନ କଲି ତାହା ତୁମ୍ଭ ପ୍ରେରଣାର ଫଳ।
ସମସ୍ତ ଉପାସକମାନଙ୍କ ସମ୍ମୁଖରେ ମୁଁ ମୋର ନୈବେଦ୍ୟ ତାଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବି ଯାହା ମୁଁ ପ୍ରତିଜ୍ଞା କରିଛି।
26 ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ।
ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜୟଗାନ କର।
ତୁମ୍ଭର ହୃଦୟ ଚିରଦିନ ପାଇଁ ଜୀବନ୍ତ ରହୁ।
27 ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ।
ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।
28 କାରଣ ସେ ହେଉଛନ୍ତି ରାଜା।
ସେ ସବୁ ରାଜ୍ୟକୁ ଶାସନ କରନ୍ତି।
29 ବଳଶାଳୀ, ସ୍ୱାସ୍ଥ୍ୟବାନ୍ ଲୋକମାନେ ଭୋଜନ କରି
ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବେ।
ପ୍ରକୃତରେ ସବୁ ମଣିଷ ଯେଉଁମାନେ ମୃତ୍ୟୁବରଣ କରିବେ
ଓ ଯେଉଁମାନେ ମୃତ୍ୟୁବରଣ କରିଛନ୍ତି ପରମେଶ୍ୱରଙ୍କ ସମ୍ମୁଖରେ ନତ ମସ୍ତକ ହେବେ।
30 ଏବଂ ଭବିଷ୍ୟତରେ ଆମ୍ଭର ବଂଶଧରମାନେ ସଦାପ୍ରଭୁଙ୍କ ସେବା କରିବେ।
ଲୋକମାନେ ଚିରଦିନ ତାଙ୍କର ଗୁଣଗାନ କରିବେ।
31 ପ୍ରତ୍ୟେକ ପିଢ଼ି ତା’ର ପିଲାମାନଙ୍କୁ ଧାର୍ମିକତା ବିଷୟ କହିବେ,
ଯାହାସବୁ ପରମେଶ୍ୱର କରିଛନ୍ତି।
ହାଗାର, ଦାସୀବାଳିକା
16 ଅବ୍ରାମଙ୍କର ସ୍ତ୍ରୀ ସାରୀ ନିଃସନ୍ତାନ ଥିଲେ। ତାଙ୍କର ଗୋଟିଏ ହାଗାର ନାମ୍ନୀ ମିଶର ଦେଶୀୟ ଦାସୀ ଥିଲା। 2 ସାରୀ ଅବ୍ରାମଙ୍କୁ କହିଲେ, “ସଦାପ୍ରଭୁ ମୋତେ ସନ୍ତାନସନ୍ତତିରୁ ବଞ୍ଚିତ କରିଅଛନ୍ତି। ତେଣୁ ହାଗାର ସହିତ ସହବାସ କର। ପ୍ରାୟ ତା’ ମାଧ୍ୟମରେ ମୁଁ ଏକ ପୁତ୍ର ପାଇ ପାରିବି।” ଅବ୍ରାମ ତାଙ୍କ ସ୍ତ୍ରୀଙ୍କର କଥା ଗ୍ରହଣ କଲେ।
3 ଅବ୍ରାମ କିଣାନ ଦେଶରେ ଦଶ ବର୍ଷ କଟାଇଲା ପରେ ଏହିପରି ହୋଇଥିଲା ଯେ, ତାଙ୍କର ସ୍ତ୍ରୀ ସାରୀ ତାହାଙ୍କ ମିଶରୀୟ ଦାସୀ ହାଗାରକୁ ତାଙ୍କ ସ୍ୱାମୀ ଅବ୍ରାମଙ୍କ ସହିତ ବିବାହ ଦେଲେ, ଯାହାଫଳରେ ସେ ତା’ ସହିତ ସହବାସ କରି ପାରିବେ। 4 ହାଗାର ଅବ୍ରାମଙ୍କ ଦ୍ୱାରା ଗର୍ଭବତୀ ହେଲା। ଯେତେବେଳେ ହାଗାର ଏହା ଜାଣିଲା ତା’ର ମାଲିକାଣୀଙ୍କୁ ସେ ବେଶି ସମ୍ମାନ ଦେଲା ନାହିଁ। 5 କିନ୍ତୁ ସାରା ଅବ୍ରାମଙ୍କୁ କହିଲେ “ଏହା ତୁମ୍ଭର ଭୁଲ୍ ଯେ ମୋର ଦାସୀ ମୋତେ ଖରାପ ବ୍ୟବହାର କରୁଛି। ମୁଁ ତାକୁ ତୁମ୍ଭକୁ ଦେଇଥିଲି, ତା’ପରେ ସେ ଗର୍ଭବତୀ ହେଲା ଏବଂ ଏହା ପରେ ସେ ମୋତେ ଯେତିକି ସମ୍ମାନ ଦେବା ଉଚିତ୍ ସେତିକି ସମ୍ମାନ ଦେଉ ନାହିଁ। ମୁଁ ଗ୍ଭହୁଁଛି ସଦାପ୍ରଭୁ ତୁମ୍ଭ ଓ ମୋର ବିଗ୍ଭର କରନ୍ତୁ।”
6 କିନ୍ତୁ ଅବ୍ରାମ ସାରୀକୁ କହିଲେ, “ହାଗାର ତୁମ୍ଭର ଦାସୀ। ତୁମ୍ଭେ ତା’ ପ୍ରତି ଯାହା ଗ୍ଭହଁ ତାହା କରିପାର।” ତେଣୁ ସାରୀ ତା’ ପ୍ରତି କଠିନ ବ୍ୟବହାର କରନ୍ତେ, ହାଗାର ଛାଡ଼ି ପଳାଇଲା।
ଅବ୍ରହାମଙ୍କର ଉଦାହରଣ
4 ତା’ହେଲେ ଆମ୍ଭର ଜାଗତିକ ପୂର୍ବପୁରୁଷ ଅବ୍ରହାମଙ୍କ ବିଷୟରେ କ’ଣ କହି ପାରିବା? 2 ସେ ବିଶ୍ୱାସ ବିଷୟରେ କ’ଣ ଶିଖିଲେ? ଅବ୍ରହାମ ଯଦି ନିଜର କର୍ମ ପାଇଁ ଧାର୍ମିକ ବୋଲି ଧରା ହେଲେ, ତା’ହେଲେ, ସେଥିରେ ତାହାଙ୍କର ଗର୍ବ କରିବା କଥା। କିନ୍ତୁ ଅବ୍ରହାମ ପରମେଶ୍ୱରଙ୍କ ଆଗରେ ଗର୍ବ କରି ପାରିଲେ ନାହିଁ। 3 ଶାସ୍ତ୍ର କୁହେ, “ଅବ୍ରହାମ ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ। ପରମେଶ୍ୱର ତାହାଙ୍କର ବିଶ୍ୱାସକୁ ଗ୍ରହଣ କଲେ। ଏହା ଦ୍ୱାରା ପରମେଶ୍ୱରଙ୍କ ପ୍ରତି ଅବ୍ରହାମ ଧାର୍ମିକ ହେଲେ।” [a]
4 କାମ କରୁଥିବା ଲୋକକୁ ମଜୁରୀ ବା ଦରମା ଦେବା ଦାନ ନୁହେଁ। ସେ ମଜୁରୀ ବା ଦରମା ଅର୍ଜନ କରେ। 5 କିନ୍ତୁ ଜଣେ ଲୋକ ପରମେଶ୍ୱରଙ୍କ ପ୍ରତି ଧାର୍ମିକ ହେବା ଭଳି କାମ କରି ପାରେ ନାହିଁ। ତାହାର ପରମେଶ୍ୱରଙ୍କ ପ୍ରତି ବିଶ୍ୱାସ ରହିବା ଉଚିତ୍। ତା’ହେଲେ ପରମେଶ୍ୱର ସେ ଲୋକର ବିଶ୍ୱାସକୁ ଗ୍ରହଣ କରନ୍ତି ଓ ଏହା ତାହାକୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରେ। ପରମେଶ୍ୱର ମନ୍ଦ ଲୋକକୁ ମଧ୍ୟ ଧାର୍ମିକ କରି ପାରନ୍ତି। 6 ଦାଉଦ ସେହି କଥା କହୁଛନ୍ତି, ମଣିଷ ଯାହା କରିଛି ତାହାର ହିସାବ ନ କରି ପରମେଶ୍ୱର ଯେତେବେଳେ ତାହାକୁ ଧାର୍ମିକ ହିସାବରେ ଗଣନା କରନ୍ତି, ସେ ଲୋକ ହିଁ ପ୍ରକୃତରେ ଧନ୍ୟ:
7 “ଲୋକେ ପ୍ରକୃତରେ ଧନ୍ୟ,
ଯେତେବେଳେ ସେମାନଙ୍କର ଅପରାଧ କ୍ଷମା କରାଯାଏ,
ଓ ଯେତେବେଳେ ସେମାନଙ୍କର ପାପଗୁଡ଼ିକୁ ଢାଙ୍କି ଦିଆ ଯାଏ!
8 ଓ ସେ ଲୋକମାନେ ପ୍ରକୃତରେ ଧନ୍ୟ,
ଯେତେବେଳେ ପାପରହିତ ଭାବେ ପରମେଶ୍ୱର ତାହାଙ୍କୁ ଗ୍ରହଣ କରି ନେଇଛନ୍ତି।” (A)
9 ତେବେ ଏହି ଖୁସୀ କ’ଣ କେବଳ ସୁନ୍ନତ ହୋଇଥିବା ଯିହୂଦୀମାନଙ୍କ ପାଇଁ ଅଟେ? ବା ଯେଉଁ ଅଣଯିହୂଦୀମାନେ ସୁନ୍ନତ ହୋଇ ନାହାନ୍ତି ସେମାନଙ୍କ ପାଇଁ ମଧ୍ୟ ଅଟେ? ଆମ୍ଭେ କହି ସାରିଛୁ ଯେ, ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସକୁ ଗ୍ରହଣ କଲେ ଓ ସେହି ବିଶ୍ୱାସ ଅବ୍ରହାମଙ୍କୁ ତାଙ୍କ ପ୍ରତି ଧାର୍ମିକ କଲା। 10 ଏହା ଘଟିଲା କିପରି? ପରମେଶ୍ୱର ଅବ୍ରହାମଙ୍କୁ ସୁନ୍ନତ ହେବାପରେ ଗ୍ରହଣ କଲେ, ନା ସୁନ୍ନତ ହେବା ପୂର୍ବରୁ ଗ୍ରହଣ କଲେ? ସେ ସୁନ୍ନତ ହୋଇ ସାରିଲା ପରେ ଏହା ପ୍ରକୃତରେ ଘଟି ନାହିଁ, କିନ୍ତୁ ସେ ସୁନ୍ନତ ନ ହୋଇଥିଲାବେଳେ ଏହା ଘଟିଛି। [b] 11 ପରମେଶ୍ୱର ଗ୍ରହଣ କରି ନେଇଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହେବା ପୂର୍ବରୁ ପରମେଶ୍ୱରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରନ୍ତି ଓ ସୁନ୍ନତ ହୋଇ ନାହାନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରହାମ ଅଟନ୍ତି। ସେମାନେ ବିଶ୍ୱାସ କରନ୍ତି ଓ ଏହି କାରଣରୁ ସେମାନେ ପରମେଶ୍ୱରଙ୍କ ପାଇଁ ଧାର୍ମିକ ବୋଲି ନିରୂପିତ ହୁଅନ୍ତି। 12 ଅସୁନ୍ନତ ଲୋକଙ୍କର ପିତା ମଧ୍ୟ ଅବ୍ରହାମ। ସୁନ୍ନତ ହୋଇଥିବା କାରଣରୁ ଅବ୍ରହାମ ସେମାନଙ୍କର ପିତା ନୁହନ୍ତି। ସୁନ୍ନତ ହେବା ପୂର୍ବରୁ ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା, ଯଦି ସେମାନେ ମଧ୍ୟ ସେହି ବିଶ୍ୱାସ ଗ୍ରହଣ କରନ୍ତି, ତା’ହେଲେ ଅବ୍ରହାମ ସେମାନଙ୍କର ପିତା।
2010 by World Bible Translation Center