Revised Common Lectionary (Semicontinuous)
25 ହେ ସଦାପ୍ରଭୁ, ମୁଁ ମହାସଭାରେ ତୁମ୍ଭର ଯେଉଁ ଜୟଗାନ କଲି ତାହା ତୁମ୍ଭ ପ୍ରେରଣାର ଫଳ।
ସମସ୍ତ ଉପାସକମାନଙ୍କ ସମ୍ମୁଖରେ ମୁଁ ମୋର ନୈବେଦ୍ୟ ତାଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବି ଯାହା ମୁଁ ପ୍ରତିଜ୍ଞା କରିଛି।
26 ଗରିବ ଲୋକମାନେ ଆସ, ଖାଅ ଓ ତୃପ୍ତ ହୁଅ।
ତୁମ୍ଭେ ଯେଉଁ ଲୋକମାନେ ସଦାପ୍ରଭୁଙ୍କ ଦର୍ଶନ ପାଇଁ ଆସିଅଛ ତାଙ୍କର ଜୟଗାନ କର।
ତୁମ୍ଭର ହୃଦୟ ଚିରଦିନ ପାଇଁ ଜୀବନ୍ତ ରହୁ।
27 ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ।
ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।
28 କାରଣ ସେ ହେଉଛନ୍ତି ରାଜା।
ସେ ସବୁ ରାଜ୍ୟକୁ ଶାସନ କରନ୍ତି।
29 ବଳଶାଳୀ, ସ୍ୱାସ୍ଥ୍ୟବାନ୍ ଲୋକମାନେ ଭୋଜନ କରି
ପରମେଶ୍ୱରଙ୍କ ସମ୍ମୁଖରେ ପ୍ରଣାମ କରିବେ।
ପ୍ରକୃତରେ ସବୁ ମଣିଷ ଯେଉଁମାନେ ମୃତ୍ୟୁବରଣ କରିବେ
ଓ ଯେଉଁମାନେ ମୃତ୍ୟୁବରଣ କରିଛନ୍ତି ପରମେଶ୍ୱରଙ୍କ ସମ୍ମୁଖରେ ନତ ମସ୍ତକ ହେବେ।
30 ଏବଂ ଭବିଷ୍ୟତରେ ଆମ୍ଭର ବଂଶଧରମାନେ ସଦାପ୍ରଭୁଙ୍କ ସେବା କରିବେ।
ଲୋକମାନେ ଚିରଦିନ ତାଙ୍କର ଗୁଣଗାନ କରିବେ।
31 ପ୍ରତ୍ୟେକ ପିଢ଼ି ତା’ର ପିଲାମାନଙ୍କୁ ଧାର୍ମିକତା ବିଷୟ କହିବେ,
ଯାହାସବୁ ପରମେଶ୍ୱର କରିଛନ୍ତି।
ପରମେଶ୍ୱରଙ୍କ ବାକ୍ୟ ପାଇଁ କ୍ଷୁଧାର ଏକ ଭୟଙ୍କର ସମୟ ଆସୁଛି
11 ସଦାପ୍ରଭୁ କୁହନ୍ତି:
“ଦେଖ, ସେହି ଦିନ ଆସୁଛି,
ଯେଉଁ ଦିନ ଆମ୍ଭେ ଏ ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା।
ତାହା କ୍ଷୁଧା ଓ ତୃଷାର ଦୁର୍ଭିକ୍ଷ ନୁହେଁ।
ମାତ୍ର ତାହା ସଦାପ୍ରଭୁଙ୍କର ବାକ୍ୟର ଦୁର୍ଭିକ୍ଷ ହେବ।
12 ଲୋକମାନେ ଗୋଟିଏ ସମୁଦ୍ରରୁ
ଅନ୍ୟ ଗୋଟିଏ ସମୁଦ୍ର ପର୍ଯ୍ୟନ୍ତ
ଏବଂ ଉତ୍ତର ଦିଗରୁ ପୂର୍ବ ଦିଗକୁ ଭ୍ରମଣ କରିବେ।
ସେମାନେ ସଦାପ୍ରଭୁଙ୍କର ବାର୍ତ୍ତା ଏଣେତେଣେ ଖୋଜି ବୁଲିବେ,
ମାତ୍ର ତାହା ପାଇବେ ନାହିଁ।
13 ସେତେବେଳେ ସୁନ୍ଦର ଯୁବକଗଣ ଓ ସୁନ୍ଦରୀ ରମଣୀମାନେ
ତୃଷାରେ ଦୁର୍ବଳ ହୋଇ ପଡ଼ିବେ।
9 ସେହି ନଗରରେ ଶିମୋନ ନାମକ ଜଣେ ଲୋକ ଥିଲା। ଫିଲିପ୍ପ ସେଠାକୁ ଆସିବା ପୂର୍ବରୁ ଶିମୋନ ଯାଦୁଖେଳ ଦେଖାଇ ଶମିରୋଣର ବାସିନ୍ଦାମାନଙ୍କୁ ବିସ୍ମିତ କରିଦେଇଥିଲା। ସେ ନିଜକୁ ବଡ଼ ମହାପୁରୁଷ ବୋଲି କହୁଥିଲା। 10 ତେଣୁ ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଶିମୋନଙ୍କ ପ୍ରତି ଧ୍ୟାନ ଦେଲେ। ଲୋକେ କହିଲେ, “ଏହି ଲୋକଠାରେ ପରମେଶ୍ୱରଙ୍କ ଶକ୍ତି ଅଛି। ଯାହାକୁ କି ‘ମହାନ ଶକ୍ତି’ ବୋଲି କୁହାଯାଏ।” 11 ଶିମୋନ ଲୋକମାନଙ୍କୁ ବହୁତ ସମୟ ପର୍ଯ୍ୟନ୍ତ ଯାଦୁ ବିଦ୍ୟାରେ ମୁଗ୍ଧ କରି ପାରୁଥିବା କଥା ସମସ୍ତେ ଶୁଣିଲେ। 12 କିନ୍ତୁ ଯେତେବେଳେ ସେମାନେ ଫିଲିପ୍ପଙ୍କଠାରୁ ପରମେଶ୍ୱରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ଶକ୍ତି ବିଷୟକ ସୁସମ୍ବାଦ ଶୁଣିଲେ, ସେତେବେଳେ ସେମାନେ ଫିଲିପ୍ପଙ୍କ କଥାରେ ବିଶ୍ୱାସ କରି ବାପ୍ତିଜିତ ହେଲେ। 13 ଶିମୋନ ନିଜେ ମଧ୍ୟ ଏହା ବିଶ୍ୱାସ କଲେ ଓ ବାପ୍ତିଜିତ ହୋଇ ଫିଲିପ୍ପଙ୍କ ସହିତ ରହିଲେ। ସେ ଅସଧାରଣ, ଆଶ୍ଚର୍ଯ୍ୟପୂର୍ଣ୍ଣ କାର୍ଯ୍ୟ ଓ ଚିହ୍ନମାନ ଦେଖି ବିସ୍ମିତ ହେଲେ।
14 ପ୍ରେରିତମାନେ ଯିରୁଶାଲମରେ ଶୁଣିଲେ ଯେ, ଶମିରୋଣର ଲୋକ ପରମେଶ୍ୱରଙ୍କ ବାକ୍ୟ ଗ୍ରହଣ କରିଛନ୍ତି। ତେଣୁ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ପାଖକୁ ପଠାଇଲେ। 15 ପିତର ଓ ଯୋହନ ସେଠାରେ ପହଞ୍ଚି ଶମିରୋଣ ବାସିନ୍ଦାମାନଙ୍କ ପାଇଁ ପ୍ରାର୍ଥନା କଲେ ଯେପରିକି ସେମାନେ ପବିତ୍ରଆତ୍ମାଙ୍କୁ ଗ୍ରହଣ କରି ପାରିବେ। 16 ସେମାନେ କେବଳ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ। କିନ୍ତୁ ସେ ପର୍ଯ୍ୟନ୍ତ କାହା ଉପରେ ପବିତ୍ରଆତ୍ମା ଅଧିଷ୍ଠିତ ହୋଇ ନ ଥିଲେ। 17 ତା’ପରେ ପ୍ରେରିତମାନେ ଲୋକମାନଙ୍କ ଉପରେ ନିଜ ହାତ ରଖିବାରୁ ସେମାନେ ପବିତ୍ରଆତ୍ମାଙ୍କୁ ଗ୍ରହଣ କଲେ।
18 ପ୍ରେରିତମାନଙ୍କ ହାତ ରଖିବା ଦ୍ୱାରା ପବିତ୍ରଆତ୍ମା ପ୍ରାପ୍ତ ହେବା ଶିମୋନ ଦେଖିଲା। ତେଣୁ ଶିମୋନ ପ୍ରେରିତମାନଙ୍କୁ ଟଙ୍କା ଯାଚି କହିଲା, 19 ‘‘ମୋତେ ମଧ୍ୟ ଏହି ଶକ୍ତି ଦିଅ, ଯେପରିକି ମୁଁ ଯାହା ଉପରେ ହାତ ରଖିବି, ସେ ପବିତ୍ରଆତ୍ମା ପାଇ ପାରିବ।”
20 ପିତର ତାହାକୁ କହିଲେ, “ତୁମ୍ଭେ ଓ ତୁମ୍ଭର ଟଙ୍କା ସବୁଦିନ ପାଇଁ ନଷ୍ଟ ହୋଇଯାଉ, କାରଣ ତୁମ୍ଭେ ଭାବିଲ ଯେ, ପରମେଶ୍ୱରଙ୍କ ଦାନ ଟଙ୍କାରେ କିଣି ହେବ। 21 ପରମେଶ୍ୱରଙ୍କ ପ୍ରତି ତୁମ୍ଭର ହୃଦୟ ନିର୍ମଳ ନ ଥିବାରୁ ତୁମ୍ଭେ ଆମ୍ଭ ସହିତ ଓ କାମରେ ଭାଗ ନେଇ ପାରିବ ନାହିଁ। 22 ତେଣୁ ତୁମ୍ଭ ହୃଦୟ ପରିବର୍ତ୍ତନ କର ଓ ତୁମ୍ଭର ଏହି ଦୁଷ୍କର୍ମରୁ ବିମୁଖ ହୋଇ ପ୍ରଭୁଙ୍କୁ ପ୍ରାର୍ଥନା କର। ହୁଏତ ପରମେଶ୍ୱର ତୁମ୍ଭର ହୃଦୟରେ ଥିବା ପାପ ଚିନ୍ତାକୁ କ୍ଷମା କରି ପାରନ୍ତି। 23 ମୁଁ ଦେଖୁଛି, ତୁମ୍ଭ ମନରେ ତିକ୍ତତା ପୁରି ରହିଛି ଓ ପାପ ତୁମ୍ଭ ଉପରେ କର୍ତ୍ତୃତ୍ୱ କରୁଛି।”
24 ଶିମୋନ ଉତ୍ତର ଦେଲା, “ତୁମ୍ଭେ କହିଥିବା କୌଣସି କଥା ଯେପରି ମୋ’ ପ୍ରତି ଘଟିବ ନାହିଁ, ସେଥିପାଇଁ ତୁମ୍ଭେ ଦୁହେଁ ମୋ’ ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର।”
25 ପ୍ରେରିତମାନେ ଶମିରୋଣର ଅନେକ ଗ୍ରାମରେ ଶୁଭସମାଗ୍ଭର କହି ଯିରୁଶାଲମକୁ ଫେରିଗଲେ। ସେମାନେ ଫେରିବା ସମୟରେ ଶମିରୋଣୀୟମାନଙ୍କର ବହୁତ ଗ୍ରାମରେ ସୁସମାଗ୍ଭର ପ୍ରଗ୍ଭର କଲେ।
2010 by World Bible Translation Center