Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 47

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୋଟିଏ ଗୀତ।

47 ହେ ସର୍ବଗୋଷ୍ଠୀୟମାନେ ଆନନ୍ଦରେ କରତାଳି ଦିଅ।
    ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
ସର୍ବୋପରିସ୍ଥ ସଦାପ୍ରଭୁ ସବୁଠାରୁ ଭୟଙ୍କର ଅଟନ୍ତି।
    ଏ ପୃଥିବୀରେ ସେ ସବୁଠାରୁ ଶ୍ରେଷ୍ଠ ରାଜା ଅଟନ୍ତି।
ସେ ଆମ୍ଭଙ୍କୁ ଅନ୍ୟ ଲୋକମାନଙ୍କୁ ପରାଜିତ କରିବାକୁ ସାହାଯ୍ୟ କରନ୍ତି।
    ସେ ସେହି ରାଜାମାନଙ୍କ ଉପରେ ଆମ୍ଭଙ୍କୁ ଶକ୍ତି ପ୍ରଦାନ କରନ୍ତି।
ପରମେଶ୍ୱର ଆମ୍ଭମାନଙ୍କୁ ଦେଶ ଦେବା ପାଇଁ ମନୋନୀତ କରିଛନ୍ତି।
    ସେ ଯାକୁବକୁ ଅଧିକ ଭଲ ପାଉଥିବାରୁ ତାଙ୍କ ପାଇଁ ସବୁଠାରୁ ଭଲ ଦେଶକୁ ମନୋନୀତ କରିଥିଲେ।

ସଦାପ୍ରଭୁ ଯେତେବେଳେ ତାଙ୍କ ସିଂହାସନରେ ବିଜେ ହୁଅନ୍ତି,
    ସେତେବେଳେ ତୂରୀ ଓ ଜୟଜୟକାର ନାଦରେ ଗଗନ ପବନ ମୁଖରିତ ହୁଏ।
ପରମେଶ୍ୱରଙ୍କ ଗୁଣ କୀର୍ତ୍ତନ କର।
    ତାଙ୍କର ପ୍ରଶଂସାରେ ଶତ ମୁଖର ହୋଇ ଉଠ।
ଆମ୍ଭର ରାଜାଙ୍କୁ ପ୍ରଶଂସା କର।
    ତାଙ୍କର ମହିମା ଗାନ କର।
ପରମେଶ୍ୱର ହେଉଛନ୍ତି ଏ ସମସ୍ତ ପୃଥିବୀର ରାଜା।
    ତେଣୁ ତାଙ୍କର ମହିମା ଗାନ କର।
ପରମେଶ୍ୱର ତାଙ୍କର ପବିତ୍ର ସିଂହାସନରେ ବସନ୍ତି।
    ପରମେଶ୍ୱର ସମସ୍ତ ରାଜ୍ୟମାନଙ୍କୁ ଶାସନ କରନ୍ତି।
ସେହି ଲୋକମାନେ ପରସ୍ପର ସହିତ ମିଳିତ ହୁଅନ୍ତି
    ଓ ସେମାନେ ଅବ୍ରହାମର ପରମେଶ୍ୱରଙ୍କ ରାଜ୍ୟର ଲୋକମାନଙ୍କ ସହିତ ମିଶନ୍ତି।
ସେହିସବୁ ନେତାମାନେ ପରମେଶ୍ୱରଙ୍କ ଆଶ୍ରିତ।
    ପରମେଶ୍ୱର ସେମାନଙ୍କ ଊର୍ଦ୍ଧ୍ୱରେ ଅଟନ୍ତି।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 1:1-11

ଲୂକଙ୍କ ଦ୍ୱାରା ଲିଖିତ ଦ୍ୱିତୀୟ ପୁସ୍ତକ

ହେ ଥିୟଫିଲ,

ମୁଁ ମୋର ପ୍ରଥମ ପୁସ୍ତକରେ ଯୀଶୁଙ୍କର ସମସ୍ତ କାର୍ଯ୍ୟ ଓ ଉପଦେଶଗୁଡ଼ିକ ବିଷୟରେ ଲେଖିଛି। ମୁଁ ଯୀଶୁଙ୍କର ସମ୍ପୂର୍ଣ୍ଣ ଜୀବନ ସମ୍ପର୍କରେ ଆରମ୍ଭରୁ ତାହାଙ୍କୁ ସ୍ୱର୍ଗକୁ ନିଆଯିବା ପର୍ଯ୍ୟନ୍ତ ସବୁକିଛି ଲେଖିଛି। ଏହା ଘଟିବା ପୂର୍ବରୁ ଯୀଶୁ ନିଜେ ବାଛିଥିବା ପ୍ରେରିତମାନଙ୍କ ସହିତ କଥାବାର୍ତ୍ତା ହୋଇଥିଲେ। ପବିତ୍ରଆତ୍ମାଙ୍କ ସାହାଯ୍ୟରେ ଯୀଶୁ, ପ୍ରେରିତମାନେ [a] କ’ଣ କରିବା ଉଚିତ୍, ସେହି କଥା କହିଲେ। ଏହି ଘଟଣାଟି ଯୀଶୁଙ୍କର ମୃତ୍ୟୁ ପରେ ଘଟିଥିଲା। କିନ୍ତୁ ଅନେକ ଶକ୍ତିଯୁକ୍ତ କାର୍ଯ୍ୟ ଦ୍ୱାରା ସେ ପ୍ରମାଣିତ କରି ଦେଖେଇ ଦେଲେ ଯେ, ସେ ଜୀବିତ ଥିଲେ। ମୃତ୍ୟୁ ପରେ ପୁନର୍ଜୀବିତ ହୋଇ ଉଠିଥିବାର ଗ୍ଭଳିଶ୍ ଦିନ ପର୍ଯ୍ୟନ୍ତ ପ୍ରେରିତମାନେ ଯୀଶୁଙ୍କୁ ଅନେକ ଥର ଦେଖିଲେ। ଯୀଶୁ ପରମେଶ୍ୱରଙ୍କର ରାଜ୍ୟ ବିଷୟରେ ପ୍ରେରିତମାନଙ୍କୁ କହିଲେ। ଦିନେ ଯେତେବେଳେ ଯୀଶୁ ସେମାନଙ୍କ ସାଙ୍ଗରେ ଭୋଜନ କରୁଥିଲେ, ସେତେବେଳେ ସେ ପ୍ରେରିତମାନଙ୍କୁ ଯିରୁଶାଲମ ନ ଛାଡ଼ିବା ପାଇଁ କହିଲେ। ଯୀଶୁ କହିଲେ, “ପରମେଶ୍ୱର ତୁମ୍ଭମାନଙ୍କୁ କିଛି ପ୍ରତିଜ୍ଞା ଦେଇଛନ୍ତି। ମୁଁ ତୁମ୍ଭମାନଙ୍କୁ ଏହି ପ୍ରତିଜ୍ଞା ବିଷୟରେ ଆଗରୁ କହି ସାରିଛି। ତେଣୁ ସେହି ପ୍ରତିଜ୍ଞା ନ ପାଇବା ପର୍ଯ୍ୟନ୍ତ ତୁମ୍ଭେମାନେ ଯିରୁଶାଲମରେ ଅପେକ୍ଷାରେ ରୁହ। ଯୋହନ ଲୋକମାନଙ୍କୁ ଜଳରେ ବାପ୍ତିସ୍ମ ଦେଇଥିଲେ, କିନ୍ତୁ ଅଳ୍ପ ଦିନ ଭିତରେ ତୁମ୍ଭେମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ବାପ୍ତିଜିତ ହେବ।”

ଯୀଶୁ ସ୍ୱର୍ଗକୁ ନିଆଗଲେ

ପ୍ରେରିତମାନେ ଏକାଠି ହୋଇ ଯୀଶୁଙ୍କୁ ପଗ୍ଭରିଲେ, “ପ୍ରଭୁ, ଆପଣ ଇସ୍ରାଏଲମାନଙ୍କୁ ସେମାନଙ୍କର ରାଜ୍ୟ ଏହି ସମୟରେ ପୁନର୍ବାର ଦେଉଅଛନ୍ତି କି?”

ଯୀଶୁ ସେମାନଙ୍କୁ କହିଲେ, “କେବଳ ପରମେଶ୍ୱରଙ୍କର ଅଧିକାର ଅଛି ଯେ, ସେ ତାରିଖ ଓ ସମୟ ଗୁଡ଼ିକ ବିଷୟରେ ନିଷ୍ପତ୍ତି ଗ୍ରହଣ କରି ପାରିବେ। ତୁମ୍ଭେମାନେ ସେ ବିଷୟରେ ଜାଣି ପାରିବ ନାହିଁ। କିନ୍ତୁ ପବିତ୍ରଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହେଲେ। ତୁମ୍ଭେମାନେ ଶକ୍ତି ପାଇ ତୁମ୍ଭେମାନେ ମୋର ସାକ୍ଷୀ ହେବ। ପ୍ରଥମେ ଯିରୁଶାଲମର ଲୋକମାନଙ୍କୁ, ତା’ପରେ ତୁମ୍ଭେମାନେ ସମଗ୍ର ଯିହୂଦା ପ୍ରଦେଶ, ଶମିରୋଣ ଓ ପୃଥିବୀର ସମସ୍ତ ଅଞ୍ଚଳରେ।”

ଯୀଶୁ ପ୍ରେରିତମାନଙ୍କୁ ଏତିକି କହିବା ପରେ ତାହାଙ୍କୁ ଆକାଶକୁ ଉଠେଇ ନିଆଗଲା। ପ୍ରେରିତମାନେ ଦେଖୁଥିବା ସମୟରେ ଯୀଶୁ ଖଣ୍ଡେ ମେଘ ଭିତରକୁ ଗ୍ଭଲିଗଲେ, ଓ ସେମାନେ ତାହାଙ୍କୁ ଆଉ ଦେଖି ପାରିଲେ ନାହିଁ। 10 ଯୀଶୁ ଗ୍ଭଲି ଯାଉଥିଲେ ଓ ପ୍ରେରିତମାନେ ଆକାଶକୁ ଗ୍ଭହିଁ ରହିଥିଲେ। ହଠାତ୍ ଦୁଇଜଣ ଧଳା ବସ୍ତ୍ର ପିନ୍ଧିଥିବା ପୁରୁଷ ସେମାନଙ୍କ ପାଖରେ ଆସି ଠିଆ ହେଲେ। 11 ସେହି ଦୁଇଜଣ ପୁରୁଷ ପ୍ରେରିତମାନଙ୍କୁ କହିଲେ, “ହେ ଗାଲିଲୀର ଲୋକେ, ତୁମ୍ଭେମାନେ ଏଠାରେ ଠିଆ ହୋଇ ଆକାଶ ଆଡ଼େ କାହିଁକି ଗ୍ଭହିଁଛ? ଏହି ଯୀଶୁଙ୍କୁ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଉଠାଇ ନିଆଗଲା, ସେ ସ୍ୱର୍ଗକୁ ଗଲେ ଓ ତୁମ୍ଭେମାନେ ତାହାଙ୍କୁ ଉପରକୁ ଯିବାର ଯେପରି ଦେଖିଲ, ସେହିପରି ସେ ପୁଣି ଫେରି ଆସିବେ।”

ଗୀତସଂହିତା 47

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ପରିବାରର ଗୋଟିଏ ଗୀତ।

47 ହେ ସର୍ବଗୋଷ୍ଠୀୟମାନେ ଆନନ୍ଦରେ କରତାଳି ଦିଅ।
    ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
ସର୍ବୋପରିସ୍ଥ ସଦାପ୍ରଭୁ ସବୁଠାରୁ ଭୟଙ୍କର ଅଟନ୍ତି।
    ଏ ପୃଥିବୀରେ ସେ ସବୁଠାରୁ ଶ୍ରେଷ୍ଠ ରାଜା ଅଟନ୍ତି।
ସେ ଆମ୍ଭଙ୍କୁ ଅନ୍ୟ ଲୋକମାନଙ୍କୁ ପରାଜିତ କରିବାକୁ ସାହାଯ୍ୟ କରନ୍ତି।
    ସେ ସେହି ରାଜାମାନଙ୍କ ଉପରେ ଆମ୍ଭଙ୍କୁ ଶକ୍ତି ପ୍ରଦାନ କରନ୍ତି।
ପରମେଶ୍ୱର ଆମ୍ଭମାନଙ୍କୁ ଦେଶ ଦେବା ପାଇଁ ମନୋନୀତ କରିଛନ୍ତି।
    ସେ ଯାକୁବକୁ ଅଧିକ ଭଲ ପାଉଥିବାରୁ ତାଙ୍କ ପାଇଁ ସବୁଠାରୁ ଭଲ ଦେଶକୁ ମନୋନୀତ କରିଥିଲେ।

ସଦାପ୍ରଭୁ ଯେତେବେଳେ ତାଙ୍କ ସିଂହାସନରେ ବିଜେ ହୁଅନ୍ତି,
    ସେତେବେଳେ ତୂରୀ ଓ ଜୟଜୟକାର ନାଦରେ ଗଗନ ପବନ ମୁଖରିତ ହୁଏ।
ପରମେଶ୍ୱରଙ୍କ ଗୁଣ କୀର୍ତ୍ତନ କର।
    ତାଙ୍କର ପ୍ରଶଂସାରେ ଶତ ମୁଖର ହୋଇ ଉଠ।
ଆମ୍ଭର ରାଜାଙ୍କୁ ପ୍ରଶଂସା କର।
    ତାଙ୍କର ମହିମା ଗାନ କର।
ପରମେଶ୍ୱର ହେଉଛନ୍ତି ଏ ସମସ୍ତ ପୃଥିବୀର ରାଜା।
    ତେଣୁ ତାଙ୍କର ମହିମା ଗାନ କର।
ପରମେଶ୍ୱର ତାଙ୍କର ପବିତ୍ର ସିଂହାସନରେ ବସନ୍ତି।
    ପରମେଶ୍ୱର ସମସ୍ତ ରାଜ୍ୟମାନଙ୍କୁ ଶାସନ କରନ୍ତି।
ସେହି ଲୋକମାନେ ପରସ୍ପର ସହିତ ମିଳିତ ହୁଅନ୍ତି
    ଓ ସେମାନେ ଅବ୍ରହାମର ପରମେଶ୍ୱରଙ୍କ ରାଜ୍ୟର ଲୋକମାନଙ୍କ ସହିତ ମିଶନ୍ତି।
ସେହିସବୁ ନେତାମାନେ ପରମେଶ୍ୱରଙ୍କ ଆଶ୍ରିତ।
    ପରମେଶ୍ୱର ସେମାନଙ୍କ ଊର୍ଦ୍ଧ୍ୱରେ ଅଟନ୍ତି।

ଗୀତସଂହିତା 93

93 ସଦାପ୍ରଭୁ ରାଜା ଅଟନ୍ତି।
    ସେ ମହିମା ଓ ଶକ୍ତି ରୂପକ ବସ୍ତ୍ର ପରିଧାନ କରନ୍ତି।
ସେ ନିଜ କଟିରେ ସମଗ୍ର ବିଶ୍ୱକୁ ଧରିଛନ୍ତି,
    ଏହା ଯେପରି ଟଳମଳ ହୋଇ ନ ଯାଏ।
ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳରୁ ରହିଥିଲା,
    ତୁମ୍ଭେ ସର୍ବଦା ଜୀବିତ ଏବଂ ସର୍ବଦା ଶାସନ କରିବ।
ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ୱନି ବାହାର କଲେ।
    ସମୁଦ୍ରସବୁ ସେମାନଙ୍କର ଢେଉ ଭାଙ୍ଗି ଗର୍ଜନ କଲେ।
ଜଳରାଶିର ଧ୍ୱନି ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
    ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
ହେ ସଦାପ୍ରଭୁ, ତୁମ୍ଭର ବ୍ୟବସ୍ଥା ସର୍ବଦା ରହିବ।
    ତୁମ୍ଭର ପବିତ୍ର ମନ୍ଦିର ଚିରସ୍ଥାୟୀ ରହିବ।

ଏଫିସୀୟଙ୍କ ପ୍ରତି ପତ୍ର 1:15-23

ପାଉଲଙ୍କ ପ୍ରାର୍ଥନା

15 ସେଥିପାଇଁ ମୁଁ ଯେତେବେଳେ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଶ୍ୱାସ ଓ ପରମେଶ୍ୱରଙ୍କ ସମସ୍ତ ଲୋକମାନଙ୍କ ପାଇଁ ତୁମ୍ଭମାନଙ୍କର ପ୍ରେମ ବିଷୟରେ ଶୁଣିଲି, ମୁଁ ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କୁ ନିରନ୍ତର ଧନ୍ୟବାଦ ଅର୍ପଣ କଲି। 16 ନିଜର ପ୍ରାର୍ଥନାରେ ମୁଁ ତୁମ୍ଭମାନଙ୍କୁ ମନେ ପକାଉଛି। 17 ମୁଁ ମହିମାମୟ ପିତା, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପରମେଶ୍ୱରଙ୍କୁ ସବୁବେଳେ ପ୍ରାର୍ଥନା କରେ ଯେ, ସେ ତୁମ୍ଭକୁ ବିଜ୍ଞତାର ଆତ୍ମା ପ୍ରଦାନ କରନ୍ତୁ। ସେହି ଜ୍ଞାନ ତୁମ୍ଭମାନଙ୍କ ପାଇଁ ପରମେଶ୍ୱର ବିଷୟକ ସମସ୍ତ ତଥ୍ୟକୁ ସ୍ପଷ୍ଟ କରିଦେବ, ଯାହା ଫଳରେ ତୁମ୍ଭେମାନେ ତାହାଙ୍କୁ ପୂର୍ଣ୍ଣ ଭାବରେ ଜାଣି ପାରିବ।

18 ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା’ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ। 19 ତୁମ୍ଭେମାନେ ଏହା ମଧ୍ୟ ବୁଝି ପାରିବ ଯେ, ଆମ୍ଭେ ଯେଉଁମାନେ ବିଶ୍ୱାସ କରୁଛୁ, ଆମ୍ଭମାନଙ୍କ ନିମନ୍ତେ କାମ କରୁଥିବା ପରମେଶ୍ୱରଙ୍କ ଶକ୍ତି କେତେ ମହାନ୍। 20 ଏହି ଶକ୍ତି ହେଉଛି ସେହି ଶକ୍ତି, ଯେଉଁ ଶକ୍ତି ବଳରେ ପରମେଶ୍ୱର ଖ୍ରୀଷ୍ଟଙ୍କୁ ମୃତ୍ୟୁରୁ ପୁନରୁ‌ତ୍‌‌ଥିତ କରିଥିଲେ। ସ୍ୱର୍ଗ ରାଜ୍ୟରେ ପରମେଶ୍ୱର ଖ୍ରୀଷ୍ଟଙ୍କୁ ତାହାଙ୍କ ଡାହାଣ ପଟରେ ବସାଇ ଅଛନ୍ତି। 21 ପରମେଶ୍ୱର ଖ୍ରୀଷ୍ଟଙ୍କୁ ସମସ୍ତ ଶାସକ, ଅଧିକାରୀ, ଶକ୍ତି ଓ ରାଜାମାନଙ୍କଠାରୁ ଅଧିକ ମହତ୍ତ୍ୱପୂର୍ଣ୍ଣ ପଦ ଦେଇଅଛନ୍ତି। ଏହି ସଂସାର କି ପରବର୍ତ୍ତୀ ସଂସାରରେ ଥିବା ଯେକୌଣସି କ୍ଷମତା ପୂର୍ଣ୍ଣ ଶକ୍ତି ଅପେକ୍ଷା ଖ୍ରୀଷ୍ଟଙ୍କର ଶକ୍ତି ଅତି ଅଧିକ ଅଟେ। 22 ପରମେଶ୍ୱର ସବୁକିଛି ଖ୍ରୀଷ୍ଟଙ୍କ ଅଧୀନରେ ରଖିଅଛନ୍ତି ଓ ତାହାଙ୍କୁ ମଣ୍ଡଳୀର ମୁଖ୍ୟ ରୂପେ ସ୍ଥାପିତ କରିଛନ୍ତି। 23 ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର। ମଣ୍ଡଳୀ ଖ୍ରୀଷ୍ଟଙ୍କ ଦାରା ପୂର୍ଣ୍ଣ ହୋଇଅଛି। ସେ ସମସ୍ତ ବିଷୟ ପ୍ରତ୍ୟେକ ଉପାୟରେ ସମ୍ପୂର୍ଣ୍ଣ କରନ୍ତି।

ଲୂକ ଲିଖିତ ସୁସମାଗ୍ଭର 24:44-53

44 ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପାଖରେ ମୁଁ ଥିବା ବେଳର କଥା ମନେ ପକାଅ। ମୁଁ କହିଥିଲି ଯେ ମୋଶାଙ୍କ ନିୟମରେ, ଭବିଷ୍ୟ‌ଦ୍‌ବକ୍ତାଙ୍କ ପୁସ୍ତକରେ ଓ ଗୀତସଂହିତାରେ ମୋ’ ବିଷୟରେ ଯାହାସବୁ ଲେଖା ଯାଇଛି, ସେଗୁଡ଼ିକ ନିଶ୍ଚୟ ଘଟିବ।”

45 ତା’ପରେ ଯୀଶୁ ଶିଷ୍ୟମାନଙ୍କୁ ସବୁ ଶାସ୍ତ୍ର ବିଷୟ ବୁଝାଇଲେ। ତାହାଙ୍କ ବିଷୟରେ ଯାହାସବୁ ଲେଖା ଯାଇଥିଲା, ଯୀଶୁ ସେମାନଙ୍କୁ ସବୁ ବୁଝାଇଲେ। 46 ଯୀଶୁ ସେମାନଙ୍କୁ କହିଲେ, “ଖ୍ରୀଷ୍ଟଙ୍କୁ ମାରି ଦିଆଯିବା ଓ ମୃତ୍ୟୁରୁ ତିନି ଦିନ ପରେ ପୁଣି ସେ ବଞ୍ଚି ଉଠିବା କଥା ଲେଖା ଅଛି। 47-48 ତୁମ୍ଭେମାନେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭେମାନେ ତା’ର ସାକ୍ଷୀ। ତୁମ୍ଭେମାନେ ଲୋକମାନଙ୍କ ପାଖକୁ ଯାଇ କୁହ ଯେ ସେମାନଙ୍କର ପାପ ଗୁଡ଼ିକୁ କ୍ଷମା କରାଯାଇ ପାରିବ। ସେମାନଙ୍କୁ କୁହ ଯେ, ସେମାନେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ। ଯଦି ସେମାନେ ଏହା କରିବେ, ତେବେ ପରମେଶ୍ୱର ସେମାନଙ୍କୁ କ୍ଷମା କରିଦେବେ। ତୁମ୍ଭେମାନେ ଯିରୁଶାଲମରୁ ଆରମ୍ଭ କରିବ ଓ ମୋ’ ନାମରେ ଏଗୁଡ଼ିକ ପ୍ରଗ୍ଭର କରିବ। ଏହି ସୁସମାଗ୍ଭର ଏ ପୃଥିବୀରେ ନିଶ୍ଚୟ ସମସ୍ତଙ୍କୁ ଶୁଣେଇ ଦିଆଯିବ। 49 ଶୁଣ, ମୋର ପରମପିତା ତୁମ୍ଭମାନଙ୍କୁ ଯାହା ପ୍ରତିଶ୍ରୁତି ଦେଇଛନ୍ତି, ମୁଁ ତାହା ତୁମ୍ଭମାନଙ୍କ ପାଖକୁ ପଠାଇବି। କିନ୍ତୁ ସ୍ୱର୍ଗରୁ ସେହି ଶକ୍ତି ନ ପାଇବା ପର୍ଯ୍ୟନ୍ତ ତୁମ୍ଭେମାନେ ନିଶ୍ଚୟ ଯିରୁଶାଲମରେ ରହିବ।”

ଯୀଶୁ ସ୍ୱର୍ଗକୁ ଫେରିଗଲେ(A)

50 ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ ଯିରୁଶାଲମରୁ ବେଥନୀୟାକୁ କଢ଼ାଇ ନେଇଗଲେ। ଯୀଶୁ ତାହାଙ୍କର ହାତ ଟେକି ଶିଷ୍ୟମାନଙ୍କୁ ଆଶୀର୍ବାଦ କଲେ। 51 ଯୀଶୁ ସେମାନଙ୍କୁ ଆଶୀର୍ବାଦ କରୁଥିବା ସମୟରେ ସେ ଶିଷ୍ୟମାନଙ୍କ ପାଖରୁ ଅଲଗା ହୋଇଗଲେ ଓ ତାହାଙ୍କୁ ସ୍ୱର୍ଗକୁ ନିଆଗଲା। 52 ଶିଷ୍ୟମାନେ ସେଠାରେ ତାହାଙ୍କୁ ଆରାଧନା କଲେ। ତା’ପରେ ସେମାନେ ଯିରୁଶାଲମକୁ ଫେରିଗଲେ। ସେମାନେ ବହୁତ ଖୁସୀ ଥିଲେ। 53 ସେମାନେ ସବୁ ସମୟରେ ମନ୍ଦିରରେ ରହି ପରମେଶ୍ୱରଙ୍କ ସ୍ତୁତି କରୁଥିଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center