Revised Common Lectionary (Semicontinuous)
ଦାଉଦଙ୍କର ଏକ ଗୀତ।
23 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି,
ମୋର କିଛି ଅଭାବ ହେବ ନାହିଁ।
2 ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି।
ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
3 ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି।
ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।
4 ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ।
କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ।
ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।
5 ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ।
ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ।
ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।
6 ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚାଦ୍ଗାମୀ ହେବ।
ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।
8 ଏହା ପରେ ଇସ୍ରାଏଲ ଯୋଷେଫଙ୍କର ପୁତ୍ରମାନଙ୍କୁ ଦେଖି ପଗ୍ଭରିଲେ, “ଏମାନେ କିଏ?”
9 ଯୋଷେଫ ଆପଣା ପିତାଙ୍କୁ କହିଲେ, “ଏମାନେ ମୋହର ପୁତ୍ର, ପରମେଶ୍ୱର ଏମାନଙ୍କୁ ଏହି ଦେଶରେ ମୋତେ ଦେଇଅଛନ୍ତି।”
ତେବେ ଇସ୍ରାଏଲ କହିଲେ, “ବିନୟ କରୁଅଛି, ଏମାନଙ୍କୁ ମୋ’ ନିକଟକୁ ଆଣ। ମୁଁ ଏମାନଙ୍କୁ ଆଶୀର୍ବାଦ କରିବି।”
10 ଇସ୍ରାଏଲ ବହୁତ ବୃଦ୍ଧ ହୋଇଥିବାରୁ ତାଙ୍କୁ ଭଲ ଦେଖା ଯାଉ ନ ଥିଲା। ତେଣୁ ଯୋଷେଫ ତାଙ୍କର ପୁତ୍ରମାନଙ୍କୁ ଇସ୍ରାଏଲଙ୍କ ନିକଟକୁ ନେଲେ। ଇସ୍ରାଏଲ ସେମାନଙ୍କୁ ଚୁମ୍ବନ ଦେଲେ ଓ କୋଳେଇ ନେଲେ। 11 ଏହା ପରେ ଇସ୍ରାଏଲ, ଯୋଷେଫଙ୍କୁ କହିଲେ, “ମୁଁ କେବେ ବି ଭାବି ନ ଥିଲି ମୁଁ ତୁମ୍ଭକୁ ଆଉ ଦେଖି ପାରିବି। କିନ୍ତୁ ଦେଖ, ପରମେଶ୍ୱର ତୁମ୍ଭକୁ ଓ ତୁମ୍ଭର ସନ୍ତାନମାନଙ୍କୁ ଦେଖାଇଲେ।”
12 ଏହା ପରେ ଯୋଷେଫ ପିତାଙ୍କର କୋଳରୁ ସେମାନଙ୍କୁ ନେଇ ଆପେ ଭୂମିଷ୍ଠ ପ୍ରଣାମ କଲେ। 13 ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ଭାଗରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଦକ୍ଷିଣ ଭାଗରେ ଉପସ୍ଥିତ କରାଇଲେ। 14 ଇସ୍ରାଏଲ ନିଜର ଦକ୍ଷିଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରୟିମର ମୁଣ୍ଡରେ ତାଙ୍କର ବାମ ହସ୍ତ ରଖିଲେ। ଏହା ପରେ ଇସ୍ରାଏଲ ତାଙ୍କର ବାମହସ୍ତ ମନଃଶିର ମସ୍ତକ ଉପରେ ରଖିଲେ ଯିଏ କି ପ୍ରଥମେ ଜନ୍ମ ହୋଇଥିଲା। 15 ଅନନ୍ତର ଇସ୍ରାଏଲ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ,
“ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକ ଗମନାଗମନ କରିଥିଲେ।
ଯେଉଁ ପରମେଶ୍ୱର ଜନ୍ମାବଧି ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି।
16 ସେ ଦୂତ ଥିଲେ ଯିଏ ମୋତେ ବିପଦରୁ ଉଦ୍ଧାର କରିଛନ୍ତି।
ମୁଁ ପ୍ରାର୍ଥନା କରୁଛି ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ।
ସେମାନେ ମୋ’ ନାମ
ମୋର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମ ବହନ କରିବେ।
ମୁଁ ପ୍ରାର୍ଥନା କରୁଛି, ସେମାନେ ବୃଦ୍ଧି ପାଇବେ ଏବଂ ଦେଶ ସେମାନଙ୍କର ପରିବାର ଦ୍ୱାରା ଜନପୂର୍ଣ୍ଣ ହୋଇଯିବ।”
17 ଯୋଷେଫ ଦେଖିଲେ, ତାଙ୍କର ପିତା ତାଙ୍କର ପୁତ୍ର ଇଫ୍ରୟିମଙ୍କ ମୁଣ୍ଡରେ ଦକ୍ଷିଣ ହସ୍ତ ରଖିଥିଲେ। ଏହା ଯୋଷେଫଙ୍କୁ ଖୁସୀ କରି ନ ଥିଲା। ଯୋଷେଫ ତାଙ୍କର ହସ୍ତକୁ ଧରି ଇଫ୍ରୟିମଙ୍କ ମୁଣ୍ଡରୁ କାଢ଼ିଲେ ଏବଂ ସେହି ହସ୍ତକୁ ମନଃଶିର ମୁଣ୍ଡରେ ଥୋଇଲେ। 18 ଯୋଷେଫ ତାଙ୍କର ପିତାଙ୍କୁ କହିଲେ, “ଆପଣ ଆପଣଙ୍କର ଦକ୍ଷିଣ ହସ୍ତ ଭୁଲରେ ରଖି ଅଛନ୍ତି। ମନଃଶି ପ୍ରଥମଜାତ ସନ୍ତାନ। ଆପଣ ଆପଣଙ୍କର ଦକ୍ଷିଣ ହସ୍ତ ମନଃଶିର ମସ୍ତକରେ ରଖନ୍ତୁ।”
19 କିନ୍ତୁ ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର, ମୁଁ ତାହା ଜାଣେ। ମୁଁ ଜାଣେ ଯେ, ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମହାନ ହେବ। ମାତ୍ର ତୁମ୍ଭର କନିଷ୍ଠ ପୁତ୍ର ତା’ଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁ ଗୋଷ୍ଠୀକ ହେବ।”
ଯୀଶୁ ପାଞ୍ଚ ହଜାରରୁ ଅଧିକ ଲୋକଙ୍କୁ ଖୁଆଇଲେ(A)
30 ଯେଉଁ ପ୍ରେରିତମାନଙ୍କୁ ଯୀଶୁ ପଠାଇଥିଲେ, ସେମାନେ ଫେରି ଆସିଲେ। ସେମାନେ ଯୀଶୁଙ୍କ ଗ୍ଭରିପଟେ ଏକାଠି ହୋଇ ସେମାନେ ଯାହାସବୁ କରିଥିଲେ ଓ ଲୋକଙ୍କୁ ଯାହାସବୁ ଶିକ୍ଷା ଦେଇଥିଲେ, ସେ ସବୁ ତାହାଙ୍କୁ କହିଲେ। 31 ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ବହୁତ ଗହଳି ସ୍ଥାନରେ ଥିଲେ। ସେଠାରେ ବହୁତ ଲୋକ ଥିଲେ। ତେଣୁ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସେଠାରେ ଖାଇବାକୁ ମଧ୍ୟ ଟିକିଏ ସମୟ ପାଉ ନ ଥିଲେ। ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ମୋ’ ସହିତ ଗୋଟିଏ ନିର୍ଜନ ସ୍ଥାନକୁ ଗ୍ଭଲ ଓ ସେଠାରେ ଆମ୍ଭେ ଟିକେ ବିଶ୍ରାମ ନେବା।”
32 ତେଣୁ ସେମାନେ ଗୋଟିଏ ଡଙ୍ଗାରେ ବସି ଗୋଟିଏ ନିର୍ଜନ ସ୍ଥାନକୁ ଗ୍ଭଲିଗଲେ। 33 କିନ୍ତୁ ବହୁତ ଲୋକ ସେମାନଙ୍କୁ ଗ୍ଭଲି ଯାଉଥିବାର ଦେଖିଲେ ଓ ଚିହ୍ନି ମଧ୍ୟ ପାରିଲେ। ତେଣୁ ସମସ୍ତ ନଗରରୁ ଲୋକେ ସ୍ଥଳପଥ ଦେଇ ଯୀଶୁଙ୍କ ଯାଉଥିବା ସ୍ଥାନରେ ଯାଇ ପହଞ୍ଚି ଗଲେ। ଯୀଶୁ ପହଞ୍ଚିବା ପୂର୍ବରୁ, ସେମାନେ ସେଠାରେ ପହଞ୍ଚିଗଲେ। 34 ଯୀଶୁ ଯେତେବେଳେ ସେଠାରେ ପହଞ୍ଚିଲେ, ସେ ଦେଖିଲେ ଯେ ବହୁତ ଲୋକ ଅପେକ୍ଷା କରିଛନ୍ତି। ଯୀଶୁ ସେମାନଙ୍କ ପାଇଁ ଦୁଃଖ ଅନୁଭବ କଲେ। କାରଣ ସେମାନେ ମେଷପାଳକ ବିହୀନ ଅରକ୍ଷିତ ମେଣ୍ଢାପଲ ଭଳି ଥିଲେ। ଯୀଶୁ ସେମାନଙ୍କୁ ଅନେକ ଉପଦେଶ ଦେଲେ।
2010 by World Bible Translation Center