Revised Common Lectionary (Semicontinuous)
9 କେତେକ ଲୋକ ଦଳିତ ବୋଲି ଅନୁଭବ କରନ୍ତି
କାରଣ ସେମାନେ ଗରିବ ଏବଂ ସେମାନଙ୍କର ଅସୁବିଧା ଅଛି।
ଯେତେବେଳେ ସେମାନେ ସମସ୍ୟାରେ ପଡ଼ନ୍ତି
ସଦାପ୍ରଭୁ ସେମାନଙ୍କୁ ନିରାପତ୍ତା ଦିଅନ୍ତି।
10 ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି
ସେମାନେ ତୁମ୍ଭକୁ ବିଶ୍ୱାସ କରିବେ।
ହେ ସଦାପ୍ରଭୁ ଯଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି
ତୁମ୍ଭେ ସେମାନଙ୍କୁ ସାହାଯ୍ୟ ନ କରି ଛାଡ଼ିଦିଅ ନାହିଁ।
11 ହେ ସିୟୋନ ନିବାସୀ ତୁମ୍ଭେ ସର୍ବଦା ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
ସେ କରିଥିବା ସମସ୍ତ ମହାନ କାର୍ଯ୍ୟ ରାଜ୍ୟମାନଙ୍କ ଆଗରେ ପ୍ରକାଶ କର।
12 ସଦାପ୍ରଭୁ ତାଙ୍କ ନିକଟକୁ ସାହାଯ୍ୟ ପାଇଁ ଯାଇଥିବା
ଲୋକମାନଙ୍କୁ ମନେ ରଖନ୍ତି।
ସେହି ଗରିବ ଲୋକମାନେ ସାହାଯ୍ୟ ପାଇଁ ଆକୁଳ ନିବେଦନ କରନ୍ତି
ଓ ସଦାପ୍ରଭୁ ସେମାନଙ୍କ କଥା ଭୁଲି ପାରନ୍ତି ନାହିଁ।
13 ମୁଁ ଏହି ପ୍ରାର୍ଥନା ପରମେଶ୍ୱରଙ୍କ ନିକଟରେ କରିବି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟାକର।
ଦେଖ, ମୋର ଶତ୍ରୁମାନେ କିଭଳି ମୋ’ ପଛରେ ମୋତେ ଆଘାତ କରିବାକୁ ଲାଗିଛନ୍ତି।
ମୋତେ ‘ମୃତ୍ୟୁ ସ୍ଥାନରୁ’ ଉଦ୍ଧାର କର।
14 ତା’ପରେ ଯିରୁଶାଲମର ଫାଟକ ପାଖରେ ଥାଇ ତୁମ୍ଭକୁ ପ୍ରଶଂସା କରି ମୁଁ ଗୀତ ଗାଇବି।
ମୁଁ ଆଜି ଅତ୍ୟନ୍ତ ଆନନ୍ଦିତ କାରଣ ତୁମ୍ଭେ ମୋତେ ରକ୍ଷା କରିଛ।”
15 ଅନ୍ୟ ରାଜ୍ୟର ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ଯନ୍ତା ବସାନ୍ତି।
କିନ୍ତୁ ସେମାନେ ନିଜେ ବସାଇ ଥିବା ଯନ୍ତାରେ ପଡ଼ନ୍ତି।
ସେହି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥା’ନ୍ତି କିନ୍ତୁ ଶେଷରେ ସେମାନେ ନିଜେ ସେହି ଜାଲରେ ଧରାପଡ଼ନ୍ତି।
16 ସଦାପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି,
ଏହା ଦ୍ୱାରା ଲୋକମାନେ ଶିକ୍ଷା କରନ୍ତି ଯେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି।
17 ଯେଉଁମାନେ ପରମେଶ୍ୱରଙ୍କୁ ଭୁଲି ଯାଆନ୍ତି
ସେମାନେ ମନ୍ଦ ଲୋକ ଅଟନ୍ତି।
ସେମାନେ ମୃତ୍ୟୁ ସ୍ଥାନକୁ ଯିବେ।
18 ବେଳେବେଳେ ଏହା ଜଣାପଡ଼େ ଯେ ପରମେଶ୍ୱର ବିପଦରେ ପଡ଼ିଥିବା ଲୋକମାନଙ୍କୁ ଭୁଲି ଯାଆନ୍ତି।
ଏହାର ଅର୍ଥ ନୁହେଁ ଯେ ସେହି ଗରିବ ବ୍ୟକ୍ତିମାନଙ୍କର କୌଣସି ଆଶା ନ ଥାଏ।
କିନ୍ତୁ ପରମେଶ୍ୱର ସର୍ବଦା ସେମାନଙ୍କୁ ଭୁଲନ୍ତି ନାହିଁ।
19 ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ।
ସେହି ଜାତିମାନଙ୍କୁ ନ୍ୟାୟ ପ୍ରଦାନ କର।
ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ଯେ, ସେମାନେ ଶକ୍ତିଶାଳୀ ଅଟନ୍ତି।
20 ଲୋକମାନଙ୍କୁ ଏକ ଶିକ୍ଷା ପ୍ରଦାନ କର।
ସେମାନେ ଜାଣିବା ଉଚିତ୍ ଯେ, ସେମାନେ କେବଳ ମନୁଷ୍ୟ ମାତ୍ର ଅଟନ୍ତି।
-ସେଲା-
ଏକ ମନ୍ଦ ଆତ୍ମା ଶାଉଲକୁ କଷ୍ଟ ଦେଲା
14 ମାତ୍ର ସଦାପ୍ରଭୁଙ୍କ ଆତ୍ମା ଶାଉଲଙ୍କଠାରୁ ପ୍ରସ୍ଥାନ କଲେ। ପୁଣି ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କୁ ବିରକ୍ତ କରିବାକୁ ଲାଗିଲା। 15 ଶାଉଲଙ୍କର ଦାସମାନେ ତାଙ୍କୁ କହିଲେ, “ପରମେଶ୍ୱରଙ୍କଠାରୁ ଏକ ମନ୍ଦ ଆତ୍ମା ଆପଣଙ୍କୁ ବିରକ୍ତ କରୁଛି। 16 ଜଣେ ନିପୁଣ ବୀଣାବାଦକ ଅନ୍ୱେଷଣ ପାଇଁ ତୁମ୍ଭେ ତୁମ୍ଭ ସମ୍ମୁଖରେ ଥିବା ଦାସମାନଙ୍କୁ ଆଜ୍ଞା କର। ଯେତେବେଳେ ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ତୁମ୍ଭ ସମ୍ମୁଖକୁ ଆସେ, ଯଦି ସେ ଲୋକ ବୀଣା ବଜାଏ ତୁମ୍ଭେ ବହୁତ ଭଲ ସମବେଦନା ପ୍ରକାଶ କରିବ।”
17 ଶାଉଲ ଆପଣା ଦାସମାନଙ୍କୁ କହିଲେ, “ଆଛା ଯେ ଭଲ ବଜାଇ ପାରେ ସେହିପରି ଏକ ଲୋକକୁ ମୋ’ ପାଖକୁ ଆଣ।”
18 ଯୁବକମାନଙ୍କ ମଧ୍ୟରୁ ଜଣେ ଉତ୍ତର ଦେଇ କହିଲା, “ଦେଖନ୍ତୁ ମୁଁ ବୈଥ୍ଲେହମୀୟ ଯିଶୀର ଏକ ପୁତ୍ରଙ୍କୁ ଦେଖିଅଛି। ସେ ବୀଣା ବଜାଇବାରେ ନିପୁଣ ଓ ମହାବିକ୍ରମଶାଳୀ ଯୋଦ୍ଧା ଓ କଥାରେ ବିଜ୍ଞ, ଆଉ ରୂପବାନ ପୁଣି ସଦାପ୍ରଭୁ ତାଙ୍କ ପାଖେ ପାଖେ ଅଛନ୍ତି।”
19 ତେଣୁ ଶାଉଲ ଯିଶୀ ନିକଟକୁ ଦୂତମାନଙ୍କୁ ପଠାଇ ତାହାଙ୍କୁ କହିଲେ, “ତୁମ୍ଭର ପୁତ୍ର ଦାଉଦ ଯେ ମେଷପଲ ସାଙ୍ଗରେ ଥାଏ, ତାକୁ ମୋ’ ନିକଟକୁ ପଠାଇ ଦିଅ।”
20 ତା’ପରେ ଯିଶୀ କେବଳ ଦାଉଦଙ୍କୁ ପଠାଇଲେ ନାହିଁ, ତା’ ସହିତ ଶାଉଲ ନିମନ୍ତେ କିଛି ଉପହାର ପଠାଇଲେ: ଗୋଟିଏ ଛେଳି ଓ ଗୋଟିଏ ଗଧରେ ବୋଝେଇ ଖାଦ୍ୟ ଓ ଦ୍ରାକ୍ଷାରସ ପଠାଇଲେ। 21 ଏହା ପରେ ଦାଉଦ ଶାଉଲଙ୍କ ନିକଟକୁ ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ ଓ ଶାଉଲ ତାଙ୍କୁ ଅତିଶୟ ସ୍ନେହ କଲେ, ତହିଁରେ ସେ ତାଙ୍କର ଅସ୍ତ୍ରବାହକ ସାହାଯ୍ୟକାରୀ ହେଲେ। 22 ଏହା ପରେ ଶାଉଲ ଯିଶୀଙ୍କୁ ଏକ ବାର୍ତ୍ତା ପଠାଇଲେ, “ମୁଁ ବିନୟ କରୁଅଛି ଦାଉଦଙ୍କୁ ମୋ’ ସମ୍ମୁଖରେ ଛିଡ଼ା ହେବାକୁ ଦିଅ, ସେ ମୋର ସେବା କରିବ, କାରଣ ମୁଁ ତାକୁ ଭଲ ପାଏ।”
23 ପରମେଶ୍ୱରଙ୍କଠାରୁ ସେହି ମନ୍ଦ ଆତ୍ମା ଯେତେବେଳେ ଶାଉଲଙ୍କ ଉପରେ ଥାଏ, ସେତେବେଳେ ଦାଉଦ ବୀଣା ନେଇ ଆପଣା ହସ୍ତରେ ବଜାନ୍ତି। ତହିଁରେ ଶାଉଲ ଆଶ୍ୱାସ ପାଇ ଭଲ ହୁଅନ୍ତି ଓ ମନ୍ଦ ଆତ୍ମା ତାଙ୍କୁ ଛାଡ଼ିଯାଏ।
ପାଉଲଙ୍କ ମାକିଦନିଆ ଓ ଗ୍ରୀସ୍ ଯାତ୍ରା
20 ଉତ୍ତେଜନା ଶାନ୍ତ ହେବା ପରେ ପାଉଲ ଯୀଶୁଙ୍କର ଶିଷ୍ୟମାନଙ୍କୁ ଡକାଇ ପାଠାଇଲେ ଓ ସେମାନଙ୍କୁ ଉତ୍ସାହିତ କଲେ। ତା’ପରେ ସେମାନଙ୍କଠାରୁ ବିଦାୟ ନେଇ ସେ ମାକିଦନିଆକୁ ଯାତ୍ରା କଲେ। 2 ସେହି ଅଞ୍ଚଳ ଦେଇ ଯିବା ବେଳେ ଯୀଶୁଙ୍କ ଅନୁଗାମୀ ଲୋକମାନଙ୍କୁ ବଳ ପ୍ରଦାନ କରିବା ପାଇଁ ସେ ସେମାନଙ୍କୁ ଉତ୍ସାହଜନକ କଥା କହିଲେ। ତା’ପରେ ସେ ଗ୍ରୀସ୍ରେ ପହଞ୍ଚିଲେ। 3 ସେଠାରେ ସେ ତିନି ମାସ ପର୍ଯ୍ୟନ୍ତ ରହିଲେ।
ସେଠାରୁ ସୁରିଆକୁ ଜଳଯାତ୍ରା କରିବା ପାଇଁ ଗ୍ଭହିଁଲେ। କିନ୍ତୁ ଯିହୂଦୀମାନେ ତାହାଙ୍କ ବିରୁଦ୍ଧରେ ଷଡ଼ଯନ୍ତ୍ର କରିବାରୁ ସେ ମାକିଦନିଆକୁ ଫେରି ଯିବା ପାଇଁ ସ୍ଥିର କଲେ। 4 ତାହାଙ୍କ ସହିତ ବେରୟା ନଗରର ପୁରଙ୍କ ପୁତ୍ର ସୋପାତ୍ର, ଥେସଲନୀକୀୟର ଆରିସ୍ତାର୍ଖ ଓ ସେକୂନ୍ଦ, ଦର୍ବାର ଗାୟ ଓ ତୀମଥି, ଏସିଆର ତୁଖିକ ଓ ତ୍ରଫିମ ଗଲେ। 5 ଏମାନେ ସମସ୍ତେ ଆଗେ ଯାଇ ତ୍ରୋୟା ନଗରରେ ଆମ୍ଭମାନଙ୍କୁ ଅପେକ୍ଷା କଲେ। 6 ଖମୀରବିହୀନ ରୋଟୀର ପର୍ବ ପରେ ଆମ୍ଭେ ଫିଲିପ୍ପୀ ନଗରରୁ ଜଳପଥରେ ସେମାନଙ୍କ ପାଖରେ ତ୍ରୋୟାରେ ପହଞ୍ଚିଲୁ। ଆମ୍ଭେ ସେଠାରେ ସାତ ଦିନ ପର୍ଯ୍ୟନ୍ତ ରହିଲୁ।
ପାଉଲଙ୍କର ତ୍ରୋୟା ଯାତ୍ରା
7 ଆମ୍ଭେ ସପ୍ତାହର ପ୍ରଥମ ଦିନ ପ୍ରଭୁଭୋଜର ରୋଟୀ ଭାଙ୍ଗିବା ପାଇଁ ଏକାଠି ହେବା ବେଳେ ପାଉଲ ସେମାନଙ୍କୁ ପ୍ରଭୁଙ୍କ କଥା କହିବା ଆରମ୍ଭ କଲେ। କାରଣ ସେ ତହିଁଆର ଦିନ ଗ୍ଭଲିଯିବା ପାଇଁ ଯୋଜନା କରି ମଧ୍ୟରାତ୍ରି ପର୍ଯ୍ୟନ୍ତ ସେମାନଙ୍କୁ ଉପଦେଶ ଦେଲେ। 8 ଆମ୍ଭେ ଯେଉଁଠି ଏକାଠି ହୋଇଥିଲୁ, ସେହି ଉପର ଘରେ ଅନେକଗୁଡ଼ିଏ ଦୀପ ଥିଲା। 9 ଇଉତୁଖ ନାମକ ଜଣେ ଯୁବକ ଝରକା କଡ଼ରେ ବସି ଖୁବ୍ ନିଦରେ ଶୋଇ ପଡ଼ିଥିଲା। ପାଉଲ କହି ଗ୍ଭଲିଥିଲାବେଳେ ସେ ନିଘୋଡ଼ ନିଦରେ ଶୋଇପଡ଼ି ତିନି ମହଲାରୁ ଖସି ପଡ଼ିଲା। ଯେତେବେଳେ ସେମାନେ ତାହାକୁ ଉଠାଇଲେ, ସେ ମରିସାରିଥିଲା।
10 ପାଉଲ ତଳକୁ ଆସି ଆଣ୍ଠେଇ ପଡ଼ିଲେ, ଓ ତାହାକୁ ନିଜ ହାତରେ ଟେକିନେଲେ ଓ କହିଲେ, “ତୁମ୍ଭେମାନେ ବ୍ୟସ୍ତ ହୁଅ ନାହିଁ। ସେ ଏବେ ଜୀବିତ ହେବ।” 11 ତା’ପରେ ପାଉଲ ଉପରକୁ ଯାଇ ରୋଟୀ ଭାଙ୍ଗି ଖାଇଲେ। ସେ ସେମାନଙ୍କ ସହିତ ଅଧିକ ସମୟ ପାହାନ୍ତିଆ ପର୍ଯ୍ୟନ୍ତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ। 12 ସେମାନେ ଯୁବକକୁ ଜୀବିତ ପାଇ ଘରକୁ ନେଇଗଲେ ଓ ବହୁତ ଆଶ୍ୱସ୍ତ ହେଲେ।
ତ୍ରୋୟାରୁ ମିତୁଲୀନୀକୁ ଯାତ୍ରା
13 ଆମ୍ଭେମାନେ ସେଠାରୁ ଜାହାଜରେ ଆସସ୍ ନଗରକୁ ଯାତ୍ରା କଲୁ। ସେଠାରୁ ପାଉଲଙ୍କୁ ନେବା ପାଇଁ ଭାବିଥିଲୁ। ସେ ସ୍ଥଳ ମାର୍ଗରେ ଗ୍ଭଲି ଯିବା ପାଇଁ ଇଚ୍ଛା କଲେ। 14 ପରେ ପାଉଲ ଆମ୍ଭ ସହିତ ଆସସ୍ ନଗରରେ ଦେଖା ଦେଲେ। ସେ ଆମ୍ଭ ସହିତ ଜାହାଜରେ ଚଢ଼ିଲେ ଓ ମିତୁଲୀନୀ ନାମକ ବନ୍ଦର ନଗରକୁ ଆସିଲୁ। 15 ତହିଁ ଆରଦିନ ଆମ୍ଭେ ସେଠାରୁ ଜାହାଜରେ ଖିଅ ଉପଦ୍ୱୀପ ସାମନାରେ ଆସି ପହଞ୍ଚିଲୁ। ତା’ପରେ ଦ୍ୱିତୀୟ ଦିନ ଆମ୍ଭେ ମିଳିତ ନଗରରେ ପହଞ୍ଚିଲୁ। 16 ପାଉଲ ଏସିଆରେ ଅଧିକ ସମୟ ରହିବା ପାଇଁ ଇଚ୍ଛା କରୁ ନ ଥିଲେ। ସେ ଏଫିସରେ ନ ଅଟକିବା ପାଇଁ ନିର୍ଣ୍ଣୟ କଲେ। ସମ୍ଭବ ହେଲେ ସେ ପେଣ୍ଟିକଷ୍ଟ ଦିନ ସୁଦ୍ଧା ଯିରୁଶାଲମରେ ପହଞ୍ଚିବା ପାଇଁ ତର ତର ହେଉଥିଲେ।
2010 by World Bible Translation Center