Revised Common Lectionary (Semicontinuous)
150 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ପରମେଶ୍ୱରଙ୍କର ପବିତ୍ର ମନ୍ଦିରରେ ତାଙ୍କର ପ୍ରଶଂସା କର!
ତାଙ୍କର ଶକ୍ତିରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାଙ୍କର ପ୍ରଶଂସା କର।
2 ପରମେଶ୍ୱର କରିଥିବା ସମସ୍ତ ମହାନ କାର୍ଯ୍ୟ ନିମନ୍ତେ ତାଙ୍କର ପ୍ରଶଂସା କର।
ତାଙ୍କର ମହାନତା ପାଇଁ ତାଙ୍କୁ ପ୍ରଶଂସା କର।
3 ତୂରୀ ଧ୍ୱନିରେ ପରମେଶ୍ୱରଙ୍କର ପ୍ରଶଂସା କର।
ନେବଲ ଓ ବୀଣା ଯନ୍ତ୍ରରେ ତାଙ୍କର ପ୍ରଶଂସା କର!
4 ଦାରା ବାଦ୍ୟ ଓ ନୃତ୍ୟଦ୍ୱାରା ପରମେଶ୍ୱର ପ୍ରଶଂସା କର।
ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାଙ୍କର ପ୍ରଶଂସା କର।
5 ଉଚ୍ଚ କରତାଳିରେ ପରମେଶ୍ୱରଙ୍କର ପ୍ରଶଂସା କର।
ଉଚ୍ଚ କରତାଳି ଧ୍ୱନିରେ ତାଙ୍କର ପ୍ରଶଂସା କର।
6 ନିଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କର!
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର!
ଜ୍ଞାନୀ ଏବଂ ଦୁଷ୍ଟ
9 ଜ୍ଞାନ ତା’ର ଗୃହ ନିର୍ମାଣ କରିଅଛି। ସେ ତା’ର ସପ୍ତସ୍ତମ୍ଭ ନିର୍ମାଣ କରିଅଛି। 2 ଜ୍ଞାନ ମାଂସ ରାନ୍ଧିଅଛି ଏବଂ ଦ୍ରାକ୍ଷାରସ ପ୍ରସ୍ତୁତ କରିଅଛି। ସେ ଆପଣା ମେଜରେ ଖାଦ୍ୟ ସଜାଇ ଅଛି। 3 ସେ ଆପଣା ଦାସୀମାନଙ୍କୁ ପଠାଇ ଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ, 4 “ଯେଉଁ ଲୋକର ଅଭିଜ୍ଞତା ନାହିଁ ମୋ’ ପାଖକୁ ଆସୁ।” ଯେଉଁମାନେ ନିର୍ବୋଧ, ସେ ତାହାଙ୍କୁ କହେ। 5 “ଆସ ମୋର ଖାଦ୍ୟକୁ ଭକ୍ଷ୍ୟଣ କର ଏବଂ ମୋରଦ୍ରାକ୍ଷାରସ ପାନ କର। 6 ଅବୋଧ ଲୋକମାନଙ୍କର ସାଙ୍ଗ ପରିତ୍ୟାଗ କରି ତୁମ୍ଭେ ଜୀବନ ରକ୍ଷା କର। ସୁବିବେଚନାର ପଥରେ ଗ୍ଭଲ।”
କେତେକ ପୁରୁଣା ଗ୍ରୀକ୍ ପ୍ରତିରେ ପଦସଂଖ୍ୟା ଆଠରେ ହିଁ ମାର୍କ ଲିଖିତ ସୁସମାଗ୍ଭର ସମାପ୍ତ ହୋଇଛି।
କେତେକ ଶିଷ୍ୟ ଯୀଶୁଙ୍କୁ ଦେଖିଲେ(A)
9 ସପ୍ତାହର ପ୍ରଥମ ଦିନର ବଡ଼ି ସକାଳୁ ଯୀଶୁ ମୃତ୍ୟୁରୁ ପୁନରୁତ୍ଥିତ ହେଲେ। ସର୍ବ ପ୍ରଥମେ ସେ ମଗ୍ଦଲୀନୀ ମରିୟମଙ୍କ ନିକଟରେ ନିଜକୁ ଦେଖା ଦେଲେ। ଅତୀତରେ ଥରେ ଯୀଶୁ ଏହି ମରିୟମଙ୍କଠାରୁ ସାତୋଟି ଭୂତଙ୍କୁ ତଡ଼ି ଦେଇଥିଲେ। 10 ମରିୟମ ଯୀଶୁଙ୍କୁ ଦେଖି ସାରିବା ପରେ ତାହାଙ୍କ ଶିଷ୍ୟମାନଙ୍କ ପାଖକୁ ଯାଇ ଏ ବିଷୟ କହିଲେ। ସେତେବେଳକୁ ଶିଷ୍ୟମାନେ ଶୋକରେ ବୁଡ଼ି ଯାଇଥିଲେ ଓ ବିଳାପ କରୁଥିଲେ। 11 ମରିୟମ ସେମାନଙ୍କୁ କହିଲେ ଯେ, ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ୟମାନେ ସେମାନଙ୍କ କଥାରେ ବିଶ୍ୱାସ କଲେ ନାହିଁ।
12 ଏହା ପରେ ଦୁଇଜଣ ଶିଷ୍ୟ ପଡ଼ିଆ ମଧ୍ୟରେ ଯାଉଥିବା ସମୟରେ ଯୀଶୁ ସେମାନଙ୍କ ନିକଟରେ ଅନ୍ୟ ଏକ ରୂପରେ ଦେଖା ଦେଲେ। 13 ଏହି ଶିଷ୍ୟ ଦୁଇଜଣ ଫେରି ଆସି ଅନ୍ୟ ଶିଷ୍ୟମାନଙ୍କୁ ଏ କଥା ଜଣାଇଲେ। ତଥାପି ଶିଷ୍ୟମାନେ ତାହାଙ୍କ କଥାକୁ ମଧ୍ୟ ବିଶ୍ୱାସ କଲେ ନାହିଁ।
ପ୍ରେରିତମାନଙ୍କ ସହିତ ଯୀଶୁଙ୍କ କଥାବାର୍ତ୍ତା(B)
14 ପରେ ଯେତେବେଳେ ଏଗାର ଜଣ ପ୍ରେରିତ ଖାଉଥିଲେ, ସେତିକିବେଳେ ଯୀଶୁ ସେମାନଙ୍କୁ ଦେଖା ଦେଲେ। ସେ ସେମାନଙ୍କୁ ସେମାନଙ୍କର ଅବିଶ୍ୱାସ ଓ ମନର ଜଡ଼ତା ପାଇଁ ସମାଲୋଚନା କଲେ। କାରଣ ଯେଉଁମାନେ ଯୀଶୁଙ୍କୁ ମୃତ୍ୟୁରୁ ପୁନରୁତ୍ଥାନ ହୋଇଛନ୍ତି ବୋଲି ଦେଖିଥିଲେ, ସେମାନଙ୍କୁ ଏହି ଶିଷ୍ୟମାନେ ବିଶ୍ୱାସ କରି ନ ଥିଲେ।
15 ଯୀଶୁ ସେମାନଙ୍କୁ କହିଲେ, “ପୃଥିବୀର ଗ୍ଭରିଆଡ଼କୁ ଯାଅ। ପ୍ରତ୍ୟେକ ଲୋକକୁ ସୁସମାଗ୍ଭର ଶୁଣାଅ। 16 ଯେଉଁ ଲୋକ ବିଶ୍ୱାସ କରିବ ଓ ବାପ୍ତିଜିତ ହେବ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ୱାସ କରିବ, ସେ ଦୋଷୀ ସାବ୍ୟସ୍ତ ହେବ। 17 ଯେଉଁମାନେ ମୋତେ ବିଶ୍ୱାସ କରିବେ, ସେମାନେ ତା’ର ପ୍ରମାଣ ସ୍ୱରୂପ ଏହିସବୁ କାମ କରିବାକୁ ସକ୍ଷମ ହେବେ: ସେମାନେ ଲୋକମାନଙ୍କଠାରୁ ମୋ’ ନାମରେ ଭୂତମାନଙ୍କୁ ବାହାର କରି ଦେଇ ପାରିବେ। କେବେ ହେଲେ ଶିଖି ନ ଥିବା ନୂଆ ନୂଆ ଅନେକ ଭଷାରେ କଥାବାର୍ତ୍ତା କରିବେ। 18 ସେମାନେ ନିଜ ହାତରେ ସାପକୁ ଧରିବେ କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ସେମାନେ ବିଷ ମଧ୍ୟ ପିଇ ଦେବେ, କିନ୍ତୁ ସେମାନଙ୍କର କିଛି ହେଲେ କ୍ଷତି ହେବ ନାହିଁ। ଏ ଲୋକମାନେ ରୋଗୀମାନଙ୍କ ଉପରେ ହାତ ରଖିବେ ଏବଂ ରୋଗୀମାନେ ଭଲ ହୋଇଯିବେ।”
2010 by World Bible Translation Center