Revised Common Lectionary (Semicontinuous)
115 ହେ ସଦାପ୍ରଭୁ, ଆମ୍ଭେମାନେ କୌଣସି ମହିମାର ଯୋଗ୍ୟ ନୁହଁ।
ମହିମା ତ ତୁମ୍ଭର।
ତୁମ୍ଭର ପ୍ରେମ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
2 କାହିଁକି ଅନ୍ୟ ଦେଶୀୟମାନେ କହିବେ
ଆମ୍ଭମାନଙ୍କର ପରମେଶ୍ୱର କେଉଁଠାରେ?
3 ଆମ୍ଭମାନଙ୍କର ପରମେଶ୍ୱର ସ୍ୱର୍ଗରେ ଅଛନ୍ତି।
ଏବଂ ସେ ଯାହା ଗ୍ଭହାନ୍ତି ତାହା କରି ପାରନ୍ତି।
4 ଅନ୍ୟ ଜାତିଗଣର “ଦେବଗଣ” ସେମାନଙ୍କ ହସ୍ତକୃତ ସୁନା ଓ ରୂପାର ନିର୍ମିତ ପ୍ରତିମା ଅଟନ୍ତି।
ଏହି ପ୍ରତିମାଗୁଡ଼ିକ ମନୁଷ୍ୟମାନଙ୍କ ହସ୍ତରେ ତିଆରି ହୋଇଥିଲେ।
5 ସେହି ପ୍ରତିମାମାନଙ୍କର ପାଟି ଅଛି କିନ୍ତୁ କଥା କହିପାରନ୍ତି ନାହିଁ।
ସେମାନଙ୍କର ଆଖି ଅଛି କିନ୍ତୁ ଦେଖି ପାରନ୍ତି ନାହିଁ।
6 ସେମାନଙ୍କର କାନ ଅଛି କିନ୍ତୁ ଶୁଣି ପାରନ୍ତି ନାହିଁ।
ସେମାନଙ୍କର ନାକ ଅଛି କିନ୍ତୁ ଆଘ୍ରାଣ କରି ପାରନ୍ତି ନାହିଁ।
7 ସେମାନଙ୍କର ହାତ ଅଛି କିନ୍ତୁ ତାହା ସ୍ପର୍ଶ କରି ପାରନ୍ତି ନାହିଁ।
ସେମାନଙ୍କର ଗୋଡ଼ ଅଛି କିନ୍ତୁ ଗ୍ଭଲିପାରନ୍ତି ନାହିଁ।
ସେମାନଙ୍କ ଗଳାରୁ କୌଣସି ସ୍ୱର ବାହାରେ ନାହିଁ।
8 ସେମାନଙ୍କର ନିର୍ମାଣକାରୀମାନେ ଓ ସେମାନଙ୍କଠାରେ ବିଶ୍ୱାସକାରୀମାନେ
ସେହିପରି ହେବେ!
9 ହେ ଇସ୍ରାଏଲର ଲୋକମାନେ, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
10 ହେ ହାରୋଣ ପରିବାର, ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ହେଉଛନ୍ତି ସେମାନଙ୍କର ଶକ୍ତି ଓ ଢାଲ।
11 ହେ ସଦାପ୍ରଭୁଙ୍କର ଅନୁସରଣକାରୀ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ସଦାପ୍ରଭୁ ସେମାନଙ୍କର ଶକ୍ତି ଓ ଢାଲ।
12 ସଦାପ୍ରଭୁ ଆମ୍ଭମାନଙ୍କୁ ସ୍ମରଣରେ ରଖନ୍ତି।
ସଦାପ୍ରଭୁ ଆମ୍ଭକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ଇସ୍ରାଏଲକୁ ଆଶୀର୍ବାଦ କରିବେ।
ସଦାପ୍ରଭୁ ହାରୋଣଙ୍କ ପରିବାରକୁ ମଧ୍ୟ ଆଶୀର୍ବାଦ କରିବେ।
13 ସଦାପ୍ରଭୁ ତାଙ୍କ ସାନ ଓ ବଡ଼ ସମସ୍ତ ଅନୁସରଣକାରୀମାନଙ୍କୁ
ଆଶୀର୍ବାଦ କରିବେ।
14 ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭ ସନ୍ତାନମାନଙ୍କୁ
ଅଧିକରୁ ଅଧିକ ବୃଦ୍ଧି କରନ୍ତୁ।
15 ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ
ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
16 ସ୍ୱର୍ଗ ସଦାପ୍ରଭୁଙ୍କର
କିନ୍ତୁ ସେ ମନୁଷ୍ୟ ସନ୍ତାନଗଣଙ୍କୁ ପୃଥିବୀ ଦେଇଛନ୍ତି।
17 ମୃତ ଲୋକମାନେ ସଦାପ୍ରଭୁଙ୍କର ପ୍ରଶଂସା କରନ୍ତି ନାହିଁ।
ଯେଉଁମାନେ କବରରେ ଅଛନ୍ତି ସେମାନେ ନୀରବ ଅଟନ୍ତି।
18 ମାତ୍ର ଆମ୍ଭେମାନେ ଆଜିଠାରୁ ଚିରକାଳ ପର୍ଯ୍ୟନ୍ତ
ସଦାପ୍ରଭୁଙ୍କର ଧନ୍ୟବାଦ କରିବା।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
5 ସନ୍ଧ୍ୟାକାଳୀନ ବଳିଦାନ ସମୟରେ ମୁଁ ଉଠିଲି। ମୋ’ ଦେହରେ ଚିରାବସ୍ତ୍ର ଓ ଗ୍ଭେଗା ଥିଲା। ମୁଁ ମୋର ଆଣ୍ଠୁମାଡ଼ି ସଦାପ୍ରଭୁ ମୋର ପରମେଶ୍ୱରଙ୍କ ଆଡ଼େ ହସ୍ତ ବିସ୍ତାର କରି କହିଲି, 6 ହେ ମୋର ପରମେଶ୍ୱର,
ମୁଁ ଲଜ୍ଜିତ ହୋଇଅଛି। ହେ ମୋର ପରମେଶ୍ୱର, ମୁଁ ତୁମ୍ଭକୁ ମୁହଁ ଦେଖାଇବାକୁ ଲଜ୍ଜିତ କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କର ମସ୍ତକର ଉପରକୁ ଉଠିଅଛି। ଆମ୍ଭମାନଙ୍କ ଦୋଷ ସ୍ୱର୍ଗସ୍ପର୍ଶୀ ହୋଇଅଛି। 7 ଆମ୍ଭମାନଙ୍କ ପୂର୍ବପୁରୁଷଗଣର ସମୟାବଧି ଆଜି ପର୍ଯ୍ୟନ୍ତ ଆମ୍ଭେମାନେ ଅତିଶୟ ଦୋଷୀ ହୋଇଅଛୁ। ଆମ୍ଭମାନଙ୍କର ଅପରାଧ ପାଇଁ ଆଜିର ନ୍ୟାୟ ଆମ୍ଭେମାନେ ଆମ୍ଭମାନଙ୍କ ରାଜଗଣ ଓ ଆମ୍ଭମାନଙ୍କ ଯାଜକଗଣ ନାନା ଦେଶୀୟ ରାଜଗଣ ହସ୍ତରେ, ଖଡ଼୍ଗରେ, ବନ୍ଦୀତ୍ୱରେ ଓ ଅପମାନିତ ହେବା ପାଇଁ ସମର୍ପିତ ହୋଇଅଛୁ।
8 “ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କ ମୁଖ ପ୍ରସନ୍ନ କରିବେ ଓ ଆମ୍ଭମାନଙ୍କ ନିର୍ବାସିତ ଅବସ୍ଥାରେ ଆମ୍ଭମାନଙ୍କୁ ନିଶ୍ଚିତ ଆଶ୍ୱାସନା ଦେବେ। ଆମ୍ଭମାନଙ୍କୁ ରକ୍ଷା କରିବା ପାଇଁ ଆପଣା ପବିତ୍ର ସ୍ଥାନରେ ଆମ୍ଭମାନଙ୍କୁ ଏକ ଖୁଣ୍ଟି ଦେବାକୁ ବର୍ତ୍ତମାନ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କଠାରୁ କ୍ଷଣକାଳ ଅନୁଗ୍ରହ ପାଇଅଛୁ। 9 ହଁ, ଆମ୍ଭେମାନେ ବନ୍ଦୀ ଥିଲୁ। କିନ୍ତୁ ତୁମ୍ଭେ ଆମ୍ଭକୁ ବେଶିଦିନ ନିର୍ବାସିତ କରି ରଖି ନ ଥିଲ। ତୁମ୍ଭେ ଆମ୍ଭ ପ୍ରତି ଦୟା କରିଥିଲ। ତୁମ୍ଭ ଯୋଗୁଁ ପାରସ୍ୟର ରାଜା ଆମ୍ଭ ପ୍ରତି ଦୟା ଦେଖାଇ ଥିଲେ। ତୁମ୍ଭର ମନ୍ଦିର ଧ୍ୱଂସ ହୋଇ ଯାଇଥିଲା। ଏବଂ ଆମ୍ଭେ ଏହାକୁ ପୁନଃନିର୍ମାଣ କରି ଏହାକୁ ନୂତନ ଜୀବନ ଦେଲୁ। ପରମେଶ୍ୱର, ତୁମ୍ଭେ ଯିହୁଦା ଓ ଯିରୁଶାଲମରେ ପ୍ରାଚୀର ଦେବା ପାଇଁ ଆମ୍ଭର ସହାୟ ହେଲେ।
10 “ଏବେ ହେ ଆମ୍ଭର ପରମେଶ୍ୱର, ଏହା ପରେ ଆମ୍ଭମାନଙ୍କର କ’ଣ କରିବା ଉଚିତ୍? ଆମ୍ଭେ ତୁମ୍ଭର ଆଜ୍ଞାକୁ ଉପେକ୍ଷା କରିଛୁ! 11 ହେ ପରମେଶ୍ୱର, ତୁମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣ ଦ୍ୱାରା ଆଜ୍ଞାକରି କହିଥିଲ, ‘ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ। ତାହା ଅନ୍ୟ ଦେଶ ଗୋଷ୍ଠୀୟମାନଙ୍କ ଅଶୌଚ ଦ୍ୱାରା ଅଶୁଚି ଦେଶ ହୋଇଅଛି। ସେମାନଙ୍କର ଘୃଣାଯୋଗ୍ୟ କର୍ମ ଦେଶକୁ ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସେମାନଙ୍କ ପାପରେ ପରିପୂର୍ଣ୍ଣ କରିଅଛି। 12 ଏଣୁ ହେ ଇସ୍ରାଏଲର ଲୋକମାନେ ତୁମ୍ଭର ସନ୍ତାନମାନଙ୍କୁ ସେମାନଙ୍କର ସନ୍ତାନମାନଙ୍କ ସହିତ ବିବାହ ଦିଅ ନାହିଁ। କିମ୍ବା ସେମାନଙ୍କ ଶାନ୍ତି ଓ ସୌଭାଗ୍ୟ ପାଇଁ କଦାପି ଚେଷ୍ଟା କର ନାହିଁ। ତହିଁରେ ତୁମ୍ଭେମାନେ ବଳବାନ ହେବ। ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସବୁଦିନ ପାଇଁ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ। ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞା ପରିତ୍ୟାଗ କରିଅଛୁ।’
13 “ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କର ପ୍ରାପ୍ୟଠାରୁ କମ୍ ଦଣ୍ତ ଦେଇଛ। ଏବଂ ଯଦିଓ ଆମ୍ଭର ପାପ ଓ ଦୋଷ ଯୋଗୁଁ ଏସବୁ ଆମ ପାଖକୁ ଆସିଛି। ଆମ୍ଭମାନଙ୍କ ମଧ୍ୟରୁ କେତେକଙ୍କୁ ଜୀବିତ ରଖିଅଛ। 14 ଏହା ଦେଖି ସାରିବା ପରେ ଆମ୍ଭେମାନେ କ’ଣ ଆଉଥରେ ଏପରି ଭୁଲ୍ କରିବୁ। ଏହି ଘୃଣାଯୋଗ୍ୟ କର୍ମ ଅନ୍ୟ ଗୋଷ୍ଠୀୟମାନଙ୍କ ସଙ୍ଗେ ବନ୍ଧୁ କରିବୁ, ତୁମ୍ଭେ କ’ଣ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ନିଃଶେଷ କରିବ ନାହିଁ।
15 “ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ, ଯେଉଁଥିପାଇଁ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇଅଛୁ। ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ। କାରଣ ସେଥିପାଇଁ କେହି ତୁମ୍ଭ ଛାମୁରେ ଠିଆ ହୋଇପାରେ ନାହିଁ।”
ଦୁଃଖ ସୁଖରେ ପରିଣତ ହେବ
16 “ତୁମ୍ଭେ ମୋତେ ଅଳ୍ପ ସମୟ ପରେ ଆଉ ଦେଖିବ ନାହିଁ। ତା’ପରେ ଆଉ ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ପୁଣି ଦେଖିବ।”
17 କେତେଜଣ ଶିଷ୍ୟ ପରସ୍ପରକୁ କହିଲେ, “ଯୀଶୁଙ୍କର ଏପରି କହିବା ଅର୍ଥ କ’ଣ, ‘ଅଳ୍ପ ସମୟ ପରେ ତୁମ୍ଭେ ମୋତେ ଦେଖି ପାରିବ ନାହିଁ। ପୁଣି ଆଉ ଅଳ୍ପକ୍ଷଣ ଉତ୍ତାରେ ତୁମ୍ଭେ ମୋତେ ଦେଖି ପାରିବ।” ପିତାଙ୍କ ନିକଟକୁ ଯିବାର ଅର୍ଥ କ’ଣ? ତାହାଙ୍କ କଥାର ଅର୍ଥ ତ ଆମ୍ଭେ କିଛି ବୁଝି ପାରୁ ନାହୁଁ। 18 ଶିଷ୍ୟମାନେ ପଗ୍ଭରିଲେ, ତାହାଙ୍କ କହିବା ଅନୁସାରେ “ସେହି ‘ଅଳ୍ପ ସମୟର ଅର୍ଥ କ’ଣ?’ ସେ ଏପରି କ’ଣ କହୁଛନ୍ତି ଆମ୍ଭେ ବୁଝିପାରୁ ନାହୁଁ।”
19 ଯୀଶୁ ଜାଣିଲେ ଯେ ଶିଷ୍ୟମାନେ ତାହାଙ୍କୁ ଏ ବିଷୟରେ ପଗ୍ଭରିବା ପାଇଁ ଇଚ୍ଛା କରୁଛନ୍ତି। ତେଣୁ ସେ ଶିଷ୍ୟମାନଙ୍କୁ କହିଲେ, “ମୋ’ କଥାର ଅର୍ଥ କ’ଣ, ତାହା ତୁମ୍ଭେ ପରସ୍ପରକୁ ପଗ୍ଭରୁଛ।” ମୁଁ କହିଲି, “ଅଳ୍ପକ୍ଷଣ ପରେ ତୁମ୍ଭେମାନେ ମୋତେ ଦେଖି ପାରିବ ନାହିଁ ଓ ପୁଣି ଆଉ ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖି ପାରିବ। 20 ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭେମାନେ କାନ୍ଦିବ ଓ ଦୁଃଖିତ ହେବ, କିନ୍ତୁ ଜଗତ ଆନନ୍ଦିତ ହେବ। ତୁମ୍ଭେ ଦୁଃଖୀ ହେବ, କିନ୍ତୁ ତୁମ୍ଭର ଦୁଃଖ ଆନନ୍ଦରେ ପରିଣତ ହେବ,
21 “ଯେତେବେଳେ ଜଣେ ସ୍ତ୍ରୀଲୋକ ଗୋଟିଏ ସନ୍ତାନକୁ ଜନ୍ମ ଦିଏ, ସେ ଯନ୍ତ୍ରଣା ଭୋଗ କରେ କାରଣ ଜନ୍ମ ଦେବାର ସମୟ ଆସିଯାଇଥାଏ। କିନ୍ତୁ ତା’ର ସନ୍ତାନ ଜନ୍ମ ହେବା ପରେ ସେ କଷ୍ଟ ଭୁଲିଯାଏ। ଜଗତରେ ସନ୍ତାନଟିଏ ଜନ୍ମ ହେଇଥିବା କାରଣରୁ ସେ ଏବେ ଖୁସୀ ଅନୁଭବ କରେ। 22 ଏହିପରି ତୁମ୍ଭ କ୍ଷେତ୍ରରେ ମଧ୍ୟ ତାହା ଘଟିବ। ବର୍ତ୍ତମାନ ତୁମ୍ଭେ ଦୁଃଖିତ। କିନ୍ତୁ ମୁଁ ତୁମ୍ଭକୁ ପୁଣି ଭେଟିବି ଓ ତୁମ୍ଭେମାନେ ଖୁସୀ ହେବ। କେହି ତୁମ୍ଭର ଆନନ୍ଦ ନେଇ ଯିବ ନାହିଁ। 23 ସେହି ଦିନ ତୁମ୍ଭେମାନେ ମୋତେ କିଛି ମାଗିବ ନାହିଁ। ମୁଁ ତୁମ୍ଭକୁ ସତ୍ୟ କହୁଛି, ମୋ’ ନାମରେ ତୁମ୍ଭେ ଯାହା ପରମପିତାଙ୍କୁ ମାଗିବ, ସେ ତାହା ଦେବେ। 24 ଏପର୍ଯ୍ୟନ୍ତ ତୁମ୍ଭେ ମୋ’ ନାମରେ କିଛି ମାଗି ନାହଁ। ମାଗ, ତୁମ୍ଭେମାନେ ପାଇବ ଓ ତୁମ୍ଭର ଆନନ୍ଦ ପରିପୂର୍ଣ୍ଣ ହେବ।
2010 by World Bible Translation Center