Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 133

ଦାଉଦଙ୍କ ରଚିତ ଏକ ଆରୋହଣ ଗୀତ।

133 ଏହା କେଡ଼େ ଭଲ ଓ ବଡ଼ ଆନନ୍ଦର କଥା
    ଯେତେବେଳେ ସବୁ ଭାଇମାନେ ଏକତ୍ର ଜୀବନଯାପନ କରନ୍ତି।
ଏହା ହାରୋଣଙ୍କର ମସ୍ତରେ ବହୁମୂଲ୍ୟ ତୈଳ ସ୍ୱରୂପ
    ଯାହା ତାଙ୍କ ଦାଢ଼ି ବାଟେ ବହି ତାହାଙ୍କ ବସ୍ତ୍ରାଞ୍ଚଳରେ ପଡ଼େ।
ଏହା ହର୍ମୋଣ ପର୍ବତରୁ ସିୟୋନ ପର୍ବତ ଉପରେ ପଡ଼ୁଥିବା ମୃଦୁ ବୃଷ୍ଟି ତୁଲ୍ୟ।
    ସେହିଠାରେ ସଦାପ୍ରଭୁ ଚିରଦିନ ପାଇଁ ଆଶୀର୍ବାଦ କରିବାର ଆଦେଶ ଦେଇଛନ୍ତି।

ଦାନିୟେଲଙ୍କ ପୁସ୍ତକ 2:1-23

ନବୂଖ‌ଦ୍‌ନିତ୍ସରଙ୍କ ସ୍ୱପ୍ନ

ଅନନ୍ତର ନବୂଖ‌ଦ୍‌ନିତ୍ସର ରାଜତ୍ୱର ଦ୍ୱିତୀୟ ବର୍ଷରେ କେତେକ ସ୍ୱପ୍ନ ଦେଖିଲେ। ଏଥିରେ ତାହାର ଆତ୍ମା ଉ‌‌ଦ୍‌‌ବିଗ୍ନ ହେଲା ଓ ସେ ଶୋଇ ପାରିଲେ ନାହିଁ। ତେଣୁ ରାଜା ତାଙ୍କର ସ୍ୱପ୍ନ ଜଣାଇବା ନିମନ୍ତେ ମନ୍ତ୍ରୀଗଣ, ଗଣକ, ମାୟାବୀ ଓ କ‌‌ଲ୍‌‌‌‌ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲେ। ଏଥିରେ ସେମାନେ ଆସି ରାଜାଙ୍କ ସମ୍ମୁଖରେ ଠିଆ ହେଲେ।

ରାଜା ସେମାନଙ୍କୁ କହିଲେ, “ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି. ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ଆତ୍ମା ଉ‌‌ଦ୍‌‌ବିଗ୍ନ ହେଉଅଛି।”

ତା’ପରେ କ‌‌ଲ୍‌‌‌‌ଦୀୟମାନେ ଅରାମୀୟ ଭାଷାରେ ରାଜାଙ୍କୁ କହିଲେ, “ହେ ମହାରାଜ, ଚିରଜୀବି ହୁଅନ୍ତୁ, ଆପଣ ଏ ଦାସମାନଙ୍କୁ ସ୍ୱପ୍ନଟି କୁହନ୍ତୁ। ଆମ୍ଭେ ତାହାର ଅର୍ଥ ପ୍ରକାଶ କରିବୁ।”

ରାଜା କ‌‌ଲ୍‌‌‌‌ଦୀୟମାନଙ୍କୁ କହିଲେ, “ମୁଁ ଯାହା ସପ୍ନ ଦେଖିଥିଲି, ସେ ବିଷୟରେ ତୁମ୍ଭେମାନେ ମୋତେ କହିବା ଉଚିତ୍। ଏବଂ ତା’ପରେ ତୁମ୍ଭେମାନେ ମୋତେ ଏହାର ଅର୍ଥ କହିବା ଉଚିତ୍। ଯଦି ତୁମ୍ଭେମାନେ ସ୍ୱପ୍ନ ବିଷୟରେ ବା ଏହାର ଅର୍ଥ ମୋତେ ନ କୁହ, ମୁଁ ତୁମ୍ଭମାନଙ୍କୁ ହତ୍ୟା କରିବାକୁ ଆଦେଶ ଦେବି। ଏବଂ ତୁମ୍ଭର ଗୃହସବୁ ଧୂଳିସାତ କରି ଖତରେ ପରିଣତ କରାଯିବ। ଆଉ ଯେବେ ତୁମ୍ଭେମାନେ ସ୍ୱପ୍ନ ଓ ତାହାର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋ’ଠାରୁ ଉପହାର, ପୁରସ୍କାର ଓ ସମ୍ମାନ ପାଇବ। ଏଣୁ ସେହି ସ୍ୱପ୍ନ ଓ ତାହାର ଅର୍ଥ ମୋତେ କୁହ।”

ପୁନର୍ବାର ବିଜ୍ଞ ବ୍ୟକ୍ତିମାନେ ରାଜାଙ୍କୁ କହିଲେ, “ମହାରାଜ, ଆପଣ ଦାସମାନଙ୍କୁ ସ୍ୱପ୍ନଟି ଜଣାନ୍ତୁ। ତାହାହେଲେ ଆମ୍ଭେମାନେ ତାହାର ଅର୍ଥ ପ୍ରକାଶ କରିବୁ।”

ରାଜା ଉତ୍ତର ଦେଇ କହିଲେ, “ମୁଁ ନିଶ୍ଚିତ ଜାଣେ ଯେ, ତୁମ୍ଭେମାନେ ଇଚ୍ଛା କରି କାଳବିଳମ୍ବ କରୁଛ, କାରଣ ତୁମ୍ଭେମାନେ ତାହା ଦେଖ ଯେ, ପୂର୍ବରୁ ଆଦେଶ ହୋଇଯାଇଛି। ମାତ୍ର ତୁମ୍ଭେମାନେ ଯଦି ମୋତେ ସେହି ସ୍ୱପ୍ନ ବିଷୟରେ ନ ଜଣାଅ ତେବେ ତୁମ୍ଭେମାନେ ନିଶ୍ଚିତ ଦଣ୍ତ ପାଇବ। କାରଣ ସମୟ ଗଡ଼ାଇବା ପାଇଁ ତୁମ୍ଭେମାନେ ମୋ’ ସମ୍ମୁଖରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ ହୋଇଅଛ। ଏଣୁ ତୁମ୍ଭେମାନେ ସ୍ୱପ୍ନଟି ମୋତେ କୁହ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋ’ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।”

10 କ‌‌ଲ୍‌‌‌‌ଦୀୟମାନେ ଉତ୍ତର ଦେଇ କହିଲେ, “ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ ଯେ କି ଆମ୍ଭମାନଙ୍କୁ ମହାରାଜାଙ୍କ ସ୍ୱପ୍ନ ବିଷୟ ପ୍ରକାଶ କରି ପାରିବ? କାରଣ କୌଣସି ରାଜା, ପ୍ରଭୁ କିମ୍ବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ, ଗଣକକୁ ଅଥବା କ‌‌ଲ୍‌‌‌‌ଦୀୟକୁ ଏପରି କଥା ପଗ୍ଭରି ନାହାନ୍ତି। 11 ଏବଂ ମହାରାଜ ଏକ ଅସାଧାରଣ ପ୍ରଶ୍ନ କରିଛନ୍ତି। କେବଳ ଦେବତାମାନେ ସେହି ପ୍ରଶ୍ନର ଉତ୍ତର ଦେଇ ପାରିବେ। କିନ୍ତୁ ଦେବତାମାନେ ଲୋକମାନଙ୍କ ସହିତ ବାସ କରନ୍ତି ନାହିଁ।”

12 ଏହି କାରଣରୁ ରାଜା କ୍ରୋଧିତ ଓ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲେ। 13 ରାଜାଜ୍ଞା ଘୋଷଣା କରାଗଲା ଯେ, ବିଦ୍ୱାନ ଲୋକମାନେ ହତ ହେବେ। ଆଉ ରାଜାଙ୍କ ଲୋକମାନେ ଦାନିୟେଲ ଓ ତା’ର ସାଥୀମାନଙ୍କୁ ବଧ କରିବାକୁ ଅନ୍ୱେଷଣ କଲେ।

14 ଅରିୟୋକ୍ ନାମକ ଜଣେ ରାଜ ସେନାପତି ରାଜରକ୍ଷୀମାନଙ୍କର ନେତୃତ୍ୱ ନେଲେ। ସେ ଯେତେବେଳେ ବାବିଲୀୟ ବିଦ୍ୱାନମାନଙ୍କୁ ବଧ କରିବାକୁ ବାହାରିଲେ, ସେତେବେଳେ ଦାନିୟେଲ ତାଙ୍କୁ ଜ୍ଞାନରେ ଓ ସୁବିବେଚନାରେ ଉତ୍ତର ଦେଲେ। 15 ଦାନିୟେଲ ଅରିୟୋ‌କ୍‌କୁ କହିଲେ, “ରାଜଦଣ୍ତ ଏତେ କଠୋର କାହିଁକି?”

ତେଣୁ ଅରିୟୋକ ରାଜାଙ୍କ ସ୍ୱପ୍ନ ବୃତ୍ତାନ୍ତ ଦାନିୟେଲଙ୍କୁ ବୁଝାଇ ଦେଲେ। 16 ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆଉ କିଛି ଅଧିକ ସମୟ ଦେବାକୁ ନିବେଦନ କଲେ। ତାହାହେଲେ ସେ ରାଜାଙ୍କର ସ୍ୱପ୍ନର ଅର୍ଥ ତାଙ୍କ ନିକଟରେ ପ୍ରକାଶ କରିବେ।

17 ତା’ପରେ ଦାନିୟେଲ ସ୍ୱଗୃହକୁ ଯାଇ ତା’ର ସାଙ୍ଗ ହନାନୀୟ, ମୀଶାୟେଲ ଓ ଆସରିୟଙ୍କୁ ରାଜାଜ୍ଞା ବିଷୟରେ ସକଳ ବୃତ୍ତାନ୍ତ ଜଣାଇଲେ। 18 ଦାନିୟେଲ ତା’ର ସାଙ୍ଗମାନଙ୍କୁ ପରମେଶ୍ୱରଙ୍କ ଅନୁଗ୍ରହ ଲାଭ କରିବା ନିମନ୍ତେ ପ୍ରାର୍ଥନା କରିବାକୁ କହିଲେ। ସ୍ୱର୍ଗସ୍ଥ ପରମେଶ୍ୱର ନିଗୂଢ଼ ତଥ୍ୟ ଜଣାଇଲେ, ସେ ଓ ତା’ର ସାଙ୍ଗମାନେ ମୃତ୍ୟୁମୁଖରୁ ରକ୍ଷା ପାଇବେ।

19 ଏହା ପରେ ପରମେଶ୍ୱର ଦାନିୟେଲକୁ ଦର୍ଶନ ଦେଇ ଗୁପ୍ତ ବିଷୟରେ ଜଣାଇଲେ। ତହୁଁ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କୁ ଧନ୍ୟବାଦ କଲେ। 20 ଦାନିୟେଲ ପ୍ରଶଂସା କରି କହିଲେ,

“ପରମେଶ୍ୱରଙ୍କର ନାମ ସଦାସର୍ବଦା ଧନ୍ୟ ହେଉ;
    କାରଣ ସମସ୍ତ ଜ୍ଞାନ ଓ ପରାକ୍ରମ ତାଙ୍କର।
21 ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି।
    ସେ ରାଜାମାନଙ୍କୁ ପଦଚ୍ୟୁତ କରନ୍ତି
    ଓ ରାଜାମାନଙ୍କୁ ରାଜପଦ ଦିଅନ୍ତି।
ସେ ଜ୍ଞାନୀମାନଙ୍କୁ ଜ୍ଞାନ
    ଓ ବୁଦ୍ଧିମନ୍ତମାନଙ୍କୁ ସୁବିବେଚନା ଦିଅନ୍ତି।
22 ସେ ଗଭୀର ଓ ଗୁପ୍ତ ବିଷୟ ସବୁ ପ୍ରକାଶ କରି ପାରନ୍ତି।
    ଯେହେତୁ ଜ୍ୟୋତିଃ ତାଙ୍କ ନିକଟରେ ବାସ କରେ।
    ଅନ୍ଧକାରରେ ଯାହା ଅଛି ସେ ଜାଣନ୍ତି।
23 ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି।
    ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ।
ତୁମ୍ଭକୁ ମୁଁ ଯାହା ନିବେଦନ କରିଅଛି, ତାହା ସମସ୍ତ ବିଷୟରେ ତୁମ୍ଭେ ମୋତେ ଜଣାଇ ଅଛ।
    ତୁମ୍ଭେ ରାଜାଙ୍କ ବିଷୟରେ ଆମ୍ଭମାନଙ୍କୁ ସବୁକିଛି ଜଣାଇଅଛ।”

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 4:23-31

ପିତର ଓ ଯୋହନ ବିଶ୍ୱାସୀମାନଙ୍କ ପାଖକୁ ଫେରି ଆସିଲେ

23 ପିତର ଓ ଯୋହନ ଯିହୂଦୀ ନେତାମାନଙ୍କ ସଭା ଛାଡ଼ି ନିଜ ନିଜ ବନ୍ଧୁମାନଙ୍କ ପାଖକୁ ଆସିଲେ। ମୁଖ୍ୟ ଯାଜକମାନେ ଏବଂ ପ୍ରାଚୀନ ନେତାମାନେ ସେମାନଙ୍କୁ ଯାହାସବୁ କହିଥିଲେ, ସେସବୁ କଥା ନିଜ ଦଳର ଲୋକଙ୍କୁ କହିଲେ। 24 ଯେତେବେଳେ ବିଶ୍ୱାସୀମାନେ ସମସ୍ତେ ଏହା ଶୁଣିଲେ, ସେମାନେ ଏକ ମନରେ ମିଳିତ ଭାବେ ପ୍ରାର୍ଥନା କଲେ, “ହେ ପ୍ରଭୁ, ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଓ ସେଥିରେ ଥିବା ସବୁକିଛି ସୃଷ୍ଟି କରିଛ। 25 ଆମ୍ଭମାନଙ୍କର ପୂର୍ବପୁରୁଷ ଦାଉଦ ତୁମ୍ଭର ସେବକ ଥିଲେ। ସେ ପବିତ୍ରଆତ୍ମାଙ୍କ ଦ୍ୱାରା ଗ୍ଭଳିତ ହୋଇ ଏହି କଥା ଲେଖିଛନ୍ତି,

‘ଏହି ଜାତିର ଲୋକେ କାହିଁକି କଳି କରୁଛନ୍ତି?
    ଏ ଜଗତରେ ଲୋକେ କାହିଁକି ପରମେଶ୍ୱରଙ୍କ ବିରୁଦ୍ଧରେ କୁମନ୍ତ୍ରଣା କରୁଛନ୍ତି? ଏହା ସବୁ ନିରର୍ଥକ।

26 ପୃଥିବୀର ରାଜାମାନେ ଯୁଦ୍ଧ ପାଇଁ ପ୍ରସ୍ତୁତି ଚଳାଇଲେ
    ଓ ଶାସକମାନେ ପ୍ରଭୁ ଓ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ଠିଆ ହେଲେ।’ (A)

27 ଯେତେବେଳେ ହେରୋଦ, ପନ୍ତିୟ ପୀଲାତ, ଇସ୍ରାଏଲ ଅନ୍ୟ ଦେଶୀୟମାନେ ମିଳିତ ହୋଇ ଏହି ସହରରେ ଜମା ହୋଇ ତୁମ୍ଭର ପବିତ୍ର ସେବକ ଯୀଶୁଙ୍କ ବିରୁଦ୍ଧରେ ଠିଆ ହେଲେ ସେତେବେଳେ ଏହା ପ୍ରକୃତରେ ସଫଳ ହେଲା। ସେହି ଯୀଶୁଙ୍କୁ ତୁମ୍ଭେ ଖ୍ରୀଷ୍ଟ ରୂପେ ମନୋନୀତ କରିଥିଲ। 28 ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲେ ସେମାନେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା। 29 ହେ ପ୍ରଭୁ, ବର୍ତ୍ତମାନ ସେମାନେ କ’ଣ କହୁଅଛନ୍ତି, ତାହା ଶୁଣ। ସେମାନେ ଆମ୍ଭମାନଙ୍କୁ ଭୟ ଦେଖାଉଛନ୍ତି। ପ୍ରଭୁ, ଆମ୍ଭେମାନେ ତୁମ୍ଭର ସେବକ ଅଟୁ, ତେଣୁ ତୁମ୍ଭେ ଯାହା ଗ୍ଭହଁ, ତାହା ନିର୍ଭୟରେ କହିବା ପାଇଁ ଆମ୍ଭକୁ ସାହାଯ୍ୟ କର। 30 ତୁମ୍ଭର ଶକ୍ତି ଆମ୍ଭକୁ ଦେଖାଅ, ଯଦ୍ଦ୍ୱାରା ଆମ୍ଭେ ସାହସର ସହିତ ତୁମ୍ଭର ପବିତ୍ର ପୁତ୍ର ଯୀଶୁଙ୍କ ନାମରେ ରୋଗୀମାନଙ୍କୁ ସୁସ୍ଥ କରିବା, ନାନାଦି ଚିହ୍ନ ଦେଖାଇବା ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରି ପାରିବା।”

31 ପ୍ରାର୍ଥନା ସରିବା ପରେ ଯେଉଁ ପ୍ରାର୍ଥନା ଘରେ, ସମସ୍ତେ ଏକାଠି ହୋଇଥିଲେ, ସେହି ଘର କମ୍ପି ଉଠିଲା। ସେମାନେ ସମସ୍ତେ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇଗଲେ ଓ ପରମେଶ୍ୱରଙ୍କର ବାର୍ତ୍ତା ସାହସର ସହିତ କହିବାକୁ ଲାଗିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center