Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 23

ଦାଉଦଙ୍କର ଏକ ଗୀତ।

23 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି,
    ମୋର କିଛି ଅଭାବ ହେବ ନାହିଁ।
ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି।
    ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି।
    ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।
ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ।
    କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ।
    ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।
ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ।
    ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ।
    ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।
ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚା‌ଦ୍‌ଗାମୀ ହେବ।
    ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।

ଆଦିପୁସ୍ତକ 30:25-43

ଯାକୁବ ଲାବନକୁ ଫାନ୍ଦରେ ପକାଇଲେ

25 ରାହେଲ ଯୋଷେଫକୁ ଜନ୍ମ ଦେବା ପରେ, ଯାକୁବ ଲାବନକୁ କହିଲେ, “ଏବେ ମୋତେ ମୋର ନିଜ ଦେଶକୁ ଯିବାକୁ ଦିଅ। 26 ମୋର ସ୍ତ୍ରୀ ଏବଂ ପିଲାମାନଙ୍କ ପାଇଁ ମୁଁ ତୁମ୍ଭ ପାଖରେ କାମ କରିଛି। ଏବଂ ତୁମ୍ଭେ ଜାଣ ମୁଁ ଭଲଭାବରେ ତୁମ୍ଭର ସେବା କରିଛି।”

27 ଲାବନ ତାଙ୍କୁ କହିଲେ, “ମୋତେ କିଛି କହିବାକୁ ଦିଅ। ମୁଁ ଗୁଣି ବିଦ୍ୟା କରି ଜାଣି ପାରିଛି ଯେ, ସଦାପ୍ରଭୁ ତୁମ୍ଭ ହେତୁରୁ ମୋତେ ଆଶୀର୍ବାଦ କରିଛନ୍ତି। 28 ମୋତେ କହିବାକୁ ଦିଅ, ମୋତେ ତୁମ୍ଭକୁ କ’ଣ ଦେବା ଉଚିତ୍। ଏବଂ ତାହା ମୁଁ ତୁମ୍ଭକୁ ଦେବି।”

29 ଯାକୁବ ଉତ୍ତର ଦେଲେ, “ତୁମ୍ଭେ ଜାଣ ମୁଁ ତୁମ୍ଭ ପାଇଁ କଠିନ ପରିଶ୍ରମ କରିଛି। ମୁଁ ତୁମ୍ଭର ପଶୁଗଣକୁ ବୃଦ୍ଧି କରିଅଛି। ଏବଂ ବହୁ ଯତ୍ନ ନେଇଅଛି। 30 ଯେତେବେଳେ ମୁଁ ଆସିଲି ତୁମ୍ଭର ଖୁବ୍ କମ୍ ସମ୍ପତ୍ତି ଥିଲା। ବର୍ତ୍ତମାନ ବହୁତ ବୃଦ୍ଧି ପାଇଛି, ସଦାପ୍ରଭୁ ମୋ’ କାରଣରୁ ତୁମ୍ଭକୁ ଆଶୀର୍ବାଦ କରିଛନ୍ତି। ବର୍ତ୍ତମାନ ମୋର ନିଜ ପରିବାରକୁ ଯୋଗାଇବା ପାଇଁ ସମୟ ଆସିଛି।”

31 ଲାବନ କହିଲେ, “ତେବେ ମୋତେ ତୁମ୍ଭକୁ କ’ଣ ଦେବା ଉଚିତ୍?”

ଯାକୁବ ଉତ୍ତର ଦେଲେ, “ତୁମ୍ଭେ ମୋତେ କିଛି ଦିଅ ନାହିଁ। ଯେବେ ତୁମ୍ଭେ ମୋ’ ପାଇଁ ଗୋଟିଏ କାମ କରିବ, ତେବେ ମୁଁ ତୁମ୍ଭର ପଶୁମାନଙ୍କୁ ପୁନର୍ବାର ଚରାଇ ପ୍ରତିପାଳନ କରିବି। 32 ଆଜି ମୁଁ ତୁମ୍ଭର ସକଳ ପଲ ମଧ୍ୟଦେଇ ଯାଇ ମେଷଗଣ ମଧ୍ୟରୁ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଓ କୃଷ୍ଣବର୍ଣ୍ଣ ମେଷମାନଙ୍କୁ ପୁଣି ଛାଗଳଗଣ ମଧ୍ୟରୁ ବିନ୍ଦୁଚିହ୍ନିତ ଓ ଚିତ୍ରବିଚିତ୍ର ଛାଗଳମାନଙ୍କୁ ପୃଥକ କରିବି। ସେହିସବୁ ମୋର ବର୍ତ୍ତନ ସ୍ୱରୁପ ହେବ। 33 ଭବିଷ୍ୟତରେ ଯେତେବେଳେ ମୁଁ ସଚ୍ଚୋଟ ବୋଲି ତୁମ୍ଭେ ଜାଣି ପାରିବ। ଯଦି ତୁମ୍ଭେ ମୋର ମେଷପଲ ଦେଖିବାକୁ ଆସି ପାରିବ। ତୁମ୍ଭେ ମୋର ପଲକୁ ଦେଖି ପାର। ଅର୍ଥାତ୍ ଛାଗଳମାନଙ୍କ ମଧ୍ୟରେ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଛାଗଳ ଛଡ଼ା ଓ ମେଷଗଣ ମଧ୍ୟରେ କୃଷ୍ଣବର୍ଣ୍ଣ ମେଷ ବ୍ୟତୀତ ଯେତେ ଥିବେ ତାହା ମୋହର ଚୌର୍ଯ୍ୟରୂପେ ଗଣ୍ୟ ହେବ।”

34 ଲାବନ ଉତ୍ତର ଦେଲେ, “ତୁମ୍ଭେ ଯାହା କହିଲ ଆମ୍ଭେ ତାହା କରିବା ପାଇଁ ତୁମ୍ଭ ସହିତ ଏକମତ।” 35 ସେହି ଦିନ ଲାବନ ବିନ୍ଦୁଚିହ୍ନିତ ଛାଗଳମାନଙ୍କୁ ଲୁଗ୍ଭଇ ଦେଲେ। ଏବଂ ଚିତ୍ରବିଚିତ୍ର ଛାଗ ସବୁକୁ ଲୁଗ୍ଭଇ ଦେଲେ। ଲାବନ ସମସ୍ତ ମାଟିଆ ବର୍ଣ୍ଣ ମେଷଗଣକୁ ସେ ତା’ର ପୁତ୍ରମାନଙ୍କୁ ଯତ୍ନ ନେବାକୁ ଦେଲେ। 36 ସେଥିପାଇଁ ତାଙ୍କର ପୁଅମାନେ ସମସ୍ତ ଚିତ୍ରିତ ପଶୁଗଣକୁ ତିନି ଦିନ ରାସ୍ତା ଦୂରର ଏକ ସ୍ଥାନକୁ ନେଇଗଲେ। ଯାକୁବ ଅନ୍ୟ ସମସ୍ତ ଛାଡ଼ି ଯାଇଥିବା ପଶୁମାନଙ୍କର ଯତ୍ନ ନେଲେ।

37 ଯାକୁବ ଲି‌ବ୍‌ନୀ, ଲୂ‌ସ୍‌ ଓ ଅର୍ମୋନ୍ ବୃକ୍ଷର ନୂତନ ଶାଖା କାଟି ତହିଁରୁ ବ‌କ୍‌କଳ କାଢ଼ି କାଠର ଶୁକ୍ଳ ରେଖା ବାହାର କଲେ। 38 ଏହା ପରେ ଯେଉଁ ସ୍ଥାନକୁ ପଶୁମାନେ ଜଳପାନ କରିବାକୁ ଆସନ୍ତି, ସେହି ସ୍ଥାନରେ ସେମାନଙ୍କ ସମ୍ମୁଖସ୍ଥ ଜଳକୁଣ୍ଡ ମଧ୍ୟରେ ସେହି ବ‌କ୍‌କଳଶୂନ୍ୟ ଶାଖାସବୁ ଉଚ୍ଚ କରି ରଖିଲେ। ତେଣୁ ଜଳପାନ କରିବା ସମୟରେ ସେମାନେ ଫଳବତୀ ହେଲେ। 39 ପୁଣି ସେହି ଶାଖା ନିକଟରେ ସେମାନଙ୍କର ସଙ୍ଗମ ହେବାରୁ ପଶୁମାନେ ରେଖାଙ୍କିତ, ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମେଷ ଛୁଆମାନ ଜନ୍ମ କଲେ।

40 ଯାକୁବ ସେହି ଚିତ୍ରବିଚିତ୍ର ଛୁଆମାନଙ୍କୁ ଅନ୍ୟ ପାଖରୁ ଭିନ୍ନ କଲେ। ପୁଣି ଲାବନ ରେଖାଙ୍କିତ ଓ କୃଷ୍ଣବର୍ଣ୍ଣ ସବୁ ମେଷ ପ୍ରତି ମେଷୀମାନଙ୍କର ଦୃଷ୍ଟି ରଖାଇଲେ। ଏହି ପ୍ରକାରେ ସେ ଲାବନର ପଲ ସହିତ ଆପଣା ପଲ ତନଖି ପୃଥକ କଲେ। 41 ଯେତେବେଳେ ବଳିଷ୍ଠ ପଶୁଗଣ ସଙ୍ଗମ କରନ୍ତି, ସେ ଜଳକୁଣ୍ଡ ମଧ୍ୟରେ ସେମାନଙ୍କର ଆଖିର ସମ୍ମୁଖରେ ସେହି ଶାଖାଗୁଡ଼ିକ ରଖିଲେ। କିନ୍ତୁ ସେ ଦୁର୍ବଳ ପଶୁମାନଙ୍କ ସମ୍ମୁଖରେ ରଖିଲେ ନାହିଁ। 42 ଦୁର୍ବଳ ପଶୁଗଣ ଲାବନର ଓ ବଳିଷ୍ଠ ପଶୁଗଣ ଯାକୁବର ହେଲେ। 43 ଏହିପରି ଯାକୁବ ଅତିଶୟ ଧନୀ ହେଲେ। ଏବଂ ତାଙ୍କର ପଶୁ, ଦାସଦାସୀ, ଓଟ ଓ ଗର୍ଦ୍ଦଭ ଯଥେଷ୍ଟ ହେଲେ।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 3:17-26

17 “ଭାଇମାନେ, ମୁଁ ଜାଣେ ଯେ, ତୁମ୍ଭେମାନେ ମଧ୍ୟ କ’ଣ କରୁଛ, ତାହା ନ ବୁଝି ଯୀଶୁଙ୍କ ପ୍ରତି ଏପରି କଲ। ତୁମ୍ଭମାନଙ୍କର ନେତାମାନେ ମଧ୍ୟ କ’ଣ କରୁଅଛନ୍ତି, ତାହା ବୁଝିପାରି ନ ଥିଲେ। 18 ଈଶ୍ୱର ଖ୍ରୀଷ୍ଟଙ୍କର ଦୁଃଖ ଭୋଗିବା ବିଷୟରେ ପୂର୍ବରୁ ସବୁ କଥା ଭାବବାଦୀମାନଙ୍କ ମୁଖଦ୍ୱାରା କହି ସାରିଥିଲେ। ବର୍ତ୍ତମାନ ପରମେଶ୍ୱର ଏ ସବୁ ଘଟଣା ଘଟାଉଛନ୍ତି। 19 ଏଥିପାଇଁ ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କରି ପରମେଶ୍ୱରଙ୍କ ପାଖକୁ ଫେରି ଆସ, ତେବେ ସେ ତୁମ୍ଭମାନଙ୍କର ପାପସବୁ କ୍ଷମା କରିଦେବେ। 20 ଏପରି କଲେ ପ୍ରଭୁ ତୁମ୍ଭମାନଙ୍କୁ ଆତ୍ମିକ ଶାନ୍ତି ଦେବେ। ତାହାଙ୍କ ମନୋନୀତ ଖ୍ରୀଷ୍ଟ ଯୀଶୁଙ୍କୁ ମଧ୍ୟ ସେ ତୁମ୍ଭମାନଙ୍କ ପାଖକୁ ପଠାଇଦେବେ।

21 “ପୁନର୍ବାର ସମସ୍ତ କାର୍ଯ୍ୟ ସୁସମ୍ପନ୍ନ ହେବା ପର୍ଯ୍ୟନ୍ତ ଯୀଶୁଙ୍କୁ ସ୍ୱର୍ଗରେ ରହିବାକୁ ପଡ଼ିବ। ଏହି ସମସ୍ତ ବିଷୟରେ ପରମେଶ୍ୱର ବହୁତ ଆଗରୁ ଭାବବଦୀମାନଙ୍କ ମାଧ୍ୟମରେ କହିଛନ୍ତି। 22 ମୋଶା କହିଛନ୍ତି, ‘ପରମେଶ୍ୱର ତୁମ୍ଭମାନଙ୍କ ପାଇଁ ଜଣେ ଭାବବାଦୀ ଦେବେ। ସେହି ଭାବବାଦୀ ତୁମ୍ଭମାନଙ୍କ ମଧ୍ୟରୁ ଆସିବେ। ସେ ମୋ’ ପରି ହେବେ। ସେ ଯାହା କହିବେ, ତାହା ତୁମ୍ଭମାନଙ୍କୁ ମାନିବାକୁ ପଡ଼ିବ। 23 ଯେଉଁ ଲୋକ ତାହାଙ୍କ କଥାର ବାଧ୍ୟ ହେବ ନାହିଁ ତା’ର ମୃତ୍ୟୁ ଘଟିବ ଓ ପରମେଶ୍ୱରଙ୍କ ଲୋକମାନଙ୍କ ମଧ୍ୟରୁ ସେ ବିଚ୍ଛିନ୍ନ କରି ଦିଆଯିବ।’ [a]

24 “ହଁ, ଶାମୁୟେଲ ଓ ତାହାଙ୍କ ପରେ ଆସିଥିବା ସମସ୍ତ ଭାବବାଦୀମାନେ ଏହି ସମୟ ବିଷୟରେ ଘୋଷଣା କରିଛନ୍ତି। 25 ତୁମ୍ଭେମାନେ ସେହି ଭାବବାଦୀମାନଙ୍କର ଉତ୍ତରାଧିକାରୀ। ପରମେଶ୍ୱର ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ଯେଉଁ ଚୁକ୍ତି କରିଥିଲେ, ତୁମ୍ଭେମାନେ ମଧ୍ୟ ତା’ର ଉତ୍ତରାଧିକାରୀ। ସେ ଅବ୍ରହାମଙ୍କୁ କହିଥିଲେ, ‘ତୁମ୍ଭମାନଙ୍କ ସନ୍ତାନମାନଙ୍କ ଦ୍ୱାରା ଜଗତରେ ସବୁ ଲୋକ ଆଶୀର୍ବାଦ ପାଇବେ।’ [b] 26 ପରମେଶ୍ୱର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ପାଇଁ ପ୍ରଥମେ ଆପଣାର ବିଶେଷ ସେବକ ଯୀଶୁଙ୍କୁ ପଠାଇଛନ୍ତି। ତୁମ୍ଭେମାନେ ଯେପରି ମନ୍ଦକାର୍ଯ୍ୟରୁ ବିମୁଖ ହୁଅ, ଏଥିପାଇଁ ସେ ଏପରି କରିଛନ୍ତି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center