Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗଣନା ପୁସ୍ତକ 21:4-9

ପିତ୍ତଳ ସର୍ପ

ତା’ପରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ଲୋହିତ ସାଗର ପଥ ଦେଇ ଯାତ୍ରା କଲେ। ପୁଣି ଦୀର୍ଘପଥ ଯୋଗୁଁ ସେମାନେ ଧୈର୍ଯ୍ୟହରା ହୋଇଗଲେ। ତହିଁରେ ଲୋକମାନେ ପରମେଶ୍ୱର ଓ ମୋଶାଙ୍କ ବିରୁଦ୍ଧରେ ଅଭିଯୋଗ କଲେ ଏବଂ କହିଲେ, “କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ଏହି ମରୁଭୂମିରେ ମାରିବାକୁ ମିଶର ଦେଶରୁ ବାହାର କରି ଆଣିଲ? ଏଠାରେ ରୋଟୀ ନାହିଁ କି ଜଳ ନାହିଁ। ଆମ୍ଭେମାନେ ଏହି ଅଖାଦ୍ୟକୁ ଘୃଣା କରୁ।”

ତେଣୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ବିଷଧର ସର୍ପ ପ୍ରେରଣ କଲେ। ସେହି ସର୍ପମାନେ ଲୋକମାନଙ୍କୁ ଦଂଶନ କରିବାରୁ ଇସ୍ରାଏଲର ଅନେକ ଲୋକ ମଲେ। ଏଥିରେ ଲୋକମାନେ ମୋଶାଙ୍କ ନିକଟକୁ ଆସି ନିବେଦନ କଲେ, “ଆମ୍ଭେମାନେ ସଦାପ୍ରଭୁ ଓ ତୁମ୍ଭ ବିରୁଦ୍ଧରେ ଅଭିଯୋଗ କରି ପାପ କରିଅଛୁ। ତେଣୁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର, ସେ ଯେପରି ଆମ୍ଭମାନଙ୍କଠାରୁ ଏହି ସର୍ପମାନଙ୍କୁ ଦୂରେଇ ନେବେ।” ତେଣୁ ମୋଶା ଲୋକମାନଙ୍କ ପାଇଁ ପ୍ରାର୍ଥନା କଲେ।

ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଗୋଟିଏ ପିତ୍ତଳ ସର୍ପ ନିର୍ମାଣ କରି ଗୋଟିଏ ସ୍ତମ୍ଭ ଉପରେ ରଖ। ସର୍ପଦ୍ୱାରା ଦଂଶିତ ହୋଇଥିବା ଲୋକମାନେ ମୃତ୍ୟୁବରଣ କରିବେ ନାହିଁ, ଯଦି ସେମାନେ ସ୍ତମ୍ଭ ଉପରେ ଥିବା ସର୍ପକୁ ଦେଖନ୍ତି।” ତେଣୁ ମୋଶା ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ। ସେ ଏକ ପିତ୍ତଳର ସର୍ପ ନିର୍ମାଣ କରି ଗୋଟିଏ ଖମ୍ବ ଉପରେ ସ୍ଥାପନ କଲେ। ତେଣୁ ସର୍ପ ଦଂଶିତ ବ୍ୟକ୍ତି ସେହି ଖମ୍ବସ୍ଥିତ ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରି ବଞ୍ଚିଲେ।

ଗୀତସଂହିତା 107:1-3

ପଞ୍ଚମ ପୁସ୍ତକ

(ଗୀତସଂହିତା 107-150)

107 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, କାରଣ ସେ ମହାନ।
    ତାଙ୍କର ଦୟା ଅନନ୍ତକାଳସ୍ଥାୟୀ।
ପ୍ରତ୍ୟେକ ବ୍ୟକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍।
    ସଦାପ୍ରଭୁ ସେମାନଙ୍କର ଶତ୍ରୁମାନଙ୍କଠାରୁ ସେମାନଙ୍କୁ ରକ୍ଷା କରିଛନ୍ତି।
ବିଭିନ୍ନ ଦେଶମାନଙ୍କରୁ ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଏକତ୍ରିତ କଲେ।
    ସେ ସେମାନଙ୍କୁ ପୂର୍ବ, ପଶ୍ଚିମ, ଉତ୍ତର ଓ ନଦୀ ସମୁଦ୍ର ସ୍ଥାନରୁ ଏକତ୍ରିତ କଲେ।

ଗୀତସଂହିତା 107:17-22

17 କେତେକ ମୂର୍ଖ ହୋଇଗଲେ କାରଣ ସେମାନଙ୍କର ନିଜର ପାପ ଯୋଗୁଁ
    ଏବଂ ସେମାନେ ଅଧର୍ମାଚରଣ କଲେ।
18 ସେହି ଲୋକମାନେ ବହୁତ ରୁ‌‌ଗ୍‌‌ଣ ଥିଲେ।
    ଖାଦ୍ୟ ପରିତ୍ୟାଗ କରିଥିଲେ।
    ସେମାନେ ପ୍ରାୟ ମୃତବତ୍ ରହିଥିଲେ।
19 ସେମାନେ ବିପଦରେ ଥିଲେ, ତେଣୁ ସେମାନେ ସଦାପ୍ରଭୁଙ୍କ ନିକଟରେ ସହାୟତା ପାଇଁ କାକୁକ୍ତି କଲେ
    ଏବଂ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ମୁକ୍ତ କଲେ।
20 ପରମେଶ୍ୱର ଆପଣା ଆଦେଶ ପଠାଇ ତାଙ୍କୁ ସୁସ୍ଥ କଲେ।
    ଏବଂ ସେ ବିନାଶରୁ ସେମାନଙ୍କୁ ମୁକ୍ତ କଲେ।
21 ସଦାପ୍ରଭୁଙ୍କୁ ତାଙ୍କର ସ୍ନେହପୂର୍ଣ୍ଣ କରୁଣା ନିମନ୍ତେ ଧନ୍ୟବାଦ କର
    କାରଣ ସେ ଆପଣା ଲୋକମାନଙ୍କ ପାଇଁ ଆଶ୍ଚର୍ଯ୍ୟ କର୍ମମାନ କରିଛନ୍ତି।
22 ସେମାନେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରନ୍ତୁ
    ଓ ଗାନ କରି ତାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।

ଏଫିସୀୟଙ୍କ ପ୍ରତି ପତ୍ର 2:1-10

ମୃତ୍ୟୁରୁ ଜୀବନ ଆଡ଼କୁ

ପୂର୍ବରୁ ତୁମ୍ଭର ପାପ ହେତୁ ଓ ପରମେଶ୍ୱରଙ୍କୁ ବାଧା ଦେଉଥିବା ଭୁଲ୍ କାର୍ଯ୍ୟ ହେତୁ ତୁମ୍ଭର ଆତ୍ମିକ ଜୀବନ ମୃତ ଥିଲା। ଅତୀତରେ ତୁମ୍ଭେ ସେହି ପାପ କାର୍ଯ୍ୟ ସହିତ ଜଡ଼ିତ ଥିଲ। ତୁମ୍ଭେ ସାଂସାରିକ ଜୀବନଯାପନ କରୁଥିଲ। ପୃଥିବୀରେ ମନ୍ଦ ଶକ୍ତିର ଶାସକକୁ ତୁମ୍ଭେ ଅନୁସରଣ କରୁ ଥିଲ। ସେହି ମନ୍ଦ ଶକ୍ତି ଏବେ ମଧ୍ୟ ପରମେଶ୍ୱରଙ୍କୁ ଅମାନ୍ୟ କରୁଥିବା ଲୋକଙ୍କ ଭିତରେ କାମ କରୁଛି। ଅତୀତରେ ଆମ୍ଭେ ସମସ୍ତେ ସେହିଭଳି ଜୀବନଯାପନ କରୁଥିଲୁ। ଆମ୍ଭେ ଆମ୍ଭର ପାପଭରା ମନୋଭାବର କାମନା ସବୁ ପୂରଣ କରିବାରେ ଚେଷ୍ଟିତ ଥିଲୁ। ଯାହା ଆମ୍ଭ ଦେହ ଗ୍ଭହୁଁଥିଲା ଓ ମନ ଭାବୁଥିଲା, ସେହି କାର୍ଯ୍ୟ କରୁଥିଲୁ। ଆମ୍ଭେ ମନ୍ଦଲୋକ ଥିଲୁ। ଆମ୍ଭର ପାପପୂର୍ଣ୍ଣ ଜୀବନ ଲାଗି ଆମ୍ଭେମାନେ ଅନ୍ୟମାନଙ୍କ ପରି ପରମେଶ୍ୱରଙ୍କ କ୍ରୋଧର ପାତ୍ର ହୋଇ ଦଣ୍ଡ ଭୋଗ କରିଥା’ନ୍ତୁ।

କିନ୍ତୁ ପରମେଶ୍ୱର ଆମ୍ଭକୁ ଅତିଶୟ ପ୍ରେମ କଲେ କାରଣ ତାହାଙ୍କ ଦୟା ଅତି ମହାନ୍। ସେ ସମୟରେ ଆମ୍ଭେ ପରମେଶ୍ୱରଙ୍କ ଇଚ୍ଛା ବିରୁଦ୍ଧରେ ଆଚରଣ କରୁଥିବାରୁ ଆତ୍ମିକ ଭାବରେ ମୃତ ଥିଲୁ। କିନ୍ତୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ସେ ଆମ୍ଭକୁ ନୂତନ ଜୀବନ ପ୍ରଦାନ କଲେ। ପରମେଶ୍ୱରଙ୍କ ଅନୁଗ୍ରହ ହେତୁ ତୁମ୍ଭେମାନେ ପରିତ୍ରାଣ ପାଇଅଛ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରୁଥିବାରୁ ପରମେଶ୍ୱର ଆମ୍ଭକୁ ଖ୍ରୀଷ୍ଟଙ୍କ ସହିତ ପୁନରୁ‌ତ୍‌‌ଥିତ କଲେ ଓ ତାହାଙ୍କ ସହିତ ସ୍ୱର୍ଗୀୟ ସ୍ଥାନରେ ବସାଇ ଅଛନ୍ତି। ଭବିଷ୍ୟତରେ ତାହାଙ୍କ କୃପାର ମହାନ୍ ସମ୍ପଦକୁ ଆମ୍ଭକୁ ଦେଖାଇବା ପାଇଁ ପରମେଶ୍ୱର ଏପରି କଲେ। ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଆମ୍ଭ ପ୍ରତି ପରମେଶ୍ୱର ତାହାଙ୍କର ଏହି ଅନୁଗ୍ରହ ପ୍ରକାଶ କଲେ। ଏହି ଅନୁଗ୍ରହ ଦ୍ୱାରା ତୁମ୍ଭେ ଉଦ୍ଧାର ପାଇଛ।

ତୁମ୍ଭେ ସେହି ଅନୁଗ୍ରହ ତୁମ୍ଭର ବିଶ୍ୱାସ ବଳରେ ପାଇଛ। ତୁମ୍ଭେ ନିଜକୁ ଉଦ୍ଧାର କରି ନାହଁ, ବରଂ ଏହା ତୁମ୍ଭ ପ୍ରତି ପରମେଶ୍ୱରଙ୍କ ଦାନ। ତୁମ୍ଭେ ନିଜ କର୍ମ ଦ୍ୱାରା ଉଦ୍ଧାର ପାଇ ନାହଁ। ଯେପରି କୌଣସି ଲୋକ ଆପେ ଉଦ୍ଧାର ପାଇଅଛି ବୋଲି ଗର୍ବ ନ କରୁ। 10 ଆମ୍ଭେ ଯାହା, ତାହା କେବଳ ପରମେଶ୍ୱରଙ୍କ ଦ୍ୱାରା ହୋଇଅଛୁ। ଆମ୍ଭେ ଯେପରି ଭଲ କାମ କରି ପାରୁ, ସେଥିପାଇଁ ପରମେଶ୍ୱର ଆମ୍ଭକୁ ଖ୍ରୀଷ୍ଟ ଯୀଶୁଙ୍କ ମଧ୍ୟରେ ନୂତନ ବ୍ୟକ୍ତି କଲେ। ଏହି ଭଲ କାମଗୁଡ଼ିକୁ ମଧ୍ୟ ସେ ଆମ୍ଭପାଇଁ ପୂର୍ବରୁ ଯୋଜନା କରି ରଖିଅଛନ୍ତି। ସେ ହିଁ ଯୋଜନା କରିଛନ୍ତି ଆମ୍ଭେ ସେହି ଭଲକାମ କରି ଜୀବନଯାପନ କରିବା।

ଯୋହନ ଲିଖିତ ସୁସମାଗ୍ଭର 3:14-21

14 “ମୋଶା ମରୁଭୂମିରେ ସର୍ପକୁ ଉପରକୁ ଉଠାଇଥିଲେ। [a] ଠିକ୍ ସେହିପରି ମନୁଷ୍ୟପୁତ୍ର ମଧ୍ୟ ଉପରକୁ ଉଠାଯିବେ। 15 ଏହା ଦ୍ୱାରା ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଥିବା ପ୍ରତ୍ୟେକ ଲୋକ ଅନନ୍ତ ଜୀବନ ଲାଭ କରିବ।”

16 ହଁ, ପରମେଶ୍ୱର ଏ ପୃଥିବୀକୁ ଏତେ ପ୍ରେମ କଲେ ଯେ ସେ ତାହାଙ୍କ ଏକମାତ୍ର ପୁତ୍ରଙ୍କୁ ଦାନ କଲେ। ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ଦାନ କଲେ ଯେପରି ତାହାଙ୍କ ପୁତ୍ରଙ୍କୁ ବିଶ୍ୱାସ କରୁଥିବା ପ୍ରତ୍ୟେକ ବ୍ୟକ୍ତି, ବିନାଶ ହେବେ ନାହିଁ, କିନ୍ତୁ ଅନନ୍ତ ଜୀବନ ପାଇବେ। 17 ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ଏ ଜଗତକୁ ପଠାଇଲେ। ସେ ତାହାଙ୍କୁ ଜଗତର ବିଗ୍ଭର କରିବା ପାଇଁ ପଠାଇ ନ ଥିଲେ। ମାତ୍ର ଏହି ଜଗତ ଯେପରି ତାହାଙ୍କ ପୁତ୍ରଙ୍କ ଦ୍ୱାରା ଉଦ୍ଧାର ପାଇବ, ସେଥିପାଇଁ ସେ ତାହାଙ୍କୁ ପଠାଇଥିଲେ। 18 ପରମେଶ୍ୱରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ ରଖୁଥିବା ଲୋକ କେବେ ବିଗ୍ଭରିତ ହୁଏ ନାହିଁ। କିନ୍ତୁ ତାହାଙ୍କଠାରେ ବିଶ୍ୱାସ ନ କରୁଥିବା ଲୋକ ବିଗ୍ଭରିତ ହୋଇସାରିଛି। କାରଣ ସେ ପରମେଶ୍ୱରଙ୍କର ଏକମାତ୍ର ପୁତ୍ରଙ୍କୁ ବିଶ୍ୱାସ କଲା ନାହିଁ। 19 ଲୋକମାନଙ୍କର ବିଗ୍ଭର ଏହି ବିଷୟ ଦ୍ୱାରା ହୁଏ: ସେହି ଆଲୋକ ଜଗତକୁ ଆସିଲେ, କିନ୍ତୁ ଲୋକେ ସେହି ଆଲୋକ ଗ୍ଭହିଁଲେ ନାହିଁ, ସେମାନେ ଅନ୍ଧକାର ଗ୍ଭହିଁଲେ, କାରଣ ସେମାନେ ମନ୍ଦକାର୍ଯ୍ୟରେ ରତଥିଲେ। 20 ମନ୍ଦକାର୍ଯ୍ୟ କରୁଥିବା ପ୍ରତ୍ୟେକ ଲୋକ ଆଲୋକକୁ ଘୃଣା କରେ। ସେ କେବେ ଆଲୋକକୁ ଆସିବ ନାହିଁ କାରଣ ଆଲୋକ ତା’ର କୃତ ସମସ୍ତ ମନ୍ଦକାର୍ଯ୍ୟ ଗୁଡ଼ିକୁ ଦେଖାଇ ଦେବ। 21 କିନ୍ତୁ ଯେଉଁ ଲୋକ ସତ୍ୟପଥ ଅନୁସରଣ କରେ, ସେ ଆଲୋକ ନିକଟକୁ ଆସେ। ତା’ପରେ ଆଲୋକ ସ୍ପଷ୍ଟ ଦେଖାଇ ଦେବ ଯେ ସେ ଲୋକ ଯେଉଁ କାର୍ଯ୍ୟ କରିଛି ତାହା ସେ ପରମେଶ୍ୱରଙ୍କ ମାଧ୍ୟମରେ କରିଛି। [b]

Odia Holy Bible: Easy-to-Read Version (ERV-OR)

2010 by World Bible Translation Center