Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 135

135 ସଦାପ୍ରଭୁଙ୍କର ପ୍ରଶଂସା କର।
ସଦାପ୍ରଭୁଙ୍କ ନାମର ପ୍ରଶଂସା କର।
    ହେ ସଦାପ୍ରଭୁଙ୍କର ଦାସମାନେ, ତାଙ୍କୁ ପ୍ରଶଂସା କର।
ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କର ମନ୍ଦିରରେ ଛିଡ଼ା ହୋଇଅଛ।
    ଯେଉଁମାନେ ତାଙ୍କ ପ୍ରାଙ୍ଗଣରେ ଛିଡ଼ା ହୋଇଅଛ, ତାଙ୍କର ଧନ୍ୟବାଦ କର।
ସଦାପ୍ରଭୁଙ୍କୁ ପ୍ରଶଂସା କର କାରଣ ସଦାପ୍ରଭୁ ମଙ୍ଗଳମୟ ଅଟନ୍ତି।
    ତାଙ୍କ ନାମର ପ୍ରଶଂସା ଗାନ କର, କାରଣ ଏହା ଆନନ୍ଦ ଆଣେ।

ସଦାପ୍ରଭୁ ଆପଣା ନିମନ୍ତେ ଯାକୁବକୁ ମନୋନୀତ କଲେ।
    ସେ ନିଜର ଅତି ଆପଣା ଲୋକ ହେବା ପାଇଁ ସେ ଇସ୍ରାଏଲକୁ ମନୋନୀତ କଲେ।
ମୁଁ ଜାଣେ ସଦାପ୍ରଭୁ ମହାନ ଅଟନ୍ତି।
    ଆମ୍ଭମାନଙ୍କର ପ୍ରଭୁ ସମସ୍ତ ଦେବତାମାନଙ୍କ ଅପେକ୍ଷା ଶ୍ରେଷ୍ଠ।
ସ୍ୱର୍ଗରେ, ପୃଥିବୀରେ, ସମୁଦ୍ରରେ ଓ ସମଗ୍ର ବାରିଧିରେ
    ସଦାପ୍ରଭୁ ଯାହା ଇଚ୍ଛା କରନ୍ତି, ତାହା କରନ୍ତି।
ପରମେଶ୍ୱର ପୃଥିବୀର ଉପରେ ଆକାଶ ସୃଷ୍ଟି କରିଅଛନ୍ତି।
    ସେ ବର୍ଷା ସହିତ ବିଜୁଳି କରାନ୍ତି।
    ଏବଂ ସେ ତାଙ୍କର ଭଣ୍ଡାର ଘରୁ ପବନ ପ୍ରବାହୀତ କରାନ୍ତି।
ପରମେଶ୍ୱର ମିଶରର ସମସ୍ତ ପ୍ରଥମଜାତ ମନୁଷ୍ୟ ଓ ପଶୁଗଣଙ୍କୁ ହତ୍ୟା କଲେ।
ପରମେଶ୍ୱର ମିଶରରେ ବହୁତ ଆଶ୍ଚର୍ଯ୍ୟ ଓ ଅ‌ଦ୍‌ଭୂତ କାର୍ଯ୍ୟମାନ କଲେ।
    ସେ ସେଗୁଡ଼ିକୁ ଫାରୋ ଓ ତାଙ୍କର ପଦାଧିକାରୀମାନଙ୍କ ବିପକ୍ଷରେ ବ୍ୟବହାର କଲେ।
10 ପରମେଶ୍ୱର ଅନେକ ଗୋଷ୍ଠୀକୁ ପରାସ୍ତ କଲେ।
    ସେ ବହୁତ ଶକ୍ତିଶାଳୀ ରାଜାମାନଙ୍କୁ ହତ୍ୟା କଲେ।
11 ପରମେଶ୍ୱର ଇମୋରୀୟମାନଙ୍କ ରାଜା ସୀହୋନକୁ
    ଓ ବାଶନର ରାଜା ଓ‌ଗ୍‌କୁ
    ଏବଂ କିଣାନର ସକଳ ରାଜ୍ୟକୁ ପରାସ୍ତ କଲେ।
12 ଆଉ ସଦାପ୍ରଭୁ ସେମାନଙ୍କର ଦେଶ ଇସ୍ରାଏଲକୁ ଦେଲେ।
    ସଦାପ୍ରଭୁ ସେହି ଭୂମି ତାଙ୍କର ନିଜର ଲୋକମାନଙ୍କୁ ଦେଲେ।

13 ହେ ସଦାପ୍ରଭୁ, ତୁମ୍ଭ ନାମ ଅନନ୍ତକାଳ ପାଇଁ ପ୍ରସିଦ୍ଧ ହେବ।
    ହେ ସଦାପ୍ରଭୁ, ତୁମ୍ଭଙ୍କୁ ଲୋକମାନେ ଚିରଦିନ ପାଇଁ ସ୍ମରଣ କରିବେ।
14 ସଦାପ୍ରଭୁ ତାଙ୍କ ଲୋକମାନଙ୍କ ପ୍ରତି ରକ୍ଷା କରନ୍ତି।
    ସେ ତାଙ୍କର ସେବକମାନଙ୍କ ପ୍ରତି ଦୟା ଦେଖାନ୍ତି।
15 ଅନ୍ୟ ଦେଶୀୟମାନଙ୍କ ମୂର୍ତ୍ତିସବୁ ରୂପା ଓ ସୁନା ଥିଲା।
    ସେଗୁଡ଼ିକ ମନୁଷ୍ୟର ହସ୍ତ ଦ୍ୱାରା ନିର୍ମିତ ହେଉଥିଲା।
16 ସେହି ମୂର୍ତ୍ତିମାନଙ୍କର ମୁଖ ଅଛି ମାତ୍ର ସେମାନେ କଥା କହିପାରିବେ ନାହିଁ।
    ସେମାନଙ୍କର ଆଖି ଅଛି, କିନ୍ତୁ ସେମାନେ ଦେଖି ପାରିବେ ନାହିଁ।
17 ସେମାନଙ୍କର କାନ ଅଛି ମାତ୍ର ସେମାନେ ଶୁଣି ପାରିବେ ନାହିଁ।
    ସେମାନଙ୍କର ନାକ ଅଛି, କିନ୍ତୁ ନିଶ୍ୱାସପ୍ରଶ୍ୱାସ ନାହିଁ।
18 ଯେଉଁମାନେ ମୂର୍ତ୍ତି ତିଆରି କରନ୍ତି ଏବଂ ସେମାନଙ୍କଠାରେ ବିଶ୍ୱାସ ରଖନ୍ତି,
    ସେମାନେ ସେମାନଙ୍କ ତୁଲ୍ୟ ହେବେ।

19 ହେ ଇସ୍ରାଏଲର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।
    ହେ ହାରୋଣର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।
20 ହେ ଲେବୀର ପରିବାର, ସଦାପ୍ରଭୁଙ୍କର ପ୍ରଶଂସା କର।
    ତୁମ୍ଭେ ଯିଏକି ସଦାପ୍ରଭୁଙ୍କୁ ଭୟ କର, ସଦାପ୍ରଭୁଙ୍କର ପ୍ରଶଂସା କର।
21 ଯିରୁଶାଲମବାସୀ,
    ସଦାପ୍ରଭୁ ସିୟୋନଠାରୁ ଧନ୍ୟ ହୁଅନ୍ତୁ।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ଦାନିୟେଲଙ୍କ ପୁସ୍ତକ 3

ସୁବର୍ଣ୍ଣ ପ୍ରତିମା ଓ ଉତ୍ତପ୍ତ ଅଗ୍ନିକୁଣ୍ତ

ରାଜା ନବୂଖ‌ଦ୍‌ନିତ୍ସର ଷାଠିଏ ହାତ ଉଚ୍ଚ ଓ ଛଅହାତ ପ୍ରସ୍ଥ ଏକ ସୁବର୍ଣ୍ଣମୟ ପ୍ରତିମା ନିର୍ମାଣ କଲା। ସେ ପ୍ରତିମାଟିକୁ ବାବିଲ ପ୍ରଦେଶର ଦୂରା ନାମକ ପଦାରେ ସ୍ଥାପନ କଲା। ସେହି ପ୍ରତିମା ସ୍ଥାପନର ପ୍ରତିଷ୍ଠା ନିମନ୍ତେ ଆସିବାକୁ ରାଜା ସମସ୍ତ କ୍ଷିତିପାଳ, ରାଜପ୍ରତିନିଧି, ଦେଶାଧ୍ୟକ୍ଷ ବିଗ୍ଭରକର୍ତ୍ତା, କୋଷଧ୍ୟକ୍ଷ, ବ୍ୟବସ୍ଥାପକ, ବେବର୍ତ୍ତା ଓ ପ୍ରାଦେଶିକ ଶାସକଙ୍କୁ ଏକତ୍ର କରିବା ନିମନ୍ତେ ଲୋକ ପ୍ରେରଣ କଲା।

ତେଣୁ ସେମାନେ ରାଜାଙ୍କ ଆହ୍ୱାନରେ ସମସ୍ତେ ଆସିଲେ ଓ ସ୍ଥାପିତ ପ୍ରତିମାର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ। ଆଉ ସେମାନେ ସେହି ସ୍ଥାପିତ ପ୍ରତିମାର ସମ୍ମୁଖରେ ଠିଆ ହେଲେ। ତା’ପରେ ରାଜାଙ୍କର ଜଣେ ଘୋଷକ ଉଚ୍ଚ ସ୍ୱରରେ କହିଲା, “ହେ ଲୋକବୃନ୍ଦ, ଗୋଷ୍ଠୀବର୍ଗ ଓ ବିଭିନ୍ନ ଭାଷାବାଦୀଦଳ, ତୁମ୍ଭମାନଙ୍କୁ ଏହି ଆଜ୍ଞା ଦିଆଗଲା। ଯେତେବେଳେ ତୁମ୍ଭେମାନେ ସମସ୍ତେ ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ୟ ଶୁଣିବ, ସେତେବେଳେ ତୁମ୍ଭେମାନେ ରାଜା ନବୂଖ‌ଦ୍‌ନିତ୍ସରଙ୍କ ଦ୍ୱାରା ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ନିଶ୍ଚୟ ପୂଜା କରିବ। ପୁଣି ଯେକେହି ମୁଣ୍ତ ନୁଆଁଇ ପ୍ରଣାମ ନ କରିବ, ସେ ସେହି ମୁହୂର୍ତ୍ତରେ ଜ୍ୱଳନ୍ତ ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ।”

ଏଣୁ ଯେତେବେଳେ ସମସ୍ତ ଲୋକ ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ ଓ ସବୁପ୍ରକାର ବାଦ୍ୟ ଶୁଣିଲେ ସେତେବେଳେ ସମସ୍ତ ଲୋକ, ଗୋଷ୍ଠୀବର୍ଗ ଓ ଭାଷାବାଦୀମାନେ ରାଜା ନବୂଖ‌ଦ୍‌ନିତ୍ସରଙ୍କ ସ୍ଥାପିତ ପ୍ରତିମା ସମ୍ମୁଖରେ ମୁଣ୍ତ ନୁଆଁଇ ପ୍ରଣାମ କଲେ।

ସେହି ସମୟରେ କେତେକ କ‌‌ଲ୍‌‌‌‌ଦୀୟ ଲୋକ ରାଜାଙ୍କ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ। ସେମାନେ ନବୂଖ‌ଦ୍‌ନିତ୍ସରଙ୍କୁ ଆଶୀର୍ବାଦ କରି କହିଲେ, “ହେ ମହାରାଜ, ଚିରଜୀବି ହୁଅନ୍ତୁ। 10 ହେ ମହାରାଜ, ଆପଣ ଆଜ୍ଞା କରିଛନ୍ତି ଯେକେହି ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ୟ ଶୁଣିବ, ସେ ମୁଣ୍ତ ନୁଆଁଇ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବ। 11 ପୁଣି ଯେକୌଣସି ଲୋକ ମୁଣ୍ତ ନୁଆଁଇ ପ୍ରଣାମ ନ କରିବ ସେ ଜ୍ୱଳନ୍ତ ଅଗ୍ନିକୁଣ୍ତରେ ନିକ୍ଷିପ୍ତ ହେବ। 12 ଆଉ ଆପଣ ବାବିଲ ପ୍ରଦେଶର ରାଜ କର୍ମରେ ନିଯୁକ୍ତ କରିଥିବା କେତେକ ଯିହୁଦୀ ଲୋକ, ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ ଯେଉଁମାନେ କି ଆପଣଙ୍କ ଆଜ୍ଞା ପାଳନ କରି ନାହାନ୍ତି। ସେମାନେ ଆପଣଙ୍କ ଦେବଗଣର ସେବା କରନ୍ତି ନାହିଁ କି ଆପଣଙ୍କ ସ୍ଥାପିତ ସୁବର୍ଣ୍ଣ ପ୍ରତିମାକୁ ପୂଜା କରନ୍ତି ନାହିଁ।”

13 ଏହି ସମ୍ବାଦ ଶୁଣି ନବୂଖ‌ଦ୍‌ନିତ୍ସର କ୍ରୋଧାନ୍ୱିତ ହୋଇ ତାଙ୍କର ଲୋକମାନଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ଆଣିବା ପାଇଁ ପଠାଇଲେ। ତେଣୁ ତାଙ୍କର ଲୋକମାନେ ସେମାନଙ୍କୁ ରାଜାଙ୍କର ବିଗ୍ଭରାଳୟ ଛାମୁକୁ ଆଣିଲେ। 14 ଆଉ ନବୂଖ‌ଦ୍‌ନିତ୍ସର ସେମାନଙ୍କୁ ପଗ୍ଭରିଲେ, “ହେ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ, ଏହା କ’ଣ ସତ୍ୟ, ତୁମ୍ଭେମାନେ ମୋର ଦେବତାଗଣର ପୂଜା କରୁ ନାହିଁ ଓ ମୋର ସ୍ଥାପିତ ସୁବର୍ଣ୍ଣମୟ ପ୍ରତିମାକୁ ପ୍ରଣାମ କରୁ ନାହିଁ। 15 ଯେତେବେଳେ ତୂରୀ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ୟ ଶୁଣ, ତୁମ୍ଭେମାନେ ସୁବର୍ଣ୍ଣ ପ୍ରତିମାକୁ ମୁଣ୍ତ ନୁଆଁଇ ପ୍ରଣାମ କରିବ। ଯଦି ତୁମ୍ଭେମାନେ ପୂଜା ନ କର ତେବେ ତୁମ୍ଭମାନଙ୍କୁ ଜ୍ୱଳନ୍ତ ଅଗ୍ନି କୁଣ୍ଡରେ ଫିଙ୍ଗା ଯିବ। ଆଉ ଏପରି କୌଣସି ଦେବତା ନାହାନ୍ତି ଯେ କି ମୋ’ଠାରୁ ତୁମ୍ଭମାନଙ୍କୁ ଉଦ୍ଧାର କରିବ।”

16 ଶଦ୍ରକ, ମୈଶକ ଓ ଅବେଦ୍-ନଗୋ ରାଜାଙ୍କୁ ଉତ୍ତର କଲେ, “ହେ ନବୂଖ‌ଦ୍‌ନିତ୍ସର, ଏ ବିଷୟରେ ଆପଣଙ୍କୁ ଉତ୍ତର ଦେବାର ଆମ୍ଭମାନଙ୍କର ପ୍ରୟୋଜନ ନାହିଁ। 17 ଯଦି ଆପଣ ଆମ୍ଭମାନଙ୍କୁ ଜ୍ୱଳନ୍ତ ଅଗ୍ନିକୁଣ୍ତରେ ନିକ୍ଷେପ କରନ୍ତି ତେବେ ଯାହାଙ୍କୁ ଆମ୍ଭେମାନେ ସେବା କରୁଅଛୁ ସେହି ପରମେଶ୍ୱର ଆମ୍ଭମାନଙ୍କୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି, ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ। 18 ଆଉ ଏପରିକି ପରମେଶ୍ୱର ଯଦି ଆମ୍ଭମାନଙ୍କୁ ରକ୍ଷା କରିବାକୁ ନ ଆସନ୍ତି ତଥାପି ଆମ୍ଭେମାନେ ଆପଣଙ୍କ ଦେବତାଗଣର ପୂଜା କରିବୁ ନାହିଁ କି ଆପଣଙ୍କ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ।”

19 ଏଥିରେ ନବୂଖ‌ଦ୍‌ନିତ୍ସର ଅତ୍ୟନ୍ତ କ୍ରୋଧାନ୍ୱିତ ହେଲା। ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପ୍ରତିକୂଳରେ ତା’ର ମୁଖ ବିକଟାକାର ହେଲା। ତେଣୁ ସେ ଅଗ୍ନିକୁଣ୍ତକୁ ସାଧାରଣ ଉତ୍ତାପଠାରୁ ସାତଗୁଣ ଉତ୍ତପ୍ତ କରିବାକୁ ଆଜ୍ଞା ଦେଲା। 20 ତା’ପରେ ନବୂଖ‌ଦ୍‌ନିତ୍ସର ଆପଣା ସୈନ୍ୟବାହିନୀ ମଧ୍ୟରୁ କେତେକ ବଳବାନ ସୈନ୍ୟକୁ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋକୁ ବାନ୍ଧି ଜ୍ୱଳନ୍ତ ଅଗ୍ନିକୁଣ୍ତରେ ପକାଇବାକୁ ଆଜ୍ଞା ଦେଲେ।

21 ତେଣୁ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋକୁ ବାନ୍ଧି ପ୍ରଜ୍ୱଳିତ ଅଗ୍ନିକୁଣ୍ତକୁ ଫିଙ୍ଗା ଗଲା। ସେତେବେଳେ ସେମାନେ ସେମାନଙ୍କର ପ୍ୟାଣ୍ଟ, ସାର୍ଟ, ଉତ୍ତରୀୟ ଓ ଅନ୍ୟାନ୍ୟ ବସ୍ତ୍ର ପରିଧାନ କରିଥିଲେ। 22 ରାଜା ଆଜ୍ଞା କଲାବେଳେ ଅତ୍ୟନ୍ତ କ୍ରୋଧିତ ଥିଲେ ଓ ଅଗ୍ନିକୁଣ୍ତକୁ ଅତିଶୟ ଉତ୍ତପ୍ତ କରା ଯାଇଥିଲା। ତେଣୁ ଶଦ୍ରକ, ମୈଶକ୍ ଏବଂ ଅବେଦ୍-ନଗୋକୁ ଫିଙ୍ଗିବାକୁ ଯାଇଥିବା ସୈନ୍ୟମାନେ ଅଗ୍ନିଶିଖା ଦ୍ୱାରା ପୋଡ଼ି ମଲେ। 23 ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ ଜ୍ୱଳନ୍ତ ଅଗ୍ନିକୁଣ୍ତରେ ପଡ଼ିଲେ। ସେମାନଙ୍କୁ ଦୃଢ଼ଭାବରେ ବନ୍ଧା ଯାଇଥିଲା।

24 ଏଥିରେ ରାଜା ନବୂଖ‌ଦ୍‌ନିତ୍ସର ଚମତ୍କୃତ ହୋଇ ଶୀଘ୍ର ଉଠିଲେ। ସେ ଆପଣା ମନ୍ତ୍ରୀମାନଙ୍କୁ ପଗ୍ଭରିଲେ, “ଆମ୍ଭେ ତିନିଲୋକଙ୍କୁ ବାନ୍ଧି ଅଗ୍ନିକୁଣ୍ତରେ ପକାଇ ନ ଥିଲୁ?”

ମନ୍ତ୍ରୀମାନେ ଉତ୍ତର କଲେ, “ଏହା ସତ୍ୟ ସହାରାଜ।”

25 ରାଜା ଉତ୍ତର କରି କହିଲେ, “ଦେଖ, ମୁଁ ଅଗ୍ନି କୁଣ୍ତରେ ଗ୍ଭରିଟି ମୁକ୍ତ ଲୋକ ବିଚରଣ କରୁଥିବାର ଦେଖୁଛି। ଆଉ ସେମାନେ ଦ‌ଗ୍‌ଧିଭୂତ ହୋଇ ନାହାନ୍ତି ଓ ଚତୁର୍ଥ ଲୋକଟି ଦେବପୁତ୍ର ସଦୃଶ।”

26 ତା’ପରେ ନବୂଖ‌ଦ୍‌ନିତ୍ସର ପ୍ରଜ୍ୱଳିତ ଅଗ୍ନିକୁଣ୍ତ ଆଡ଼କୁ ଯାଇ କହିଲା, “ହେ ସର୍ବୋପରିସ୍ଥ ପରମେଶ୍ୱରଙ୍କ ଦାସ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋ, ତୁମ୍ଭେମାନେ ଅଗ୍ନିକୁଣ୍ତରୁ ବାହାରି ଆସ।”

ତା’ପରେ ଶଦ୍ରକ, ମୈଶକ୍ ଓ ଅବେଦ୍-ନଗୋ ଅଗ୍ନି ମଧ୍ୟରୁ ବାହାରି ଆସିଲେ। 27 ପୁଣି କ୍ଷିତିପାଳ, ରାଜ ପ୍ରତିନିଧି, ଦେଶାଧ୍ୟକ୍ଷ ଓ ରାଜମନ୍ତ୍ରୀମାନେ ଏକତ୍ରିତ ହୋଇ ସେହି ତିନି ଜଣଙ୍କୁ ଦେଖିଲେ ଯେ ଅଗ୍ନି ସେମାନଙ୍କର ଶରୀରରେ କୌଣସି ଅଂଶ ଦ‌ଗ୍‌ଧ କରି ନାହିଁ। ସେମାନଙ୍କ ମସ୍ତକର କେଶ କି ସେମାନଙ୍କର ପାଇଜାମା ଦ‌ଗ୍‌ଧ ହୋଇ ନାହିଁ କି ସେମାନଙ୍କର ଶରୀରରେ ଅଗ୍ନିର ଗନ୍ଧ ନାହିଁ।

28 ତା’ପରେ ନବୂଖ‌ଦ୍‌ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ଆପଣା ଦାସମାନଙ୍କୁ ଅଗ୍ନିରୁ ଉଦ୍ଧାର କଲେ। ଆଉ ଏହି ତିନି ଜଣ ଆପଣା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଲେ ଓ ତାଙ୍କ ଭିନ୍ନ ଅନ୍ୟ କୌଣସି ଦେବତାଙ୍କର ପୂଜା କଲେ ନାହିଁ କି ପ୍ରଣାମ କଲେ ନାହିଁ। ଆଉ ମଧ୍ୟ ରାଜବାକ୍ୟ ଅମାନ୍ୟ କରି ଆପଣା ପରମେଶ୍ୱରଙ୍କ ସେବା କଲେ। 29 ତେଣୁ ମୁଁ ବର୍ତ୍ତମାନଠାରୁ ତାହା ଆଜ୍ଞା କରୁଅଛି ଯଦି କୌଣସି ଲୋକ ଜାତି ଓ ଭାଷାବାଦୀଦଳ, ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ ଭ୍ରାନ୍ତିଜନକ କଥା କହିବେ, ସେମାନେ ଖଣ୍ତ ଖଣ୍ତ ହୋଇ କଟାଯିବେ ଓ ସେମାନଙ୍କର ଗୃହସବୁ ଭଙ୍ଗା ହେବ ଓ ଧୂଳିସାତ୍ ହେବ। କାରଣ ଏହିପରି ଭାବରେ କୌଣସି ଦେବତା ତାଙ୍କର ଦାସମାନକୁ ଉଦ୍ଧାର କରି ପାରିବେ ନାହିଁ।” 30 ଏହା ପରେ ରାଜା ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ବାବିଲ ପ୍ରଦେଶରେ ପ୍ରଧାନ ପଦରେ ନିଯୁକ୍ତ କଲେ।

ଯୋହନଙ୍କ ପ୍ରଥମ ପତ୍ର 2:3-11

ଆମ୍ଭେ ଯଦି ପରମେଶ୍ୱରଙ୍କର ଆଜ୍ଞା ପାଳନ କରୁ, ତେବେ ଆମ୍ଭେମାନେ ସୁନିଶ୍ଚିତ ଯେ, ଆମ୍ଭେ ପ୍ରକୃତରେ ତାହାଙ୍କୁ ଜାଣିଛୁ। ଯଦି କିଏ କୁହେ, “ମୁଁ ପରମେଶ୍ୱରଙ୍କୁ ଜାଣେ,” କିନ୍ତୁ ତାହାଙ୍କ ଆଜ୍ଞା ପାଳନ କରେ ନାହିଁ, ତେବେ ସେ ଜଣେ ମିଥ୍ୟାବାଦୀ। ତାହାଙ୍କଠାରେ ସତ୍ୟ ନାହିଁ। ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କ ଶିକ୍ଷା ପାଳନ କରେ, ତା’ଠାରେ ପରମେଶ୍ୱରଙ୍କ ପ୍ରେମର ଉଦ୍ଦେଶ୍ୟ ସାଧିତ ହୋଇଛି। ଏହିଭଳି ଭାବେ ଆମ୍ଭେମାନେ ପରମେଶ୍ୱରଙ୍କର ଅନୁଗମନ କରୁଛୁ ବୋଲି ଜାଣି ପାରିବା। ପରମେଶ୍ୱରଙ୍କ ସହ ଜୀବନଯାପନ କରୁଛୁ ବୋଲି ଦାବି କରୁଥିବା ବ୍ୟକ୍ତି ଯୀଶୁଙ୍କ ଭଳି ଜୀବନଯାପନ କରିବା ଉଚିତ୍।

ସମସ୍ତଙ୍କୁ ଭଲ ପାଅ

ପ୍ରିୟ ବନ୍ଧୁଗଣ! ମୁଁ ତୁମ୍ଭମାନଙ୍କ ନିକଟକୁ କୌଣସି ନୂତନ ଆଜ୍ଞା ବିଷୟରେ ଲେଖୁ ନାହିଁ, ମାତ୍ର ଏହା ସେହି ପୁରାତନ ଆଜ୍ଞା, ଯାହା ଆରମ୍ଭରୁ ତୁମ୍ଭେମାନେ ପାଇଅଛ। ଯେଉଁ ଶିକ୍ଷା ତୁମ୍ଭେମାନେ ଶୁଣିଅଛ, ତାହା ହିଁ ସେହି ଆଜ୍ଞା। ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ ଆଉ ଗୋଟିଏ ନୂତନ ଆଜ୍ଞା ବିଷୟରେ ଲେଖୁଛି, ଏହାର ସତ୍ୟତା ଯୀଶୁଙ୍କଠାରେ ଓ ତୁମ୍ଭମାନଙ୍କ ଜୀବନରେ ମଧ୍ୟ ଦେଖି ପାରିବ। କାରଣ ଅନ୍ଧକାର ଘୁଞ୍ଚି ଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି।

ଯେଉଁ ଲୋକ ଆଲୋକରେ ଅଛି ବୋଲି କୁହେ କିନ୍ତୁ ନିଜ ଭାଇକୁ ଘୃଣା କରେ, ତେବେ ସେ ଏପର୍ଯ୍ୟନ୍ତ ଅନ୍ଧକାରରେ ରହିଛି। 10 ନିଜ ଭାଇକୁ ପ୍ରେମ କରୁଥିବା ବ୍ୟକ୍ତି ଆଲୋକରେ ବାସ କରୁଥାଏ ଏବଂ ତା’ଠାରେ ଭୁଲ୍ କାମ କରିବାର କୌଣସି କାରଣ ନ ଥାଏ। 11 କିନ୍ତୁ ନିଜ ଭାଇକୁ ଘୃଣା କରୁଥିବା ବ୍ୟକ୍ତି ଅନ୍ଧକାରରେ ଥାଏ। ସେ ଅନ୍ଧକାରରେ ବାସ କରେ। ସେ କେଉଁଆଡ଼େ ଯାଏ, ନିଜେ ଜାଣିପାରେ ନାହିଁ; କାରଣ ଅନ୍ଧକାର ତାକୁ ଅନ୍ଧ କରିଦେଇଥାଏ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center