Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଯାତ୍ରାପୁସ୍ତକ 20:1-17

ଦଶ ଆଜ୍ଞା

20 ଏହା ପରେ ପରମେଶ୍ୱର କହିଲେ,

“ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ୱର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହାର କରି ଆଣିଲି, ଯେଉଁଠାରେ ତୁମ୍ଭେମାନେ ଦାସ ଥିଲ।

“ତୁମ୍ଭେମାନେ ମୋ’ ବ୍ୟତୀତ ଆଉ କୌଣସି ଦେବତାଗଣଙ୍କୁ ଉପାସନା କରିବ ନାହିଁ।

“ତୁମ୍ଭେମାନେ କୌଣସି ପ୍ରତିମା ପୂଜା କରିବ ନାହିଁ, କି ସ୍ୱର୍ଗରେ କିମ୍ବା ପୃଥିବୀରେ କିମ୍ବା ପୃଥିବୀ ନୀଚ୍ଚସ୍ଥ ଜଳରେ କୌଣସି ମୂର୍ତ୍ତି ନିର୍ମାଣ କରିବା ଉଚିତ୍ ନୁହଁ। କୌଣସି ମୂର୍ତ୍ତିକୁ ଉପାସନା କରିବ ନାହିଁ କିମ୍ବା ତା’ର ସେବା କରିବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ। ମୋର ଲୋକମାନେ ଅନ୍ୟ ଦେବତାଗଣର ସେବା କରିବେ ଏହା ମୁଁ ଘୃଣା କରେ। ଯେଉଁମାନେ ମୋତେ ଘୃଣା କରନ୍ତି ସେମାନେ ମୋର ଶତ୍ରୁରେ ଗଣାଯା’ନ୍ତି ଏବଂ ମୁଁ ସେମାନଙ୍କୁ ସେମାନଙ୍କର ତୃତୀୟ ପୁରୁଷ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ଶାସ୍ତି ବିଧାନ କରିବି। କିନ୍ତୁ ମୁଁ ସେହି ଲୋକମାନଙ୍କ ପ୍ରତି ଦୟାକରେ, ଯେଉଁମାନେ ମୋର ନିୟମ ପାଳନ କରନ୍ତି ଓ ମୋତେ ପ୍ରେମ କରନ୍ତି, ମୁଁ ତାଙ୍କର ହଜାର ହଜାର ପୁରୁଷଙ୍କର ଦୟା କରେ।

“ତୁମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ, କାରଣ ଯେକେହି ତାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାଙ୍କୁ ଅପରାଧୀ ପୂପେ ଗଣନା କରନ୍ତି।

“ବିଶ୍ରାମ ଦିନଟିକୁ ପବିତ୍ର ଦିବସ ରୂପେ ପାଳନ କରିବାକୁ ସ୍ମରଣ କର। ଛଅ ଦିନରେ ଆପଣାର ସମସ୍ତ କର୍ମ କରିବ। 10 ମାତ୍ର ସପ୍ତମ ଦିନ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବିଶ୍ରାମ ଦିନ ଅଟେ। ତହିଁରେ ତୁମ୍ଭେ କି ତୁମ୍ଭର ପୁତ୍ର କି ତୁମ୍ଭର କନ୍ୟା, ତୁମ୍ଭର ଦାସ କିମ୍ବା ଦାସୀ, ତୁମ୍ଭର ପଶୁ କି ତୁମ୍ଭର ନଗରର ଦ୍ୱାରବର୍ତ୍ତୀ ବିଦେଶୀ କେହି କୌଣସି କାର୍ଯ୍ୟ କରିବ ନାହିଁ। 11 ଯେହେତୁ ସଦାପ୍ରଭୁ ଆକାଶମଣ୍ଡଳ ଓ ପୃଥିବୀ ଓ ସମୁଦ୍ର ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଛଅ ଦିନରେ ନିର୍ମାଣ କରି ସପ୍ତମ ଦିନରେ ବିଶ୍ରାମ କଲେ। ଏହିପରି ଭାବରେ ସଦାପ୍ରଭୁ ବିଶ୍ରାମ ଦିନଟିକୁ ଆଶୀର୍ବାଦ କଲେ। ସଦାପ୍ରଭୁ ଏହି ଦିନଟିକୁ ଏକ ସ୍ୱତନ୍ତ୍ର ଦିନ କଲେ।

12 “ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ଯଦ୍ଦ୍ୱାରା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।

13 “ତୁମ୍ଭେ ନରହତ୍ୟା କରିବ ନାହିଁ।

14 “ତୁମ୍ଭେ ବ୍ୟଭିଗ୍ଭର କରିବ ନାହିଁ।

15 “ତୁମ୍ଭେ ଗ୍ଭେରି କରିବ ନାହିଁ।

16 “ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।

17 “ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା କି ଦାସ, ଦାସୀ କି ତା’ର ଗୋରୁ କି ଗଧ କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।”

ଗୀତସଂହିତା 19

ଦାଉଦଙ୍କର ଏକ ଗୀତ

19 ଆକାଶ ପରମେଶ୍ୱରଙ୍କର ମହିମା ଓ ଗୌରବ ବର୍ଣ୍ଣନା କରେ।
    ଆକାଶ ତାଙ୍କର ହସ୍ତ ନିର୍ମିତ ସମସ୍ତ ଉତ୍ତମ ବସ୍ତୁର ବର୍ଣ୍ଣନା କରେ।
ପ୍ରତି ନୂତନ ଦିନ, ନୂଆ ନୂଆ କାହାଣୀ କହିଗ୍ଭଲେ।
    ପ୍ରତ୍ୟେକ ରାତ୍ରି ପରମେଶ୍ୱରଙ୍କ ଶକ୍ତି ବିଷୟରେ ନାନା ତଥ୍ୟ ପ୍ରଦାନ କରେ।
ତୁମ୍ଭେ କୌଣସି ବାକ୍ୟ କିମ୍ବା ଶବ୍ଦ ଶୁଣିପାର ନାହିଁ
    କାରଣ ଏହା କୌଣସି ଶବ୍ଦ ସୃଷ୍ଟି କରେ ନାହିଁ, ଯାହାକୁ ଆମ୍ଭେ ଶୁଣି ପାରିବା।
କିନ୍ତୁ ସେମାନଙ୍କର “କଣ୍ଠସ୍ୱର” ସମଗ୍ର ପୃଥିବୀରେ ଶୁଣାଯାଏ।
    ସେମାନଙ୍କର “ବାକ୍ୟ” ପୃଥିବୀର ଶେଷ ସୀମାକୁ ଯାଇପାରିବ।

ଆକାଶ ହେଉଛି ସୂର୍ଯ୍ୟର ବାସସ୍ଥଳୀ ଭଳି।
    ସୂର୍ଯ୍ୟ ଆପଣା ଅନ୍ତଃପୂରରୁ ବରପରି ବାହାରି ଆସେ।
ସୂର୍ଯ୍ୟ ଆକାଶରେ ଗ୍ଭଲିବାକୁ ଆରମ୍ଭ କରେ।
    ଠିକ୍ ଯେମିତି ଜଣେ କ୍ରୀଡ଼ାବିତ୍ ଦୌଡ଼ ପ୍ରତିଯୋଗିତାରେ ଦୌଡ଼େ।
ସୂର୍ଯ୍ୟ ଆକାଶର ଗୋଟିଏ ଦିଗରୁ ଅନ୍ୟ ଦିଗ ପର୍ଯ୍ୟନ୍ତ ଦୌଡ଼ି ଦୌଡ଼ି ଯାଏ।
    ତା’ର ଉତ୍ତପ୍ତ କିରଣରୁ କୌଣସି ବସ୍ତୁ ଗୁପ୍ତ ହୋଇ ରହିପାରିବ ନାହିଁ।
    ସଦାପ୍ରଭୁଙ୍କ ନୀତିଶିକ୍ଷାଗୁଡ଼ିକ ଠିକ୍ ସେହିଭଳି।

ପରମେଶ୍ୱରଙ୍କର ଶିକ୍ଷାଗୁଡ଼ିକ ପାରଦର୍ଶୀ।
    ସେଗୁଡ଼ିକ ଲୋକମାନଙ୍କୁ ବଳଶାଳୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାକୁ ବିଶ୍ୱାସ କରାଯାଇପାରେ।
    ଏହା ମୂର୍ଖମାନଙ୍କୁ ଜ୍ଞାନୀ କରେ।
ସଦାପ୍ରଭୁଙ୍କର ବ୍ୟବସ୍ଥାସବୁ ଯଥାର୍ଥ।
    ସେଗୁଡ଼ିକ ଲୋକଙ୍କୁ ସୁଖୀ କରାଏ।
ସଦାପ୍ରଭୁଙ୍କ ଆଜ୍ଞା ନିର୍ମଳ।
    ଏହା ଲୋକମାନଙ୍କୁ ପ୍ରକୃତ ମାର୍ଗରେ ବଞ୍ଚିବା ପାଇଁ ସାହାଯ୍ୟ କରେ।

ସଦାପ୍ରଭୁଙ୍କର ଉପାସନା ଆଲୋକ ସଦୃଶ।
    ଯାହା ଚିରକାଳ ଆହୁରି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ସଦାପ୍ରଭୁଙ୍କର ବିଗ୍ଭର ପଦ୍ଧତି ନିର୍ମଳ ଓ ନ୍ୟାୟପୂର୍ଣ୍ଣ।
    ସେଗୁଡ଼ିକ ସର୍ବତୋଭାବେ ସତ୍ୟ।
10 ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ୟବାନ।
    ସେଗୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫେଣାରୁ ଆସିଥାଏ।
11 ସଦାପ୍ରଭୁଙ୍କର ନୀତିଶିକ୍ଷା ତାଙ୍କର ଦାସମାନଙ୍କୁ ସତର୍କ କରାଇଥାଏ।
    ଯଦି ତୁମ୍ଭେମାନେ ସେଗୁଡ଼ିକୁ ପାଳନ କର, ତୁମ୍ଭେମାନେ ଉତ୍ତମ ପୁରସ୍କାର ପାଇବ।

12 କେହି ନିଜର ସମସ୍ତ ଭ୍ରାନ୍ତ ଧାରଣାକୁ ବୁଝିପାରନ୍ତି ନାହିଁ।
    ତେଣୁ ମୋତେ ଗୁପ୍ତ ପାପ କରିବାରୁ ନିବୃତ୍ତ କର।
13 ମୁଁ ଯେଉଁ ପାପସବୁ କରିବାକୁ ଗ୍ଭହୁଁଛି ମୋତେ ସେଥିରୁ ନିବୃତ୍ତ କର।
    ସେହି ପାପସବୁ ଯେପରି ମୋ’ ଉପରେ ଶାସନ ନ କରୁ।
ତୁମ୍ଭେ ଯଦି ମୋତେ ସାହାଯ୍ୟ କରିବ ତା’ହେଲେ ମୁଁ ଶୁଦ୍ଧ ଜୀବନଯାପନ ସହିତ
    ସମସ୍ତ ପାପରୁ ମୁକ୍ତ ହୋଇ ପାରିବି।
14 ହେ ସଦାପ୍ରଭୁ, ମୁଁ ଆଶା କରୁଛି ମୋର କଥା ଓ ଭାବନା ନିଶ୍ଚୟ ତୁମ୍ଭକୁ ସନ୍ତୁଷ୍ଟ କରିବ।
    ତୁମ୍ଭେ ମୋର ଦୃଢ଼ ବିଶ୍ୱାସର ପଥର ପରି ପ୍ରତୀକ ସଦୃଶ।
    ତୁମ୍ଭେ ହିଁ କେବଳ ମୋର ରକ୍ଷାକର୍ତ୍ତା ଅଟ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:18-25

ଖ୍ରୀଷ୍ଟଙ୍କଠାରେ ଥିବା ପରମେଶ୍ୱରଙ୍କ ଶକ୍ତି ଓ ଜ୍ଞାନ

18 ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି କ୍ରୁଶର ବାର୍ତ୍ତା ସମ୍ପୂର୍ଣ୍ଣ ମୂର୍ଖତା ଅଟେ। କିନ୍ତୁ ଆମ୍ଭେ ଯେଉଁମାନେ ଉଦ୍ଧାର ପାଇଛୁ, ଆମ୍ଭ ପ୍ରତି ଏହା ପରମେଶ୍ୱରଙ୍କ ଶକ୍ତି ସ୍ୱରୂପ। 19 ଶାସ୍ତ୍ରରେ ଲେଖା ଅଛି:

“ମୁଁ ଜ୍ଞାନୀମାନଙ୍କର ଜ୍ଞାନକୁ ନଷ୍ଟ କରିଦେବି।
    ବୁଦ୍ଧିମାନ ଲୋକମାନଙ୍କର ବୁଦ୍ଧିକୁ ମୂଲ୍ୟହୀନ କରିବି।” (A)

20 ଜ୍ଞାନୀ ଲୋକ କେଉଁଠାରେ ଅଛନ୍ତି? ବିଦ୍ୱାନ୍ ଲୋକ କେଉଁଠାରେ ଅଛନ୍ତି? ବର୍ତ୍ତମାନ ଯୁଗର ଦାର୍ଶନିକ କେଉଁଠାରେ ଅଛନ୍ତି? ପରମେଶ୍ୱର ଜାଗତିକ ଜ୍ଞାନକୁ ମୂର୍ଖତା ବୋଲି ଦର୍ଶାଇଛନ୍ତି। 21 ପରମେଶ୍ୱର ଆପଣା ଜ୍ଞାନରେ ଏହା ଗ୍ଭହିଁଲେ ଯେ, ଜଗତ କଦାପି ନିଜ ଜ୍ଞାନ ବଳରେ ପରମେଶ୍ୱରଙ୍କୁ ଜାଣି ପାରିବ ନାହିଁ। ତେଣୁ ଯେଉଁ ସୁସମାଗ୍ଭରକୁ ଜଗତ ମୂର୍ଖତା ବୋଲି କୁହେ, ସେହି ବାର୍ତ୍ତା ଯେଉଁମାନେ ବିଶ୍ୱାସ କରୁଛନ୍ତି, ତଦ୍ଦ୍ୱାରା ସେମାନଙ୍କୁ ଉଦ୍ଧାର କରିବାକୁ ଇଚ୍ଛା କଲେ।

22 ଯିହୂଦୀୟମାନେ ପ୍ରମାଣ ପାଇଁ ଆଶ୍ଚର୍ଯ୍ୟକର୍ମ ଦେଖିବାକୁ ଗ୍ଭହାନ୍ତି, ଓ ଗ୍ରୀକ୍‌ମାନେ ଜ୍ଞାନ ଗ୍ଭହାନ୍ତି। 23 କିନ୍ତୁ ଆମ୍ଭେ ପ୍ରଗ୍ଭର କରୁଛୁ: “ଖ୍ରୀଷ୍ଟ କ୍ରୁଶରେ ମୃତ୍ୟୁ ବରଣ କଲେ।” ଏ କଥା ଯିହୂଦୀମାନଙ୍କ ଲାଗି ବାଧାଜନକ ଓ ଅଣଯିହୂଦୀମାନଙ୍କ ଲାଗି ମୂର୍ଖତା ଅଟେ। 24 କିନ୍ତୁ ପରମେଶ୍ୱରଙ୍କ ଦ୍ୱାରା ଆହୂତ ଉଭୟ ଯିହୂଦୀ ଓ ଅଣଯିହୂଦୀମାନଙ୍କ ପାଇଁ ଖ୍ରୀଷ୍ଟ ପରମେଶ୍ୱରଙ୍କ ଶକ୍ତି ଓ ପରମେଶ୍ୱରଙ୍କ ଜ୍ଞାନ ସ୍ୱରୂପ ଅଟନ୍ତି। 25 ଏପରିକି ପରମେଶ୍ୱରଙ୍କ ‘ମୂର୍ଖତା’ ମନୁଷ୍ୟର ଜ୍ଞାନଠାରୁ ଅଧିକ ଶକ୍ତିଯୁକ୍ତ। ସେହିପରି ପରମେଶ୍ୱରଙ୍କ ଦୁର୍ବଳତା ମନୁଷ୍ୟର ଶକ୍ତିଠାରୁ ଅଧିକ ଶକ୍ତିଯୁକ୍ତ।

ଯୋହନ ଲିଖିତ ସୁସମାଗ୍ଭର 2:13-22

ମନ୍ଦିର ଭିତରେ ଯୀଶୁ(A)

13 ସେତେବେଳେ ଯିହୂଦୀମାନଙ୍କର ନିସ୍ତାରପର୍ବର ସମୟ ପାଖ ହୋଇଆସୁଥିଲା। ତେଣୁ ଯୀଶୁ ଯିରୁଶାଲମକୁ ଗଲେ। 14 ସେହି ମନ୍ଦିର ପରିସରରେ ଯୀଶୁ ଲୋକମାନଙ୍କୁ ଗୋରୁ, ମେଣ୍ଢା ଓ କପୋତ ବିକ୍ରୀ କରିବାର ଦେଖିଲେ। କେତେକ ଲୋକଙ୍କୁ ସେ ଟେବୁଲ ପାଖରେ ବସିଥିବାର ଦେଖିଲେ। ସେହି ଲୋକମାନେ ଲୋକଙ୍କର ଟଙ୍କା ବିନିମୟ ଓ ବ୍ୟବସାୟ ମଧ୍ୟ କରୁଥିଲେ। 15 ଯୀଶୁ କେତେ ଖଣ୍ଡ ଦଉଡ଼ିରେ ଗୋଟିଏ ଛାଟ ତିଆରି କଲେ। ତା’ପରେ ଯୀଶୁ ସେ ସମସ୍ତ ଲୋକମାନଙ୍କୁ, ମେଣ୍ଢାଗୁଡ଼ିକୁ ଓ ଗୋରୁଗୁଡ଼ିକୁ ସେଠାରୁ ଜୋର୍ ଜବରଦସ୍ତି ତଡ଼ି ଦେଲେ। ସେ ମୁଦ୍ରା ବିନିମୟକାରୀମାନଙ୍କର ଟଙ୍କା ତଳେ ପକେଇ ମେଜଗୁଡ଼ିକ ଓଲଟେଇ ଦେଲେ। 16 ତା’ପରେ ଯୀଶୁ କପୋତ ବେପାରୀମାନଙ୍କୁ ଯାଇ କହିଲେ, “ଏସବୁ ଜିନିଷ ଗୁଡ଼ିକ ଏଠାରୁ ନେଇଯାଅ। ମୋର ପରମପିତାଙ୍କ ଘରକୁ ଗୋଟିଏ ବାଣିଜ୍ୟ ଗୃହରେ ପରିଣତ କର ନାହିଁ।”

17 ଏହିସବୁ ଘଟଣା ଘଟିବା ବେଳେ ଯୀଶୁଙ୍କର ଶିଷ୍ୟମାନେ ଶାସ୍ତ୍ରରେ ଲେଖା ହୋଇଥିବା ଏହି ବାଣୀ ମନେ ପକାଇଲେ:

“ତୁମ୍ଭ ଗୃହ ପାଇଁ ମୋର ଅନୁରାଗ ମୋତେ ଗ୍ରାସ କରିଦେବ।” (B)

18 ଯିହୂଦୀମାନେ ଯୀଶୁଙ୍କୁ କହିଲେ, “ଆମ୍ଭକୁ ଚିହ୍ନ ସ୍ୱରୂପେ ଏକ ଆଶ୍ଚର୍ଯ୍ୟ କାର୍ଯ୍ୟ କରି ଦେଖାଅ। ପ୍ରମାଣିତ କର ଯେ, ଏସବୁ କରିବା ପାଇଁ ତୁମ୍ଭର ଅଧିକାର ଅଛି।”

19 ଯୀଶୁ ଉତ୍ତର ଦେଲେ, “ଏହି ମନ୍ଦିରକୁ ନଷ୍ଟ କରି ଦିଅ ଏବଂ ମୁଁ ଏହାକୁ ତିନି ଦିନ ମଧ୍ୟରେ ପୁନର୍ବାର ନିର୍ମାଣ କରିଦେବି।”

20 ଯିହୂଦୀମାନେ କହିଲେ, “ଏହି ମନ୍ଦିର ନିର୍ମାଣ କରିବା ପାଇଁ ଲୋକମାନେ ଛୟାଳିଶ ବର୍ଷ ପର୍ଯ୍ୟନ୍ତ କାମ କରିଥିଲେ। ଆଉ ତୁମ୍ଭେ କ’ଣ ପ୍ରକୃତରେ ବିଶ୍ୱାସ କରୁଛ, ତୁମ୍ଭେ ଏହା ତିନି ଦିନ ମଧ୍ୟରେ ନିର୍ମାଣ କରି ଦେବ?”

21 (କିନ୍ତୁ ଯୀଶୁ ଏହି ମନ୍ଦିର କହିବା ବେଳେ ନିଜ ଶରୀରକୁ ଲକ୍ଷ୍ୟ କରି କହିଥିଲେ। 22 ଯୀଶୁ ମୃତ୍ୟୁରୁ ଉଠିଲା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ କହିଥିବା କଥା ମନେ ପକାଇଥିଲେ। ତେଣୁ ତାହାଙ୍କର ଶିଷ୍ୟମାନେ ତାହାଙ୍କ ବିଷୟରେ ଶାସ୍ତ୍ରରେ ଯାହା ଲେଖାଥିଲା ଓ ଯୀଶୁ ଯାହା କହିଥିଲେ, ସେସବୁ କଥା ବିଶ୍ୱାସ କଲେ।)

Odia Holy Bible: Easy-to-Read Version (ERV-OR)

2010 by World Bible Translation Center