Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:9-16

ବୈତ୍

ତୁମ୍ଭର ବାକ୍ୟାନୁଯାୟୀ କିପରି ଜଣେ ଯୁବକ
    ତା’ର ଜୀବନକୁ ପବିତ୍ର କରି ପାରିବ?
10 ସଦାପ୍ରଭୁ, ମୁଁ ଚେଷ୍ଟା କରିବି ମୋର ସର୍ବାନ୍ତକରଣ ହୃଦୟରେ ତୁମ୍ଭର ସେବା କରିବି।
    ତୁମ୍ଭର ଆଜ୍ଞାରୁ ଗ୍ଭଲିଯିବାକୁ ମୋତେ ପ୍ରତିରୋଧ କର।
11 ମୁଁ ମୋ’ ହୃଦୟରେ ତୁମ୍ଭର ପ୍ରତିଜ୍ଞାକୁ ସଞ୍ଚୟ କରି ରଖିଅଛି,
    ଯେପରି ମୁଁ ତୁମ୍ଭ ବିରୁଦ୍ଧରେ ପାପ ନ କରିବି।
12 ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରଶଂସା କରେ।
    ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
13 ମୋ’ ଓଷ୍ଠସହ ତୁମ୍ଭର ନ୍ୟାୟପରାୟଣତାକୁ ବାରମ୍ବାର କହିଅଛି।
14 ତୁମ୍ଭର ବାକ୍ୟରେ ରହି
    ମୁଁ ସବୁ ସମ୍ଭବ ସମ୍ପଦ ପାଇଅଛି।
15 ମୁଁ ତୁମ୍ଭର ନିର୍ଦ୍ଦେଶର ମଧ୍ୟସ୍ଥି ହେବାକୁ ଗ୍ଭହୁଁଛି
    ଏବଂ ଯେଉଁ ରାସ୍ତା ତୁମ୍ଭେ ଅନୁସରଣ କରିବାକୁ କହିଅଛ ମୁଁ ତାହା ଅନୁସରଣ କରିବି।
16 ମୁଁ ତୁମ୍ଭ ବ୍ୟବସ୍ଥାରେ ଆନନ୍ଦ କରିବି।
    ମୁଁ ତୁମ୍ଭର ବାକ୍ୟ ପାଶୋରିବି ନାହିଁ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 43:8-13

ପରମେଶ୍ୱର କୁହନ୍ତି, “ଚକ୍ଷୁଥାଇ ଅନ୍ଧ ଓ କର୍ଣ୍ଣ ଥାଇ ବଧିର ସେହି ଲୋକଙ୍କୁ ବାହାର କରି ଆଣ। ସବୁ ଦେଶର ଓ ସବୁ ଗୋଷ୍ଠୀର ଲୋକମାନେ ଏକତ୍ରିତ ହୁଅନ୍ତୁ। ସେମାନଙ୍କ ମଧ୍ୟରୁ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଦେଖାଇ ଦେଇପାରେ? ସେମାନେ ଦୋଷମୁକ୍ତ ହେବାକୁ ନିଜ ନିଜର ସାକ୍ଷୀ ଆଣନ୍ତୁ ଓ ସେମାନେ ପୁଣି ଏହା ସତ୍ୟ ବୋଲି କୁହନ୍ତୁ।”

10 ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ତୁମ୍ଭେମାନେ ମୋର ମନୋନୀତ ଦାସ। କାରଣ ତୁମ୍ଭେମାନେ ମୋ’ଠାରେ ବିଶ୍ୱାସ ରଖନ୍ତୁ ବୋଲି ପ୍ରଗ୍ଭର କରିବ ଓ ‘ଆମ୍ଭେ ସେହି ଅଟୁ’ ବୋଲି ସେମାନେ ଯେପରି ବୁଝିବେ। ଆମ୍ଭେ ପ୍ରକୃତ ପରମେଶ୍ୱର, ପୂର୍ବରୁ କେହି ପରମେଶ୍ୱର ନ ଥିଲେ କି ପରେ କେହି ଈଶ୍ୱର ହେବେ ନାହିଁ। 11 ଆମ୍ଭେ ହିଁ ସଦାପ୍ରଭୁ ଓ ଆମ୍ଭ ବ୍ୟତୀତ ତ୍ରାଣକର୍ତ୍ତା କେହି ନାହାନ୍ତି। 12 ଆମ୍ଭେ ତାକୁ ପ୍ରକାଶ କରିଅଛୁ ଏବଂ ଆମ୍ଭେ ପରିତ୍ରାଣ କରିଅଛୁ, ତୁମ୍ଭମାନଙ୍କ ମଧ୍ୟରେ କେହି ବିଦେଶୀୟ ଦେବତା ନ ଥିଲେ, ଆମ୍ଭେ ଦେଖାଇଅଛୁ। ଏଣୁ ସଦାପ୍ରଭୁ କୁହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।” 13 “ଆମ୍ଭେ ସର୍ବଦା ଅନନ୍ତ ପରମେଶ୍ୱର ହୋଇ ରହିବୁ। ଆମ୍ଭେ ଯାହା କରିବୁ କେହି ତାହା ଅନ୍ୟଥା କରି ପାରିବ ନାହିଁ। ଆମ୍ଭ ପରାକ୍ରମ ନିକଟରେ କେହି ହେଲେ ଅନ୍ୟଜଣକୁ ରକ୍ଷା କରି ପାରିବ ନାହିଁ।”

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 3:4-11

ଯୀଶୁ ଖ୍ରୀଷ୍ଟଙ୍କ ହେତୁ ପରମେଶ୍ୱରଙ୍କଠାରେ ଆମ୍ଭର ନିଶ୍ଚିତ ଭରସା ଥିବାରୁ ଆମ୍ଭେ ଏହା କହି ପାରୁ। ଆମ୍ଭେ ନିଜେ ସମସ୍ତ ଉତ୍ତମ କର୍ମ କରି ପାରୁ, ତାହା ନୁହେଁ, କିନ୍ତୁ ଆମ୍ଭକୁ ଏହି ସାମର୍ଥ୍ୟ ପରମେଶ୍ୱରଙ୍କଠାରୁ ପ୍ରାପ୍ତ ହୋଇଛି। ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସେବକ ହେବା ପାଇଁ ଯୋଗ୍ୟ ବିବେଚିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ୟୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।

ନୂତନ ଚୁକ୍ତି ଅଧିକ ମହିମା ଆଣେ

ମୃତ୍ୟୁଦାୟକ ସେବାର ବ୍ୟବସ୍ଥା ଶିଳା ଲେଖା ହୋଇ ଥିଲା। ଏହା ପରମେଶ୍ୱରଙ୍କ ମହିମାରେ ପୂର୍ଣ୍ଣ ଥିଲା। ତଦ୍ଦ୍ୱାରା ମୋଶାଙ୍କ ଚେହେରା ଏତେ ତେଜସ୍ୱୀ ହେଲା ଯେ, ଇସ୍ରାଏଲର ଲୋକେ ତାହାଙ୍କ ଚେହେରାକୁ ଦେଖି ମଧ୍ୟ ପାରିଲେ ନାହିଁ। ଏହି ତେଜ ପରେ ଲୋପ ପାଇଗଲା। ତା’ହେଲେ ଆତ୍ମାଙ୍କର ଜୀବନଦାୟକ ସେବା କେତେ ଅଧିକ ମହିମାଯୁକ୍ତ ନ ହେବ? ଯାହା ଲୋକମାନଙ୍କୁ ଦୋଷୀ ପ୍ରମାଣିତ କରେ ସେଭଳି ସେବାରେ ଯଦି ପ୍ରଭୁଙ୍କ ମହିମା ଅଛି; ତା’ହେଲେ ଯେଉଁ ସେବା ଲୋକମାନଙ୍କୁ ପରମେଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଗଣିତ କରେ, ତାହାର ମହିମା ନିଶ୍ଚିତଭାବେ ଅଧିକ ହେବ। 10 ପୁରାତନ ସେବାରେ ମହିମା ଥିଲା, କିନ୍ତୁ ଅଧିକ ମହିମାଯୁକ୍ତ ନୂତନ ସେବା ସହିତ ତୁଳନା କଲେ, ସେହି ପ୍ରଥମ ମହିମା କିଛି ନୁହେଁ। 11 ଯେଉଁ ସେବା ଅଦୃଶ୍ୟ ହେଲା, ତାହା ଯଦି ମହିମା ସହିତ ଆସିଥିଲା, ତା’ହେଲେ ଏହି ଅନନ୍ତ କାଳସ୍ଥାୟୀ ସେବା ଅତ୍ୟଧିକ ମହିମାମୟ ହେବା ସ୍ୱାଭାବିକ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center