Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଯିରିମିୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 31:31-34

ନୂତନ ନିୟମ

31 ସଦାପ୍ରଭୁ କହନ୍ତି, “ଏପରି ଏକ ସମୟ ଆସୁଛି ଯେତେବେଳେ ଆମ୍ଭେ ଇସ୍ରାଏଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିୟମ ସ୍ଥାପନ କରିବା। 32 ଏହି ନିୟମ ସେମାନଙ୍କ ପୂର୍ବପୁରୁଷଗଣଙ୍କ ସହ ହୋଇଥିବା ନିୟମ ପରି ହେବ ନାହିଁ। ସେତେବେଳେ ଆମ୍ଭେ ସେମାନଙ୍କୁ ହସ୍ତ ଧରି ମିଶର ଦେଶରୁ ବାହାର କରି ଆଣିବା ବେଳେ ସେ ନିୟମ ସ୍ଥାପନ କରିଥିଲୁ। ସଦାପ୍ରଭୁ କହିଥିଲେ, ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”

33 ମାତ୍ର ସଦାପ୍ରଭୁ କହନ୍ତି, “ଭବିଷ୍ୟତରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଏହି ନିୟମ ସ୍ଥିର କରିବା। ଆମ୍ଭେ ସେମାନଙ୍କ ଅନ୍ତରରେ ଆମ୍ଭର ବ୍ୟବସ୍ଥା ରଖିବା ଓ ସେମାନଙ୍କ ହୃଦୟରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା ଓ ସେମାନେ ଆମ୍ଭର ଲୋକ ହେବେ। 34 ପରମେଶ୍ୱରଙ୍କୁ ଜାଣିବାକୁ ସେମାନେ ଆପଣା ଆପଣା ପ୍ରତିବାସୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦେବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ଛୋଟଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆଉ ସ୍ମରଣ କରିବା ନାହିଁ।”

ଗୀତସଂହିତା 51:1-12

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କ ଗୀତ। ଦାଉଦ ବ‌ଥ୍‌ଶେବାଠାରେ ଗମନ କଲାପରେ ତାଙ୍କ ନିକଟକୁ ନାଥନ୍ ଭବିଷ୍ୟ‌ଦ୍‌ବକ୍ତା ଆସିବା ସମୟରେ ରଚିତ।

51 ହେ ପରମେଶ୍ୱର, ଆପଣଙ୍କ ସ୍ନେହପୂର୍ଣ୍ଣ କରୁଣା ଅନୁସାରେ
    ମୋ’ ପ୍ରତି ଦୟାକର।
ତୁମ୍ଭର ମହାନ କରୁଣା ଅନୁସାରେ,
    ମୋର ସମସ୍ତ ପାପ କ୍ଷମା କର।
ମୋ’ ସବୁ ପାପ ଧୋଇ ଦିଅ,
    ଏବଂ ପୁଣି ମୋତେ ପବିତ୍ର କର।
ମୁଁ ଜାଣେ ମୁଁ ପାପ କରିଛି।
    ମୋର ପାପ ସବୁ ସର୍ବଦା ମୋର ସମ୍ମୁଖରେ ଦେଖାଯାଉଛି।
ହେ ପରମେଶ୍ୱର, ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି
    ଓ ମୁଁ ତାହା ହିଁ କରିଛି, ଯାହା ତୁମ୍ଭ ଦୃଷ୍ଟିରେ ଭୁଲ୍।
ତୁମ୍ଭେ ଠିକ୍ କୁହ,
    ଯେତେବେଳେ ମୋର ବିଗ୍ଭର ଓ ନ୍ୟାୟ ସେତେବେଳେ ମୋତେ ଦୋଷୀ ବୋଲି କୁହ।
ମୁଁ ପାପପୂର୍ଣ୍ଣ ପୃଥିବୀରେ ଜନ୍ମ ହେଲି
    ଓ ପାପରୁ ହିଁ ମୋର ମା ମୋତେ ଗର୍ଭରେ ଧାରଣ କଲା।
ହେ ପରମେଶ୍ୱର, ମୁଁ ବିଶ୍ୱସ୍ତ ହୁଏ ବୋଲି ତୁମ୍ଭେ ଗ୍ଭହଁ,
    ତେଣୁ ମୋ’ ଅନ୍ତରରେ ପ୍ରକୃତ ଜ୍ଞାନ ପ୍ରଦାନ କର।
ଔଷଧିୟ ବୃକ୍ଷର ପ୍ରୟୋଗ କରି ମୋତେ ବିଧି ସହକାରେ ଶୁଦ୍ଧ କର।
    ମୁଁ ବରଫରୁ ଅଧିକ ଶୁକ୍ଳ ହେବା ପର୍ଯ୍ୟନ୍ତ ମୋତେ ପ୍ରକ୍ଷାଳନ କର।
ଆଉ ମୋତେ ଆନନ୍ଦ ପ୍ରଦାନ କରିବା ପରି ସମ୍ବାଦ ଦିଅ।
    ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ଆନନ୍ଦରେ ପ୍ରଫୁଲ୍ଲିତ ହେବ।
ମୋର ପାପଗୁଡ଼ିକ ପ୍ରତି ତୁମ୍ଭେ ମୁହଁ ବୁଲାଅ।
    ମୋର ପାପ ସବୁ ପୋଛିଦିଅ।
10 ହେ ପରମେଶ୍ୱର, ମୋ’ ଅନ୍ତରେ ଏକ ପବିତ୍ରଆତ୍ମା ସୃଷ୍ଟି କର!
    ମୋତେ ଗୋଟିଏ ନୂଆ ଓ ବିଶ୍ୱସ୍ତ ଆତ୍ମା ଦିଅ।
11 ତୁମ୍ଭଠାରୁ ମୋତେ ଦୂର କର ନାହିଁ!
    ଏବଂ ତୁମ୍ଭର ପବିତ୍ରଆତ୍ମା ମୋ’ଠାରୁ ନିଅ ନାହିଁ।
12 ତୁମ୍ଭର ପରିତ୍ରାଣ ମୋତେ ଖୁସୀ କଲା!
    ପୁନ୍ନରାୟ ମୋତେ ସେହି ଆନନ୍ଦ ପ୍ରଦାନ କର।
    ମୋର ଆତ୍ମାକୁ ସୁଦୃଢ଼ କର, ଯେପରିକି ମୁଁ ସର୍ବଦା ତୁମ୍ଭକୁ ମାନିବାକୁ ପ୍ରସ୍ତୁତ ହେବି।

ଗୀତସଂହିତା 119:9-16

ବୈତ୍

ତୁମ୍ଭର ବାକ୍ୟାନୁଯାୟୀ କିପରି ଜଣେ ଯୁବକ
    ତା’ର ଜୀବନକୁ ପବିତ୍ର କରି ପାରିବ?
10 ସଦାପ୍ରଭୁ, ମୁଁ ଚେଷ୍ଟା କରିବି ମୋର ସର୍ବାନ୍ତକରଣ ହୃଦୟରେ ତୁମ୍ଭର ସେବା କରିବି।
    ତୁମ୍ଭର ଆଜ୍ଞାରୁ ଗ୍ଭଲିଯିବାକୁ ମୋତେ ପ୍ରତିରୋଧ କର।
11 ମୁଁ ମୋ’ ହୃଦୟରେ ତୁମ୍ଭର ପ୍ରତିଜ୍ଞାକୁ ସଞ୍ଚୟ କରି ରଖିଅଛି,
    ଯେପରି ମୁଁ ତୁମ୍ଭ ବିରୁଦ୍ଧରେ ପାପ ନ କରିବି।
12 ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରଶଂସା କରେ।
    ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
13 ମୋ’ ଓଷ୍ଠସହ ତୁମ୍ଭର ନ୍ୟାୟପରାୟଣତାକୁ ବାରମ୍ବାର କହିଅଛି।
14 ତୁମ୍ଭର ବାକ୍ୟରେ ରହି
    ମୁଁ ସବୁ ସମ୍ଭବ ସମ୍ପଦ ପାଇଅଛି।
15 ମୁଁ ତୁମ୍ଭର ନିର୍ଦ୍ଦେଶର ମଧ୍ୟସ୍ଥି ହେବାକୁ ଗ୍ଭହୁଁଛି
    ଏବଂ ଯେଉଁ ରାସ୍ତା ତୁମ୍ଭେ ଅନୁସରଣ କରିବାକୁ କହିଅଛ ମୁଁ ତାହା ଅନୁସରଣ କରିବି।
16 ମୁଁ ତୁମ୍ଭ ବ୍ୟବସ୍ଥାରେ ଆନନ୍ଦ କରିବି।
    ମୁଁ ତୁମ୍ଭର ବାକ୍ୟ ପାଶୋରିବି ନାହିଁ।

ଏବ୍ରୀ 5:5-10

ଖ୍ରୀଷ୍ଟ ମଧ୍ୟ ସେହି ଡକା ହୋଇଥିଲେ। ସେ ପରମେଶ୍ୱରଙ୍କ ଦ୍ୱାରା ସେ ମନୋନୀତ ହୋଇଥିଲେ। ପରମେଶ୍ୱର ତାହାଙ୍କୁ କହିଲେ:

“ତୁମ୍ଭେ ମୋର ପୁତ୍ର;
    ଆଜି ଆମ୍ଭେ ତୁମ୍ଭର ପିତା ହେଲୁ।” (A)

ଅନ୍ୟ ଗୋଟିଏ ସ୍ଥାନରେ ପରମେଶ୍ୱର କୁହନ୍ତି:

“ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ପରି
    ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।” (B)

ଖ୍ରୀଷ୍ଟ ଜଗତରେ ଥିଲାବେଳେ ଯେ, ତାହାଙ୍କୁ ମୃତ୍ୟୁରୁ ରକ୍ଷା କରିବାକୁ ସମର୍ଥ, ସେହି ପରମେଶ୍ୱରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେହେତୁ ଯୀଶୁ ପରମେଶ୍ୱରଙ୍କ ଇଚ୍ଛାନୁସାରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ୱର ତାହାଙ୍କ ପ୍ରାର୍ଥନାରେ ପ୍ରତ୍ୟୁତ୍ତର ଦେଇଥିଲେ। ଯୀଶୁ ପରମେଶ୍ୱରଙ୍କ ପୁତ୍ର ଥିଲେ। ତଥାପି ଦୁଃଖ ଭୋଗ ଦ୍ୱାରା ଆଜ୍ଞା ବହତା ଶିଖିଲେ। ପୁଣି ଯୀଶୁ ନିର୍ଦ୍ଦୋଷ ଥିଲେ। ଅତଏବ ଯେଉଁମାନେ ତାହାଙ୍କର ଆଜ୍ଞା ମାନନ୍ତି ସେମାନେ ଅନନ୍ତ ଜୀବନ ପାଇ ପାରିବେ। 10 ପରମେଶ୍ୱର ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ଭଳି ଯୀଶୁଙ୍କୁ ମହାଯାଜକ ରୂପେ ବାଛିଲେ।

ଯୋହନ ଲିଖିତ ସୁସମାଗ୍ଭର 12:20-33

ଜୀବନ ଓ ମୃତ୍ୟୁ ବିଷୟରେ ଯୀଶୁଙ୍କ କଥା

20 ନିସ୍ତାରପର୍ବରେ ଉପାସନା କରିବା ପାଇଁ ଯିରୁଶାଲମ ଯାଇଥିବା ଲୋକମାନଙ୍କ ମଧ୍ୟରୁ କେତେକ ଗ୍ରୀକ୍ ଲୋକଥିଲେ। 21 ସେହି ଗ୍ରୀକ୍ ଲୋକମାନେ ଫିଲି‌ପ୍‌ପଙ୍କ ପାଖକୁ ଗଲେ। ଗ୍ରୀକ୍ ଲୋକମାନେ କହିଲେ, “ମହାଶୟ, ଆମ୍ଭେ ଯୀଶୁଙ୍କୁ ଦେଖିବାକୁ ଗ୍ଭହୁଁ।” 22 ଫିଲି‌ପ୍‌ପ ଆନ୍ଦ୍ରିୟଙ୍କୁ ଯାଇ ଏ କଥା ଜଣାଇଲେ। ତା’ପରେ ଆନ୍ଦ୍ରିୟ ଓ ଫିଲି‌ପ୍‌ପ ଯୀଶୁଙ୍କୁ ଯାଇ କହିଲେ।

23 ଯୀଶୁ ସେମାନଙ୍କୁ କହିଲେ, “ବର୍ତ୍ତମାନ ମନୁଷ୍ୟପୁତ୍ରଙ୍କର ଗୌରବ ପାଇବା ସମୟ ଆସିଯାଇଛି। 24 ମୁଁ ତୁମ୍ଭକୁ ସତ୍ୟ କହୁଛି। ଗୋଟିଏ ଗହମ ଦାନା ଭୂମିରେ ପଡ଼ି ନିଶ୍ଚୟ ମରିବା ଆବଶ୍ୟକ। ତା’ପରେ ଏହା ବଢ଼ି ବହୁତ ଶସ୍ୟ ଦିଏ। କିନ୍ତୁ ଯଦି ଏହା କଦାପି ମରେ ନାହିଁ, ତେବେ ଏହା ସର୍ବଦା ଗୋଟିଏ ମଞ୍ଜି ହୋଇ ରହିଥାଏ। 25 ନିଜ ଜୀବନକୁ ଭଲ ପାଉଥିବା ବ୍ୟକ୍ତି ଏହା ହରାଇବ। ନିଜ ଜାଗତିକ ଜୀବନକୁ ଘୃଣା କରୁଥିବା ଲୋକ ଏହାକୁ ସୁରକ୍ଷିତ ରଖିବ। ସେ ଅନନ୍ତ ଜୀବନ ପାଇଁ ତାହା ପାଇ ପାରିବ। 26 ମୋର ସେବା କୁରଥିବା ଲୋକେ ନିଶ୍ଚୟ ମୋର ଅନୁସରଣ କରନ୍ତୁ। ତେବେ ମୋର ସେବକମାନେ ମୁଁ ଯେଉଁଠାରେ ଥିବି, ସେଠାରେ ମୋ’ ସହିତ ରହିବେ। ଯେଉଁ ଲୋକମାନେ ମୋର ସେବା କରିଥିବେ, ମୋର ପରମପିତା ସେମାନଙ୍କୁ ସମ୍ମାନ ଦେବେ।

ଯୀଶୁ ନିଜ ମୃତ୍ୟୁ ବିଷୟରେ କହିଲେ

27 “ବର୍ତ୍ତମାନ ମୁଁ ବହୁତ ‌‌‌‌ଉ‌‌‌‌‌‌‌ଦ୍‌‌ବିଗ୍ନ ଅଛି। ମୁଁ କ’ଣ କହିବି? ‘ହେ ପରମପିତା, ମୋତେ ଏ ଯନ୍ତ୍ରଣାଦାୟକ ସମୟରୁ ଉଦ୍ଧାର କର’, ଏଭଳି କହି କ’ଣ ମୁଁ ପ୍ରାର୍ଥନା କରିବି? ନା, କାରଣ ମୁଁ ତ’ ଯନ୍ତ୍ରଣା ଭୋଗିବି ବୋଲି ଆସିଛି। 28 ହେ ପରମପିତା, ଆପଣା ନାମକୁ ଗୌରବାନ୍ୱିତ କର।”

ସେତେବେଳେ ସ୍ୱର୍ଗରୁ ଏହି ବାଣୀ ଶୁଭିଲା, “ମୁଁ ସେହି ନାମକୁ ଗୌରବାନ୍ୱିତ କରିଛି। ମୁଁ ତାହା ଆଉ ଥରେ କରିବି।”

29 ସେଠାରେ ଠିଆ ହୋଇଥିବା ଲୋକମାନେ ଏହି ବାଣୀ ଶୁଣିଲେ। ସେମାନେ ତାହା ମେଘ ଗର୍ଜ୍ଜନ ବୋଲି କହିଲେ।

କିନ୍ତୁ ଅନ୍ୟମାନେ କହିଲେ, “ଯୀଶୁଙ୍କୁ ଜଣେ ସ୍ୱର୍ଗଦୂତ କଥା କହିଲେ।”

30 ଯୀଶୁ ଲୋକମାନଙ୍କୁ କହିଲେ, “ସେହି ବାଣୀ ତୁମ୍ଭ ପାଇଁ ଥିଲା, ମୋ’ ପାଇଁ ନୁହେଁ। 31 ବର୍ତ୍ତମାନ ଜଗତର ବିଗ୍ଭରର ସମୟ ଉପସ୍ଥିତ, ଏହି ଜଗତର ଶାସକ ବିତାଡ଼ିତ ହେବାର ଏହା ହେଉଛି ସମୟ। 32 ମୁଁ ଜଗତରୁ ଊର୍ଦ୍ଧ୍ୱକୁ ‌‌ଉ‌‌ତ୍‌‌ଥିତ‌ ହେବି। ଯେତେବେଳେ ଏହା ଘଟିବ, ମୁଁ ସବୁ ଲୋକମାନଙ୍କୁ ମୋ’ ନିକଟକୁ ନେଇ ଯିବି।” 33 ଯୀଶୁ କେଉଁ ପ୍ରକାରର ମୃତ୍ୟୁବରଣ କରିବେ, ତାହା ଦେଖାଇବା ପାଇଁ ସେ ଏହା କହିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center