Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 150

150 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ପରମେଶ୍ୱରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର!
    ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାଙ୍କର ପ୍ରଶଂସା କର।
ପରମେଶ୍ୱର କରିଥିବା ସମସ୍ତ ମହାନ କାର୍ଯ୍ୟ ନିମନ୍ତେ ତାଙ୍କର ପ୍ରଶଂସା କର।
    ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।
ତୂରୀ ଧ୍ୱନିରେ ପରମେଶ୍ୱରଙ୍କର ପ୍ରଶଂସା କର।
    ନେବଲ ଓ ବୀଣା ଯନ୍ତ୍ରରେ ତାଙ୍କର ପ୍ରଶଂସା କର!
ଦାରା ବାଦ୍ୟ ଓ ନୃତ୍ୟଦ୍ୱାରା ପରମେଶ୍ୱର ପ୍ରଶଂସା କର।
    ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାଙ୍କର ପ୍ରଶଂସା କର।
ଉଚ୍ଚ କରତାଳିରେ ପରମେଶ୍ୱରଙ୍କର ପ୍ରଶଂସା କର।
    ଉଚ୍ଚ କରତାଳି ଧ୍ୱନିରେ ତାଙ୍କର ପ୍ରଶଂସା କର।

ନିଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର!

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!

ହୋଶେୟ ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକ 5:15-6:6

15 ଆମ୍ଭେ ଆମ୍ଭର ଗୃହକୁ ଫେରିବା
    ଯେତେବେଳେ ଲୋକମାନେ ସେମାନଙ୍କର ଦୋଷ ସ୍ୱୀକାର କରିବେ
    ଏବଂ ଆମ୍ଭଙ୍କୁ କ୍ଷମା ମାଗିବେ।
ହଁ, ସେମାନେ ଦୁଃଖରେ ଆମ୍ଭଙ୍କୁ ପାଇବାକୁ କଠୋର ଚେଷ୍ଟା କରିବେ।”

ସଦାପ୍ରଭୁଙ୍କ ନିକଟକୁ ଫେରିବାର ପୁରସ୍କାର

“ଆସ, ସଦାପ୍ରଭୁଙ୍କ ପାଖକୁ ଫେରିଯିବା।
    ସେ ଆମ୍ଭକୁ ଆଘାତ କଲେ ଓ ସେ ମଧ୍ୟ ଆମ୍ଭକୁ ସୁସ୍ଥ କରିବେ।
    ସେ ଆମ୍ଭକୁ କ୍ଷତ ବିକ୍ଷତ କରିଛନ୍ତି ଏବଂ ସେ ଆମ୍ଭର କ୍ଷତରେ ପଟି ବାନ୍ଧି ଦେବେ।
ଦୁଇ ଦିନ ପରେ ସେ ଆମ୍ଭମାନଙ୍କୁ ପୁନର୍ଜୀବନ ଦେବେ।
    ତିନି ଦିନ ପରେ ସେ ଆମ୍ଭକୁ ଛିଡ଼ା କରାଇବେ।
    ତା’ପରେ ଆମ୍ଭେ ତାଙ୍କ ନିକଟରେ ବଞ୍ଚି ଉଠିବା।
ଆସ, ସଦାପ୍ରଭୁଙ୍କ ସମ୍ବନ୍ଧରେ ଅଧ୍ୟୟନ କରିବା।
    ତାଙ୍କ ସମ୍ବନ୍ଧରେ ଅଧିକ ଜାଣିବା ପାଇଁ କଠୋର ଅଧ୍ୟବସାୟ କରିବା।
ପ୍ରଭାତ ଆସିଲା ପରି
    ସଦାପ୍ରଭୁ ଆସୁଛନ୍ତି ବୋଲି ଆମ୍ଭେ ଜାଣୁଛୁ।
ବର୍ଷା ଓ ବସନ୍ତବର୍ଷା ଭୂମିକୁ ଜଳମୟ କଲା ପରି
    ପରମେଶ୍ୱର ଆମ୍ଭମାନଙ୍କ ନିକଟକୁ ଆସିବେ।”

ଲୋକମାନେ ବିଶ୍ୱସ୍ତ ନୁହନ୍ତି

“ହେ ଇଫ୍ରୟିମ, ହେ ଯିହୁଦା,
    ଆମ୍ଭେ ତୁମ୍ଭମାନଙ୍କ ପ୍ରତି କିପରି ବ୍ୟବହାର କରିବୁ?
ତୁମ୍ଭମାନଙ୍କର ବିଶ୍ୱସ୍ତତା ସକାଳର କୁହୁଡ଼ି ଓ କାକର ପରି ଅଟେ
    ଯେ କି ଅତି ପ୍ରତ୍ୟୁଷରେ ଉଭେଇ ଯାଏ।
ଆମ୍ଭେ ସେମାନଙ୍କୁ ନିପାତ କରିବା ପାଇଁ
    ଭବିଷ୍ୟ‌ଦ୍‌ବକ୍ତାମାନଙ୍କୁ ନିଯୁକ୍ତି କଲୁ
ଓ ଆମ୍ଭେ ଆପଣା ଆଦେଶରେ ଲୋକମାନଙ୍କୁ ମୃତ୍ୟୁ ଦେଲୁ।
    କିନ୍ତୁ ସେହି ନିର୍ଣ୍ଣୟରୁ ନ୍ୟାୟ ସଦୃଶ ଆଲୋକ ଆସିବ।
କାରଣ ଆମ୍ଭେ ବିଶ୍ୱସ୍ତ ପ୍ରେମ ଗ୍ଭହୁଁ,
    ବଳିଦାନ ନୁହେଁ।
ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତୁ ବୋଲି ଆମ୍ଭେ ଗ୍ଭହୁଁ,
    କିନ୍ତୁ ହୋମବଳି ଆଣନ୍ତୁ ବୋଲି ନୁହେଁ।

ଯୋହନଙ୍କ ଦ୍ୱିତୀୟ ପତ୍ର 1-6

ପ୍ରାଚୀନ ଯେ ମୁଁ, ପରମେଶ୍ୱରଙ୍କ ଦ୍ୱାରା ମନୋନୀତା ମହିଳା ଓ ତାହାଙ୍କର ସନ୍ତାନମାନଙ୍କ ନିକଟକୁ ଏହି ପତ୍ର ଲେଖୁଛି:

ମୁଁ ତୁମ୍ଭ ସମସ୍ତଙ୍କୁ ସତ୍ୟରେ ରହି ପ୍ରେମ କରେ।

ସତ୍ୟକୁ ଜାଣିଥିବା ସମସ୍ତ ଲୋକମାନେ ମଧ୍ୟ ତୁମ୍ଭକୁ ପ୍ରେମ କରନ୍ତି। ଆମ୍ଭ ଅନ୍ତରରେ ଯେଉଁ ସତ୍ୟ ରହିଛି, ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରୁଛୁ। ଏହି ସତ୍ୟ ଆମ୍ଭ ପାଖରେ ସବୁଦିନ ପାଇଁ ରହିବ।

ପରମପିତା ପରମେଶ୍ୱର ଓ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଦୟା, ଅନୁଗ୍ରହ ଓ ଶାନ୍ତି ଆମ୍ଭ ସହିତ ରହିବ। ଆମ୍ଭେ ସତ୍ୟ ଓ ପ୍ରେମ ଦ୍ୱାରା ତାହାଙ୍କଠାରୁ ଏହି ଆଶୀର୍ବାଦ ଲାଭ କରୁ।

ମୁଁ ତୁମ୍ଭର କେତେକ ସନ୍ତାନମାନଙ୍କ ବିଷୟରେ ଶୁଣି ଖୁସୀ ହେଲି। ମୁଁ ଅତିଶୟ ଆନନ୍ଦିତ ଯେ, ପିତାଙ୍କ ଆଜ୍ଞାନୁସାରେ ସେମାନେ ସତ୍ୟପଥ ଅନୁସରଣ କରୁଛନ୍ତି। ପ୍ରିୟ ମହାଶୟା। ମୁଁ ତୁମ୍ଭକୁ କହୁଛି: ଆମ୍ଭେ ସମସ୍ତେ ପରସ୍ପରକୁ ପ୍ରେମ କରିବା ଉଚିତ୍। ଏହା ଏକ ନୂତନ ଆଜ୍ଞା ନୁହେଁ। ଏହା ସେହି ଆଜ୍ଞା, ଯାହା ଆମ୍ଭମାନଙ୍କ ନିକଟରେ ଆରମ୍ଭରୁ ଅଛି। ପ୍ରେମର ଅର୍ଥ ହେଉଛି, ତାହାଙ୍କର ଆଜ୍ଞା ଅନୁସାରେ ଜୀବନଯାପନ କରିବା। ପରମେଶ୍ୱରଙ୍କ ଆଜ୍ଞା ଏହି: ତୁମ୍ଭେ ଏକ ପ୍ରେମର ଜୀବନ ବିତାଅ। ତୁମ୍ଭେ ଏହି ଆଜ୍ଞା ଆରମ୍ଭରୁ ଶୁଣିଛ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center