Revised Common Lectionary (Semicontinuous)
12 ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସେମାନେ ସମସ୍ତେ ଭାଗ୍ୟଶାଳୀ ଅଟନ୍ତି।
କାରଣ ପରମେଶ୍ୱର ସେମାନଙ୍କୁ ସ୍ୱତନ୍ତ୍ର ଭାବରେ ବିବେଚନା କରନ୍ତି।
13 ସଦାପ୍ରଭୁ ସ୍ୱର୍ଗରୁ ଥାଇ ସବୁ ଲୋକଙ୍କ ଉପରେ
ଦୃଷ୍ଟିପାତ କରନ୍ତି।
14 ସେ ତାଙ୍କର ଉଚ୍ଚ ସିଂହାସନରୁ ଏ ପୃଥିବୀରେ ବାସ କରୁଥିବା ସବୁ ଜୀବନ୍ତ ପ୍ରାଣୀଙ୍କୁ
ନିରୀକ୍ଷଣ କରନ୍ତି।
15 ପରମେଶ୍ୱର ସମସ୍ତ ମନୁଷ୍ୟମାନଙ୍କ ହୃଦୟକୁ ତିଆରି କରିଛନ୍ତି।
ତେଣୁ ପରମେଶ୍ୱର ଜାଣନ୍ତି ପ୍ରତ୍ୟେକ ମନୁଷ୍ୟ କ’ଣ ଚିନ୍ତା କରୁଥାଏ।
16 ଜଣେ ରାଜା ନିଜର ଶକ୍ତିଦ୍ୱାରା ସୁରକ୍ଷିତ ହୁଏ ନାହିଁ।
ଜଣେ ଶକ୍ତିଶାଳୀ ସୈନିକ କେବଳ ତା’ର ନିଜର ବଳ ଉପରେ ନିର୍ଭର କରି ଉଦ୍ଧାର ପାଏ ନାହିଁ।
17 ଅଶ୍ୱମାନେ କେବଳ ଯୁଦ୍ଧରେ ବିଜୟୀ କରାନ୍ତି ନାହିଁ।
ସେମାନଙ୍କର ଶକ୍ତି କେବଳ ତୁମ୍ଭକୁ ପ୍ରକୃତରେ ଉଦ୍ଧାର କରିବାକୁ ସମର୍ଥ ହେବ ନାହିଁ।
18 ଯେଉଁମାନେ ସଦାପ୍ରଭୁଙ୍କୁ ଉପାସନା କରନ୍ତି, ପରମେଶ୍ୱର ସେମାନଙ୍କର ଯତ୍ନ ନିଅନ୍ତି ଓ ସେମାନଙ୍କ ଉପରେ ଦୃଷ୍ଟି ରଖନ୍ତି।
ଯେଉଁମାନେ ତାଙ୍କର ଉପାସନା କରନ୍ତି, ସେହିମାନେ ତାଙ୍କର ସ୍ୱର୍ଗୀୟ କରୁଣାରେ ରକ୍ଷା ପାଆନ୍ତି।
19 ପ୍ରଭୁ ସେହି ଲୋକମାନଙ୍କୁ ମୃତ୍ୟୁ ମୁଖରୁ ରକ୍ଷା କରନ୍ତି।
ସେ ସେମାନଙ୍କୁ ଶକ୍ତି ପ୍ରଦାନ କରନ୍ତି।
ଯେତେବେଳେ ସେମାନେ ଅତ୍ୟନ୍ତ ଭୋକିଲା ଥା’ନ୍ତି।
20 ତେଣୁ ଆମ୍ଭେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରିବା।
ସେ ଆମ୍ଭକୁ ସାହାଯ୍ୟ କରନ୍ତି ଓ ରକ୍ଷା କରନ୍ତି।
21 ପରମେଶ୍ୱର ଆମ୍ଭକୁ ଆନନ୍ଦ ପ୍ରଦାନ କରନ୍ତି।
ଆମ୍ଭେ ପ୍ରକୃତରେ ତାଙ୍କର ସେହି ପବିତ୍ର ନାମରେ ଭରସା କରିବା।
22 ହେ ସଦାପ୍ରଭୁ, ଆମ୍ଭେ ପ୍ରକୃତରେ ତୁମ୍ଭକୁ ଉପାସନା କରୁଛୁ।
ତେଣୁ ତୁମ୍ଭର କୃପା ଦୃଷ୍ଟି ଓ ଦୟା ଆମ୍ଭମାନଙ୍କ ପ୍ରତି ରହିଥାଉ।
6 “ସଦାପ୍ରଭୁ ତାଙ୍କର ଦକ୍ଷିଣ ହସ୍ତ ବଳରେ ଗୌରବାନ୍ୱିତ
ଏବଂ ସଦାପ୍ରଭୁ, ତାଙ୍କର ଦକ୍ଷିଣ ହସ୍ତରେ ଶତ୍ରୁକୁ ପରାସ୍ତ କଲେ।
7 ତୁମ୍ଭେ ନିଜର ଉତ୍କୃଷ୍ଟ ମହିମାରେ,
ନିଜର ପ୍ରତିକୂଳାଗ୍ଭରୀମାନଙ୍କୁ ଧ୍ୱଂସ କରିଛ।
ତୁମ୍ଭେ ତୁମ୍ଭର କ୍ରୋଧାଗ୍ନି ପଠାଅ।
ତାହା ସେମାନଙ୍କୁ ନଡ଼ାପରି ଗ୍ରାସ କରେ।
8 ତୁମ୍ଭ ନାସାନ୍ଦ୍ରର ବିସ୍ଫୋଟ ଜଳକୁ
ପ୍ରାଚୀରତୁଲ୍ୟ ପରିଣତ କଲା।
ଏବଂ ଜଳସ୍ରୋତ ପ୍ରାଚୀରତୁଲ୍ୟ ହୋଇଗଲା।
ସମୁଦ୍ର ମଧ୍ୟସ୍ଥଳରେ ଜଳ ଜମାଟ ହୋଇଗଲା।
9 “ଶତ୍ରୁ କହିଲା,
‘ମୁଁ ସେମାନଙ୍କୁ ଗୋଡ଼ାଇବି ଓ ଧରିବି।
ମୁଁ ଲୁଟିତ ଦ୍ରବ୍ୟ ଭାଗ କରି ନେବି।
ସେମାନଙ୍କର ଉପରେ ମୋର ଅଭିଳାଷ ପୂର୍ଣ୍ଣ ହେବ।
ମୁଁ ଆପଣା ଖଡ଼୍ଗ ନିକ୍ଷେପ କରିବି, ମୋର ହସ୍ତ ସେମାନଙ୍କୁ ବିନାଶ କରିବ।’
10 ମାତ୍ର ତୁମ୍ଭେ ତାଙ୍କୁ ଫୁଙ୍କରେ ଉଡ଼ାଇ ଦେଲ
ଓ ସମୁଦ୍ରରେ ସେମାନଙ୍କୁ ବୁଡ଼ାଇ ଦେଲ।
ସେମାନେ ସୀସା ପରି
ଅଗାଧ ସମୁଦ୍ରରେ ବୁଡ଼ିଗଲେ।
11 “ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ ଆଉ କୌଣସି ଦେବତା ଅଛି କି?
ନା, ତୁମ୍ଭ ପରି ଆଉ କେହି ନାହାନ୍ତି।
ତୁମ୍ଭେ ପବିତ୍ର ଅଟ।
ତୁମ୍ଭେ ଆଶ୍ଚର୍ଯ୍ୟ ଶକ୍ତିରେ ପରିପୂର୍ଣ୍ଣ, ତୁମ୍ଭେ ବଡ଼ ଅଦ୍ଭୂତ କାର୍ଯ୍ୟ କର!
ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହିଲେ
37 ପର୍ବର ଶେଷ ଦିନ ଆସିଲା। ସେହି ପ୍ରଧାନ ଦିନରେ ଯୀଶୁ ଠିଆ ହୋଇ ଉଚ୍ଚ ସ୍ୱରରେ କହିଲେ, “ଯଦି କୌଣସି ଲୋକ ତୃଷାର୍ତ୍ତ, ତେବେ ସେ ମୋ’ ନିକଟକୁ ଆସି ପାନକରୁ। 38 ଯଦି କୌଣସି ଲୋକ ମୋ’ଠାରେ ବିଶ୍ୱାସ କରେ ତେବେ ତା’ର ହୃଦୟରୁ ଜୀବନ୍ତ ଜଳ ପ୍ରବାହିତ ହେବ। ଏହି କଥା ଧର୍ମ ଶାସ୍ତ୍ରରେ ଲେଖା ଅଛି।” 39 ଯୀଶୁ ପବିତ୍ରଆତ୍ମାଙ୍କ ବିଷୟରେ କହୁଥିଲେ। ଯୀଶୁ ଏପର୍ଯ୍ୟନ୍ତ ମୃତ୍ୟୁ ଭୋଗ କରି ନ ଥିବାରୁ ଓ ସେ ମହିମାପ୍ରାପ୍ତ ହୋଇ ନ ଥିବାରୁ ଲୋକମାନଙ୍କୁ ଏପର୍ଯ୍ୟନ୍ତ ପବିତ୍ରଆତ୍ମା ଦିଆଯାଇ ନ ଥିଲା। କିନ୍ତୁ ପରେ, ଯେଉଁ ଲୋକମାନେ ଯୀଶୁଙ୍କୁ ବିଶ୍ୱାସ କରିବେ, ସେମାନେ ପବିତ୍ରଆତ୍ମା ଲାଭ କରିବେ।
2010 by World Bible Translation Center