Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 119:9-16

ବୈତ୍

ତୁମ୍ଭର ବାକ୍ୟାନୁଯାୟୀ କିପରି ଜଣେ ଯୁବକ
    ତା’ର ଜୀବନକୁ ପବିତ୍ର କରି ପାରିବ?
10 ସଦାପ୍ରଭୁ, ମୁଁ ଚେଷ୍ଟା କରିବି ମୋର ସର୍ବାନ୍ତକରଣ ହୃଦୟରେ ତୁମ୍ଭର ସେବା କରିବି।
    ତୁମ୍ଭର ଆଜ୍ଞାରୁ ଗ୍ଭଲିଯିବାକୁ ମୋତେ ପ୍ରତିରୋଧ କର।
11 ମୁଁ ମୋ’ ହୃଦୟରେ ତୁମ୍ଭର ପ୍ରତିଜ୍ଞାକୁ ସଞ୍ଚୟ କରି ରଖିଅଛି,
    ଯେପରି ମୁଁ ତୁମ୍ଭ ବିରୁଦ୍ଧରେ ପାପ ନ କରିବି।
12 ସଦାପ୍ରଭୁ, ମୁଁ ତୁମ୍ଭଙ୍କୁ ପ୍ରଶଂସା କରେ।
    ତୁମ୍ଭର ବ୍ୟବସ୍ଥା ମୋତେ ଶିଖାଅ।
13 ମୋ’ ଓଷ୍ଠସହ ତୁମ୍ଭର ନ୍ୟାୟପରାୟଣତାକୁ ବାରମ୍ବାର କହିଅଛି।
14 ତୁମ୍ଭର ବାକ୍ୟରେ ରହି
    ମୁଁ ସବୁ ସମ୍ଭବ ସମ୍ପଦ ପାଇଅଛି।
15 ମୁଁ ତୁମ୍ଭର ନିର୍ଦ୍ଦେଶର ମଧ୍ୟସ୍ଥି ହେବାକୁ ଗ୍ଭହୁଁଛି
    ଏବଂ ଯେଉଁ ରାସ୍ତା ତୁମ୍ଭେ ଅନୁସରଣ କରିବାକୁ କହିଅଛ ମୁଁ ତାହା ଅନୁସରଣ କରିବି।
16 ମୁଁ ତୁମ୍ଭ ବ୍ୟବସ୍ଥାରେ ଆନନ୍ଦ କରିବି।
    ମୁଁ ତୁମ୍ଭର ବାକ୍ୟ ପାଶୋରିବି ନାହିଁ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 44:1-8

ସଦାପ୍ରଭୁ ହିଁ ପରମେଶ୍ୱର

44 “ହେ ଆମ୍ଭର ଦାସ ଯାକୁବ ଓ ଆମ୍ଭର ମନୋନୀତ ଇସ୍ରାଏଲ ଆମ୍ଭର ଯାହା କଥିତ ଶୁଣ। ଆମ୍ଭେ ସଦାପ୍ରଭୁ ଯେ କି ତୁମ୍ଭକୁ ଗଢ଼ିଲେ ମାତୃଗର୍ଭରୁ ତୁମ୍ଭକୁ ଯେ ନିର୍ମାଣ କଲେ। ଯିଏ ତୁମ୍ଭକୁ ସାହାଯ୍ୟ କଲେ, ସେହି ସଦାପ୍ରଭୁ କୁହନ୍ତି, ହେ ଆମ୍ଭର ଦାସ ଯାକୁବ, ହେ ଆମ୍ଭର ମନୋନୀତ ଶିଶୁଗଣ, ଭୟ କର ନାହିଁ।

“ଆମ୍ଭେ ତୃଷିତ ଭୂମି ଉପରେ ଜଳ ଓ ଶୁଷ୍କ ଭୂମି ଉପରେ ଜଳସ୍ରୋତ ଢାଳିବା। ଆମ୍ଭେ ତୁମ୍ଭ ବଂଶ ଉପରେ ଆପଣା ଆତ୍ମା ଓ ତୁମ୍ଭ ସନ୍ତାନଗଣ ଉପରେ ଆପଣା ଆଶୀର୍ବାଦ ବର୍ଷାଇବା। ତେଣୁ ସେମାନେ ଜଳସ୍ରୋତ ନିକଟସ୍ଥ ବାଇଶବୃକ୍ଷ ତୁଲ୍ୟ ବଢ଼ିବାକୁ ଲାଗିବେ।

“ଜଣେ କହିବ, ‘ଆମ୍ଭେ ସଦାପ୍ରଭୁଙ୍କର,’ ଅନ୍ୟ ଜଣେ ‘ଯାକୁବ’ ବୋଲି ନିଜକୁ କହିବ; ଆଉ କେହି ‘ସଦାପ୍ରଭୁଙ୍କର’ ସ୍ୱାକ୍ଷର ନିଜ ହାତରେ କରିବ ଓ ଅନ୍ୟ କେହି ‘ଇସ୍ରାଏଲର ନାମରେ ନିଜକୁ ପରିଚୟ ଦେବ।’”

ସଦାପ୍ରଭୁ ଇସ୍ରାଏଲର ରାଜା। ସେହି ସର୍ବଶକ୍ତିମାନ ସଦାପ୍ରଭୁ ଇସ୍ରାଏଲର ତ୍ରାଣକର୍ତ୍ତା କୁହନ୍ତି, “ଆମ୍ଭେ ଆଦି ଓ ଅନ୍ତ, ଆମ୍ଭ ବ୍ୟତୀତ ଅନ୍ୟ ପରମେଶ୍ୱର ନାହାନ୍ତି। ଆମ୍ଭ ତୁଲ୍ୟ ଅନ୍ୟ ପରମେଶ୍ୱର ନାହାନ୍ତି। ଯଦି ଥା’ନ୍ତି ତେବେ ସେ ବର୍ତ୍ତମାନ ଆସି କୁହନ୍ତୁ। ସେ ଯଦି ଆମ୍ଭପରି, ତେବେ ଆସି ପ୍ରମାଣ କରନ୍ତୁ। ସେ ମଧ୍ୟ କୁହନ୍ତୁ ଆମ୍ଭେ ପୁରାତନ ଲୋକମାନଙ୍କୁ ସୃଷ୍ଟି କଲାବେଳେ କ’ଣ ସବୁ ଘଟିଥିଲା। ସେ ମଧ୍ୟ ଭବିଷ୍ୟତରେ କ’ଣ ଘଟିବ ତାହାର ସଙ୍କେତ ଦିଅନ୍ତୁ।

“ତୁମ୍ଭେମାନେ ଭୀତ ଓ ବିବ୍ରତ ହୁଅ ନାହିଁ। ଆମ୍ଭେ ସର୍ବଦା କହିଛୁ ଭବିଷ୍ୟତରେ କ’ଣ ଘଟିବ। ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ ପରମେଶ୍ୱର ନାହାନ୍ତି। ଅନ୍ୟ ‘ଶୈଳ’ ନାହିଁ। ଆମ୍ଭେ ଜାଣୁ ଆମ୍ଭେ ହିଁ ଏକମାତ୍ର।”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 2:14-24

ପିତରଙ୍କର ଲୋକମାନଙ୍କୁ ସମ୍ବୋଧନ

14 ପିତର ସେହି ଏଗାର ଜଣ ପ୍ରେରିତଙ୍କ ସହ ଠିଆ ହୋଇ ସେହି ଲୋକମାନଙ୍କୁ ବଡ଼ ପାଟିରେ କହିଲେ, “ହେ ଯିହୂଦୀୟମାନେ, ହେ ଯିରୁଶାଲମ ବାସିନ୍ଦାମାନେ, ସମସ୍ତେ ମୋ’ କଥା ଶୁଣ। 15 ତୁମ୍ଭେମାନେ ଯାହା ଅନୁମାନ କରୁଛ ଯେ, ଏମାନେ ମାତାଲ, ତାହା ନୁହେଁ, କାରଣ ବର୍ତ୍ତମାନ ତ’ ସକାଳ ନ’ଟା ବାଜିଛି। 16 ଏବେ ଯାହା ଘଟୁଛି ସେ ବିଷୟରେ ଭାବବାଦୀ ଯୋୟେଲ କହିଥିଲେ:

17 “ପରମେଶ୍ୱର କହନ୍ତି, ମୁଁ ଶେଷ ସମୟରେ
    ସମସ୍ତଙ୍କ ଉପରେ ମୋର ଆତ୍ମା ଢାଳିଦେବି।
ଯାହାଦ୍ୱାରା ତୁମ୍ଭମାନଙ୍କର ପୁଅ ଝିଅମାନେ ଭବିଷ୍ୟ‌ଦ୍‌ବାଣୀ କହି ପାରିବେ।
    ତୁମ୍ଭମାନଙ୍କର ଯୁବକମାନେ ଦର୍ଶନ ପାଇବେ
    ଓ ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ।
18 ହଁ, ସେତେବେଳେ ମୁଁ ନିଜ ସେବକ ସେବିକାମାନଙ୍କ ଉପରେ ନିଜ ଆତ୍ମା ଢାଳି ଦେବି,
    ସେମାନେ ଭବିଷ୍ୟ‌ଦ୍‌ବାଣୀ କହିବେ।
19 ମୁଁ ଉପରିସ୍ଥ ଆକାଶରେ ବିସ୍ମୟଜନକ କାର୍ଯ୍ୟ
    ଓ ନୀଚ୍ଚସ୍ଥ ପୃଥିବୀରେ ରକ୍ତ, ନିଆଁ, ମେଘ,
    ଧୂଆଁର ଚିହ୍ନମାନ ଦେଖାଇବି।
20 ପ୍ରଭୁଙ୍କର ସେହି ମହତ୍ ଓ ପ୍ରସିଦ୍ଧ ଦିନ ଆସିବା ପୂର୍ବରୁ
    ସୂର୍ଯ୍ୟ ଅନ୍ଧକାରମୟ
    ଓ ଚନ୍ଦ୍ର ରକ୍ତ ବର୍ଣ୍ଣ ହୋଇଯିବ।
21 ସେତେବେଳେ ଯେ କେହି ପ୍ରଭୁଙ୍କ ନାମ ଉଚ୍ଚାରଣ କରିବ, ସେ ଉଦ୍ଧାର ପାଇବ।’(A)

22 “ହେ ଇସ୍ରାଏଲର ଲୋକମାନେ, ଏହିସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ୟକ୍ତି ଥିଲେ। ଯାହାଙ୍କୁ ଈଶ୍ୱର ପଠାଇ ଥିଲେ। ଯୀଶୁ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ ଏବଂ ଆଶ୍ଚର୍ଯ୍ୟ ଘଟଣା ସବୁ କରିଥିଲେ, ତାହାଦ୍ୱାରା ପରମେଶ୍ୱର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି। 23 ତୁମ୍ଭେମାନେ ସମସ୍ତେ ଏସବୁ ଦେଖିଛ ଓ ଏସବୁ ଯେ ନିରାଟ ସତ୍ୟ ତାହା ଜାଣିଛ। ଏହି ଯୀଶୁଙ୍କୁ ଈଶ୍ୱର ନିଶ୍ଚିତ ଯୋଜନା ଓ ପୂର୍ବ ଜ୍ଞାନ ଅନୁସାରେ ତୁମ୍ଭମାନଙ୍କୁ ସମର୍ପି ଦିଆ ଯାଇଥିଲା। କିନ୍ତୁ ତୁମ୍ଭେମାନେ ଦୁଷ୍ଟମାନଙ୍କ ସାହାଯ୍ୟରେ ତାହାଙ୍କୁ କ୍ରୁଶରେ ଚଢ଼ାଇ କଣ୍ଟା ବାଡ଼େଇ ହତ୍ୟା କରିଦେଲ। 24 କିନ୍ତୁ ଈଶ୍ୱର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ୟୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center