Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 29

ଦାଉଦଙ୍କର ଗୀତ।

29 ହେ ପରମେଶ୍ୱରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର।
    ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର।
    ତାଙ୍କୁ ବିଶେଷ ପୋଷାକରେ ପ୍ରଣାମ କର।
ସଦାପ୍ରଭୁ ତାଙ୍କର ସ୍ୱର ସାଗରରେ ଉଠାଇଛନ୍ତି।
    ଗୌରବମୟ ପରମେଶ୍ୱରଙ୍କର ସ୍ୱର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
ସଦାପ୍ରଭୁଙ୍କର ସ୍ୱରରୁ ତାଙ୍କର ଶକ୍ତିର ପରିଚୟ ମିଳେ।
    ତାଙ୍କର ସ୍ୱର ତାଙ୍କର ଗୌରବର ପ୍ରମାଣ।
ତାଙ୍କର ସ୍ୱର ବୃହତ୍ କାୟ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ।
    ସଦାପ୍ରଭୁ ଲିବାନୋ‌ନ୍‌ର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
ସେ ଲିବାନୋ‌ନ୍‌କୁ ଦୋହଲାଇ ଦିଅନ୍ତି, ସତେ ଯେମିତି କଅଁଳା ବାଛୁରି ନୃତ୍ୟ କଲାପରି।
    ସିରିୟୋନ ପର୍ବତ ଦୋହଲି ଯାଏ ଓ ଛେଳି ଛୁଆଟିଏ କୁଦିଲା ଭଳି ଏହା ଦେଖାଯାଏ।
ସଦାପ୍ରଭୁଙ୍କର କଣ୍ଠସ୍ୱର ବିଜୁଳି ଗତିରେ ବାୟୁମଣ୍ଡଳକୁ ବିଭକ୍ତ କରେ।
ସଦାପ୍ରଭୁଙ୍କର ରବଦ୍ୱାରା ମରୁଭୂମି ଥରି ଉଠେ।
    ସଦାପ୍ରଭୁଙ୍କ ରବଦ୍ୱାରା କାଦେଶ ମରୁଭୂମି କମ୍ପିଉଠେ।
ସଦାପ୍ରଭୁଙ୍କର ସ୍ୱରରେ ହରିଣ ଭୟଭୀତ ହୋଇ ଉଠେ।
    ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼େଇ ଦିଅନ୍ତି,
କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ “ତାଙ୍କର ମହିମା ପ୍ରଶଂସା” କରନ୍ତି।

10 ସଦାପ୍ରଭୁ ହେଉଛନ୍ତି ବନ୍ୟା ସମୟରେ ରାଜା ତୁଲ୍ୟ
    ଓ ସଦାପ୍ରଭୁ ଅନନ୍ତକାଳ ରାଜା ହୋଇ ରହିବେ।
11 ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ।
    ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତୁ।

ଯିଶାଇୟ ଭବିଷ୍ୟ‌ଦ୍‌ବକ୍ତାଙ୍କର ପୁସ୍ତକ 5:15-24

15 ସେହି ଲୋକମାନେ ନମ୍ର ହେବେ। ସେହି ମହାନ ଲୋକମାନେ ସେମାନଙ୍କର ମଥାନତ କରିବେ ଓ ଭୂମିକୁ ମୁଖ କରିବେ। 16 ସଦାପ୍ରଭୁ ସର୍ବଶକ୍ତିମାନ ଉତ୍ତମ ବିଗ୍ଭର କରିବେ ଏବଂ ଲୋକମାନେ ସେ ମହାନ ବୋଲି ଜାଣିବେ। ପବିତ୍ର ପରମେଶ୍ୱର ଧାର୍ମିକତା ଆଣିବେ ଓ ଲୋକମାନେ ତାଙ୍କୁ ଭକ୍ତି କରିବେ। 17 ପରମେଶ୍ୱର ଇସ୍ରାଏଲର ଲୋକମାନଙ୍କୁ ତାଙ୍କ ଦେଶରୁ ବିତାଡ଼ିତ କରିବେ ଓ ଦେଶ ଜନଶୂନ୍ୟ ହେବ। ମେଷମାନେ ଇଚ୍ଛାନୁସାରେ ବିଚରଣ କରିବେ। ମେଷଶାବକମାନେ ଧନୀଲୋକଙ୍କର ଜମିରେ ବିଚରଣ କରିବେ।

18 ସେହି ଲୋକମାନଙ୍କୁ ଲକ୍ଷ୍ୟ କର। ଲୋକମାନେ ଶକଟ ରଜ୍ଜୁରେ ଟାଣିଲା ପରି ସେମାନେ ଅସାରତା ରୂପକ ରଜ୍ଜୁରେ ଅପରାଧ ଓ ପାପକୁ ପଛରୁ ଟାଣନ୍ତି। 19 ସେହି ଲୋକମାନେ କୁହନ୍ତି, “ଆମ୍ଭେମାନେ ଇଚ୍ଛା କରୁଛୁ ଯେ ପରମେଶ୍ୱର ତାଙ୍କର ଯୋଜନାମୂଳକ କାର୍ଯ୍ୟ ତ୍ୱରାନ୍ୱିତ କରନ୍ତୁ। ତା’ପରେ ଆମ୍ଭେମାନେ କ’ଣ ଘଟିବ ଜାଣିବୁ। ଆମ୍ଭେମାନେ ଆଶା କରୁ ପରମେଶ୍ୱରଙ୍କ ଇଚ୍ଛା ତୁରନ୍ତ ଘଟୁ। ତାହାହେଲେ ତାଙ୍କର ଇଚ୍ଛା କ’ଣ ଆମ୍ଭେମାନେ ଜାଣି ପାରିବୁ।”

20 ସେହି ଲୋକମାନେ ଭଲକୁ ମନ୍ଦ ଓ ମନ୍ଦକୁ ଭଲ କୁହନ୍ତି। ପୁଣି ସେମାନେ ଅନ୍ଧକାରକୁ ଆଲୋକ ଓ ଆଲୋକକୁ ଅନ୍ଧକାର ଚିନ୍ତା କରନ୍ତି ଓ ମଧୁରକୁ ତିକ୍ତ ଓ ତିକ୍ତକୁ ମଧୁର ମନେ କରନ୍ତି, ସେମାନେ ସନ୍ତାପର ପାତ୍ର। 21 ସେମାନେ ମଧ୍ୟ ନିଜକୁ ଭାବନ୍ତି ଯେ ସେମାନେ ଅତି କର୍ମଠ ଓ ବୁଦ୍ଧିମାନ। 22 ସେମାନେ ଦ୍ରାକ୍ଷାରସ ପାନ କରିବାରେ ପ୍ରସିଦ୍ଧ ଓ ମଦ୍ୟ ମିଶ୍ରିତ କରିବାରେ ଦକ୍ଷ। 23 ଦୋଷୀକୁ କ୍ଷମା କରିବାକୁ ତୁମ୍ଭେ ସେମାନଙ୍କୁ ଲାଞ୍ଚ ଦେଲେ ସେମାନେ ଲାଞ୍ଚ ନେବେ। ମାତ୍ର ସେମାନେ ଉତ୍ତମ ଲୋକଙ୍କୁ ନ୍ୟାୟ ବିଗ୍ଭର ଦିଅନ୍ତି ନାହିଁ। 24 ସେହି ଲୋକମାନଙ୍କ ପାଇଁ ମନ୍ଦଫଳ ଗଚ୍ଛିତ ରହିବ। ସେମାନଙ୍କର ପରବର୍ତ୍ତୀ ବଂଶଧର ସମ୍ପୂର୍ଣ୍ଣ ଭାବରେ ପୋଛି ହୋଇଯିବେ, ଯେପରି ନଡ଼ା ଓ ଶୁଷ୍କପତ୍ର ଅଗ୍ନିରେ ପୋଡ଼ି ଭସ୍ମ ହୋଇଯାଏ। ଯେପରି ବୃକ୍ଷର ମୂଳ ସଢ଼ିଯାଇ ଧୂଳି ହୋଇଯାଏ ଓ ପୁଷ୍ପ ଅଗ୍ନିରେ ଭସ୍ମୀଭୂତ ହୋଇ ତା’ର ପାଉଁଶ ପବନରେ ଉଡ଼ିଯାଏ ସେହିପରି ସେମାନଙ୍କର ବଂଶଧର ଧ୍ୱଂସ ପାଇଯିବେ।

କାରଣ ସେମାନେ ସର୍ବଶକ୍ତିମାନ ସଦାପ୍ରଭୁଙ୍କର ଶିକ୍ଷାସମୂହକୁ ଅବଜ୍ଞା କରିଛନ୍ତି ଓ ଇସ୍ରାଏଲର ପବିତ୍ର ପରମେଶ୍ୱରଙ୍କ ବାକ୍ୟକୁ ଅଗ୍ରାହ୍ୟ କରିଛନ୍ତି।

ଯୋହନ ଲିଖିତ ସୁସମାଗ୍ଭର 15:18-20

ଯୀଶୁ ଶିଷ୍ୟମାନଙ୍କୁ ସତର୍କ କରନ୍ତି

18 “ଯଦି ତୁମ୍ଭକୁ ଜଗତ ଘୃଣା କରେ, ତେବେ ମନେରଖ, ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବରୁ ଜଗତ ମୋତେ ଘୃଣା କରିଛି। 19 ତୁମ୍ଭେମାନେ ଯଦି ଏ ଜଗତର ହୋଇଥାଆନ୍ତ, ତେବେ ସଂସାର ତୁମ୍ଭମାନଙ୍କୁ ଭଲ ପାଉଥା’ନ୍ତା, ଯେପରି ଏହା ନିଜ ଲୋକକୁ ଭଲ ପାଏ। କିନ୍ତୁ ମୁଁ ତୁମ୍ଭକୁ ଜଗତ ଭିତରୁ ବାଛିଛି। ତେଣୁ ତୁମ୍ଭେ ଏ ଜଗତର ନୁହଁ। ସେଥିପାଇଁ ଜଗତ ତୁମ୍ଭକୁ ଘୃଣା କରେ।

20 “ମୁଁ ତୁମ୍ଭକୁ ଯାହା କହିଥିଲି ତାହା ମନେରଖ: ଜଣେ ଗ୍ଭକର ତା’ର ମୁନିବଠାରୁ ବଡ଼ ନୁହେଁ। ଯଦି ଲୋକମାନେ ମୋତେ ତାଡ଼ନା କରିଛନ୍ତି, ତେବେ ସେମାନେ ତୁମ୍ଭକୁ ମଧ୍ୟ ତାଡ଼ନା କରିବେ। ସେମାନେ ମୋର ଉପଦେଶ ମାନିଛନ୍ତି, ତେଣୁ ତୁମ୍ଭର ଉପଦେଶ ମଧ୍ୟ ମାନିବେ।

ଯୋହନ ଲିଖିତ ସୁସମାଗ୍ଭର 15:26-27

26 “ମୁଁ ପରମପିତାଙ୍କ ପାଖରୁ ତୁମ୍ଭମାନଙ୍କ ନିକଟକୁ ସେହି ସାହାଯ୍ୟକାରୀଙ୍କୁ ପଠାଇବି। ସେହି ସାହାଯ୍ୟକାରୀ ସତ୍ୟମୟ ଆତ୍ମା ଅଟନ୍ତି। ସେ ପରମପାତାଙ୍କ ପାଖରୁ ଆସନ୍ତି। ସେ ଯେତେବେଳେ ଆସିବେ, ସେ ମୋ’ ବିଷୟରେ ସାକ୍ଷ୍ୟ ଦେବେ। 27 ତୁମ୍ଭେ ମୋ’ ବିଷୟରେ ଲୋକମାନଙ୍କୁ ମଧ୍ୟ କହିବ, କାରଣ ତୁମ୍ଭେମାନେ ପ୍ରଥମରୁ ମୋ’ ସହିତ ରହିଛ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center