Revised Common Lectionary (Semicontinuous)
ସୁନ୍ନତ୍-ଚୁକ୍ତିର ପ୍ରମାଣ
17 ଯେତେବେଳେ ଅବ୍ରାମଙ୍କୁ ଅନେଶ୍ୱତ ବର୍ଷ ସେତେବେଳେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଲେ ଏବଂ କହିଲେ, “ମୁଁ ସର୍ବଶକ୍ତିମାନ ପରମେଶ୍ୱର। ଉତ୍ତମ କାର୍ଯ୍ୟମାନ କର। ମୋତେ ମାନ ଏବଂ ନିଷ୍ଠାପର ଜୀବନଯାପନ କର। 2 ଯଦି ତୁମ୍ଭେ ଏପରି କର, ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବାକୁ ପ୍ରସ୍ତୁତ ଅଛି। ମୁଁ ପ୍ରତିଜ୍ଞା କରୁଛି ତୁମ୍ଭର ଲୋକମାନଙ୍କୁ ନେଇ ମୁଁ ଏକ ବିରାଟ ଜାତି ସୃଷ୍ଟି କରିବି।”
3 ତହିଁରେ ଅବ୍ରାମ ପରମେଶ୍ୱରଙ୍କଠାରେ ମଥାନତ କଲେ। ପରମେଶ୍ୱର ତାଙ୍କୁ କହିଲେ, 4 “ଏହା ହେଉଛି ତୁମ୍ଭ ସହିତ ମୋର ଚୁକ୍ତିର ଏକ ଅଂଶ। ମୁଁ ତୁମ୍ଭକୁ ବହୁଜାତିର ପିତା କରିବି। 5 ମୁଁ ତୁମ୍ଭର ନାମ ପରିବର୍ତ୍ତନ କରି ଦେବି। ତୁମ୍ଭର ନାମ ଅବ୍ରାମ ରହିବ ନାହିଁ। ତୁମ୍ଭର ନାମ ଅବ୍ରହାମ ରହିବ। ମୁଁ ତୁମ୍ଭକୁ ଏପରି ନାମ ଦେବି କାରଣ ମୁଁ ତୁମ୍ଭକୁ ଅନେକ ଜାତିଗଣର ଜନକ କରିବି। 6 ଆମ୍ଭେ ତୁମ୍ଭକୁ ବହୁତ ବଂଶଧର କରିବୁ। ନୂଆ ଜାତି ଓ ନୂତନ ରାଜା ତୁମ୍ଭଠାରୁ ସୃଷ୍ଟି ହେବେ। 7 ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସେହି ଚୁକ୍ତି ମଧ୍ୟ ତୁମ୍ଭର ବଂଶଧରମାନଙ୍କ ପାଇଁ ହେବ। ଏହି ଚୁକ୍ତି ଅନନ୍ତକାଳସ୍ଥାୟୀ ହେବ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ୟଦ୍ ବଂଶଧରମାନଙ୍କର ପରମେଶ୍ୱର ହେବି।
ଇସ୍ହାକ-ପ୍ରତିଜ୍ଞାର ପୁତ୍ର
15 ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ମୁଁ ତୁମ୍ଭ ସ୍ତ୍ରୀ ସାରୀର ଏକ ନୂତନ ନାମକରଣ କରିବି। ତାଙ୍କର ନୂତନ ନାମ ସାରା ହେବ। 16 ମୁଁ ତାଙ୍କୁ ଆଶୀର୍ବାଦ କରିବି। ମୁଁ ତାଙ୍କ କୋଳରେ ଏକ ପୁତ୍ର ଦେବି। ଏବଂ ତୁମ୍ଭେ ତା’ର ପିତା ହେବ। ସେ ବହୁ ଜାତିର ଆଦିମାତା ହେବ। ଜାତିଗଣର ରାଜାମାନେ ତାଙ୍କଠାରୁ ଜନ୍ମ ନେବେ।”
23 ଯେଉଁମାନେ ତାଙ୍କୁ ଉପାସନା କରୁଛ ସଦାପ୍ରଭୁଙ୍କର ଜୟଗାନ କର।
ହେ ଯାକୁବର ବଂଶଧରଗଣ, ସଦାପ୍ରଭୁଙ୍କୁ ପ୍ରଶଂସା ପ୍ରଦର୍ଶନ କର।
ଇସ୍ରାଏଲର ବଂଶଧରଗଣ ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ ଦେଖାଅ।
24 କାରଣ ସଦାପ୍ରଭୁ ବିପଦରେ ପଡ଼ିଥିବା ଗରିବ ବ୍ୟକ୍ତିମାନଙ୍କୁ ହିଁ ସାହାଯ୍ୟ କରନ୍ତି।
ସେ ତାଙ୍କ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ।
ସେ ସେମାନଙ୍କୁ ଘୃଣା କରନ୍ତି ନାହିଁ।
ଯଦି ଲୋକମାନେ ତାଙ୍କୁ ବିପଦରେ ପଡ଼ି ସାହାଯ୍ୟ ପ୍ରାର୍ଥନା କରନ୍ତି, ସେ ସେମାନଙ୍କଠାରୁ ନିଜକୁ ଦୂରେଇ ରଖି ପାରିବେ ନାହିଁ।
25 ହେ ସଦାପ୍ରଭୁ, ମୁଁ ମହାସଭାରେ ତୁମ୍ଭର ଯେଉଁ ଜୟଗାନ କଲି ତାହା ତୁମ୍ଭ ପ୍ରେରଣାର ଫଳ।
ସମସ୍ତ ଉପାସକମାନଙ୍କ ସମ୍ମୁଖରେ ମୁଁ ମୋର ନୈବେଦ୍ୟ ତାଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବି ଯାହା ମୁଁ ପ୍ରତିଜ୍ଞା କରିଛି।
26 ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ।
ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜୟଗାନ କର।
ତୁମ୍ଭର ହୃଦୟ ଚିରଦିନ ପାଇଁ ଜୀବନ୍ତ ରହୁ।
27 ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ।
ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।
28 କାରଣ ସେ ହେଉଛନ୍ତି ରାଜା।
ସେ ସବୁ ରାଜ୍ୟକୁ ଶାସନ କରନ୍ତି।
29 ବଳଶାଳୀ, ସ୍ୱାସ୍ଥ୍ୟବାନ୍ ଲୋକମାନେ ଭୋଜନ କରି
ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବେ।
ପ୍ରକୃତରେ ସବୁ ମଣିଷ ଯେଉଁମାନେ ମୃତ୍ୟୁବରଣ କରିବେ
ଓ ଯେଉଁମାନେ ମୃତ୍ୟୁବରଣ କରିଛନ୍ତି ପରମେଶ୍ୱରଙ୍କ ସମ୍ମୁଖରେ ନତ ମସ୍ତକ ହେବେ।
30 ଏବଂ ଭବିଷ୍ୟତରେ ଆମ୍ଭର ବଂଶଧରମାନେ ସଦାପ୍ରଭୁଙ୍କ ସେବା କରିବେ।
ଲୋକମାନେ ଚିରଦିନ ତାଙ୍କର ଗୁଣଗାନ କରିବେ।
31 ପ୍ରତ୍ୟେକ ପିଢ଼ି ତା’ର ପିଲାମାନଙ୍କୁ ଧାର୍ମିକତା ବିଷୟ କହିବେ,
ଯାହାସବୁ ପରମେଶ୍ୱର କରିଛନ୍ତି।
ବିଶ୍ୱାସ ମାଧ୍ୟମରେ ପରମେଶ୍ୱରଙ୍କ ପ୍ରତିଜ୍ଞା ପ୍ରାପ୍ତ
13 ଅବ୍ରହାମ ଓ ତାହାଙ୍କର ବଂଶଜମାନଙ୍କୁ ପ୍ରତିଜ୍ଞା ମିଳିଥିଲା ଯେ ସେମାନେ ସଂସାରର ଉତ୍ତରାଧିକାରୀ ହେବେ। କିନ୍ତୁ ଅବ୍ରହାମ ଏହି ପ୍ରତିଶ୍ରୁତି ବ୍ୟବସ୍ଥା ପାଳନ କରିଥିବାରୁ ମିଳି ନ ଥିଲା। ବିଶ୍ୱାସ ଦ୍ୱାରା ସେ ପରମେଶ୍ୱରଙ୍କଠାରେ ଧାର୍ମିକ ହୋଇଥିବାରୁ ତାହାଙ୍କୁ ଏହି ପ୍ରତିଶ୍ରୁତି ମିଳିଥିଲା। 14 ବ୍ୟବସ୍ଥା ପାଳନ କରିବା ଦ୍ୱାରା ଯଦି ଜଣେ ଲୋକ ପରମେଶ୍ୱର ଯାହା ପ୍ରତିଜ୍ଞା ଦେଇଥିଲେ ତାହା ପାଏ, ତା’ହେଲେ ବିଶ୍ୱାସର କିଛି ଅର୍ଥ ନାହିଁ ଓ ପ୍ରତିଜ୍ଞାର କିଛି ମୂଲ୍ୟ ନାହିଁ। 15 କାରଣ ବ୍ୟବସ୍ଥା ପାଳନ ନ କରିବା ଦ୍ୱାରା ବ୍ୟବସ୍ଥା ପରମେଶ୍ୱରଙ୍କର କ୍ରୋଧ ଆଣିଥାଏ। କିନ୍ତୁ ଯଦି ବ୍ୟବସ୍ଥା ନ ଥା’ନ୍ତା, ତା’ହେଲେ ଅବାଧ୍ୟ ହେବାର ପ୍ରଶ୍ନ ଉଠିବ ନାହିଁ।
16 ସେଥିପାଇଁ ବିଶ୍ୱାସ ଦ୍ୱାରା ଲୋକେ ପରମେଶ୍ୱରଙ୍କ ପ୍ରତିଜ୍ଞା ପାଆନ୍ତି। ପ୍ରତିଜ୍ଞା ଯେପରି ଏକ ବିନା ମୂଲ୍ୟର ଦାନ ହୋଇପାରେ ସେଥିପାଇଁ ଏପରି ଘଟେ, ଯଦି ବିନା ମୂଲ୍ୟରେ ପ୍ରତିଜ୍ଞା ଦାନ ମିଳେ ତା’ହେଲେ ଅବ୍ରହାମଙ୍କ ବଂଶର ସବୁ ଲୋକେ ପ୍ରତିଜ୍ଞା ପାଇବା ସୁନିଶ୍ଚିତ। ଏହି ପ୍ରତିଜ୍ଞା କେବଳ ବ୍ୟବସ୍ଥାଧୀନ ରହିଥିବା ଲୋକଙ୍କ ପାଇଁ ନୁହେଁ। ଅବ୍ରହାମ ଭଳି ବିଶ୍ୱାସ ପୂର୍ବକ ଜୀବନଯାପନ କରୁଥିବା ସମସ୍ତ ଲୋକଙ୍କ ପାଇଁ ଏହି ପ୍ରତିଜ୍ଞା ରହିଛି। ଅବ୍ରହାମ ଆମ୍ଭ ସମସ୍ତଙ୍କର ପିତା। 17 ଶାସ୍ତ୍ରରେ ଲେଖା ଅଛି, “ମୁଁ ତୁମ୍ଭକୁ (ଅବ୍ରହାମ) ଅନେକ ଗୁଡ଼ିଏ ଜାତିର ପିତା ଘୋଷିତ କରିଛି।” [a] ପରମେଶ୍ୱରଙ୍କ ଆଗରେ ଏହା ସତ୍ୟ ଅଟେ। ଅବ୍ରହାମ ଯେଉଁ ପରମେଶ୍ୱରଙ୍କୁ ବିଶ୍ୱାସ କରିଥିଲେ, ସେହି ପରମେଶ୍ୱର ମୃତ ଲୋକଙ୍କୁ ଜୀବନ ପ୍ରଦାନ କରନ୍ତି ଓ ଯେଉଁ ଘଟଣା ଅଦ୍ୟାପି ଘଟି ନାହିଁ ସେଗୁଡ଼ିକ ଘଟିବା କଥା ନିର୍ଣ୍ଣୟ କରନ୍ତି।
18 ଅବ୍ରହାମଙ୍କର ସନ୍ତାନ ହେବାର ଆଶା ନ ଥିଲା। କିନ୍ତୁ ଅବ୍ରହାମ ପରମେଶ୍ୱରଙ୍କୁ ବିଶ୍ୱାସ କଲେ ଓ ଭରସାକୁ ବଜାୟ ରଖିଲେ। ସେଥିପାଇଁ ସେ ଅନେକ ଜାତିର ପିତା ହେଲେ। ପରମେଶ୍ୱର ତାହାଙ୍କୁ କହିଥିଲେ: “ତୁମ୍ଭର ଅଗଣିତ ବଂଶଧର ହେବେ।” [b] 19 ଅବ୍ରହାମଙ୍କୁ 100 ବର୍ଷ ବୟସ ହୋଇଥିଲା, ଅତଏବ ପିଲାପିଲି ହେବା ସମୟ ଗ୍ଭଲି ଯାଇଥିଲା। ତାହାଙ୍କ ସ୍ତ୍ରୀ ସାରା ମଧ୍ୟ ସନ୍ତାନ ଜନ୍ମ କରି ପାରିବେ ନାହିଁ, ଅବ୍ରହାମ ଏ କଥା ଭାବିଥିଲେ। 20 କିନ୍ତୁ ପରମେଶ୍ୱରଙ୍କ ପ୍ରତି ତାହାଙ୍କର ବିଶ୍ୱାସ ଦୁର୍ବଳ ହେଲା ନାହିଁ। ପରମେଶ୍ୱର ତାହାଙ୍କୁ ଯାହା ପ୍ରତିଶ୍ରୁତି ଦେଇଛନ୍ତି ତାହା ସେ କରିବାରେ ସମର୍ଥ ଏଥିରେ ଅବ୍ରହାମ ଟିକେ ହେଲେ ସନ୍ଦେହ କଲେ ନାହିଁ। ବରଂ ତାହାଙ୍କର ବିଶ୍ୱାସ ଅଧିକ ଦୃଢ଼ ହେଲା ଓ ସେ ପରମେଶ୍ୱରଙ୍କୁ ଗୌରବ ଦେଲେ। 21 ଅବ୍ରହାମ ଦୃଢ଼ ଭାବରେ ଅନୁଭବ କଲେ ଯେ ପରମେଶ୍ୱର ଯାହା ପ୍ରତିଶ୍ରୁତି ଦେଇଛନ୍ତି, ତାହା କରିବାରେ ସେ ସକ୍ଷମ ଥିଲେ। 22 ସେଥିପାଇଁ ପରମେଶ୍ୱର, “ଅବ୍ରହାମଙ୍କ ବିଶ୍ୱାସକୁ ଗ୍ରହଣ କଲେ। ସେ ବିଶ୍ୱାସ ଅବ୍ରହାମଙ୍କୁ ପରମେଶ୍ୱରଙ୍କ ପ୍ରତି ଧାର୍ମିକ କରି ରଖିଥିଲା।” [c] 23 ପରମେଶ୍ୱର ଅବ୍ରହାମଙ୍କ ବିଶ୍ୱାସ ଗ୍ରହଣ କଲେ, ଏହି ବାକ୍ୟଗୁଡ଼ିକ କେବଳ ଅବ୍ରହାମଙ୍କ ପାଇଁ ଲେଖା ଯାଇ ନ ଥିଲା। 24 ଏହି ବାକ୍ୟଗୁଡ଼ିକ ଆମ୍ଭ ପାଇଁ ମଧ୍ୟ ଲେଖା ଯାଇଥିଲା। ଆମ୍ଭେ ବିଶ୍ୱାସ କରୁଥିବା ଯୋଗୁଁ ପରମେଶ୍ୱର ଆମ୍ଭକୁ ମଧ୍ୟ ଗ୍ରହଣ କରିବେ। ଆମ୍ଭେ ତାହାଙ୍କୁ ବିଶ୍ୱାସ କରୁ ଯିଏ ଆମ୍ଭର ପ୍ରଭୁ ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କଲେ। 25 ଆମ୍ଭର ପାପ ଲାଗି ଯୀଶୁଙ୍କୁ ମୃତ୍ୟୁ ନିମନ୍ତେ ସମର୍ପିତ କରାହେଲା। ଆମ୍ଭକୁ ପରମେଶ୍ୱରଙ୍କଠାରେ ଧାର୍ମିକ କରିବା ଲାଗି ଯୀଶୁ ମୃତ୍ୟୁରୁ ପୁନର୍ଜୀବିତ ହେଲେ।
ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ଭବିଷ୍ୟଦ୍ବାଣୀ(A)
31 ତା’ପରେ ସେ ସେମାନଙ୍କୁ ଶିକ୍ଷା ଦେବାକୁ ଆରମ୍ଭ କଲେ, “ମନୁଷ୍ୟପୁତ୍ରଙ୍କୁ ବହୁତ ଯାତନା ଭୋଗ କରିବାକୁ ହେବ। ପ୍ରାଚୀନ ଓ ଯିହୂଦୀ ନେତା, ପ୍ରଧାନଯାଜକ ତଥା ଧର୍ମଶାସ୍ତ୍ରୀମାନେ ତାହାଙ୍କୁ ସ୍ୱୀକାର କରିବେ ନାହିଁ। ନିଶ୍ଚିତ ରୂପରେ ତାହାଙ୍କୁ ମାରି ଦିଆଯିବ ଓ ସେ ମୃତ୍ୟୁର ତୃତୀୟ ଦିନ ପୁଣି ମୃତ୍ୟୁରୁ ପୁନରୁତ୍ଥାନ ହେବେ।” 32 ଯାହାସବୁ ଘଟିବ ସେ ସମସ୍ତ କଥା ଯୀଶୁ ସେମାନଙ୍କୁ କହିଦେଲେ। ସେ କିଛି ହେଲେ ଲୁଗ୍ଭଇ ରଖିଲେ ନାହିଁ।
ପିତର ଯୀଶୁଙ୍କୁ ଗୋଟିଏ ପାଖକୁ ଅଲଗା ନେଇ ସେ ଏସବୁ କହିଥିବା ଯୋଗୁଁ ତାହାଙ୍କୁ ସମାଲୋଚନା କଲେ। 33 ଯୀଶୁ ପଛ ପଟକୁ ବୁଲି ଶିଷ୍ୟମାନଙ୍କ ଉପରେ ଦୃଷ୍ଟି ପକାଇଲେ ଏବଂ ପିତରଙ୍କୁ ସମାଲୋଚନା କରି କହିଲେ, “ଶୟତାନ, ମୋ’ଠାରୁ ଦୂର ହୁଅ। ତୁମ୍ଭେ ପରମେଶ୍ୱରଙ୍କ ବିଗ୍ଭର ଭଳି ବିଗ୍ଭର କରୁ ନାହଁ, ଲୋକମାନେ ଯେଉଁଭଳି ବିଗ୍ଭର କରୁଛନ୍ତି, ତୁମ୍ଭେ ସେହିଭଳି ଭାବୁଛ।”
34 ତା’ପରେ ଯୀଶୁ ସବୁ ଲୋକଙ୍କୁ ପାଖକୁ ଡାକିଲେ। ତାହାଙ୍କ ସହିତ ଶିଷ୍ୟମାନେ ମଧ୍ୟ ସେଠାରେ ଥିଲେ। ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ଲୋକ ମୋତେ ଅନୁସରଣ କରିବାକୁ ଗ୍ଭହୁଁଛି, ଯାହାକିଛି ସେ ଗ୍ଭହୁଁଛି, ସେ ସବୁକୁ ଛାଡ଼ି, ନିଜ କ୍ରୁଶକୁ ବହନ କରି ମୋ’ ପଛରେ ଆସୁ। 35 କାରଣ ଯେଉଁ ଲୋକ ନିଜ ଜୀବନକୁ ବଞ୍ଚାଇବାକୁ ଗ୍ଭହିଁବ, ସେ ତାହା ହରାଇବ। ଯେଉଁ ଲୋକ ମୋ’ ପାଇଁ ଓ ସୁସମାଗ୍ଭର ପାଇଁ ନିଜ ଜୀବନ ତ୍ୟାଗ କରିବ, ସେ ତା’ ଜୀବନକୁ ଚିର ଦିନ ଲାଗି ରକ୍ଷା କରିବ। 36 ଯଦି କୌଣସି ଲୋକ ସମସ୍ତ ପୃଥିବୀକୁ ଲାଭ କରେ କିନ୍ତୁ ନିଜର ଜୀବନ ହରେଇ ବସେ, ତେବେ ସେଥିରେ କ’ଣ ଲାଭ ଅଛି? 37 କାରଣ କୌଣସି ଲୋକ ଯେତେ ଅର୍ଥ ଦେଲେ ମଧ୍ୟ ତା ବଦଳରେ ନିଜ ଜୀବନ ପୁଣି ଥରେ ଫେରି ପାଇ ପାରିବ ନାହିଁ। 38 ଏହି ଯୁଗର ଲୋକେ ବର୍ତ୍ତମାନ ପାପ ଓ ବ୍ୟଭିଗ୍ଭରର ଖରାପ ସମୟରେ ବାସ କରୁଛନ୍ତି। ଯଦି କେହି ଲୋକ ମୋ’ ନାମ ଓ ମୋ’ ଉପଦେଶ ଯୋଗୁଁ ଲଜ୍ଜା ବୋଧ କରେ ତେବେ ମନୁଷ୍ୟପୁତ୍ର ଯେତେବେଳେ ସ୍ୱର୍ଗ ଦୂତମାନଙ୍କ ସହିତ ନିଜ ପରମପିତାଙ୍କ ମହିମା ସହିତ ଆସିବେ, ସେତେବେଳେ ସେ ମଧ୍ୟ ସେହି ଲୋକ ଯୋଗୁଁ ଲଜ୍ଜା ବୋଧ କରିବେ।”
ଯୀଶୁଙ୍କ ସହିତ ମୋଶା ଓ ଏଲିୟ(A)
2 ଛଅ ଦିନ ପରେ, ଯୀଶୁ ପିତର, ଯାକୁବ ଓ ଯୋହନଙ୍କୁ ନିଜ ସାଙ୍ଗରେ ନେଇ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସେଠାରେ କେବଳ ସେହିମାନେ ଥିଲେ। ସେଠାରେ ଶିଷ୍ୟମାନେ ଯୀଶୁଙ୍କୁ ଦେଖୁଥିବା ସମୟରେ ଯୀଶୁଙ୍କ ସ୍ୱରୂପ ପରିବର୍ତ୍ତନ ହୋଇ ଗଲା। 3 ଯୀଶୁଙ୍କ ବସ୍ତ୍ର ଧଳା ଚକ୍ ଚକ୍ ହୋଇଗଲା। ତାହା ଏତେ ଉଜ୍ଜ୍ୱଳ ଓ ଧଳା ଥିଲା ଯେ, ପୃଥିବୀର କୌଣସି ଲୋକ ଏତେ ଧଳା କରି ପାରିବ ନାହିଁ। 4 ଏଲିୟ ଓ ମୋଶା [a] ଯୀଶୁଙ୍କ ସହିତ ପ୍ରକାଶିତ ହେଲେ। ସେମାନେ ଯୀଶୁଙ୍କ ସହିତ କଥାବାର୍ତ୍ତା କରୁଥିଲେ।
5 ପିତର ଯୀଶୁଙ୍କୁ କହିଲେ, “ଗୁରୁ, ବହୁତ ଭଲ ହେଲା ଯେ ଆମ୍ଭେ ଏଠାରେ ଅଛୁ। ଆମ୍ଭେ ଏଠାରେ ତିନୋଟି ତମ୍ବୁ ଟାଣି ଦେବୁ, ଗୋଟିଏ ତୁମ୍ଭ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।” 6 ପିତର ଜାଣି ପାରୁ ନ ଥିଲେ ଯେ କ’ଣ କହିବାକୁ ହେବ। କାରଣ ସେ ଓ ଅନ୍ୟ ଦୁଇଜଣ ଶିଷ୍ୟ ବହୁତ ଡରି ଯାଇଥିଲେ।
7 ତା’ପରେ ଖଣ୍ଡେ ମେଘ ଭାସି ଆସିଲା ଓ ସମସ୍ତଙ୍କୁ ଘୋଡ଼ାଇ ପକାଇଲା। ମେଘ ଭିତରୁ ଏହିଭଳି ବାଣୀ ଶୁଣା ଗଲା, “ଏ ମୋର ପୁତ୍ର, ମୁଁ ତାହାଙ୍କୁ ପ୍ରେମ କରେ। ତୁମ୍ଭେମାନେ ତାହାଙ୍କ କଥା ମାନ!”
8 ଏବଂ ସେହି ସମୟରେ ପିତର, ଯାକୁବ ଓ ଯୋହନ ଗ୍ଭରିଆଡ଼କୁ ଗ୍ଭହିଁଲେ କିନ୍ତୁ ସେଠାରେ ସେମାନେ ତାହାଙ୍କ ସହିତ କେବଳ ଯୀଶୁଙ୍କ ଛଡ଼ା ଆଉ କାହାରିକୁ ଦେଖିଲେ ନାହିଁ।
9 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ପର୍ବତ ଉପରୁ ତଳକୁ ଓହ୍ଲେଇ ଆସୁଥିଲେ। ଯୀଶୁ ଶିଷ୍ୟମାନଙ୍କୁ ଆଜ୍ଞା ଦେଲେ। ଯେ ସେମାନେ ପର୍ବତ ଉପରେ ଯାହାସବୁ ଦେଖିଲେ ତାହା କାହାରି ଆଗରେ ପ୍ରକାଶ କରିବେ ନାହିଁ ଓ ମନୁଷ୍ୟପୁତ୍ର ମୃତ୍ୟୁରୁ ପୁନରୁତ୍ଥିତ ନ ହେବା ପର୍ଯ୍ୟନ୍ତ ଅପେକ୍ଷା କରିବେ। ତା’ପରେ ସେମାନେ ଲୋକଙ୍କ ଆଗରେ ତାହା ପ୍ରକାଶ କରି ପାରିବେ।
2010 by World Bible Translation Center