Revised Common Lectionary (Semicontinuous)
ସାମକ୍
113 ହେ ସଦାପ୍ରଭୁ, ଯେଉଁମାନେ ସମ୍ପୂର୍ଣ୍ଣ ଭାବେ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି, ମୁଁ ସେମାନଙ୍କୁ ଘୃଣା କରେ।
କିନ୍ତୁ ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
114 ତୁମ୍ଭେ ହେଉଛ ମୋର ଲୁଚିବା ସ୍ଥାନ ଏବଂ ସୁରକ୍ଷା ବ୍ୟକ୍ତି।
ମୁଁ ତୁମ୍ଭ ବାକ୍ୟରେ ସର୍ବଦା ଭରସା କରେ।
115 ମନ୍ଦ ଲୋକମାନେ, ମୋ’ ନିକଟକୁ ଆସନ୍ତି ନାହିଁ,
ଯେପରିକି ମୁଁ ମୋର ପରମେଶ୍ୱରଙ୍କର ଆଜ୍ଞାମାନ ପାଳନ କରି ପାରିବି।
116 ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମୋତେ ମନୋନୀତ କଲ, ଯେପରି ମୁଁ ବଞ୍ଚିପାରିବି।
ମୁଁ ତୁମ୍ଭ ଉପରେ ଭରସା ରଖେ, ମୋତେ ହତୋତ୍ସାହ କର ନାହିଁ।
117 ମୋର ସହାୟ ହୁଅ, ସଦାପ୍ରଭୁ, ମୁଁ ସୁରକ୍ଷିତ ହେବି।
ମୁଁ ସର୍ବଦା ତୁମ୍ଭର ନିୟମ ମାନିବି।
118 ସଦାପ୍ରଭୁ ଯେଉଁମାନେ ତୁମ୍ଭ ବ୍ୟବସ୍ଥାରୁ ଦୂରେଇ ଯାଆନ୍ତି ତୁମ୍ଭେ ତାଙ୍କୁ ଗ୍ରହଣ କର ନାହିଁ।
କାରଣ ସେମାନେ ମିଥ୍ୟାବାଦୀ ଏବଂ ତୁମ୍ଭ ପ୍ରତି ବିଶ୍ୱସ୍ତ ନୁହନ୍ତି।
119 ହେ ସଦାପ୍ରଭୁ, ପୃଥିବୀର ଦୁଷ୍ଟଗଣଙ୍କୁ ତୁମ୍ଭେ ଆବର୍ଜ୍ଜନା ପରି ଫିଙ୍ଗିଦିଅ।
ଯେପରି ମୁଁ ତୁମ୍ଭର ନିୟମକୁ ସ୍ନେହ କରିବି।
120 ତୁମ୍ଭ ପ୍ରତି ଭୟ ଯୋଗୁଁ ମୁଁ ଥରେ।
ମୁଁ ତୁମ୍ଭର ବ୍ୟବସ୍ଥାକୁ ଭୟ କରେ ଓ ସମ୍ମାନ କରେ।
ଅଇନ୍
121 ମୁଁ ନ୍ୟାୟ ଓ ଧର୍ମାଚରଣ କରିଅଛି।
ହେ ସଦାପ୍ରଭୁ, ଉପଦ୍ରବ କରୁଥିବା ଲୋକମାନଙ୍କ ହସ୍ତରେ ମୋତେ ସମର୍ପଣ କର ନାହିଁ।
122 ମୋତେ ସାହାଯ୍ୟ କରିବାକୁ ପ୍ରତିଜ୍ଞା କର।
ମୁଁ ତୁମ୍ଭର ସେବକ।
ହେ ସଦାପ୍ରଭୁ, ଅହଙ୍କାରୀମାନଙ୍କୁ ମୋ’ ପ୍ରତି କ୍ଷତି କରିବାକୁ ଦିଅ ନାହିଁ।
123 ସଦାପ୍ରଭୁ ତୁମ୍ଭର ବିଶ୍ୱସ୍ତ ପ୍ରତିଜ୍ଞା ସତ୍ୟ ହେବାକୁ,
ତୁମ୍ଭର ପରିତ୍ରାଣ ପଥକୁ ଗ୍ଭହିଁ ଗ୍ଭହିଁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ।
124 ମୁଁ ତୁମ୍ଭର ସେବକ ଅଟେ।
ମୋ’ ପ୍ରତି ତୁମ୍ଭର ପ୍ରେମ ଦେଖାଅ।
ତୁମ୍ଭର ବ୍ୟବସ୍ଥାମାନ ଶିଖାଅ।
125 ମୁଁ ତୁମ୍ଭର ଦାସ,
ତୁମ୍ଭର ବ୍ୟବସ୍ଥାସବୁ ବୁଝିବାରେ ମୋତେ ସାହାଯ୍ୟ କର।
126 ହେ ସଦାପ୍ରଭୁ, ତୁମ୍ଭର କାର୍ଯ୍ୟ କରିବାର ସମୟ ଏହି।
କାରଣ ଲୋକମାନେ ତୁମ୍ଭ ନିୟମ ଭାଙ୍ଗିଛନ୍ତି।
127 ସଦାପ୍ରଭୁ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା
ମୁଁ ତୁମ୍ଭର ନିର୍ଦ୍ଦେଶକୁ ସ୍ନେହ କରେ।
128 ମୁଁ ଯତ୍ନର ସହକାରେ ତୁମ୍ଭର ନିର୍ଦ୍ଦେଶକୁ ଅନୁସରଣ କରେ।
ମୁଁ ମିଥ୍ୟା ଉପଦେଶକୁ ଘୃଣା କରେ।
6 ଏପରି ହେଲା ଯେ, ଯେତେବେଳେ ଦାଉଦ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ ଓ ଫେରିଲେ। ଇସ୍ରାଏଲର ସମସ୍ତ ନଗରର ସ୍ତ୍ରୀଲୋକମାନେ ରାଜା ଶାଉଲଙ୍କୁ ସାକ୍ଷାତ କରିବାକୁ ବାହାରି ଆସିଲେ ଏବଂ ତୁମ୍ଭୁରା ବଜାଇ ଆନନ୍ଦରେ ନାଚିଲେ ଓ ଗାଇଲେ। 7 ଆଉ ସେହି ସ୍ତ୍ରୀମାନେ ନୃତ୍ୟ କରୁ କରୁ ଗାଇଲେ,
“ଶାଉଲ ହତ୍ୟା କଲେ ସହସ୍ର ସହସ୍ର
ଦାଉଦ ହତ୍ୟା କଲେ ଅୟୁତ ଅୟୁତ”
8 ଏଥିରେ ଶାଉଲ ଅତି ରାଗିଗଲେ ଓ ବ୍ୟତିବ୍ୟସ୍ତ ହୋଇ ପଡ଼ିଲେ। ଏଣୁ ସେ ଚିନ୍ତା କଲେ, “ସେମାନେ ଦାଉଦଙ୍କୁ ଅୟୁତ ଅୟୁତର ଜୟୀ ଓ ଆମ୍ଭକୁ କେବଳ ସହସ୍ର ସହସ୍ର ଜୟୀ ବୋଲି କହିଲେ। ରାଜ୍ୟ ପାଇବା ଛଡ଼ା ତା’ର ଆଉ କ’ଣ ପାଇବାର ବାକି ଅଛି?” 9 ସେହି ଦିନଠାରୁ ଶାଉଲ ଦାଉଦଙ୍କ ପ୍ରତି ଦୃଷ୍ଟି ରଖିଲେ। ସେ ଈର୍ଷା ଓ ଘୃଣାରେ ତାଙ୍କୁ ଦୃଷ୍ଟି ପକାଇଲେ।
ଶାଉଲ ଦାଉଦଙ୍କୁ ଭୟ କଲେ
10 ପରଦିନ ପରମେଶ୍ୱରଙ୍କଠାରୁ ଯେତେବେଳେ ମନ୍ଦ ଆତ୍ମା ଶାଉଲଙ୍କୁ ଅକ୍ତିଆର କଲା, ସେ ତାଙ୍କ ଗୃହ ମଧ୍ୟରେ ଅବାନ୍ତର କାର୍ଯ୍ୟ କରିବାକୁ ଲାଗିଲେ। ଦାଉଦ ପ୍ରତିଦିନପରି ହସ୍ତରେ ବୀଣା ବଜାଇଲେ, ସେ ସମୟରେ ଶାଉଲଙ୍କ ଗୋଟିଏ ବର୍ଚ୍ଛା ଧରିଥିଲେ। 11 ତେଣୁ ଶାଉଲ ବର୍ଚ୍ଛା ଫିଙ୍ଗିଲେ, କାରଣ ସେ ଭାବିଲେ, “ମୁଁ ଦାଉଦକୁ କାନ୍ଥରେ ଫୋଡ଼ିବି।” ମାତ୍ର ଦାଉଦ ତାଙ୍କ ନିକଟରୁ ଦୁଇଥର ଘୁଞ୍ଚିଗଲେ।
12 ପୁଣି ଶାଉଲ ଦାଉଦଙ୍କୁ ଭୟ କଲେ କାରଣ ସଦାପ୍ରଭୁ ତାଙ୍କ ସଙ୍ଗରେ ଥିଲେ ଓ ଶାଉଲଙ୍କୁ ତ୍ୟାଗ କଲେ। 13 ଶାଉଲ ଆପଣା ନିକଟରୁ ଦାଉଦଙ୍କୁ ଦୂରକୁ ପଠେଇ ଦେଲେ ଓ ତାଙ୍କୁ 1000 ସୈନ୍ୟ ଉପରେ ଆପଣାର ସେନାପତି କଲେ। ଯୁଦ୍ଧରେ ସେ ସୈନ୍ୟମାନଙ୍କର ନେତୃତ୍ୱ ନେଲେ। 14 ସଦାପ୍ରଭୁ ଦାଉଦଙ୍କ ସହିତ ଥିଲେ। ତେଣୁ ଦାଉଦ ପ୍ରତ୍ୟେକ କ୍ଷେତ୍ରରେ ବିଜୟୀ ହେଲେ। 15 ଶାଉଲ ଦେଖିଲେ ଦାଉଦ ସବୁ କ୍ଷେତ୍ରରେ ବିଜୟୀ ହେଉଛନ୍ତି। ତେଣୁ ଶାଉଲ ଦାଉଦଙ୍କୁ ଭୟ କରିବାକୁ ଲାଗିଲେ। 16 କିନ୍ତୁ ଇସ୍ରାଏଲର ସମସ୍ତ ଲୋକ ଓ ଯିହୁଦାର ସମସ୍ତେ ଦାଉଦଙ୍କୁ ଭଲ ପାଇଲେ। ସେମାନେ ତାଙ୍କୁ ଭଲ ପାଇଲେ, କାରଣ ସେ ଯୁଦ୍ଧରେ ସେମାନଙ୍କର ନେତୃତ୍ୱ ନେଇଛନ୍ତି ଓ ସେମାନଙ୍କ ସକାଶେ ଯୁଦ୍ଧ କରିଛନ୍ତି।
ଶାଉଲ ଦାଉଦଙ୍କ ସହିତ ନିଜ ଝିଅର ବିବାହ ଯୋଜନା
17 କିନ୍ତୁ ଶାଉଲ ଦାଉଦଙ୍କୁ ମାରିଦେବା ପାଇଁ ଗ୍ଭହିଁଲେ ଏବଂ ଶାଉଲ ଏକ ଉପାୟ ଚିନ୍ତା କଲେ। ଶାଉଲ କହିଲେ, “ଦାଉଦ ମେରବ୍ ନାମକ ମୋର ଜ୍ୟେଷ୍ଠ କନ୍ୟାକୁ ଦେଖ। ମୁଁ ତାକୁ ତୁମ୍ଭକୁ ବିବାହ ଦେବି। ତା’ପରେ ତୁମ୍ଭେ ଜଣେ ବୀର ଯୋଦ୍ଧା ସୈନିକ ହେବ। ତୁମ୍ଭେ ମୋର ସନ୍ତାନ ପରି, ତା’ପରେ ତୁମ୍ଭେ ସଦାପ୍ରଭୁଙ୍କ ପାଇଁ ଯୁଦ୍ଧ କର।” ଶାଉଲ ଚିନ୍ତାକଲେ, “ମୁଁ ତାକୁ ହତ୍ୟା କରିବା ପାଇଁ ହାତ ଉଠାଇବି ନାହିଁ, କିନ୍ତୁ ପଲେଷ୍ଟୀୟମାନେ ହୁଏତ ତାକୁ ହତ୍ୟା କରି ପାରନ୍ତି।”
18 କିନ୍ତୁ ଦାଉଦ ଉତ୍ତର ଦେଲେ, “ମୁଁ ଏକ ଉଚ୍ଚ ପରିବାରର ନୁହେଁ କି ଜଣେ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତି ନୁହେଁ, ମୁଁ କିପରି ରାଜାଙ୍କର ଝିଅକୁ ବିବାହ କରି ପାରିବି।”
19 ତେଣୁ ଦାଉଦ ମେରବ୍କୁ ବିବାହ କରିବା ପାଇଁ ସମୟ ଆସନ୍ତେ, ଶାଉଲ, ମହୋଲାତୀୟ ଅଦ୍ରୀୟେଲ ସହିତ ମେରବ୍ର ବିବାହ କରିଦେଲେ।
20 ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କଲା ଓ ଲୋକମାନେ ଶାଉଲଙ୍କୁ ଏ କଥା କୁହନ୍ତେ, ମୀଖଲ ଯେ ଦାଉଦଙ୍କୁ ପ୍ରେମ କରୁଛି ଶାଉଲ ଏ କଥା ଶୁଣି ଖୁସୀ ହେଲେ। 21 ଶାଉଲ ଭାବିଲେ, “ମୁଁ ମୀଖଲ ମାଧ୍ୟମରେ ଦାଉଦକୁ ଫାସରେ ପକାଇ ଦେବି। ମୁଁ ମୀଖଲକୁ ଦାଉଦଙ୍କ ସହିତ ବିବାହ ଦେବି। ଏବଂ ତା’ପରେ ପଲେଷ୍ଟୀୟମାନେ ତାଙ୍କୁ ମାରି ଦେବେ।” ତେଣୁ ଶାଉଲ ଦାଉଦଙ୍କୁ ଦ୍ୱିତୀୟ ଥର ପାଇଁ କହିଲେ, “ତୁମ୍ଭେ ଆଜି ମୋର କନ୍ୟାକୁ ବିବାହ କରିପାର।”
22 ଶାଉଲ ତାଙ୍କ ଦାସମାନଙ୍କୁ ଡାକି କହିଲେ, “ତୁମ୍ଭେ ଦାଉଦଙ୍କୁ ବ୍ୟକ୍ତିଗତ ଭାବରେ କୁହ ଯେ, ରାଜା ତୁମ୍ଭକୁ ଅତି ଭଲ ପାଉଛନ୍ତି। ସେମାନଙ୍କର ଅଧିକାରୀଗଣ ମଧ୍ୟ ତୁମ୍ଭକୁ ଭଲ ପାଉଛନ୍ତି। ବର୍ତ୍ତମାନ ତୁମ୍ଭେ ତାଙ୍କର କନ୍ୟାକୁ ବିବାହ କରିବା ଉଚିତ୍।”
23 ଶାଉଲଙ୍କ ଦାସମାନେ ଏ କଥା ଦାଉଦଙ୍କୁ କହିଲେ, କିନ୍ତୁ ଦାଉଦ ଉତ୍ତର ଦେଲେ, “ତୁମ୍ଭେ କ’ଣ ଭାବୁଛ ରାଜାଙ୍କର ଜ୍ୱାଇଁ ହେବା ଅତି ସହଜ? ମୋର ଏତେ ଅର୍ଥ ନାହିଁ ଯାହାକି ମୁଁ ରାଜାଙ୍କର ଝିଅ ପାଇଁ ଖର୍ଚ୍ଚ କରି ପାରିବି। ମୁଁ ଜଣେ ଅତି ସାଧାରଣ ଦରିଦ୍ର ଲୋକ ଓ ମୋର ଅଳ୍ପ ମାନ୍ୟ।”
24 ଶାଉଲର ଦାସମାନେ ଦାଉଦ କ’ଣ କହିଲା ତାହା ଶାଉଲଙ୍କୁ କହିଲେ। 25 ଶାଉଲ ସେମାନଙ୍କୁ କହିଲେ, “ତୁମ୍ଭେ ଦାଉଦଙ୍କୁ ଏ କଥା କୁହ, ‘ରାଜା ଗ୍ଭହାନ୍ତି ନାହିଁ ତୁମ୍ଭେ ତାଙ୍କର ଝିଅ ପାଇଁ ଅର୍ଥ ଦିଅ, ସେ ପଲେଷ୍ଟୀୟମାନଙ୍କଠାରୁ ପ୍ରତିଶୋଧ ନେବାକୁ ଗ୍ଭହାନ୍ତି ଏବଂ ସେ ପଲେଷ୍ଟୀୟମାନଙ୍କର 100 ସୁନ୍ନତ ଚର୍ମ ଗ୍ଭହାନ୍ତି।’” ପଲେଷ୍ଟୀୟମାନଙ୍କ ଦ୍ୱାରା ଦାଉଦଙ୍କୁ ନିପାତ କରିବା ପାଇଁ ଶାଉଲଙ୍କର ବିଗ୍ଭର ଥିଲା।
26 ଶାଉଲଙ୍କର ଦାସମାନେ ଦାଉଦଙ୍କୁ ଏପରି ଶୁଣାନ୍ତେ ଦାଉଦ ରାଜି ହୋଇଗଲେ। ଦାଉଦ ବହୁତ ଖୁସୀ ହେଲେ ଯେ ତାଙ୍କୁ ଏକ ରାଜାଙ୍କର ଜ୍ୱାଇଁ ହେବା ପାଇଁ ସୁଯୋଗ ମିଳିଛି। ତେଣୁ ସେ ହଠାତ୍ ଯଥାକାର୍ଯ୍ୟ କଲା। 27 ଦାଉଦ ଓ ତା’ର ଲୋକମାନେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାରିଲେ। ସେମାନେ ଦୁଇ ଶହ ପଲେଷ୍ଟୀୟମାନଙ୍କୁ ବଧ କଲେ। ଦାଉଦ 200 ପଲେଷ୍ଟୀୟମାନଙ୍କର ସୁନ୍ନତ ଚର୍ମ ଆଣିଲେ ଏବଂ ଶାଉଲଙ୍କୁ ଦେଲେ। ଦାଉଦ ଏପରି କଲେ କାରଣ ସେ ଗ୍ଭହୁଁଥିଲେ ରାଜାଙ୍କର ଜ୍ୱାଇଁ ହେବା ପାଇଁ।
ଶାଉଲ ତାଙ୍କର କନ୍ୟା ମୀଖଲକୁ ଦାଉଦ ସହ ବିବାହ ଦେଲେ। 28 ଶାଉଲ ଦେଖିଲେ ସଦାପ୍ରଭୁ ଦାଉଦଙ୍କ ସହିତ ଅଛନ୍ତି। ଶାଉଲ ମଧ୍ୟ ଦେଖିଲେ ଯେ ତାଙ୍କର କନ୍ୟା ମୀଖଲ ଦାଉଦଙ୍କୁ ପ୍ରେମ କରୁଅଛି। 29 ତେଣୁ ଶାଉଲ ଦାଉଦଙ୍କୁ ଅଧିକ ଭୟ କଲେ। ଶାଉଲ ସର୍ବଦା ଦାଉଦଙ୍କର ବିରୋଧୀ ହୋଇ ରହିଲେ।
30 ପଲେଷ୍ଟୀୟମାନଙ୍କର ଅଧିପତିମାନେ ଇସ୍ରାଏଲୀୟମାନଙ୍କ ସହିତ ଯୁଦ୍ଧ କରିବାକୁ ବାହାରି ଆସିଲେ କିନ୍ତୁ ପ୍ରତ୍ୟେକ ଥର ଦାଉଦ ସେମାନଙ୍କୁ ପରାସ୍ତ କଲେ। ଦାଉଦ ଶାଉଲଙ୍କର ଅତି ଦକ୍ଷ ଅଧିକାରୀ ହେଲେ। ଦାଉଦ ଅଧିକ ମାନ୍ୟ ପାଇଲେ।
ତୋଫାନ
13 ତା’ପରେ ପ୍ରବଳ ପବନ ଦକ୍ଷିଣ ଦିଗରୁ ବୋହିଲା। ଜାହାଜରେ ଥିବା ଲୋକମାନେ ଭାବିଲେ, “ଆମ୍ଭେ ଯେଉଁ ପବନ ବହିବା ଇଚ୍ଛା କରିଥିଲୁ, ତାହା ଆମ୍ଭେ ପାଇଲୁ।” ତେଣୁ ଆମ୍ଭେ ଲଙ୍ଗର ଉଠେଇ କ୍ରୀତି ଉପଦ୍ୱୀପର କୂଳେକୂଳେ ଯାତ୍ରା କଲୁ। 14 ମାତ୍ର ଅଳ୍ପ ସମୟ ପରେ ହଠାତ୍ ପାଗ ବଦଳିଗଲା। “ଉତ୍ତର ପୂର୍ବୀୟ” ନାମକ ପବନ, ଦ୍ୱୀପଆଡ଼ୁ ପ୍ରଚଣ୍ଡ ବେଗରେ ବୋହିବାକୁ ଲାଗିଲା। 15 ଏହା ଜାହାଜକୁ ଆଘାତ କରି ସମୁଦ୍ର ଭିତରକୁ ଠେଲି ନେଲା। ଜାହାଜ ପବନରେ ସ୍ଥିର ହୋଇ ରହି ନ ପାରିବାରୁ ଆମ୍ଭେ ତାକୁ ଭାସିଯିବା ପାଇଁ ଛାଡ଼ି ଦେଲୁ।
16 ତା’ପରେ ଆମ୍ଭେ କ୍ଳାଉଦ ନାମକ ଉପଦ୍ୱୀପ ଉହାଡ଼ରେ ଜାହାଜ ଚଳାଇଲୁ। ସେଠାରେ ଗୋଟିଏ ଜୀବନ ରକ୍ଷକ ଡଙ୍ଗାକୁ ବହୁ କଷ୍ଟରେ ଆମ୍ଭେ ଜାହାଜ ଉପରକୁ ଉଠାଇବାକୁ ସମର୍ଥ ହେଲୁ। 17 କେବଳ ତାହାକୁ ଜାହାଜ ଭିତରକୁ ନେଲୁ। ତାହାକୁ ଏକାଠି ଧରି ରଖିବା ପାଇଁ ଜାହାଜର ଗ୍ଭରିପଟେ ଦଉଡ଼ିରେ ବାନ୍ଧି ଦେଲେ। ନାବିକମାନେ ଗ୍ଭେରାବାଲିରେ ଜାହାଜ ଲାଗିଯିବାର ଭୟ କଲେ। ତେଣୁ ସେମାନେ ଉପର ପାଲଗୁଡ଼ିକ ଖସେଇ ପବନରେ ଜାହାଜଟିକୁ ଭସେଇ ଦେଲେ।
18 ତହିଁ ଆରଦିନ ସେମାନେ ଝଡ଼ ପ୍ରବଳ ବେଗରେ ବଢ଼ିବାରୁ ମାଲଗୁଡ଼ିକ ସମୁଦ୍ରରେ ପକେଇ ଦେଲେ। 19 ତୃତୀୟ ଦିନ ସେମାନେ ନିଜ ହାତରେ ଜାହାଜର ସରଞ୍ଜାମ ସବୁ ପାଣିକୁ ଫୋପାଡ଼ି ଦେଲେ। 20 ଆମ୍ଭେ ବହୁତ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ତାରା କିଛି ଦେଖି ପାରିଲୁ ନାହିଁ। ପ୍ରଚଣ୍ଡ ଝଡ଼ ବତାସର ବେଗ କମିଲା ନାହିଁ। ଆମ୍ଭେମାନେ ଜୀବନ ରକ୍ଷା କରିବାର ସମସ୍ତ ଆଶା ହରେଇ ବସିଲୁ। ଆମ୍ଭେ ଭାବିଲୁ, ଆମ୍ଭର ମୃତ୍ୟୁ ଘଟିବ। ଅନେକ ଦିନ ପର୍ଯ୍ୟନ୍ତ ଆମ୍ଭେମାନେ କେହି କିଛି ଖାଇ ନ ଥିଲୁ।
21 ଶେଷରେ ପାଉଲ ସେମାନଙ୍କୁ କହିଲେ, “ବନ୍ଧୁଗଣ, ତୁମ୍ଭେମାନେ ଯଦି ମୋ’ କଥା ଶୁଣି କ୍ରୀତି ଉପଦ୍ୱୀପରୁ ଜାହାଜ ଛାଡ଼ି ନ ଥା’ନ୍ତ, ତେବେ ତୁମ୍ଭେମାନଙ୍କର ଏ ଜାହାଜ ନଷ୍ଟ ହୋଇ ନ ଥା’ନ୍ତା ଓ ଏତେ କ୍ଷତି ଘଟି ନ ଥା’ନ୍ତା। 22 କିନ୍ତୁ ବର୍ତ୍ତମାନ ମୋର କଥାଶୁଣ ଓ ସାହସ ଧର। କାରଣ ତୁମ୍ଭମାନଙ୍କ ମଧ୍ୟରୁ କାହାରି ଜୀବନ ଯିବ ନାହିଁ। କେବଳ ଜାହାଜଟି ନଷ୍ଟ ହୋଇଯିବ। 23 ମୁଁ ଯେଉଁ ପରମେଶ୍ୱରଙ୍କର ସେବା କରେ, ତାହାଙ୍କର ଜଣେ ଦୂତ ଗତକାଲି ରାତିରେ ମୋ’ ପାଖରେ ଠିଆ ହୋଇ କହିଲେ, 24 ‘ଭୟ କର ନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ଯିବ। ପରମେଶ୍ୱର ତୁମ୍ଭ ହେତୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।’ 25 ତେଣୁ ବନ୍ଧୁଗଣ! ଖୁସୀ ହୁଅ। ମୁଁ ପରମେଶ୍ୱରଙ୍କୁ ବିଶ୍ୱାସ କରେ। ତାହାଙ୍କ ଦୂତ ମୋତେ ଯେପରି କହିଛନ୍ତି, ଠିକ୍ ସେହିପରି ଘଟିବ। 26 କିନ୍ତୁ ଆମ୍ଭେ କୌଣସି ଉପଦ୍ୱୀପ କୂଳରେ ଖଣ୍ଡ ବିଖଣ୍ଡ ହୋଇ ପଡ଼ିବୁ।”
27 ଝଡ଼ର ଚଉଦ ଦିନରେ ପ୍ରାୟ ମଧ୍ୟରାତ୍ରି ସମୟରେ ଆମ୍ଭ ଜାହାଜ ଆଦ୍ରିୟା ସମୁଦ୍ରର ପାଖରେ ଭାସୁଥିଲା। ଆମ୍ଭ ନାବିକମାନେ କୌଣସି ସ୍ଥଳ ଭାଗରେ ନିକଟବର୍ତ୍ତୀ ହୋଇଛନ୍ତି ବୋଲି ସନ୍ଦେହ କଲେ। 28 ସେମାନେ ଗୋଟିଏ କଡ଼ରେ ଓଜନ ଓହଳିଥିବା ଦଉଡ଼ି ସାହାଯ୍ୟରେ ମାପ କରି ସେଠାରେ ଜଳର ଗଭୀରତା 120 ଫୁଟ ବୋଲି ଦେଖିଲେ। କିଛି ସମୟ ପରେ ସେମାନେ ପୁଣି ମାପି ତାହା 90 ଫୁଟ ଗଭୀର ଥିବାର ଦେଖିଲେ। 29 ସେମାନେ ଭୟ କଲେ, ଯେ କାଳେ ଜାହାଜ ଭାସି-ଭାସି ଯାଇ ପଥରରେ ଧକ୍କା ହୋଇଯିବ। ତେଣୁ ସେମାନେ ଜାହାଜର ପଛପଟେ ଗ୍ଭରୋଟି ଲଙ୍ଗର ପକାଇ ଦିନ ହେବା ପାଇଁ ଅପେକ୍ଷା କଲେ। 30 କେତେକ ନାବିକ ଜାହାଜ ଛାଡ଼ି ଗ୍ଭଲିଯିବାକୁ ଗ୍ଭହିଁଲେ। ତେଣୁ ସେମାନେ ଜୀବନ ରକ୍ଷକ ଡଙ୍ଗାକୁ ପାଣିରେ ଖସେଇ ଦେଲେ। ଯାହା ଫଳରେ ଅନ୍ୟମାନେ ଭାବିବେ ଯେ, ନାବିକମାନେ ଜାହାଜ ସାମନାରେ ଅଧିକ ଲଙ୍ଗର ପକାଇବାକୁ ଯାଉଛନ୍ତି। 31 କିନ୍ତୁ ପାଉଲ ସେନାଅଧିକାରୀଙ୍କୁ ଓ ସୈନିକମାନଙ୍କୁ କହିଲେ, “ଏମାନେ ଯଦି ଜାହାଜରେ ନ ରହିବେ, ତେବେ ତୁମ୍ଭେମାନେ କେହି ରକ୍ଷା ପାଇବ ନାହିଁ।” 32 ତେଣୁ ସୈନିକମାନେ ଜୀବନ ରକ୍ଷକ ଡଙ୍ଗାର ଦଉଡ଼ି କାଟି ଦେଲେ ଓ ତାହାକୁ ପାଣିରେ ପକେଇ ଦେଲେ।
33 ପାହାନ୍ତିଆ ସମୟର ଠିକ୍ ପୂର୍ବରୁ ପାଉଲ ସେମାନଙ୍କୁ କିଛି ଖାଦ୍ୟ ଖାଇବା ପାଇଁ ଅନୁରୋଧ କଲେ। ସେ କହିଲେ, “ତୁମ୍ଭେମାନେ ଉତ୍କଣ୍ଠାର ସହିତ ଅପେକ୍ଷା କରିଛ ଓ ଆଜିକୁ ଚଉଦ ଦିନ ଧରି ତୁମ୍ଭେମାନେ ଖାଦ୍ୟ ସ୍ପର୍ଶ କରି ନାହଁ। 34 ବର୍ତ୍ତମାନ ବଞ୍ଚିବା ପାଇଁ ତୁମ୍ଭମାନଙ୍କର କିଛି ଖାଦ୍ୟ ଖାଇବା ନିହାତି ଆବଶ୍ୟକ। ତୁମ୍ଭମାନଙ୍କ ମଧ୍ୟରୁ କାହାରି ମୁଣ୍ଡର ଗୋଟିଏ ବାଳ ମଧ୍ୟ, ନଷ୍ଟ ହେବ ନାହିଁ।” 35 ଏତିକି କହିବା ପରେ ପାଉଲ କିଛି ରୋଟୀ ନେଇ ସମସ୍ତଙ୍କ ଆଗରେ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ, ଓ ସେଥିରୁ ଖଣ୍ଡେ ଛିଣ୍ଡେଇ ଖାଇବାକୁ ଆରମ୍ଭ କଲେ। 36 ଏଥିରେ ସେମାନେ ସମସ୍ତେ ଉତ୍ସାହିତ ହେଲେ ଓ ସେମାନେ ମଧ୍ୟ ଖାଇବା ଆରମ୍ଭ କଲେ। 37 ଜାହାଜରେ ସର୍ବ ମୋଟ 276 ଜଣ ଥିଲେ। 38 ଆମ୍ଭେ ଯଥେଷ୍ଟ ପରିମାଣରେ ଖାଇବା ପରେ ଜାହାଜରେ ଥିବା ଗହମକୁ ସେମାନେ ସମୁଦ୍ରରେ ଫିଙ୍ଗି ଦେଲେ, ଯଦ୍ଦ୍ୱାରା ଜାହାଜ ହାଲୁକା ହୋଇଗଲା।
2010 by World Bible Translation Center