Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 105:1-11

105 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ।
    ତାଙ୍କର ନାମକୁ ଡାକ।
    ଜାତିଗଣ ମଧ୍ୟରେ ତାଙ୍କର ଆଶ୍ଚର୍ଯ୍ୟ କ୍ରିୟାସକଳ ବିଷୟରେ କୁହ।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର।
    ତାଙ୍କର ପ୍ରଗ୍ଭରିତ କର।
    ତାହାଙ୍କ ଦ୍ୱାରା କରାଯାଇଥିବା ଆଶ୍ଚର୍ଯ୍ୟ କ୍ରିୟା ବିଷୟରେ କୁହ।
ଗର୍ବରେ ତାଙ୍କର ପବିତ୍ର ନାମରେ ପ୍ରଶଂସା କର।
    ସଦାପ୍ରଭୁଙ୍କର ଉପାସକ ଆନନ୍ଦିତ ହୁଅ।
ଶକ୍ତି ପାଇଁ ସଦାପ୍ରଭୁଙ୍କ ନିକଟକୁ ଯାଅ।
    ସାହାଯ୍ୟ ପାଇଁ ସର୍ବଦା ତାଙ୍କ ପାଖକୁ ଯାଅ।
ସେ ଯେଉଁ ଆଶ୍ଚର୍ଯ୍ୟ କର୍ମମାନ କଲେ ତାହା ମନେ ପକାଅ।
    ତାଙ୍କର ଅଲୌକିକ କାର୍ଯ୍ୟ ଏବଂ ତାଙ୍କ ବୁଦ୍ଧିମତାର ବିଗ୍ଭର ମନେପକାଅ।
ତୁମ୍ଭେ ହେଉଛ ତାଙ୍କର ସେବକ,
    ଯାକୁବର ସନ୍ତାନଗଣ ତାଙ୍କର ମନୋନୀତ ବ୍ୟକ୍ତି।
ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର,
    ସେ ସମୁଦାୟ ପୃଥିବୀରେ ଶାସନ କରନ୍ତି।
ସେ ଚିରଦିନ ଚୁକ୍ତି ମନେ ରଖନ୍ତି।
    ଏକ ହଜାର ବଂଶଧର ପର୍ଯ୍ୟନ୍ତ, ସେ କରିଥିବା ପ୍ରତିଜ୍ଞା ରଖନ୍ତି।
ସେ ଅବ୍ରହାମଙ୍କ ସାଙ୍ଗରେ କରିଥିବା ଚୁକ୍ତିକୁ
    ପରମେଶ୍ୱର ଇସ୍‌ହାକଙ୍କ ସହିତ କରିଥିବା ପ୍ରତିଜ୍ଞା ମନେ ରଖିବେ।
10 ପରମେଶ୍ୱର ଏହି ନିୟମ ଯାକୁବ ପାଇଁ ତିଆରି କରିଥିଲେ।
    ପରମେଶ୍ୱର ଇସ୍ରାଏଲ ସହିତ କରିଥିବା ନିୟମ ସବୁଦିନ ପାଇଁ ଦୃଢ଼ ରହିବ।
11 ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କିଣାନ ଦେଶ ଦେବା
    ଏବଂ ସେହି ଭୂମି ତୁମ୍ଭର ହେବ।”

ଗୀତସଂହିତା 105:37-45

37 ପରମେଶ୍ୱର ତାଙ୍କର ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
    ସେମାନଙ୍କ ନିଜ ସହିତ ରୂପା ଓ ସୁନା ଆଣିଲେ।
    ଓ ତା’ଙ୍କର ଗୋଷ୍ଠୀ ମଧ୍ୟରେ ଜଣେ ଦୁର୍ବଳ ଲୋକ ହିଁ ନ ଥିଲେ, ଝୁଣ୍ଟି ପଡ଼ିବାକୁ।
38 ଇସ୍ରାଏଲ ଲୋକମାନେ ଗ୍ଭଲିଯିବାର ଦେଖି ମିଶରୀୟମାନେ ଖୁସୀ ହେଲେ।
    କାରଣ ସେମାନେ ପରମେଶ୍ୱରଙ୍କର ଲୋକମାନଙ୍କୁ ଭୟ କରୁଥିଲେ।
39 ପରମେଶ୍ୱର କମ୍ବଳ ସ୍ୱରୂପ ବାଦଲକୁ ମେଲି ଦେଲେ।
    ପରମେଶ୍ୱର ନିଜ ଲୋକମାନଙ୍କୁ ରାତିରେ ଦେଖାଇବା ପାଇଁ ଏକ ଅଗ୍ନିସ୍ତମ୍ଭ ପ୍ରଜ୍ୱଳନ କଲେ।
40 ଯେତେବେଳେ ଲୋକମାନେ ଖାଦ୍ୟ ମାଗନ୍ତେ, ପରମେଶ୍ୱର ଭାଟୋଇ ପକ୍ଷୀମାନଙ୍କୁ ଦେଲେ।
    ପରମେଶ୍ୱର ସେମାନଙ୍କୁ ସ୍ୱର୍ଗରୁ ପ୍ରଚୁର ମାନ୍ନା ପ୍ରଦାନ କଲେ।
41 ପରମେଶ୍ୱର ଶୈଳକୁ ଫଟାନ୍ତେ ଜଳସ୍ରୋତ ବହିବା ଆରମ୍ଭ ହେଲା।
    ତାହା ଶୁଷ୍କ ଭୂମିରେ ନଦୀତୁଲ୍ୟ ପ୍ରବାହୀତ ହେଲା।

42 ପରମେଶ୍ୱର ଆପଣା ପବିତ୍ର ବାକ୍ୟ
    ଓ ଆପଣା ଦାସ ଅବ୍ରହାମଠାରେ କରିଥିବା ପ୍ରତିଜ୍ଞା ମନେ କଲେ।
43 ପରମେଶ୍ୱର ଆପଣା ଲୋକମାନଙ୍କୁ ମିଶରରୁ ବାହାର କରି ଆଣିଲେ।
    ସେମାନେ ଆନନ୍ଦରେ ଗୀତ ଗାଇ ଗାଇ ଆସିଲେ।
44 ଏହା ପରେ ପରମେଶ୍ୱର ତାଙ୍କର ଗୋଷ୍ଠୀୟବର୍ଗଙ୍କୁ ବାସ କରିବାକୁ ସ୍ଥାନ ଦେଲେ।
    ପରମେଶ୍ୱରଙ୍କର ଲୋକମାନେ ସମସ୍ତ ଦ୍ରବ୍ୟ ପାଇଲେ।
    ଯେଉଁଥିପାଇଁ ଅନ୍ୟ ଜାତିଗଣ ବହୁ ପରିଶ୍ରମ କରିଥିଲେ।
45 ପରମେଶ୍ୱର ଏପରି କଲେ, ତେଣୁ ତାଙ୍କର ଲୋକମାନେ ତାଙ୍କର ନିୟମ ମାନିବେ
    ଓ ତାଙ୍କର ଦେଇଥିବା ଶିକ୍ଷା ପାଳନ କରିବେ।

ପରମେଶ୍ୱରଙ୍କର ପ୍ରଶଂସା କର!

ଆଦିପୁସ୍ତକ 21:1-7

ଶେଷରେ ସାରା ଏକ ଶିଶୁକୁ ଜନ୍ମ ଦେଲେ

21 ସଦାପ୍ରଭୁ ସାରାଙ୍କଠାରେ କରିଥିବା ତାଙ୍କର ପ୍ରତିଜ୍ଞା ରକ୍ଷା କଲେ। ସେ ସାରାକୁ ଯାହା ପ୍ରତିଜ୍ଞା କରିଥିଲେ ତାଙ୍କ ପାଇଁ ସେପରି କଲେ। ସାରା ଗର୍ଭବତୀ ହୋଇ ଅବ୍ରହାମଙ୍କ ବାର୍ଦ୍ଧକ୍ୟ ଅବସ୍ଥାରେ ଏକ ଶିଶୁକୁ ଜନ୍ମ ଦେଲେ। ଏସବୁ ପରମେଶ୍ୱରଙ୍କ ନିରୂପିତ ସମୟରେ ଘଟିଲା। ସାରା ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ, ଏବଂ ଅବ୍ରହାମ ତାଙ୍କର ନାମକରଣ କରି ତା’ର ନାମ ଦେଲେ ଇ‌ସ୍‌ହାକ, ଅବ୍ରହାମ ପରମେଶ୍ୱରଙ୍କ ନିର୍ଦ୍ଦେଶ ଅନୁସାରେ ଇ‌ସ୍‌ହାକକୁ ଠିକ୍ ଆଠଦିନ ପରେ ସୁନ୍ନତ କଲେ।

ଇ‌ସ୍‌ହାକଙ୍କ ଜନ୍ମ ବେଳକୁ ଅବ୍ରହାମଙ୍କର ଏକଶହ ବର୍ଷ ବୟସ ହୋଇଥିଲା। ଏବଂ ସାରା କହିଲେ, “ପରମେଶ୍ୱର ମୋ’ ନିମନ୍ତେ ହସ ଦେଲେ ଏବଂ ଯିଏ ଏହା ଶୁଣିବ ସେ ମଧ୍ୟ ହସିବ। କୌଣସି ଲୋକ ଚିନ୍ତା କଲେ ନାହିଁ ଯେ, ମୁଁ ଅବ୍ରହାମଠାରୁ ପିଲାକୁ ଜନ୍ମ ଦେବି। କିନ୍ତୁ ମୁଁ ତାଙ୍କୁ ବୃଦ୍ଧାବସ୍ଥାରେ ଏକ ପୁତ୍ର ଦେଲି।”

ଏବ୍ରୀ 1:8-12

କିନ୍ତୁ ପରମେଶ୍ୱର ନିଜ ପୁତ୍ର ବିଷୟରେ କୁହନ୍ତି:

“ହେ ପରମେଶ୍ୱର! ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ,
    ତୁମ୍ଭେ ନ୍ୟାୟରେ ରାଜ୍ୟଶାସନ କରିବ
ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର।
    ଅତଏବ ପରମେଶ୍ୱର, ତୁମ୍ଭ ପରମେଶ୍ୱର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା
    ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।” (A)

10 ପରମେଶ୍ୱର ଏହା ମଧ୍ୟ କହନ୍ତି:

“ହେ ପ୍ରଭୁ! ତୁମ୍ଭେ ଆରମ୍ଭରେ ପୃଥିବୀ ନିର୍ମାଣ କଲ,
    ଓ ତୁମ୍ଭର ହାତ ଆକାଶ ନିର୍ମାଣ କଲା।
11 ଏହି ବିଷୟ ଗୁଡ଼ିକ ଲୋପ ପାଇବ, କିନ୍ତୁ ତୁମ୍ଭେ ନିତ୍ୟସ୍ଥାୟୀ।
    ସମସ୍ତ ବିଷୟ ବସ୍ତ୍ରଭଳି ପୁରୁଣା ହୋଇଯିବ।
12 ତୁମ୍ଭେ ଗ୍ଭଦର ଭଳି ସେହିସବୁ ଗୁଡ଼ାଇବ
    ଓ ସେମାନେ ବସ୍ତ୍ର ଭଳି ପରିବର୍ତ୍ତିତ ହେବେ।
କିନ୍ତୁ ତୁମ୍ଭେ କଦାପି ବଦଳିବ ନାହିଁ,
    ଓ ତୁମ୍ଭ ଜୀବନର ଶେଷ ହେବ ନାହିଁ।” (B)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center