Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 29

ଦାଉଦଙ୍କର ଗୀତ।

29 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର।
    ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର।
    ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର।
ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି।
    ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ।
    ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ।
ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ।
    ସଦାପ୍ରଭୁ ଲିବାନୋ‌ନ୍‌ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
ସେ ଲିବାନୋ‌ନ୍‌କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି।
    ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।
ସଦାପ୍ରଭୁଙ୍କର କଣ୍ଠସ୍ୱର ବିଜୁଳି ଗତିରେ ବାୟୁମଣ୍ଡଳକୁ ବିଭକ୍ତ କରେ।
ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ।
    ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ।
ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ।
    ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି,
କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି।

10 ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ
    ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ।
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ।
    ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 1:1-4

ଆମୋସଙ୍କର ପୁତ୍ର ଯିଶାଇୟଙ୍କର ଦର୍ଶନ, ପରମେଶ୍ୱର ଯିହୁଦା ଓ ଯିରୁଶାଲମର ଯାହାସବୁ ଘଟିଥିଲା ସେସବୁ ଯିଶାଇୟଙ୍କୁ ଦେଖାଇଲେ ଉଷିୟ, ଯୋଥମ୍, ଆହସ୍ ଓ ହିଜକିୟଙ୍କ ରାଜତ୍ୱ କାଳରେ ଯିହୁଦାରେ ଯାହାସବୁ ଘଟିଥିଲା ଯିଶାଇୟ ଦର୍ଶନ କଲେ।

ପରମେଶ୍ୱରଙ୍କର ତାଙ୍କ ସନ୍ତାନଗଣଙ୍କ ବିରୁଦ୍ଧରେ ଅଭିଯୋଗ

ହେ ସ୍ୱର୍ଗ, ହେ ପୃଥିବୀ, ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ! ସଦାପ୍ରଭୁ କହିଛନ୍ତି,

“ଆମ୍ଭେ ସନ୍ତାନଗଣଙ୍କୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ,
    ମାତ୍ର ସେମାନେ ଆମ୍ଭର ବିରୁଦ୍ଧାଚରଣ କରିଛନ୍ତି।
ଗାଈ ତା’ର ମୁନିବକୁ ଜାଣେ,
    ଗଧ ନିଜର ମୁନିବର ସଂଗ୍ଭଳକଙ୍କୁ ଜାଣେ,
ମାତ୍ର ଇସ୍ରାଏଲ ଲୋକମାନେ ମୋତେ ଚିହ୍ନି ପାରିଲେ ନାହିଁ।
    ମୋର ଲୋକମାନେ ମୋତେ ବୁଝୁ ନାହାନ୍ତି।”

ଇସ୍ରାଏଲ ଗୋଷ୍ଠୀ ପାପରେ ପରିପୂର୍ଣ୍ଣ। ସେମାନେ ଅଧର୍ମ ଓ ପାପରେ ଭାରାକ୍ରାନ୍ତ। ସେମାନେ ଏକ ଭ୍ରଷ୍ଟାଗ୍ଭରୀ ବଂଶ ଦୁଷ୍କର୍ମକାରୀ ସନ୍ତାନଗଣ। ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଛନ୍ତି। ସେମାନେ ଇସ୍ରାଏଲର ପବିତ୍ର ପୁରୁଷଙ୍କୁ ଅବଜ୍ଞା କରିଛନ୍ତି। ସେମାନେ ତାଙ୍କୁ ଜଣେ ଅଜଣାବ୍ୟକ୍ତି ପରି ବ୍ୟବହାର କରିଛନ୍ତି ଓ ଛାଡ଼ି ଗ୍ଭଲିଯାଇଛନ୍ତି।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 1:16-20

16 “ତୁମ୍ଭେମାନେ ନିଜକୁ ପ୍ରକ୍ଷାଳନ କର। ନିଜକୁ ପରିଷ୍କାର କର। ମନ୍ଦକାର୍ଯ୍ୟରୁ ନିବୃତ୍ତ ହୁଅ। ମୁଁ ତୁମ୍ଭମାନଙ୍କର ସେହି ମନ୍ଦ କର୍ମ ଦେଖିବାକୁ ଇଚ୍ଛା କରେ ନାହିଁ। କୁକର୍ମରୁ ନିବୃତ୍ତ ହୁଅ। 17 ସୁକର୍ମ କରିବାକୁ ଶିକ୍ଷା କର। ଅନ୍ୟମାନଙ୍କ ପ୍ରତି ନ୍ୟାୟ ଆଚରଣ କର। ଅନ୍ୟକୁ ଆଘାତ କରୁଥିବା ବ୍ୟକ୍ତିଙ୍କୁ ଦଣ୍ଡ ଦିଅ। ପିତୃମାତୃହୀନ ସନ୍ତାନମାନଙ୍କୁ ସାହାଯ୍ୟ କର। ବିଧବାମାନଙ୍କୁ ସାହାଯ୍ୟ କର।”

18 ସଦାପ୍ରଭୁ ପୁଣି କୁହନ୍ତି, “ଆସ, ମୋ’ ସହିତ ଆଳାପ କର। ତୁମ୍ଭମାନଙ୍କର ପାପ ସିନ୍ଦୁରବର୍ଣ୍ଣ ପରି ଲାଲ ହେଲେ ହେଁ ବରଫ ସଦୃଶ ଶୁଭ୍ର ହେବ। ଆଉ ତୁମ୍ଭମାନଙ୍କର ପାପ ଉଜ୍ଜ୍ୱଳ ଲୋହିତ ବର୍ଣ୍ଣ ପରି ହେଲେ ହେଁ ମେଷଲୋମ ସଦୃଶ ଶୁଭ୍ର ହେବ।

19 “ଯଦି ତୁମ୍ଭେମାନେ ମୋର ବାକ୍ୟ ପ୍ରତି ଧ୍ୟାନ ଦେବ ଓ ମୋର ଆଜ୍ଞାବହ ହେବ ତେବେ ତୁମ୍ଭେମାନେ ଦେଶରେ ଉତ୍ତମ ଫଳ ଭୋଗ କରିବ। 20 ଯଦି ତୁମ୍ଭେମାନେ ମୋର ବାକ୍ୟ ପ୍ରତି ଧ୍ୟାନ ନ ଦିଅ ଏବଂ ମୋର ବିରୁଦ୍ଧାଚରଣ କର, ତେବେ ତୁମ୍ଭର ଶତ୍ରୁ ତୁମ୍ଭକୁ ଧ୍ୱଂସ କରିବେ।”

ସଦାପ୍ରଭୁ ନିଜେ ଏହିସବୁ କହିଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 8:1-8

ଆତ୍ମାରେ ଜୀବନ

ଅତଏବ ଏବେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛନ୍ତି, ସେମାନେ ଦେଷୀ ବୋଲି ବିଗ୍ଭରିତ ହୁଅନ୍ତି ନାହିଁ। ମୁଁ ଦୋଷୀ ବୋଲି ବିଗ୍ଭରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆତ୍ମାର ବ୍ୟବସ୍ଥା ଜୀବନ ଦିଏ ଓ ତାହା ମୋତେ ମୁକ୍ତ କରିଛି। ପାପ ଓ ମୃତ୍ୟୁ ଆଣୁଥିବା ବ୍ୟବସ୍ଥାରୁ ଏହା ମୋତେ ମୁକ୍ତ କରିଛି। ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ। ବ୍ୟବସ୍ଥା ଆମ୍ଭକୁ ଯେପରି ହେବା ପାଇଁ ଗ୍ଭହେଁ, ସେହିଭଳି ହେବା ପାଇଁ ପରମେଶ୍ୱର ଏପରି କଲେ। ଆମ୍ଭେ ଏବେ ପାପପୂର୍ଣ୍ଣ ମାନବ ସ୍ୱଭାବ ଅନୁସାରେ ନୁହେଁ ବରଂ ଆତ୍ମା ଅନୁସାରେ ଜୀବନଯାପନ କରୁଛୁ।

ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ୍ଣ ଶରୀର ଅନୁସାରେ ଜୀବନଯାପନ କରନ୍ତି, ସେମାନେ ସବୁବେଳେ ତାହାଙ୍କ ପାପପୂର୍ଣ୍ଣ କଥା ଅନୁସାରେ ଚିନ୍ତା କରନ୍ତି। କିନ୍ତୁ ଯେଉଁ ଲୋକମାନେ ଆତ୍ମା ଅନୁସାରେ ଜୀବନଯାପନ କରନ୍ତି, ସେମାନେ ସର୍ବଦା ଆତ୍ମା ଅନୁସାରେ ଚିନ୍ତା କରନ୍ତି। ଯଦି ଜଣେ ଲୋକର ବିଗ୍ଭର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହୁଏ, ତା’ହେଲେ ଆତ୍ମିକ ମୃତ୍ୟୁ ହୁଏ। କିନ୍ତୁ ଯଦି ଜଣକର ବିଗ୍ଭର ଆତ୍ମା ଦ୍ୱାରା ନିୟନ୍ରିତ ହୁଏ, ତା’ହେଲେ ସେଠାରେ ଜୀବନ ଓ ଶାନ୍ତି ଅଛି। ଏହା କାହିଁକି ସତ୍ୟ? କାରଣ ଯଦି ଜଣେ ଲୋକର ବିଗ୍ଭର ତାହାର ପାପପୂର୍ଣ୍ଣ ଶରୀର ଦ୍ୱାରା ନିୟନ୍ତ୍ରିତ ହୁଏ, ତା’ହେଲେ ସେ ଲୋକ ପରମେଶ୍ୱରଙ୍କର ବିରୋଧୀ। ସେ ଲୋକ ପରମେଶ୍ୱରଙ୍କର ବ୍ୟବସ୍ଥା ମାନିବାକୁ ମନା କରେ। ପ୍ରକୃତରେ ସେ ଲୋକ ପରମେଶ୍ୱରଙ୍କର ବ୍ୟବସ୍ଥା ମାନିବା ପାଇଁ ଅସମର୍ଥ। ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ୍ଣ ଶରୀର ଦ୍ୱାରା ଶାସିତ ସେମାନେ ପରମେଶ୍ୱରଙ୍କୁ ଖୁସୀ କରି ପାରିବେ ନାହିଁ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center