Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 4:5-12

ତହିଁ ଆରଦିନ ସେମାନଙ୍କର ନେତାମାନେ, ପ୍ରାଚୀନମାନେ ଓ ଆଇନର ଶିକ୍ଷକମାନେ ଯିରୁଶାଲମରେ ଏକାଠି ହେଲେ। ସେଠାରେ ହାନାନ ମହାଯାଜକ, କୟାଫା, ଯୋହନ, ଆଲେ‌କ୍‌ଜାଣ୍ଡାର ଓ ମହାଯାଜକୀୟ ପରିବାରର ସମସ୍ତେ ମଧ୍ୟ ଉପସ୍ଥିତ ଥିଲେ। ସେମାନେ ପ୍ରେରିତମାନଙ୍କୁ ସାମନାରେ ଠିଆ କରି ପଗ୍ଭରିଲେ, “ତୁମ୍ଭେମାନେ କେଉଁ କ୍ଷମତା କିମ୍ବା କେଉଁ ଅଧିକାରରେ ଏହି କାର୍ଯ୍ୟ କଲ? ତୁମ୍ଭେମାନେ ଏ ଛୋଟ ଲୋକଟିକୁ କିପରି ସୁସ୍ଥ କରି ପାରିଲ?”

ତା’ପରେ ପିତର ପବିତ୍ରଆତ୍ମା ଦ୍ୱାରା ପରିପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, “ହେ ଲୋକମାନଙ୍କର ନେତାମାନେ ଓ ପ୍ରାଚୀନ ଲୋକମାନେ! ଏହି ଛୋଟା ଲୋକଟି ପ୍ରତି କରାଯାଇଥିବା ଉତ୍ତମ କର୍ମରେ କ’ଣ ଆପଣମାନେ ଆମ୍ଭକୁ ଆଜି ପ୍ରଶ୍ନ ପଗ୍ଭରୁଛନ୍ତି? ଆପଣମାନେ କ’ଣ ପଗ୍ଭରୁଛନ୍ତି ଯେ କେଉଁ ବିଷୟ ଦ୍ୱାରା ସେ ସୁସ୍ଥ ହୋଇପାରିଲା? 10 ତେବେ, ତୁମ୍ଭେମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲୀୟ ଲୋକମାନେ ଏହା ଜାଣିରଖିବା ଉଚିତ୍ ଯେ, ଏହା ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଏହି ଲୋକଟି ସୁସ୍ଥ ହୋଇଛି। ତୁମ୍ଭେମାନେ ସେହି ଯୀଶୁଙ୍କୁ କ୍ରୁଶରେ କଣ୍ଟାବିଦ୍ଧ କରିଛ, ମାତ୍ର ପରମେଶ୍ୱର ତାହାଙ୍କୁ ମୃତ୍ୟୁରୁ ଉଠାଇଛନ୍ତି। ତାହାଙ୍କ ଦ୍ୱାରା ଏହି ଛୋଟା ଲୋକଟି ସମ୍ପୂର୍ଣ୍ଣ ଭାବରେ ସୁସ୍ଥ ହୋଇଛି। ସେ ବର୍ତ୍ତମାନ ତୁମ୍ଭମାନଙ୍କ ସମ୍ମୁଖରେ ଠିଆ ହୋଇଛି। 11 ଯୀଶୁ ହେଉଛନ୍ତି

‘ସେହି ପଥର ଯାହାଙ୍କୁ ତୁମ୍ଭେ, ଅତଏବ ନିର୍ମାଣ କର୍ତ୍ତାମାନେ, ହେୟଜ୍ଞାନ କରିଥିଲ।
    କିନ୍ତୁ ସେହି ପଥର ଆଜି ମୂଖ୍ୟ ପଥର ହୋଇ ପାରିଛି।’ (A)

12 ତାହାଙ୍କ ବ୍ୟତୀତ ଅନ୍ୟ କାହା ପାଖରେ ଉଦ୍ଧାର ନାହିଁ, କାରଣ ଏହି ଆକାଶ ତଳେ ଦିଆଯାଇଥିବା ଅନ୍ୟ କୌଣସି ନାମ ନାହିଁ ଯାହାଦ୍ୱାରା କି ଆମ୍ଭେ ଉଦ୍ଧାର ପାଇ ପାରିବା।”

ଗୀତସଂହିତା 23

ଦାଉଦଙ୍କର ଏକ ଗୀତ।

23 ସଦାପ୍ରଭୁ ମୋର ପ୍ରତିପାଳକ ଅଟନ୍ତି,
    ମୋର କିଛି ଅଭାବ ହେବ ନାହିଁ।
ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି।
    ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି।
ସେ ମୋର ପ୍ରାଣରେ ନୂତନ ବଳ ସଞ୍ଚାର କରନ୍ତି, ସେ ମୋତେ ଧର୍ମପଥରେ କଢ଼ାଇ ନିଅନ୍ତି।
    ଏହା ଦ୍ୱାରା ପ୍ରମାଣିତ ହୁଏ ଯେ, ସେ ପ୍ରକୃତରେ ପରମେଶ୍ୱର ଅଟନ୍ତି।
ଯଦିଓ ମୁଁ ମୃତ୍ୟୁଛାୟା ରୂପ ଉପତ୍ୟକାରେ ଏକା ବାଟ ଗ୍ଭଲେ, ଯାହାକି ଅନ୍ଧକାରରେ ଆଚ୍ଛାଦିତ ତଥାପି ମୁଁ କୌଣସି ବିପଦ ଯୋଗୁଁ ଭୟଭୀତ ହେବି ନାହିଁ।
    କାରଣ ସଦାପ୍ରଭୁ, ତୁମ୍ଭେ ମୋ’ ସହିତ ଅଛ।
    ତୁମ୍ଭର ଆଶାବାଡ଼ି ଓ ପାଞ୍ଚଣ ବାଡ଼ି ମୋତେ ସୁରକ୍ଷା କରେ।
ହେ ସଦାପ୍ରଭୁ, ତୁମ୍ଭେ ମୋର ଶତ୍ରୁମାନଙ୍କ ସମ୍ମୁଖରେ ମୋର ମେଜ ସଜାଇଅଛ।
    ତୁମ୍ଭେ ମୋର ମୁଣ୍ଡରେ ତେଲ ଢାଳିଛ।
    ମୋ’ ପାନପାତ୍ର ପୂର୍ଣ୍ଣ ହୋଇ ଉଚ୍ଛୁଳି ପଡ଼ିଛି।
ନିଶ୍ଚୟ ଧାର୍ମିକତା, ମଙ୍ଗଳ ଓ ଦୟା ମୋର ଅବଶିଷ୍ଟ ଜୀବନର ପଶ୍ଚା‌ଦ୍‌ଗାମୀ ହେବ।
    ମୁଁ ଶେଷରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।

ଯୋହନଙ୍କ ପ୍ରଥମ ପତ୍ର 3:16-24

16 ଯୀଶୁ ଆମ୍ଭମାନଙ୍କ ପାଇଁ ନିଜ ଜୀବନ ଦେଇଛନ୍ତି। ଏଥିରୁ ପ୍ରକୃତ ପ୍ରେମ କ’ଣ, ତାହା ଆମ୍ଭେ ଜାଣିଛୁ। ଆମ୍ଭେ ମଧ୍ୟ ନିଜ ଭାଇମାନଙ୍କ ପାଇଁ ଜୀବନ ଦାନ କରିବା ଉଚିତ୍। 17 ଯେଉଁ ବିଶ୍ୱାସୀ ଜଗତର ସମସ୍ତ ଧନରେ ଧନୀ, କିନ୍ତୁ ନିଜ ଭାଇକୁ ଅଭାବ ଅବସ୍ଥାରେ ଦେଖି ମଧ୍ୟ ତାହାକୁ ସାହାଯ୍ୟ କରେ ନାହିଁ, ତା’ ହୃଦୟରେ ପରମେଶ୍ୱରଙ୍କର ପ୍ରେମ ନାହିଁ। 18 ପ୍ରିୟ ପିଲାମାନେ, ଆମ୍ଭର ପ୍ରେମ କେବଳ ଶବ୍ଦ ଓ କଥା ମଧ୍ୟରେ ସୀମିତ ରହିବା ଉଚିତ୍ ନୁହେଁ। ମାତ୍ର ଏହା ସତ୍ୟପ୍ରେମ ହେବା ଆବଶ୍ୟକ ଓ ଆଚରଣରେ ଆମ୍ଭେ ଏହା ଦେଖାଇବା ଉଚିତ୍।

19-20 ଏହିପରି ଭାବରେ ଆମ୍ଭେ ସତ୍ୟମାର୍ଗରେ ଅଛୁ ବୋଲି ଜାଣି ପାରିବା। ପୁଣି ଯଦି କୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ତେବେ ମଧ୍ୟ ଆମ୍ଭେମାନେ ପରମେଶ୍ୱରଙ୍କ ଛାମୁରେ ଶାନ୍ତ ରହି ପାରିବା, କାରଣ ପରମେଶ୍ୱର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।

21 ପ୍ରିୟ ବନ୍ଧୁମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ପରମେଶ୍ୱରଙ୍କ ଛାମୁରେ ଆମ୍ଭମାନଙ୍କର ସମ୍ପୂର୍ଣ୍ଣ ଭରସା ଅଛି। 22 ଆମ୍ଭେ ଯାହା ତାହାଙ୍କଠାରୁ ମାଗୁ, ଆମ୍ଭେ ତାହାଙ୍କଠାରୁ ପାଇଥାଉ। ଆମ୍ଭେ ତାଙ୍କ ଆଦେଶ ପାଳନ କରୁ ଏବଂ ଆମ୍ଭେ ସେହି କାମଗୁଡ଼ିକ କରୁ, ଯାହା ତାହାଙ୍କୁ ସନ୍ତୁଷ୍ଟ କରେ। 23 ପରମେଶ୍ୱରଙ୍କର ଏହା ଆଦେଶ: ତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ବିଶ୍ୱାସ କରିବା ଓ ପରସ୍ପରକୁ ଭଲ ପାଇବା। 24 ଯେଉଁ ଲୋକ ତାହାଙ୍କ ଆଦେଶଗୁଡ଼ିକ ପାଳନ କରେ, ସେ ପରମେଶ୍ୱରଙ୍କଠାରେ ରୁହେ ଓ ପରମେଶ୍ୱର ସେହି ଲୋକଠାରେ ରୁହନ୍ତି। ପରମେଶ୍ୱର ଯେ ଆମ୍ଭମାନଙ୍କଠାରେ ବାସ କରନ୍ତି, ତାହା ଆମ୍ଭେମାନେ କିପରି ଜାଣିବା? ପରମେଶ୍ୱରଙ୍କ ଦତ୍ତ ପବିତ୍ରଆତ୍ମାଙ୍କ ଦ୍ୱାରା ଆମ୍ଭେମାନେ ତାହା ଜାଣି ପାରିବା।

ଯୋହନ ଲିଖିତ ସୁସମାଗ୍ଭର 10:11-18

11 “ମୁଁ ଉତ୍ତମ ମେଷପାଳକ। ଉତ୍ତମ ମେଷପାଳକ ମେଷମାନଙ୍କ ପାଇଁ ତା’ର ଜୀବନ ଦିଏ। 12 ମେଷ ରଖିବା ପାଇଁ ଯେଉଁ ମୂଲିଆକୁ ରଖାଯାଇଛି, ସେ ଲୋକ ମେଷପାଳକଠାରୁ ଭିନ୍ନ। ମେଷଗୁଡ଼ିକ ମୂଲିଆର ନୁହନ୍ତି। ତେଣୁ ସେ ଗଧିଆ ଆସିବା ଦେଖିଲେ ମେଷମାନଙ୍କୁ ଏକୁଟିଆ ଛାଡ଼ି ଦୌଡ଼ି ପଳାଏ। ତା’ପରେ ଗଧିଆ ମେଷମାନଙ୍କ ଉପରକୁ କୁଦାମାରେ ଓ ସେମାନଙ୍କୁ ଛିନ୍ନଭିନ୍ନ କରି ଦିଏ। 13 ସେ ଲୋକଟି ଦୌଡ଼ି ପଳାଏ, କାରଣ ସେ ମୂଲିଆ। ସେ ପ୍ରକୃତରେ ମେଷମାନଙ୍କର ଯତ୍ନ ନିଏ ନାହିଁ।

14 “ମୁଁ ମେଷପାଳକ ଯିଏ କି ମେଷମାନଙ୍କର ଯତ୍ନ ନିଏ। ମୁଁ ମୋର ମେଣ୍ଢାକୁ ଜାଣେ ଯେପରି, ପରମପିତା ମୋତେ ଜାଣନ୍ତି। 15 ମୁଁ ଯେପରି ପରମପିତାଙ୍କୁ ଜାଣେ, ସେହିପରି ମୋର ମେଷମାନେ ମୋତେ ଜାଣନ୍ତି। ମୁଁ ଏ ମେଷମାନଙ୍କ ପାଇଁ ଜୀବନ ଦିଏ। 16 ମୋର ଅନ୍ୟ ମେଷମାନେ ମଧ୍ୟ ଅଛନ୍ତି। ସେମାନେ ଏହି ପଲରେ ନାହାନ୍ତି। ମୁଁ ସେମାନଙ୍କୁ ମଧ୍ୟ ଆଣିବି। ସେମାନେ ମୋର ସ୍ୱର ଶୁଣିବେ। ଭବିଷ୍ୟତରେ ଗୋଟିଏ ପଲ ହେବ ଓ ସେ ପଲର ଜଣେ ମେଷପାଳକ ହେବେ। 17 ପରମପିତା ମୋତେ ପ୍ରେମ କରନ୍ତି କାରଣ ମୁଁ ମୋ’ ଜୀବନ ଦିଏ। ମୁଁ ଜୀବନ ଦିଏ, ଯେହେତୁ ମୁଁ ପୁନର୍ବାର ସେହି ଜୀବନ ଲାଭ କରିପାରେ। 18 ମୋ’ଠାରୁ କେହି ମୋ’ ଜୀବନ ନେଇ ପାରିବ ନାହିଁ। ମୁଁ ସ୍ୱେଚ୍ଛାରେ ମୋ’ ଜୀବନ ଦିଏ। ମୋର ଜୀବନ ଦେବାର ଅଧିକାର ଅଛି। ଏବଂ ମୋର ପୁନର୍ବାର ଜୀବନ ଫେରି ପାଇବାର ମଧ୍ୟ ଅଧିକାର ରହିଛି। ଏହି କଥା ମୋତେ ପରମପିତା କହିଛନ୍ତି।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center