Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 107:1-3

ପଞ୍ଚମ ପୁସ୍ତକ

(ଗୀତସଂହିତା 107-150)

107 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମହାନ।
    ତାଙ୍କର ଦୟା ଅନନ୍ତକାଳସ୍ଥାୟୀ।
ପ୍ରତ୍ୟେକ ବ୍ୟକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍।
    ସଦାପ୍ରଭୁ ସେମାନଙ୍କର ଶତ୍ରୁମାନଙ୍କଠାରୁ ସେମାନଙ୍କୁ ରକ୍ଷା କରିଛନ୍ତି।
ବିଭିନ୍ନ ଦେଶମାନଙ୍କରୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଏକତ୍ରିତ କଲେ।
    ସେ ସେମାନଙ୍କୁ ପୂର୍ବ, ପଶ୍ଚିମ, ଉତ୍ତର ଓ ନଦୀ ସମୁଦ୍ର ସ୍ଥାନରୁ ଏକତ୍ରିତ କଲେ।

ଗୀତସଂହିତା 107:17-22

17 କେତେକ ମୂର୍ଖ ହୋଇଗଲେ କାରଣ ସେମାନଙ୍କର ନିଜର ପାପ ଯୋଗୁଁ
    ଏବଂ ସେମାନେ ଅଧର୍ମାଚରଣ କଲେ।
18 ସେହି ଲୋକମାନେ ବହୁତ ରୁ‌‌ଗ୍‌‌ଣ ଥିଲେ।
    ଖାଦ୍ୟ ପରିତ୍ୟାଗ କରିଥିଲେ।
    ସେମାନେ ପ୍ରାୟ ମୃତବତ୍ ରହିଥିଲେ।
19 ସେମାନେ ବିପଦରେ ଥିଲେ, ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟରେ ସହାୟତା ପାଇଁ କାକୁକ୍ତି କଲେ
    ଏବଂ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ମୁକ୍ତ କଲେ।
20 ପରମେଶ୍ୱର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ।
    ଏବଂ ସେ ବିନାଶରୁ ସେମାନଙ୍କୁ ମୁକ୍ତ କଲେ।
21 ସଦାପ୍ରଭୁଙ୍କୁ ତାଙ୍କର ସ୍ନେହପୂର୍ଣ୍ଣ କରୁଣା ନିମନ୍ତେ ଧନ୍ୟବାଦ କର
    କାରଣ ସେ ଆପଣା ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି।
22 ସେମାନେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରନ୍ତୁ
    ଓ ଗାନ କରି ତାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।

ଆଦିପୁସ୍ତକ 9:8-17

ଏହା ପରେ ପରମେଶ୍ୱର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ କହିଲେ, “ମୁଁ ବର୍ତ୍ତମାନ ତୁମ୍ଭ ପାଇଁ ଏବଂ ତୁମ୍ଭ ପରେ ରହୁଥିବା ଲୋକମାନଙ୍କ ପାଇଁ ପ୍ରତିଜ୍ଞା କରୁଛି। 10 ଆମ୍ଭେ ଆମ୍ଭର ପ୍ରତିଜ୍ଞା କରିବା ସମସ୍ତ ପକ୍ଷୀ, ସମଗ୍ର ଗୃହପାଳିତ ପଶୁ, ଏବଂ ସମସ୍ତ ପଶୁମାନେ ଯେଉଁସବୁ ତୁମ୍ଭ ସହିତ ଜାହାଜରୁ ବାହାରି ଥିଲେ। ଆମ୍ଭେ ଆମ୍ଭର ପ୍ରତିଜ୍ଞା ସମସ୍ତ ପୃଥିବୀସ୍ଥ ଜୀବନ୍ତ ପ୍ରାଣୀଙ୍କ ପାଇଁ କରିବା। 11 ଏହା ଆମ୍ଭର ତୁମ୍ଭମାନଙ୍କ ପାଇଁ ପ୍ରତିଜ୍ଞା ସମସ୍ତ ଜୀବନ ପୃଥିବୀ ଉପରିସ୍ଥ ବନ୍ୟାରେ ଧ୍ୱଂସ ପାଇଥିଲା। କିନ୍ତୁ ଏପରି ପ୍ରଳୟ ଆଉ ପୁନରାୟ ହେବ ନାହିଁ। ଏହରି ବନ୍ୟା ଦ୍ୱାରା ଆଉ କଦାପି ପୃଥିବୀରୁ ଜୀବନ ସତ୍ତା ବିନାଶ ହେବ ନାହିଁ।”

12 ଏବଂ ପରମେଶ୍ୱର କହିଲେ, “ମୁଁ ତୁମ୍ଭମାନଙ୍କୁ କିଛି ପ୍ରମାଣ ଦେବି ଯେ ମୁଁ ତୁମ୍ଭମାନଙ୍କ ସହିତ ପ୍ରତିଜ୍ଞା କରିଅଛି। ଏହି ଚିହ୍ନ ତୁମ୍ଭକୁ ଦେଖାଇବ ଯେ ମୁଁ ତୁମ୍ଭମାନଙ୍କ ସହିତ ଏବଂ ପ୍ରତ୍ୟେକ ଜୀବନ୍ତ ପ୍ରାଣୀମାନଙ୍କ ସହିତ ନିୟମ କରିଅଛି। ଏହି ନିୟମ ସବୁଦିନ ପାଇଁ ସ୍ଥାୟୀ ହେବ। ଏହା ହିଁ ତୋରଣ ପ୍ରମାଣ। 13 ମୁଁ ମୋହର ମେଘଧନୁ ମେଘରେ ସ୍ଥାପନ କରିଅଛି। ତାହା ପୃଥିବୀ ସହିତ ମୋର ଚୁକ୍ତିର ଚିହ୍ନ ହେବ। 14 ଯେତେବେଳେ ମୁଁ ପୃଥିବୀ ଉପରେ ମେଘ ସଞ୍ଚାର କରିବି, ସେତେବେଳେ ସେହି ମେଘଧନୁ ମେଘରେ ଦେଖାଯିବ। 15 ମୁଁ ଯେତେବେଳେ ମେଘଧନୁକୁ ଦେଖେ ସେତେବେଳେ ମୁଁ ତୁମ୍ଭ ସହିତ ଓ ଅନ୍ୟାନ୍ୟ ସଜୀବ ପ୍ରାଣୀମାନଙ୍କ ସହିତ ହୋଇଥିବା ଚୁକ୍ତିକୁ ମନେ ପକାଇବି। ସେହି ଚୁକ୍ତି କହେ ଯେ, ଭବିଷ୍ୟତରେ ଏପରି ବନ୍ୟାରେ ସମସ୍ତେ ବିନାଶ ହେବେ ନାହିଁ। 16 ପୁଣି ମେଘଧନୁ ହେଲେ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା। ତହିଁରେ ପୃଥିବୀସ୍ଥ ସମସ୍ତ ସଜୀବ ପ୍ରାଣୀ ସହିତ ପରମେଶ୍ୱରଙ୍କର ଯେଉଁ ଅନନ୍ତକାଳସ୍ଥାୟୀ ନିୟମ ଅଛି, ତାହା ମୁଁ ସ୍ମରଣ କରିବି।”

17 ତେଣୁ ସଦାପ୍ରଭୁ ନୋହଙ୍କୁ କହିଲେ, “ପୃଥିବୀସ୍ଥ ମାଂସ ବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ଚୁକ୍ତି ସ୍ଥିର କରିଅଛୁ, ତହିଁରେ ମେଘଧନୁ ଏହି ଚିହ୍ନ ହେବ।”

ଏଫିସୀୟଙ୍କ ପ୍ରତି ପତ୍ର 1:3-6

ଯୀଶୁଙ୍କଠାରେ ଥିବା ଲୋକଙ୍କ ପାଇଁ ଆଧ୍ୟାତ୍ମିକ ଆଶୀର୍ବାଦ

ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ୱରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଥିବା ହେତୁ ପରମେଶ୍ୱର ଆମ୍ଭକୁ ସ୍ୱର୍ଗରେ ସମସ୍ତ ଆଧ୍ୟାତ୍ମିକ ଆଶୀର୍ବାଦ ଦେଇଛନ୍ତି। ଖ୍ରୀଷ୍ଟଙ୍କଠାରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ୱର ଆମ୍ଭକୁ ତାହାଙ୍କ ସମ୍ମୁଖରେ ପବିତ୍ର ଓ ନିର୍ଦ୍ଦୋଷ ହେବା ପାଇଁ ଆଦରରେ ବାଛି ଥିଲେ। ସେ ଆମ୍ଭମାନଙ୍କ ସୃଷ୍ଟି ପୂର୍ବରୁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ନିଜର ସନ୍ତାନ କରିବାକୁ ସ୍ଥିର କରିଥିଲେ। ଏହା ତାହାଙ୍କର ଇଚ୍ଛା ଓ ଆନନ୍ଦ ଥିଲା। ପରମେଶ୍ୱରଙ୍କ ଆଶ୍ଚର୍ଯ୍ୟଜନକ ଅନୁଗ୍ରହ ସକାଶେ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ୱର ପ୍ରେମ କରନ୍ତି, ସେହି ଖ୍ରୀଷ୍ଟଙ୍କ ଦ୍ୱାରା ସେ ଆମ୍ଭକୁ ସେହି ଅନୁଗ୍ରହ ମୁକ୍ତ ଭାବରେ ଦେଇଥା’ନ୍ତି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center