Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 29

ଦାଉଦଙ୍କର ଗୀତ।

29 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର।
    ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର।
    ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର।
ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି।
    ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ।
    ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ।
ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ।
    ସଦାପ୍ରଭୁ ଲିବାନୋ‌ନ୍‌ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
ସେ ଲିବାନୋ‌ନ୍‌କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି।
    ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।
ସଦାପ୍ରଭୁଙ୍କର କଣ୍ଠସ୍ୱର ବିଜୁଳି ଗତିରେ ବାୟୁମଣ୍ଡଳକୁ ବିଭକ୍ତ କରେ।
ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ।
    ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ।
ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ।
    ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି,
କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି।

10 ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ
    ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ।
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ।
    ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 2:1-5

God’s Message to Judah and Jerusalem

ଆମୋସଙ୍କ ପୁତ୍ର ଯିଶାଇୟ ଯିହୁଦା ଓ ଯିରୁଶାଲମ ବିଷୟରେ ଯେଉଁ ଦର୍ଶନ ପାଇଥିଲେ ତାହାର ବୃତ୍ତାନ୍ତ।

ଶେଷ ଦିନରେ ଏହା ହିଁ ଘଟିବ।
    ସଦାପ୍ରଭୁଙ୍କର ମନ୍ଦିରର ପର୍ବତ ଉଚ୍ଚତମ ଶିଖରରେ ହେବ।
ଏହା ଅନ୍ୟ ସମସ୍ତ ପାହାଡ଼ଗୁଡ଼ିକ ମଧ୍ୟରେ ଉଚ୍ଚତର ହେବ।
    ସମସ୍ତ ଗୋଷ୍ଠୀର ଲୋକମାନେ ସ୍ରୋତ ସଦୃଶ ସେଠାକୁ ଧାବିତ ହେବେ।
ବହୁ ଲୋକ ସେଠାକୁ ଯିବେ।
    ସେମାନେ କହିବେ, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ ଯିବା।
    ଯାକୁବଙ୍କ ପରମେଶ୍ୱରଙ୍କ ମନ୍ଦିରକୁ ଆମ୍ଭେମାନେ ଯିବା।
ସେତେବେଳେ ପରମେଶ୍ୱର ଆମ୍ଭମାନଙ୍କୁ ତାଙ୍କ ପଥ ବିଷୟରେ ଶିକ୍ଷା ଦେବେ।
    ଆମ୍ଭେମାନେ ତାହା ଅନୁସରଣ କରିବା।”

ପରମେଶ୍ୱରଙ୍କର ଶିକ୍ଷାସମୂହ-ସଦାପ୍ରଭୁଙ୍କ ବାର୍ତ୍ତା ଯିରୁଶାଲମରେ ସିୟୋନ ପର୍ବତରୁ
    ଆରମ୍ଭ ହୋଇ ସମଗ୍ର ବିଶ୍ୱରେ ପ୍ରସାରିତ ହେବ।
ତା’ପରେ ପରମେଶ୍ୱର ସମଗ୍ର ମାନବ ଗୋଷ୍ଠୀର ବିଗ୍ଭରକ ହେବେ।
    ଅନେକ ଗୋଷ୍ଠୀ ବିଷୟରେ ପରମେଶ୍ୱର ଶେଷ ନିଷ୍ପତ୍ତି ଦେବେ।
ସେହି ଲୋକମାନେ ଯୁଦ୍ଧ ପାଇଁ ସେମାନଙ୍କର ଅସ୍ତ୍ର ବ୍ୟବହାର କରିବେ ନାହିଁ।
    ସେମାନେ ‌‌ଖ‌ଡ଼୍‌ଗରେ ଲଙ୍ଗଳର ଲୁହା ତିଆରି କରିବେ,
    ବର୍ଚ୍ଛାରେ ଦାଆ ତିଆରି କରିବେ।
ସେମାନେ ଅନ୍ୟ ବିରୁଦ୍ଧରେ ଆଉ ଯୁଦ୍ଧ କରିବେ ନାହିଁ।
    ସେମାନେ କେବେ ଆଉ ଯୁଦ୍ଧ ପାଇଁ ତାଲିମ ନେବେ ନାହିଁ।

ହେ ଯାକୁବ ବଂଶ, ଆସ, ସଦାପ୍ରଭୁଙ୍କର ଆଜ୍ଞା ପାଳନ କର।

ରୋମୀୟଙ୍କ ପ୍ରତି ପତ୍ର 8:9-11

କିନ୍ତୁ ତୁମ୍ଭେମାନେ ନିଜର ପାପପୂର୍ଣ୍ଣ ଶରୀର ଦ୍ୱାରା ଶାସିତ ନୁହଁ। ଯଦି ପ୍ରକୃତରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା’ହେଲେ ତୁମ୍ଭେମାନେ ଆତ୍ମା ଦ୍ୱାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା’ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ। 10 ପାପ ହେତୁ ତୁମ ମାନଙ୍କ ଶରୀର ସବୁବେଳେ ମୃତ ହୋଇ ରହିବ। କିନ୍ତୁ ଯଦି ଖ୍ରୀଷ୍ଟ ତୁମ୍ଭମାନଙ୍କ ଭିତରେ ଅଛନ୍ତି, ତା’ହେଲେ ଆତ୍ମା ତୁମ୍ଭମାନଙ୍କୁ ଜୀବନ ପ୍ରଦାନ କରିବେ, କାରଣ ଖ୍ରୀଷ୍ଟ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ଧାର୍ମିକ କରିଛନ୍ତି। 11 ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁରୁ ପୁନର୍ଜୀବିତ କରିଛନ୍ତି। ଯଦି ପରମେଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଭିତରେ ଅଛି, ତା’ହେଲେ ତୁମ୍ଭମାନଙ୍କର ମୃତ ଶରୀରକୁ ମଧ୍ୟ ସେ ତାହାଙ୍କର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରଦାନ କରିବେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center