Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୀତ। ଦାଉଦ ବଥ୍ଶେବାଠାରେ ଗମନ କଲାପରେ ତାଙ୍କ ନିକଟକୁ ନାଥନ୍ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ।
51 ହେ ପରମେଶ୍ୱର, ଆପଣଙ୍କ ସ୍ନେହପୂର୍ଣ୍ଣ କରୁଣା ଅନୁସାରେ
ମୋ’ ପ୍ରତି ଦୟାକର।
ତୁମ୍ଭର ମହାନ କରୁଣା ଅନୁସାରେ,
ମୋର ସମସ୍ତ ପାପ କ୍ଷମା କର।
2 ମୋ’ ସବୁ ପାପ ଧୋଇ ଦିଅ,
ଏବଂ ପୁଣି ମୋତେ ପବିତ୍ର କର।
3 ମୁଁ ଜାଣେ ମୁଁ ପାପ କରିଛି।
ମୋର ପାପ ସବୁ ସର୍ବଦା ମୋର ସମ୍ମୁଖରେ ଦେଖାଯାଉଛି।
4 ହେ ପରମେଶ୍ୱର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି
ଓ ମୁଁ ତାହା ହିଁ କରିଛି, ଯାହା ତୁମ୍ଭ ଦୃଷ୍ଟିରେ ଭୁଲ୍।
ତୁମ୍ଭେ ଠିକ୍ କୁହ,
ଯେତେବେଳେ ମୋର ବିଗ୍ଭର ଓ ନ୍ୟାୟ ସେତେବେଳେ ମୋତେ ଦୋଷୀ ବୋଲି କୁହ।
5 ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହେଲି
ଓ ପାପରୁ ହିଁ ମୋର ମା ମୋତେ ଗର୍ଭରେ ଧାରଣ କଲା।
6 ହେ ପରମେଶ୍ୱର, ମୁଁ ବିଶ୍ୱସ୍ତ ହୁଏ ବୋଲି ତୁମ୍ଭେ ଗ୍ଭହଁ,
ତେଣୁ ମୋ’ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।
7 ଔଷଧିୟ ବୃକ୍ଷର ପ୍ରୟୋଗ କରି ମୋତେ ବିଧି ସହକାରେ ଶୁଦ୍ଧ କର।
ମୁଁ ବରଫରୁ ଅଧିକ ଶୁକ୍ଳ ହେବା ପର୍ଯ୍ୟନ୍ତ ମୋତେ ପ୍ରକ୍ଷାଳନ କର।
8 ଆଉ ମୋତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ।
ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ଆନନ୍ଦରେ ପ୍ରଫୁଲ୍ଲିତ ହେବ।
9 ମୋର ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ।
ମୋର ପାପ ସବୁ ପୋଛିଦିଅ।
10 ହେ ପରମେଶ୍ୱର, ମୋ’ ଅନ୍ତରେ ଏକ ପବିତ୍ରଆତ୍ମା ସୃଷ୍ଟି କର!
ମୋତେ ଗୋଟିଏ ନୂଆ ଓ ବିଶ୍ୱସ୍ତ ଆତ୍ମା ଦିଅ।
11 ତୁମ୍ଭଠାରୁ ମୋତେ ଦୂର କର ନାହିଁ!
ଏବଂ ତୁମ୍ଭର ପବିତ୍ରଆତ୍ମା ମୋ’ଠାରୁ ନିଅ ନାହିଁ।
12 ତୁମ୍ଭର ପରିତ୍ରାଣ ମୋତେ ଖୁସୀ କଲା!
ପୁନ୍ନରାୟ ମୋତେ ସେହି ଆନନ୍ଦ ପ୍ରଦାନ କର।
ମୋର ଆତ୍ମାକୁ ସୁଦୃଢ଼ କର, ଯେପରିକି ମୁଁ ସର୍ବଦା ତୁମ୍ଭକୁ ମାନିବାକୁ ପ୍ରସ୍ତୁତ ହେବି।
2 ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରସିଦ୍ଧ ବିଷୟରେ ଶୁଣିଛି
ଏବଂ ମୁଁ ପରମେଶ୍ୱରଙ୍କ ଭୟରେ ପରିପୂର୍ଣ୍ଣ ହୋଇଛି।
ହେ ସଦାପ୍ରଭୁ, ଅତୀତରେ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ କରିଛ, ସେଥିରେ ମୁଁ ଆଶ୍ଚର୍ଯ୍ୟାନ୍ୱିତ।
ବର୍ତ୍ତମାନ ମୁଁ ପ୍ରାର୍ଥନା କରୁଛି ତୁମ୍ଭେ ଆମ୍ଭ ବିଷୟରେ ଅନେକ ବଡ଼ କାର୍ଯ୍ୟ କରିବ।
ଆମ୍ଭ ସମୟରେ ଏହିସବୁ ଘଟୁ ତୁମ୍ଭେ ଦୟାପୂର୍ବକ କର।
ତୁମ୍ଭର ସେହି କ୍ରୋଧିତ ଅବସ୍ଥାରେ ଆମ୍ଭ ପ୍ରତି ଦୟା କର।
3 ପରମେଶ୍ୱର ତୈମନରୁ ଆସୁଛନ୍ତି।
ସେହି ପବିତ୍ର ପୁରୁଷ ପାରଣ ପର୍ବତରୁ ଓହ୍ଲାଇ ଆସୁଛନ୍ତି।
ସଦାପ୍ରଭୁଙ୍କ ମହିମା ସ୍ୱର୍ଗକୁ ଆବୃତ କରେ।
ତାଙ୍କର ପ୍ରଶଂସା ପୃଥିବୀକୁ ପୂର୍ଣ୍ଣ କରେ।
4 ଆଲୋକରଶ୍ମି ସଦାପ୍ରଭୁଙ୍କ ହସ୍ତରୁ ଆସି ଉଜ୍ଜ୍ୱଳ ଆଲୋକ ପ୍ରଦାନ କରେ।
ତାଙ୍କର ଶକ୍ତି ସେଠାରେ ଲୁଚିଅଛି।
5 ରୋଗଗୁଡ଼ିକ ତାଙ୍କ ଆଗେ ଆଗେ ଗ୍ଭଲିଲେ
ଏବଂ ଧ୍ୱଂସକାରୀ ଶକ୍ତି ତାଙ୍କୁ ଅନୁସରଣ କଲେ।
6 ସଦାପ୍ରଭୁ ଦଣ୍ଡାୟମାନ ହେଲେ ଓ ପୃଥିବୀର ବିଗ୍ଭର କଲେ।
ସେ ଦୃଷ୍ଟିଜାତ କରି ଗୋଷ୍ଠୀଗଣଙ୍କୁ
ଭିନ୍ନଭିନ୍ନ କରି ତଡ଼ି ଦେଲେ।
ଯେଉଁ ପର୍ବତଗୁଡ଼ିକ ବହୁବର୍ଷ ପର୍ଯ୍ୟନ୍ତ ଛିଡ଼ା ହୋଇଥିଲେ
ସେଗୁଡ଼ିକ ଧ୍ୱଂସ ହେଲେ।
ପୁରାତନ ପାହାଡ଼ଗୁଡ଼ିକର ମଧ୍ୟ ପତନ ହେଲା।
କିନ୍ତୁ ପରମେଶ୍ୱର ଅନନ୍ତକାଳସ୍ଥାୟୀ।
7 ମୁଁ ଦେଖିଲି କୂଶନର ନଗରଗୁଡ଼ିକ ଅସୁବିଧାରେ ଥିଲେ।
ମିଦିୟନର ଗୃହଗୁଡ଼ିକ ଭୟରେ ଥରିଲେ।
8 ହେ ସଦାପ୍ରଭୁ, ତୁମ୍ଭେ କ’ଣ ନଦୀ, ଝରଣା,
ସମୁଦ୍ର ଉପରେ କ୍ରୋଧାନ୍ୱିତ ହୋଇଥିଲ?
ସେଥିପାଇଁ କ’ଣ ତୁମ୍ଭେ ତୁମ୍ଭର ଅଶ୍ୱ
ଏବଂ ରଥକୁ ଆରୋହଣ କଲ?
9 ତା’ପରେ ତୁମ୍ଭେ ଧନୁ କାଢ଼ିଲ।
ଶପଥ ପୂର୍ବକ ତୀରଗୁଡ଼ିକୁ ନିକ୍ଷେପ କଲ।
ତୁମ୍ଭେ ପୃଥିବୀକୁ ନଦୀମାନଙ୍କ ଦ୍ୱାରା ଭାଗ କଲ।
10 ପର୍ବତଗୁଡ଼ିକ ତୁମ୍ଭକୁ ଦେଖି ଥରିଲେ।
ପ୍ରଚଣ୍ତ ଜଳ ଭୂମିରେ ପ୍ରବାହିତ ହେଲା।
ସମୁଦ୍ର ଭୟଙ୍କର ଗର୍ଜନ କଲା,
ଢେଉଗୁଡ଼ିକ ଉପରକୁ ଉଠିଲା।
11 ସୂର୍ଯ୍ୟ ଚନ୍ଦ୍ର ତାଙ୍କର କକ୍ଷରେ ଛିଡ଼ା ହେଲେ।
ଯେତେବେଳେ ସେମାନେ ତୁମ୍ଭର ବିଦ୍ୟୁତ୍ର ଉଜ୍ଜ୍ୱଳ ଦେଖିଲେ ସେମାନେ ଆଲୋକ ଦେବା ବନ୍ଦ କଲେ।
ସେହି ବିଦ୍ୟୁତ୍ ପବନରେ ବର୍ଚ୍ଛା ଓ ତୀର ଗତି କଲାପରି କ୍ଷିପ୍ର ଥିଲା।
12 କ୍ରୋଧରେ ତୁମ୍ଭେ ପୃଥିବୀ ଉପରେ ଗ୍ଭଲିଲ
ଏବଂ ଦେଶଗୁଡ଼ିକୁ ଦଣ୍ତ ଦେଲ।
13 ତୁମ୍ଭେ ଆପଣା ଲୋକଙ୍କୁ ପରିତ୍ରାଣ କରିବକୁ ଆସିଲ।
ତୁମ୍ଭେ ଆପଣା ମନୋନୀତ ରାଜାଙ୍କୁ ରକ୍ଷା କରିବାକୁ ଆସିଲ।
ପ୍ରତି ମନ୍ଦ ଗୃହରେ ଥିବା ମୁଖ୍ୟଙ୍କୁ ହତ୍ୟା କଲ।
ତୁମ୍ଭେ ତାକୁ ଆପାଦମସ୍ତକ
ଗ୍ଭବୁକରେ ପ୍ରହାର କଲ।
ତାହାଙ୍କ ବନ୍ଧୁମାନଙ୍କ ସହ ବେଥନୀୟାରେ ଯୀଶୁ(A)
12 ଯୀଶୁ ନିସ୍ତାରପର୍ବ ଉତ୍ସବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଗଲେ। ଲାଜାର ବେଥନୀୟାରେ ରହୁଥିଲେ। (ଯାହାଙ୍କୁ ଯୀଶୁ ମୃତ୍ୟୁରୁ ଉଠେଇ ଥିଲେ)। 2 ସେଠାରେ ଯୀଶୁଙ୍କ ପାଇଁ ଗୋଟିଏ ଭୋଜି ପ୍ରସ୍ତୁତ ହୋଇଥିଲା। ମାର୍ଥା ଖାଦ୍ୟ ପରିବେଷଣ କରୁଥିଲେ। ଯୀଶୁଙ୍କ ସହିତ ଅନ୍ୟ ଲୋକମାନଙ୍କ ମଧ୍ୟରେ ଲାଜାର ମଧ୍ୟ ଖାଉଥିଲେ। 3 ମରିୟମ ଅଧ ଲିଟର ଅତି ମୂଲ୍ୟବାନ ବିଶୁଦ୍ଧ ଜଟାମାଂସର ଅତର ଆଣି ଯୀଶୁଙ୍କ ପାଦରେ ଢାଳି ଦେଲେ। ତା’ପରେ ସେ ତାହାଙ୍କ ପାଦ ନିଜ କେଶରେ ପୋଛି ଦେଲେ। ଘରଟି ଅତର ସୁବାସରେ ମହକି ଉଠିଲା।
4 ଇଷ୍କାରିୟୋତ ଯିହୂଦା ସେଠାରେ ଥିଲା। ଯିହୂଦା ଯୀଶୁଙ୍କର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଥିଲେ। (ସେ ପରେ ଯୀଶୁଙ୍କର ବିରୁଦ୍ଧାଚରଣ କରିଥିଲେ। ଯିହୂଦା ମରିୟମଙ୍କ ଏହି କାର୍ଯ୍ୟ ପସନ୍ଦ କଲେ ନାହିଁ। ସେ କହିଲେ, 5 “ସେହି ଅତରର ମୂଲ୍ୟ ତିନିଶହ ରୂପାଟଙ୍କା। ଏହାକୁ ବୀକ୍ରି କରି ସେହି ଟଙ୍କା ଗରିବ ଲୋକମାନଙ୍କୁ ଦେବା ଉଚିତ୍ ଥିଲା,” 6 କିନ୍ତୁ ଯିହୂଦା ଗରିବ ଲୋକମାନଙ୍କ ପ୍ରତି ପ୍ରକୃତରେ ଚିନ୍ତିତ ନ ଥିଲା। ସେ ନିଜେ ଗ୍ଭେର ଥିବାରୁ ଏ କଥା କହିଲା। ସେ ଶିଷ୍ୟମାନଙ୍କ ପାଇଁ ଟଙ୍କା-ବାକ୍ସ ନିଜ ପାଖରେ ରଖୁଥିଲା। ଏବଂ ସେ ପ୍ରାୟ ସେହି ବାକ୍ସରୁ ଟଙ୍କା ଗ୍ଭେରି କରୁଥିଲା।
7 ଯୀଶୁ ଉତ୍ତର ଦେଲେ, “ମରିୟମକୁ ବାଧା ଦିଅ ନାହିଁ। ସେ ଅତର ସଞ୍ଚୟ କରି ମୋର ସମାଧି କ୍ରିୟାର ପ୍ରସ୍ତୁତି ପାଇଁ ଆଜି ଏହା କରିଛି। 8 ତୁମ୍ଭ ପାଖରେ ସବୁବେଳେ ଗରିବ ଲୋକେ ରହିଥିବେ, କିନ୍ତୁ ମୁଁ ସର୍ବଦା ତୁମ୍ଭ ସହିତ ରହିବି ନାହିଁ।”
ଲାଜାରଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର
9 ଯୀଶୁ ବେଥନୀୟାରେ ଥିବା କଥା ଅନେକ ଯିହୂଦୀମାନେ ଶୁଣିଲେ। ତେଣୁ ସେମାନେ ତାହାଙ୍କୁ ଦେଖିବା ପାଇଁ ସେଠାକୁ ଗଲେ। ସେମାନେ ଲାଜାରଙ୍କୁ ମଧ୍ୟ ଦେଖିବାକୁ ଗଲେ। ଲାଜାରଙ୍କୁ ଯୀଶୁ ମୃତ୍ୟୁରୁ ଉଠେଇ ଥିଲେ, 10 ତେଣୁ ମୁଖ୍ୟ ଯାଜକମାନେ ଲାଜାରଙ୍କୁ ହତ୍ୟା କରିବା ପାଇଁ ମଧ୍ୟ ଯୋଜନା କଲେ। 11 ଅନେକ ଯିହୂଦୀ ଲାଜାରଙ୍କ ହେତୁ ସେମାନଙ୍କର ନେତାମାନଙ୍କୁ ଛାଡ଼ି ଯୀଶୁଙ୍କୁ ବିଶ୍ୱାସ କରୁଥିଲେ। ସେଥି ପାଇଁ ଯିହୂଦୀ ନେତାମାନେ ଲାଜାରଙ୍କୁ ମଧ୍ୟ ମାରିବା ପାଇଁ ଚେଷ୍ଟା କଲେ।
2010 by World Bible Translation Center