Revised Common Lectionary (Semicontinuous)
9 କେତେକ ଲୋକ ଦଳିତ ବୋଲି ଅନୁଭବ କରନ୍ତି
କାରଣ ସେମାନେ ଗରିବ ଏବଂ ସେମାନଙ୍କର ଅସୁବିଧା ଅଛି।
ଯେତେବେଳେ ସେମାନେ ସମସ୍ୟାରେ ପଡ଼ନ୍ତି
ସଦାପ୍ରଭୁ ସେମାନଙ୍କୁ ନିରାପତ୍ତା ଦିଅନ୍ତି।
10 ଯେଉଁ ଲୋକମାନେ ତୁମ୍ଭର ନାମକୁ ଜାଣନ୍ତି
ସେମାନେ ତୁମ୍ଭକୁ ବିଶ୍ୱାସ କରିବେ।
ହେ ସଦାପ୍ରଭୁ ଯଦି ଲୋକମାନେ ତୁମ୍ଭ ପାଖକୁ ଆସନ୍ତି
ତୁମ୍ଭେ ସେମାନଙ୍କୁ ସାହାଯ୍ୟ ନ କରି ଛାଡ଼ିଦିଅ ନାହିଁ।
11 ହେ ସିୟୋନ ନିବାସୀ ତୁମ୍ଭେ ସର୍ବଦା ପରମେଶ୍ୱରଙ୍କର ପ୍ରଶଂସା ଗାନ କର।
ସେ କରିଥିବା ସମସ୍ତ ମହାନ କାର୍ଯ୍ୟ ରାଜ୍ୟମାନଙ୍କ ଆଗରେ ପ୍ରକାଶ କର।
12 ସଦାପ୍ରଭୁ ତାଙ୍କ ନିକଟକୁ ସାହାଯ୍ୟ ପାଇଁ ଯାଇଥିବା
ଲୋକମାନଙ୍କୁ ମନେ ରଖନ୍ତି।
ସେହି ଗରିବ ଲୋକମାନେ ସାହାଯ୍ୟ ପାଇଁ ଆକୁଳ ନିବେଦନ କରନ୍ତି
ଓ ସଦାପ୍ରଭୁ ସେମାନଙ୍କ କଥା ଭୁଲି ପାରନ୍ତି ନାହିଁ।
13 ମୁଁ ଏହି ପ୍ରାର୍ଥନା ପରମେଶ୍ୱରଙ୍କ ନିକଟରେ କରିବି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟାକର।
ଦେଖ, ମୋର ଶତ୍ରୁମାନେ କିଭଳି ମୋ’ ପଛରେ ମୋତେ ଆଘାତ କରିବାକୁ ଲାଗିଛନ୍ତି।
ମୋତେ ‘ମୃତ୍ୟୁ ସ୍ଥାନରୁ’ ଉଦ୍ଧାର କର।
14 ତା’ପରେ ଯିରୁଶାଲମର ଫାଟକ ପାଖରେ ଥାଇ ତୁମ୍ଭକୁ ପ୍ରଶଂସା କରି ମୁଁ ଗୀତ ଗାଇବି।
ମୁଁ ଆଜି ଅତ୍ୟନ୍ତ ଆନନ୍ଦିତ କାରଣ ତୁମ୍ଭେ ମୋତେ ରକ୍ଷା କରିଛ।”
15 ଅନ୍ୟ ରାଜ୍ୟର ସେହି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ଯନ୍ତା ବସାନ୍ତି।
କିନ୍ତୁ ସେମାନେ ନିଜେ ବସାଇ ଥିବା ଯନ୍ତାରେ ପଡ଼ନ୍ତି।
ସେହି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥା’ନ୍ତି କିନ୍ତୁ ଶେଷରେ ସେମାନେ ନିଜେ ସେହି ଜାଲରେ ଧରାପଡ଼ନ୍ତି।
16 ସଦାପ୍ରଭୁ ସେହି ଦୁଷ୍ଟ ଲୋକମାନଙ୍କୁ ଧରିପକାନ୍ତି,
ଏହା ଦ୍ୱାରା ଲୋକମାନେ ଶିକ୍ଷା କରନ୍ତି ଯେ ସଦାପ୍ରଭୁ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅନ୍ତି।
17 ଯେଉଁମାନେ ପରମେଶ୍ୱରଙ୍କୁ ଭୁଲି ଯାଆନ୍ତି
ସେମାନେ ମନ୍ଦ ଲୋକ ଅଟନ୍ତି।
ସେମାନେ ମୃତ୍ୟୁ ସ୍ଥାନକୁ ଯିବେ।
18 ବେଳେବେଳେ ଏହା ଜଣାପଡ଼େ ଯେ ପରମେଶ୍ୱର ବିପଦରେ ପଡ଼ିଥିବା ଲୋକମାନଙ୍କୁ ଭୁଲି ଯାଆନ୍ତି।
ଏହାର ଅର୍ଥ ନୁହେଁ ଯେ ସେହି ଗରିବ ବ୍ୟକ୍ତିମାନଙ୍କର କୌଣସି ଆଶା ନ ଥାଏ।
କିନ୍ତୁ ପରମେଶ୍ୱର ସର୍ବଦା ସେମାନଙ୍କୁ ଭୁଲନ୍ତି ନାହିଁ।
19 ହେ ସଦାପ୍ରଭୁ ତୁମ୍ଭେ ଜାଗ୍ରତ ହୁଅ।
ସେହି ଜାତିମାନଙ୍କୁ ନ୍ୟାୟ ପ୍ରଦାନ କର।
ଲୋକମାନଙ୍କୁ ଭାବିବାକୁ ସୁଯୋଗ ଦିଅ ନାହିଁ ଯେ, ସେମାନେ ଶକ୍ତିଶାଳୀ ଅଟନ୍ତି।
20 ଲୋକମାନଙ୍କୁ ଏକ ଶିକ୍ଷା ପ୍ରଦାନ କର।
ସେମାନେ ଜାଣିବା ଉଚିତ୍ ଯେ, ସେମାନେ କେବଳ ମନୁଷ୍ୟ ମାତ୍ର ଅଟନ୍ତି।
-ସେଲା-
ଶାଉଲ ଦାଉଦଙ୍କୁ ଭୟ କରିବାକୁ ଆରମ୍ଭ କଲେ
55 ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍ନରକୁ କହିଲେ, “ଅବ୍ନର ଏ ଯୁବକ କାହାର ପୁତ୍ର?”
ଅବ୍ନର କହିଲା, “ହେ ମହାରାଜ ଆପଣଙ୍କ ଜୀବନ ପ୍ରମାଣେ ମୁଁ କହି ପାରିବି ନାହିଁ।”
56 ରାଜା କହିଲେ, “ପଗ୍ଭର ଏ ଯୁବକ କାହାର ପୁଅ?”
57 ଦାଉଦ ପଲେଷ୍ଟୀୟକୁ ହତ୍ୟା କରି ପଲେଷ୍ଟୀୟର ମସ୍ତକ ହସ୍ତରେ ଧରି ଫେରି ଆସିବା ବେଳେ ଅବ୍ନର ତାଙ୍କୁ ନେଇ ଶାଉଲଙ୍କ ନିକଟକୁ ଆସିଲା।
58 ଶାଉଲ ତାଙ୍କୁ ପଗ୍ଭରିଲେ, “ହେ ଯୁବକ ତୁମ୍ଭେ କାହାର ପୁଅ?”
ଦାଉଦ କହିଲେ, “ମୁଁ ଆପଣଙ୍କ ଦାସ ବୈଥ୍ଲେହମୀୟ ଯିଶୀର ପୁତ୍ର।”
ଦାଉଦ ଓ ଯୋନାଥନଙ୍କର ଘନିଷ୍ଟ ବନ୍ଧୁତା
18 ଦାଉଦ ଶାଉଲଙ୍କ ସହିତ କଥାବାର୍ତ୍ତା କରି ସାରିବା ପରେ ଯୋନାଥନର ଦାଉଦଙ୍କ ସହିତ ଏକ ଦୃଢ଼ ବନ୍ଧୁତା ବାନ୍ଧିଲେ। ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲେ। 2 ଶାଉଲ ସେହି ଦିନ ଦାଉଦଙ୍କୁ ତାଙ୍କ ସହିତ ରଖିଲେ ଓ ଘରକୁ ଯିବାକୁ ଦେଲେ ନାହିଁ। 3 ଯୋନାଥନ ଦାଉଦଙ୍କୁ ଆପଣା ପ୍ରାଣ ପରି ସ୍ନେହ କରିବାରୁ ସେମାନେ ଏହି ନିୟମ କଲେ। 4 ଯୋନାଥନ ଆପଣା ଦେହରୁ ବସ୍ତ୍ର କାଢ଼ି ଦାଉଦଙ୍କୁ ଦେଲେ। ଆପଣା ବସ୍ତ୍ର, ଖଡ଼୍ଗ, ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାହାଙ୍କୁ ଦେଲେ।
ଶାଉଲ ଦାଉଦଙ୍କର ସଫଳତା ଉପରେ ଦୃଷ୍ଟି ଦେଲେ
5 ଶାଉଲ ଦାଉଦଙ୍କୁ ବହୁତ ଯୁଦ୍ଧକୁ ପଠାଇଲେ ଓ ସେ କୃତକାର୍ଯ୍ୟ ହେଲେ। ଏଣୁ ଶାଉଲ ତାଙ୍କୁ ଯୋଦ୍ଧାମାନଙ୍କ ଉପରେ ନିଯୁକ୍ତ କଲେ ଓ ଏହା ଶାଉଲଙ୍କର ଅଧିକାରୀମାନଙ୍କ ସମେତ ସମସ୍ତଙ୍କୁ ଖୁସୀ କଲା।
ପାଉଲଙ୍କ ଯିରୁଶାଲମ ଯାତ୍ରା
21 ଆମ୍ଭେମାନେ ସେମାନଙ୍କଠାରୁ ବିଦାୟ ନେଲୁ। ତା’ପରେ ଆମ୍ଭେ ସିଧା କୋସ୍ ଉପଦ୍ୱୀପକୁ ଜଳଯାତ୍ରା କଲୁ। ତହିଁ ଆରଦିନ ଆମ୍ଭେ ସେଠାରୁ ରୋଦା ଉପଦ୍ୱୀପକୁ ଆସିଲୁ। ପୁଣି ସେଠାରୁ ଆମ୍ଭେ ପାତାରାରେ ପହଞ୍ଚିଲୁ। 2 ପାତାରାରେ ଫୈନିକୀଆକୁ ଯାଉଥିବା ଗୋଟିଏ ଜାହାଜ ପାଇ ଆମ୍ଭେ ସେଥିରେ ଚଢ଼ିଲୁ ଓ ଯାତ୍ରା କଲୁ।
3 ଆମ୍ଭେ ଯାଇ କୁପ୍ର ଉପଦ୍ୱୀପ ପାଖରେ ପହଞ୍ଚି ତା’ର ବାମ ପଟେ ସୁରିଆକୁ ଯାତ୍ରା କଲୁ। ଆମ୍ଭେ ସୋର ନଗରରେ ଓହ୍ଲେଇଲୁ, କାରଣ ସେଠାରେ ଜାହାଜରୁ ମାଲ ଖଲାସ କରିବାକୁ ଥିଲା। 4 ଆମ୍ଭେ ସେଠାରେ ଯୀଶୁଙ୍କର କେତେକ ଶିଷ୍ୟମାନଙ୍କୁ ଦେଖିଲୁ। ସେମାନଙ୍କ ସହିତ ସାତ ଦିନ ପର୍ଯ୍ୟନ୍ତ ରହିଲୁ। ସେମାନେ ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଲଙ୍କୁ ଯିରୁଶାଲମ ନଯିବା ପାଇଁ ଚେତାବନୀ ଦେଲେ। 5 ସମୟ ପୁରିଗଲା ପରେ ଆମ୍ଭେ ସେଠାରୁ ବିଦାୟ ନେଲୁ। ସେତେବେଳେ ସେମାନେ ସମସ୍ତେ ସ୍ତ୍ରୀ, ପିଲାମାନଙ୍କ ସହିତ ନଗର ବାହାର ପର୍ଯ୍ୟନ୍ତ ଆମ୍ଭ ସହିତ ଆସିଲେ। ଆମ୍ଭେ ସମସ୍ତେ ସମୁଦ୍ର କୂଳରେ ଆଣ୍ଠୁମାଡ଼ି ପ୍ରାର୍ଥନା କଲୁ। 6 ଆମ୍ଭେ ସମସ୍ତେ ପରସ୍ପରଠାରୁ ବିଦାୟ ନେଇ ଜାହାଜରେ ଚଢ଼ିଲୁ। ଶିଷ୍ୟମାନେ ନିଜ ନିଜ ଘରକୁ ଫେରିଗଲେ।
7 ସୋର ନଗରରୁ ଆମ୍ଭେ ଆମ୍ଭର ଯାତ୍ରା ଆରମ୍ଭ କଲୁ ଓ ପତଲମାଇରେ ପହଞ୍ଚିଲୁ। ସେଠାରେ ଭାଇମାନଙ୍କୁ ଅଭିନନ୍ଦନ ଜଣେଇ ସେମାନଙ୍କ ସହିତ ଗୋଟିଏ ଦିନ ରହିଲୁ। 8 ଆମ୍ଭେ ତହିଁ ଆରଦିନ କାଇସରୀଆ ନଗରରେ ପହଞ୍ଚିଲୁ। ତା’ପରେ ଆମ୍ଭେ ସୁସମାଗ୍ଭର ପ୍ରଗ୍ଭରକ ଫିଲିପ୍ପଙ୍କ ଘରେ ପ୍ରବେଶ କଲୁ। ସେ ସାତ ଜଣ ବିଶେଷ ସେବକମାନଙ୍କ ମଧ୍ୟରୁ ଜଣେ ଥିଲେ। ଆମ୍ଭେମାନେ ତାହାଙ୍କ ସହିତ ରହିଲୁ। 9 ତାହାଙ୍କର ଗ୍ଭରୋଟି ଅବିବାହିତା ଝିଅ ଥିଲେ। ସେମାନେ ଭାବବାଦିନୀ ଥିଲେ।
10 ସେଠାରେ ଆମ୍ଭେ ବହୁତ ଦିନ ରହିଲା ପରେ ଯିହୂଦା ଦେଶରୁ ଆଗାବ ନାମରେ ଜଣେ ଭବିଷ୍ୟଦ୍ବକ୍ତା ଆସି ପହଞ୍ଚିଲେ। 11 ସେ ଆମ୍ଭପାଖକୁ ଆସି ପାଉଲଙ୍କ କଟୀବନ୍ଧନ ମାଗି ନେଇ ନିଜ ହାତ ଗୋଡ଼ ବାନ୍ଧି ପକେଇଲେ ଓ କହିଲେ, “ପବିତ୍ରଆତ୍ମା ଏପରି କହନ୍ତି ଏହି କଟୀବନ୍ଧନ ଯାହାର ଅଟେ, ‘ତାହାଙ୍କୁ ଯିରୁଶାଲମରେ ଯିହୂଦୀମାନେ ଏହିପରି ବାନ୍ଧି । ସେମାନେ ତାହାଙ୍କୁ ଅଣଯିହୂଦୀମାନଙ୍କ ହାତରେ ସମର୍ପଣ କରିବେ।’”
12 ଆମ୍ଭେମାନେ ଓ ଅନ୍ୟ ବିଶ୍ୱାସୀମାନେ ଏହି କଥା ଶୁଣି ପାଉଲଙ୍କୁ ଯିରୁଶାଲମ ନ ଯିବା ପାଇଁ ବହୂତ ଅନୁରୋଧ କଲୁ। 13 କିନ୍ତୁ ପାଉଲ କହିଲେ, “ତୁମ୍ଭେମାନେ କାହିଁକି କାନ୍ଦୁଛ? ତୁମ୍ଭେମାନେ କାହିଁକି ଏପରି ମୋତେ ଦୁଃଖିତ କରୁଛ? ଯିରୁଶାଲମରେ ମୁଁ ବନ୍ଧା ହେବା ପାଇଁ ଯେ କେବଳ ପ୍ରସ୍ତୁତ ଅଛି, ତାହା ନୁହେଁ, ମାତ୍ର ମୁଁ ପ୍ରଭୁ ଯୀଶୁଙ୍କ ନାମରେ ମରିବା ପାଇଁ ମଧ୍ୟ ପ୍ରସ୍ତୁତ ଅଛି।”
14 ସେ ଆମ୍ଭ କଥାରେ ପ୍ରଭାବିତ ନ ହେବାରୁ ଆମ୍ଭେମାନେ ଚୁପ୍ ରହିଲୁ। ଆମ୍ଭେ କହୁଲୁ, “ପ୍ରଭୁଙ୍କର ଯାହା ଇଚ୍ଛା, ତାହା ହିଁ ହେଉ।”
15 ଏହି ସମସ୍ତ ଦିନ ବିତିଗଲା ପରେ ଆମ୍ଭେ ନିଜର ସାମଗ୍ରୀ ପ୍ରସ୍ତୁତ କଲୁ ଓ ଯିରୁଶାଲମ ପାଇଁ ଯାତ୍ରା ଆରମ୍ଭ କଲୁ। 16 କାଇସରୀଆରେ ଥିବା ଯୀଶୁଙ୍କ କେତେକ ଶିଷ୍ୟ ଆମ୍ଭ ସହିତ ଆସିଲେ। ସେମାନେ ଆମ୍ଭକୁ କୁପ୍ର ଉପଦ୍ୱୀପର ମନାସୋନ (ଯିଏ କି ଯୀଶୁଙ୍କ ପ୍ରଥମ ଶିଷ୍ୟମାନଙ୍କ ମଧ୍ୟରେ ଜଣେ) ନାମକ ଜଣେ ଶିଷ୍ୟଙ୍କ ଘରକୁ ନେଇଗଲେ। ସେଠାରେ ଆମ୍ଭେ ରାତି କଟାଇବା କଥା ଥିଲା।
2010 by World Bible Translation Center