Revised Common Lectionary (Semicontinuous)
ଦାଉଦଙ୍କର ଏକ ଗୀତ।
20 ତୁମ୍ଭେ ଯେତେବେଳେ ବିପଦରେ ପଡ଼ିଥାଅ, ସେହି ସଦାପ୍ରଭୁ ତୁମ୍ଭର ଡାକ ଶୁଣି ତୁମ୍ଭକୁ ସାହାଯ୍ୟ କରିବାକୁ ଆଗେଇ ଆସନ୍ତୁ।
ଯାକୁବଙ୍କର ପରମେଶ୍ୱର ତୁମ୍ଭକୁ ରକ୍ଷା କରନ୍ତୁ।
2 ପରମେଶ୍ୱର ତାଙ୍କର ପବିତ୍ର ସ୍ଥାନରୁ ତୁମ୍ଭକୁ ସାହାଯ୍ୟ ପଠାନ୍ତୁ।
ସିୟୋନ ପର୍ବତରୁ ସେ ତୁମ୍ଭକୁ ସାହାଯ୍ୟ କରନ୍ତୁ।
3 ତୁମ୍ଭର ଉପହାର ସବୁ ଯାହା ତାଙ୍କ ଉଦ୍ଦେଶ୍ୟରେ ଅର୍ପିତ, ପରମେଶ୍ୱର ତାକୁ ଗ୍ରହଣ କରନ୍ତୁ।
ତୁମ୍ଭର ହୋମବଳିକୁ ସେ ଗ୍ରହଣ କରନ୍ତୁ।
4 ତୁମ୍ଭେ ଯାହା ଗ୍ଭହୁଁଛ, ପରମେଶ୍ୱର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ।
ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।
5 ଆମ୍ଭେ ସମସ୍ତେ ଖୁସୀ ହେବୁ ଯେତେବେଳେ ପରମେଶ୍ୱର ତୁମ୍ଭକୁ ସାହାଯ୍ୟ କରିବେ।
ଆସ ସମସ୍ତେ ପରମେଶ୍ୱରଙ୍କ ନାମର ଜୟଗାନ କରିବା।
ଯାହା ତୁମ୍ଭେ ଗ୍ଭହୁଁଛ, ସଦାପ୍ରଭୁ ତୁମ୍ଭର ସେହି ସକଳ କାମନା ପୂରଣ କରନ୍ତୁ।
6 ବର୍ତ୍ତମାନ ମୁଁ ଜାଣେ ସଦାପ୍ରଭୁ ତାଙ୍କ ଅଭିଷିକ୍ତ ରାଜାକୁ ସାହାଯ୍ୟ କରନ୍ତି।
ପରମେଶ୍ୱର ତାଙ୍କର ପବିତ୍ର ସ୍ୱର୍ଗ ରାଜ୍ୟରେ ଥା’ନ୍ତି ଓ ତାଙ୍କ ଅଭିଷିକ୍ତ ରାଜାକୁ ଉତ୍ତର ଦିଅନ୍ତି।
ସେ ତାଙ୍କର ମହାନ ଶକ୍ତିରେ ରାଜାଙ୍କୁ ତ୍ରାଣ କରନ୍ତି।
7 କେତେକ ଲୋକ ସେମାନଙ୍କ ରଥ ଉପରେ ବିଶ୍ୱାସ ରଖନ୍ତି।
ଅନ୍ୟ ଲୋକମାନେ ସେମାନଙ୍କ ସୈନିକଙ୍କ ଉପରେ ରଖନ୍ତି
କିନ୍ତୁ ଆମ୍ଭେ ଆମ୍ଭର ସଦାପ୍ରଭୁ ପରମେଶ୍ୱରଙ୍କର ନାମକୁ ଉଚ୍ଚସ୍ୱରରେ ଡାକୁ।
8 ସେହି ଅନ୍ୟ ଲୋକମାନେ ପରାସ୍ତ ହୋଇ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ କିନ୍ତୁ ଆମ୍ଭେ ଜିତିଲୁ।
ଆମ୍ଭେ ବିଜୟୀ ଦଳ।
9 ସଦାପ୍ରଭୁ ତାଙ୍କର ମନୋନୀତ ରାଜାଙ୍କୁ ଉଦ୍ଧାର କଲେ
କାରଣ ପରମେଶ୍ୱରଙ୍କ ମନୋନୀତ ରାଜା ତାଙ୍କୁ ସାହାଯ୍ୟ ପାଇଁ ନିବେଦନ କଲେ ଓ ପରମେଶ୍ୱର ତାକୁ ଉଦ୍ଧାର ଦେଲେ।
ଯାଜକମାନଙ୍କ ଆଶୀର୍ବାଦ
22 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, 23 “ତୁମ୍ଭେ ହାରୋଣ ଓ ତା’ର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣଙ୍କୁ ଏହିପରି ଆଶୀର୍ବଦ କରିବ; ତୁମ୍ଭେମାନେ ସେମାନଙ୍କୁ କହିବ,
24 ‘ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ
ଓ ତୁମ୍ଭକୁ ନିରାପଦରେ ରଖନ୍ତୁ।
25 ସଦାପ୍ରଭୁ ତୁମ୍ଭ ଉପରେ କୃପାଦୃଷ୍ଟିରେ ଦେଖନ୍ତୁ
ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ।
26 ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାନ୍ତୁ
ଓ ତୁମ୍ଭକୁ ଶାନ୍ତି ଦିଅନ୍ତୁ।’
27 ତା’ପରେ ସଦାପ୍ରଭୁ କହିଲେ, “ଏହିରୂପେ ହାରୋଣ ଓ ତାଙ୍କର ସନ୍ତାନଗଣ ଇସ୍ରାଏଲୀୟମାନଙ୍କ ଉପରେ ଆମ୍ଭର ନାମ ରଖିବେ, ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା।”
ଯାହା ତୁମ୍ଭ ପାଖରେ ଅଛି ତାହାର ବିନିଯୋଗ କର(A)
21 ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେ କ’ଣ ହାଣ୍ଡି ତଳେ କି ଖଟ ତଳେ ଦୀପଟିଏ ରଖ କି? ତୁମ୍ଭ ଦୀପରୂଖା ଉପରେ ଦୀପ ରଖ। 22 ତେବେ ଯାହାକିଛି ଲୁଚି ରହିଛି, ତାହା ସ୍ପଷ୍ଟ ହୋଇଯିବ। ଯାହାକିଛି ରହସ୍ୟ ହୋଇ ରହିଛି, ତାହା ପ୍ରକାଶ ପାଇବ। 23 ମୋତେ ଶୁଣିଥିବା ଲୋକମାନେ ଶୁଣନ୍ତୁ। 24 “ତୁମ୍ଭେ ଯାହା ଶୁଣୁଛ, ତାହା ଉପରେ ସାବଧାନ ହୋଇ ବିଗ୍ଭର କର ତୁମ୍ଭେ ଯେଉଁଭଳି ଭାବରେ ଅନ୍ୟକୁ ଦେଉଛ, ପରମେଶ୍ୱର ତୁମ୍ଭକୁ ଠିକ୍ ସେହିଭଳି ଭାବରେ ଦେବେ। ବରଂ ପରମେଶ୍ୱର ତୁମ୍ଭକୁ ଆହୁରି ଅଧିକ ଦେବେ। 25 ଯାହା ପାଖରେ କିଛି ଅଛି, ତାହାକୁ ଆଉ ଅଧିକ ଦିଆଯିବ। କିନ୍ତୁ ଯାହା ପାଖରେ ଖୁବ୍ କମ୍ ଅଛି, ତାହା ମଧ୍ୟ ସେ ହରେଇ ବସିବ।”
2010 by World Bible Translation Center