Revised Common Lectionary (Semicontinuous)
ଦାଉଦଙ୍କର ଏକ ଗୀତ।
20 ତୁମ୍ଭେ ଯେତେବେଳେ ବିପଦରେ ପଡ଼ିଥାଅ, ସେହି ସଦାପ୍ରଭୁ ତୁମ୍ଭର ଡାକ ଶୁଣି ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ।
ଯାକୁବଙ୍କର ପରମେଶ୍ୱର ତୁମ୍ଭକୁ ରକ୍ଷା କରନ୍ତୁ।
2 ପରମେଶ୍ୱର ତାଙ୍କର ପବିତ୍ର ସ୍ଥାନରୁ ତୁମ୍ଭକୁ ସାହାଯ୍ୟ ପଠାନ୍ତୁ।
ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାଯ୍ୟ କରନ୍ତୁ।
3 ତୁମ୍ଭର ଉପହାର ସବୁ ଯାହା ତାଙ୍କ ଉଦ୍ଦେଶ୍ୟରେ ଅର୍ପିତ, ପରମେଶ୍ୱର ତାକୁ ଗ୍ରହଣ କରନ୍ତୁ।
ତୁମ୍ଭର ହୋମବଳିକୁ ସେ ଗ୍ରହଣ କରନ୍ତୁ।
4 ତୁମ୍ଭେ ଯାହା ଗ୍ଭହୁଁଛ, ପରମେଶ୍ୱର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ।
ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।
5 ଆମ୍ଭେ ସମସ୍ତେ ଖୁସୀ ହେବୁ ଯେତେବେଳେ ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରିବେ।
ଆସ ସମସ୍ତେ ପରମେଶ୍ୱରଙ୍କ ନାମର ଜୟଗାନ କରିବା।
ଯାହା ତୁମ୍ଭେ ଗ୍ଭହୁଁଛ, ସଦାପ୍ରଭୁ ତୁମ୍ଭର ସେହି ସକଳ କାମନା ପୂରଣ କରନ୍ତୁ।
6 ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାଯ୍ୟ କରନ୍ତି।
ପରମେଶ୍ୱର ତାଙ୍କର ପବିତ୍ର ସ୍ୱର୍ଗ ରାଜ୍ୟରେ ଥା’ନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି।
ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।
7 କେତେକ ଲୋକ ସେମାନଙ୍କ ରଥ ଉପରେ ବିଶ୍ୱାସ ରଖନ୍ତି।
ଅନ୍ୟ ଲୋକମାନେ ସେମାନଙ୍କ ସୈନିକଙ୍କ ଉପରେ ରଖନ୍ତି
କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ନାମକୁ ଉଚ୍ଚସ୍ୱରରେ ଡାକୁ।
8 ସେହି ଅନ୍ୟ ଲୋକମାନେ ପରାସ୍ତ ହୋଇ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ।
ଆମ୍ଭେ ବିଜୟୀ ଦଳ।
9 ସଦାପ୍ରଭୁ ତାଙ୍କର ମନୋନୀତ ରାଜାଙ୍କୁ ଉଦ୍ଧାର କଲେ
କାରଣ ପରମେଶ୍ୱରଙ୍କ ମନୋନୀତ ରାଜା ତାଙ୍କୁ ସାହାଯ୍ୟ ପାଇଁ ନିବେଦନ କଲେ ଓ ପରମେଶ୍ୱର ତାକୁ ଉଦ୍ଧାର ଦେଲେ।
ପବିତ୍ର ଜିନିଷପତ୍ର ପାଇଁ ଉପହାର
25 ସଦାପ୍ରଭୁ ମୋଶାଙ୍କୁ କହିଲେ, 2 “ତୁମ୍ଭେ ଇସ୍ରାଏଲ ଲୋକମାନଙ୍କୁ ମୋ’ ନିମନ୍ତେ ଉପହାର ସଂଗ୍ରହ କରିବାକୁ କୁହ। ପ୍ରତ୍ୟେକ ଲୋକ ତା’ର ହୃଦୟରେ ନିଷ୍ପତ୍ତି ନେବା ଉଚିତ୍, ସେ ମୋ’ ପାଇଁ ଯାହା ଉପହାର ଦେବା ଉଚିତ୍। ମୋ’ ପାଇଁ ସେହି ଦ୍ରବ୍ୟ ସଂଗ୍ରହ କର। 3 ଏହି ବସ୍ତୁଗୁଡ଼ିକ ତୁମ୍ଭେ ଲୋକମାନଙ୍କଠାରୁ ଗ୍ରହଣ କରି ପାରିବ। ଯଥା-ସୁନା, ରୂପା, ପିତ୍ତଳ, 4 ନୀଳବର୍ଣ୍ଣ, ଧୂମବର୍ଣ୍ଣ ଓ ସିନ୍ଦୁରବର୍ଣ୍ଣ ଓ ଶୁଭ୍ର କ୍ଷୋମସୂତ୍ର ଓ ଛାଗଲୋମ, 5 ରକ୍ତୀକୃତ ମେଷଚର୍ମ, ଶିଶୁକଚର୍ମ ଓ ଶିଟୀମ୍ କାଷ୍ଠ। 6 ଦୀପ ନିମନ୍ତେ ତୈଳ ପୁଣି ଅଭିଷେକାର୍ଥ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧ ଦ୍ରବ୍ୟ। 7 ଏଫୋଦ ଓ ବୁକୁପଟାରେ ଏହା ଲଗାଇବା ନିମନ୍ତେ ଗୋମେଦକମଣି ଓ ଅଳଙ୍କାରସବୁ ଗ୍ରହଣ କର।”
ପବିତ୍ର ତମ୍ବୁ
8 ପରମେଶ୍ୱର ଏହା ମଧ୍ୟ କହିଲେ, “ସେମାନେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ର ସ୍ଥାନ ନିର୍ମାଣ କରନ୍ତୁ। ତହିଁରେ ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା। 9 ପବିତ୍ର ତମ୍ବୁର ଆକାର ଓ ତହିଁର ସମସ୍ତ ପାତ୍ରର ଆକାରାଦିର ଯେଉଁ ଆଦର୍ଶ ଆମ୍ଭେ ତୁମ୍ଭକୁ ଦେଖାଇବା ସେହି ଅନୁସାରେ ତୁମ୍ଭେମାନେ ସବୁ କରିବ।
ନିୟମ ସିନ୍ଦୁକ
10 “ଶିଟୀମ୍ କାଠର ଏକ ସିନ୍ଦୁକ ତିଆରି କର। ସେହି ପବିତ୍ର ସିନ୍ଦୁକ ଅଢ଼େଇ ହାତ ଲମ୍ବ, ଦେଢ଼ ହାତ ପ୍ରସ୍ଥ ଓ ଦେଢ଼ ହାତ ଉଚ୍ଚ ହେବ। 11 ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ। ତା’ର ଭିତର ପଟ ଓ ବାହାର ପଟରେ ମଧ୍ୟ ମଡ଼ାଇବ। ଏବଂ ତା’ଉପରେ ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥ କରିବ। 12 ଏଥିନିମନ୍ତେ ଗ୍ଭରି କୋଣରେ ଗ୍ଭରୋଟି ସୁବର୍ଣ୍ଣର କଡ଼ା ଲଗାଅ। ପ୍ରତ୍ୟେକ ପାଖରେ ଦୁଇଟି କଡ଼ା ଲଗାଅ। 13 ଏହାକୁ ବହିବା ପାଇଁ ସାଙ୍ଗୀ ତିଆରୀ କର ଓ ସୁବର୍ଣ୍ଣରେ ମଣ୍ଡିତ କର। 14 ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ। 15 ସେହି ସାଙ୍ଗୀ ସିନ୍ଦୁକର କଡ଼ା ଭିତରେ ସର୍ବଦା ଥିବ ଏବଂ ତହିଁରୁ ତାହା ବାହାର କରାଯିବ ନାହିଁ।
16 ପରମେଶ୍ୱର କହିଲେ, “ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦେବା ତାହା ସେହି ସିନ୍ଦୁକରେ ରଖିବ। 17 ଏହା ପରେ ତୁମ୍ଭେମାନେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼େଇ ହାତ ଲମ୍ବା ଓ ଦେଢ଼ ହାତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ। 18 ଏହା ପରେ ତୁମ୍ଭେମାନେ ପିଟା ସୁବର୍ଣ୍ଣରୁ ଦୁଇଟି କିରୁବଦୂତ କରିବ। ଏବଂ ସେଗୁଡ଼ିକୁ ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ। 19 ଏକ ଦୂତକୁ ଗୋଟିଏ ମୁଣ୍ଡରେ ଓ ଆଉ ଗୋଟିଏକୁ ଅନ୍ୟ ମୁଣ୍ଡରେ ସ୍ଥାପନ କର। ଦୁଇ ଦୂତଙ୍କୁ ଆଚ୍ଛାଦନ ସହିତ ସଂଲଗ୍ନ କର। 20 ସେହି ଦୂତମାନେ ନିୟମ-ସିନ୍ଦୁକକୁ ସେମାନଙ୍କର ଡେଣା ଦ୍ୱାରା ଆଚ୍ଛାଦନ କରିବେ, ଯାହାକି ଆକାଶ ଆଡ଼କୁ ଉଠେ। ଆଚ୍ଛାଦକ ଆଡ଼କୁ ଅନାଇ ଦୂତମାନେ ସାମ୍ନାସାମ୍ନି ରହିବା ଉଚିତ୍।
21 “ତୁମ୍ଭେ ଏହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ। ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦେବା ତାହା ସେହି ସିନ୍ଦୁକ ମଧ୍ୟରେ ଥୋଇବ। 22 ଆଉ ଆମ୍ଭେ ଯେତେବେଳେ ତୁମ୍ଭକୁ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ ଅର୍ଥାତ୍ ଚୁକ୍ତି ସିନ୍ଦୁକର ଉପରିସ୍ଥ କିରୂବଦୂତଗଣ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ ସନ୍ତାନଗଣ ବିଷୟକ ଆମ୍ଭେ ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।
କ୍ରୁଶବିଦ୍ଧ ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ବାର୍ତ୍ତା
2 ପ୍ରିୟ ଭାଇ ଓ ଭଉଣୀମାନେ, ମୁଁ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଆସିଥିଲି, ସେତେବେଳେ ପରମେଶ୍ୱରଙ୍କ ସତ୍ୟ ବିଷୟରେ କହିଥିଲି। କିନ୍ତୁ ମୁଁ କୌଣସି ବାକ୍ଗ୍ଭତୁରୀ ବା ଜ୍ଞାନର କଥା କହି ନ ଥିଲି। 2 କାରଣ ସ୍ଥିର କରିଥିଲି ଯେ ତୁମ୍ଭ ସହିତ ଥିବା ସମୟରେ, ମୁଁ ଯୀଶୁ ଖ୍ରୀଷ୍ଟ ଓ କ୍ରୁଶରେ ତାହାଙ୍କ ମୃତ୍ୟୁ ଭୋଗ ବ୍ୟତୀତ, ଅନ୍ୟସବୁ କଥା ଭୁଲିଯିବି। 3 ଏଣୁ ମୁଁ ଦୁର୍ବଳ ଓ ଭୟରେ ଥରି ଥରି ସେଠାକୁ ଆସିଥିଲି। 4 ମୋର କଥା ଓ ଶିକ୍ଷା ଲୋକଙ୍କୁ ପ୍ରବର୍ତ୍ତାଇବା ଭଳି ଜାଗତିକ ଜ୍ଞାନର କଥା ନ ଥିଲା। ମାତ୍ର ମୋହର ଶିକ୍ଷା ପବିତ୍ରଆତ୍ମାଙ୍କ ଦତ୍ତ ଶକ୍ତିର ପ୍ରମାଣ ଅଟେ। 5 ତୁମ୍ଭ ବିଶ୍ୱାସ ମନୁଷ୍ୟର ଜ୍ଞାନର ନ ହୋଇ ପରମେଶ୍ୱରଙ୍କ ଶକ୍ତିରେ ହେଉ, ସେଥିପାଇଁ ମୁଁ ଏପରି କଲି।
ପରମେଶ୍ୱରଙ୍କ ଜ୍ଞାନ
6 ଯେଉଁମାନେ ଅଭିଜ୍ଞ ଆମ୍ଭେ ସେହିମାନଙ୍କୁ ଜ୍ଞାନ ଶିକ୍ଷା ଦେଉ। କିନ୍ତୁ ଏହି ଜ୍ଞାନ ସଂସାରରୁ ନୁହେଁ, ଏହା ବର୍ତ୍ତମାନ ଯୁଗର ନେତା ମାନଙ୍କର ଜ୍ଞାନ ନୁହେଁ। ଏହି ନେତାମାନେ ଆପଣା ଶକ୍ତି ହରାଉ ଅଛନ୍ତି। 7 କିନ୍ତୁ ଆମ୍ଭେମାନେ ପରମେଶ୍ୱରଙ୍କ ଗୂଢ଼ ଜ୍ଞାନର କଥା କହୁଛୁ। ଜଗତର ସୃଷ୍ଟି ହେବା ପୂର୍ବରୁ ଆମ୍ଭର ମହିମା ପାଇଁ ପରମେଶ୍ୱର ଏହି ଜ୍ଞାନର ଯୋଜନା କରିଥିଲେ। 8 ଏହି ଜଗତର କୌଣସି ନେତା ଏହାକୁ ବୁଝି ପାରିଲେ ନାହିଁ। ଯଦି ସେମାନେ ବୁଝି ଥାଆନ୍ତେ, ତାହାହେଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶବିଦ୍ଧ କରି ମାରି ନ ଥା’ନ୍ତେ। 9 କିନ୍ତୁ ଶାସ୍ତ୍ରମାନଙ୍କରେ ଏହିପରି ଲେଖା ଅଛି:
“କୌଣସି ଆଖି ଦେଖି ନାହିଁ।
କୌଣସି କାନ ଶୁଣି ନାହିଁ।
କେହିହେଲେ କଳ୍ପନା କରି ନାହିଁ;
ଯେ, ପରମେଶ୍ୱରଙ୍କୁ ପ୍ରେମ କରୁଥିବା ଲୋକଙ୍କ ପାଇଁ ପରମେଶ୍ୱର କ’ଣ ପ୍ରସ୍ତୁତ କରି ରଖିଛନ୍ତି।” (A)
10 କିନ୍ତୁ ପରମେଶ୍ୱର ଆତ୍ମାଙ୍କ ମାଧ୍ୟମରେ ଏହି ନିଗୂଢ଼ ବିଷୟମାନ ଆମକୁ ଦେଖାଇ ଦେଇଛନ୍ତି।
ଆତ୍ମା ସବୁ ଜାଣନ୍ତି। ସେ ପରମେଶ୍ୱରଙ୍କର ଅତି ଗୋପନୀୟ କଥା ମଧ୍ୟ ଜାଣନ୍ତି।
2010 by World Bible Translation Center