Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 130

ଏକ ଆରୋହଣ ଗୀତ।

130 ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି।
    ତେଣୁ ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକୁଅଛି।
ହେ ମୋର ପ୍ରଭୁ, ମୋର ଗୁହାରୀ ଶୁଣ।
    ସାହାଯ୍ୟ ପାଇଁ ମୋର ଡାକ ଶୁଣ।
ହେ ସଦାପ୍ରଭୁ, ତୁମ୍ଭେ ଯଦି ସମସ୍ତ ଲୋକଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡିତ କର,
    ତେବେ କେହି ବଞ୍ଚିବେ ନାହିଁ।
ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର,
    ସେଥିପାଇଁ ସେମାନେ ତୁମ୍ଭଙ୍କୁ ଡରନ୍ତି ଏବଂ ଉପାସନା କରନ୍ତି।

ମୁଁ ସଦାପ୍ରଭୁଙ୍କର ସାହାଯ୍ୟକୁ ଅପେକ୍ଷା କରିଛି।
    ମୋର ପ୍ରାଣ ତାଙ୍କୁ ଗ୍ଭହିଁ ରହିଛି।
    ମୁଁ ସଦାପ୍ରଭୁଙ୍କର ବାକ୍ୟରେ ଭରସା ରଖିଛି।
ମୁଁ ମୋର ପ୍ରଭୁଙ୍କ ପାଇଁ ଅପେକ୍ଷା କରେ,
    ଯେପରି ଜଣେ ପ୍ରହରୀ ସକାଳ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରେ।
ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ।
    ସଦାପ୍ରଭୁ ହେଉଛନ୍ତି ଜଣେ, ଯିଏକି ବିଶ୍ୱାସୀ ଏବଂ ସତ୍ୟ ଅଟନ୍ତି।
ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
    ଏବଂ ସେ ହେଉଛନ୍ତି ଜଣେ, ଯିଏ ଇସ୍ରାଏଲକୁ ତା’ର ସମସ୍ତ ପାପରୁ ମୁକ୍ତ କରିବେ।

ଶାମୁୟେଲଙ୍କ ପ୍ରଥମ ପୁସ୍ତକ 20:1-25

ଦାଉଦ ଓ ଯୋନାଥନ ଏକ ଚୁକ୍ତି କଲେ

20 ଦାଉଦ ନାୟୋତଠାରୁ ରାମାକୁ ପଳାୟନ କଲେ। ଦାଉଦ ଯୋନାଥନଙ୍କ ପାଖକୁ ଯାଇ ପଗ୍ଭରିଲେ, “ମୁଁ କ’ଣ ଭୁଲ୍ କଲି, ମୁଁ ତୁମ୍ଭ ପିତାଙ୍କ ବିରୁଦ୍ଧରେ କ’ଣ ଦୋଷ କରିଛି? ତୁମ୍ଭର ପିତା କାହିଁକି ମୋତେ ମାରିବାକୁ ଗ୍ଭହୁଁଛନ୍ତି?”

ଯୋନାଥନ ତାଙ୍କ ଉତ୍ତରରେ କହିଲେ, “ତାହା ସତ୍ୟ ହୋଇ ପାରିବ ନାହିଁ। ମୋର ବାପା ମୋତେ ପ୍ରଥମେ ନ ପଗ୍ଭରି କିଛି କରନ୍ତି ନାହିଁ। ସାଧାରଣ କଥା ହୋଇଥାଉ କିମ୍ବା ଗୁରୁତ୍ୱପୂର୍ଣ୍ଣ କଥା ହୋଇଥାଉ, ସେ ସର୍ବଦା ମୋ’ ସହିତ ପରାମର୍ଶ କରନ୍ତି। ମୋତେ ନ ପଗ୍ଭରି କାହିଁକି ତୁମ୍ଭକୁ ମାରିବାକୁ ଗ୍ଭହିଁଲେ? ନା! ଏହା ସତ୍ୟ ନୁହେଁ?”

କିନ୍ତୁ ଦାଉଦ ଉତ୍ତର ଦେଲେ, “ତୁମ୍ଭ ବାପା ଭଲଭାବରେ ଜାଣନ୍ତି ଯେ ମୁଁ ତୁମ୍ଭର ସାଙ୍ଗ।” ତୁମ୍ଭ ବାପା ନିଜକୁ କହିଲେ, ‘ଯୋନାଥନ ନିଶ୍ଚୟ ଏହା ଜାଣି ନ ଥିବ। ଯଦି ସେ ଜାଣେ ତା’ର ହୃଦୟ ଦୁଃଖରେ ପୂର୍ଣ୍ଣ ହୋଇଯିବ, ସେ ମଧ୍ୟ ଦାଉଦଙ୍କୁ କହି ପାରି ଥା’ନ୍ତେ।’ କିନ୍ତୁ ତୁମ୍ଭେ ଏବଂ ପ୍ରଭୁ ଜୀବିତ ଥିବା ବେଳେ ମୁଁ ମୃତ୍ୟୁର ନିକଟତର ହେଉଅଛି।”

ଯୋନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ଯାହା ଗ୍ଭହିଁବ ମୁଁ ତାହା କରିବାକୁ ପ୍ରସ୍ତୁତ ଅଛି।”

ତା’ପରେ ଦାଉଦ କହିଲେ, “ଦେଖ ଆସନ୍ତା କାଲି ଅମାବାସ୍ୟାର ଭୋଜି। ମୋତେ କାଲି ରାଜାଙ୍କ ସହିତ ଭୋଜନ କରିବାକୁ ପଡ଼ିବ କିନ୍ତୁ ମୋତେ ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତରେ ଲୁଚିବାକୁ ଅନୁମତି ଦିଅ। ଯଦି ତୁମ୍ଭର ବାପା ଭୋଜିରେ ମୋର ଅନୁପସ୍ଥିତ ଲକ୍ଷ୍ୟ କରନ୍ତି, ତୁମ୍ଭେ ତାଙ୍କୁ କୁହ, ‘ଦାଉଦ ତା’ର ବୈ‌ଥ୍‌ଲେହମସ୍ଥିତ ତା’ର ପରିବାରର ଗୃହକୁ ଯିବ ବୋଲି, ତାକୁ ଯିବାକୁ ଦେବା ପାଇଁ ଅନୁରୋଧ କଲା। କାରଣ ତାଙ୍କର ପରିବାର ସେଠାରେ ସେମାନଙ୍କର ବାର୍ଷିକ ବଳିଦାନ କରାଯିବ।’ ଯଦି ତୁମ୍ଭର ବାପା କହନ୍ତି, ‘ଠିକ୍ ଅଛି,’ ମୁଁ ଏବେ ନିରାପଦ କିନ୍ତୁ ତୁମ୍ଭର ପିତା ଯଦି ରାଗନ୍ତି, ତେବେ ତୁମ୍ଭେ ଜାଣିବ ଯେ ସେ ମୋତେ ମାରିବାକୁ ସ୍ଥିର କରିଛନ୍ତି। ଯୋନାଥନ ମୋ’ ଉପରେ ଦୟାକର, ମୁଁ ତୁମ୍ଭର ଦାସ ଅଟେ। ତୁମ୍ଭେ ମୋ’ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଏକ ଚୁକ୍ତି କଲ। ଯଦି ମୁଁ ଦୋଷି ତେବେ ତୁମ୍ଭେ ମୋତେ ମାରି ଦିଅ। କିନ୍ତୁ ଦୟାକରି ମୋତେ ତୁମ୍ଭ ପିତାଙ୍କ ପାଖକୁ ନିଅ ନାହିଁ।”

ଯୋନାଥନ କହିଲେ, “କଦାପି ନୁହେଁ। ଯଦି ମୁଁ ଏହା ଜାଣେ ଯେ ମୋର ବାପା ତୁମ୍ଭକୁ ମାରିବାକୁ ଯୋଜନା କରିଛନ୍ତି ତେବେ ମୁଁ ତୁମ୍ଭକୁ ସତର୍କ କରାଇ ଦେବି।”

10 ଦାଉଦ କହିଲେ, “କିଏ ମୋତେ ସତର୍କ କରାଇବ। ଯଦି ତୁମ୍ଭର ବାପା ତୁମ୍ଭକୁ ରୁକ୍ଷ ଭାବରେ ଉତ୍ତର ଦିଅନ୍ତି?”

11 ତା’ପରେ ଯୋନାଥନ କହିଲେ, “ଆସ ଆମ୍ଭେ ବିଲକୁ ପଳାଇବା,” ଯୋନାଥନ ଏବଂ ଦାଉଦ ସାଥୀ ହୋଇ ବିଲକୁ ପଳାଇ ଗଲେ।

12 ଯୋନାଥନ ଦାଉଦଙ୍କୁ କହିଲେ, “ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ସମ୍ମୁଖରେ ପ୍ରତିଜ୍ଞା କରୁଅଛି, ମୁଁ ମୋର ବାପାଙ୍କଠାରୁ କାଲି ବୁଝିବି। ତାଙ୍କର ଧାରଣା ତୁମ୍ଭ ସମ୍ବନ୍ଧରେ ଭଲ କି ତିକ୍ତ, ତା’ପରେ ତୃତୀୟ ଦିନ ମୁଁ ତୁମ୍ଭ ପାଖକୁ କ୍ଷେତକୁ ନିଶ୍ଚିତ ଖବର ପଠାଇବି। 13 ଯଦି ମୋର ବାପା ତୁମ୍ଭକୁ ହତ୍ୟା କରିବାକୁ ଗ୍ଭହାନ୍ତି ମୁଁ ତୁମ୍ଭକୁ ଜଣାଇ ଦେବି। ମୁଁ ତୁମ୍ଭକୁ ନିରାପଦରେ ପଠାଇ ଦେବି। ମୁଁ ଯଦି ଏହା ନ କରେ ସଦାପ୍ରଭୁ ମୋତେ ନିଶ୍ଚୟ ଦଣ୍ତ ଦେବେ। ସଦାପ୍ରଭୁ ଯେପରି ମୋର ବାପାଙ୍କ ସହିତ ଅଛନ୍ତି ସେହିପରି ତୁମ୍ଭ ସହିତ ରୁହନ୍ତୁ। 14 ମୁଁ ବଞ୍ଚିଥିବାଯାଏ ମୋତେ ଦୟା ଦେଖାଅ। ଏବଂ ମୁଁ ମଲାପରେ, 15 ମୋ’ ପରିବାର ପ୍ରତି ତୁମ୍ଭର ଦୟା ଦେଖାଇବା ବନ୍ଦ କରିବ ନାହିଁ। ସଦାପ୍ରଭୁ ତୁମ୍ଭର ସମସ୍ତ ଶତ୍ରୁକୁ ପୃଥିବୀରୁ ବିନାଶ କରିବେ।” 16 ତେଣୁ ଯୋନାଥନ ଦାଉଦଙ୍କ ସହିତ ଏକ ଚୁକ୍ତି କଲେ, ସଦାପ୍ରଭୁ ଦାଉଦଙ୍କର ଶତ୍ରୁମାନଙ୍କୁ ଦଣ୍ତ ଦିଅନ୍ତୁ।

17 ତା’ପରେ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ତା’ର ପ୍ରତିଜ୍ଞା ଦୋହୋରାଇଲେ ଓ ସେ ତାଙ୍କୁ କରିଥିବା ପ୍ରତିଜ୍ଞା ପୁନର୍ବାର ସତ୍ୟତା ପ୍ରମାଣ କରାଇବାକୁ ଦାଉଦଙ୍କୁ ପଗ୍ଭରିଲେ। ଯୋନାଥନ ଏପରି କଲେ କାରଣ ସେ ନିଜକୁ ଯେତିକି ଭଲ ପାଉଥିଲେ ଦାଉଦଙ୍କୁ ମଧ୍ୟ ସେହିପରି ଭଲ ପାଉଥିଲେ।

18 ଯୋନାଥନ ଦାଉଦଙ୍କୁ କହିଲେ, “ଆସନ୍ତାକାଲି ଅମାବାସ୍ୟା। ତୁମ୍ଭର ଆସନ ଖାଲି ହେଲେ ମୋ’ ବାପା ତୁମ୍ଭକୁ ଖୋଜିବେ। 19 ତୃତୀୟ ଦିନ ସେହି ସ୍ଥାନକୁ ଯାଅ, ଯେଉଁଠାରେ ତୁମ୍ଭେ ଲୁଚି ରହିଥିଲ। ଯେତେବେଳେ ଅସୁବିଧା କେବଳ ଆରମ୍ଭ ହେବ, ସେ ପର୍ବତ ପାଖରେ ଅପେକ୍ଷାରେ ରହିବ। 20 ତୃତୀୟ ଦିନ ମୁଁ ସେହି ପର୍ବତପାଖକୁ ଯିବି ଏବଂ ମୁଁ ଅଭିନୟ କରିବି ଯେପରି ମୁଁ ଲକ୍ଷ୍ୟକରି ତୀର ମାରିବି। 21 ତା’ପରେ ମୁଁ ସେ ପିଲାକୁ ତୀରଗୁଡ଼ିକ ସାଉଁଟି ଆଣିବା ପାଇଁ କହିବି। ଯଦି ସବୁକଥା ଭଲ ଥାଏ, ତେବେ ମୁଁ ସେ ପିଲାକୁ କହିବି, ‘ତୁମ୍ଭେ ବହୁତ ଦୂରକୁ ଯାଇଅଛ ତୀରଗୁଡ଼ିକ ମୋ’ ପାଖାପାଖି ଅଛି। ଫେରି ଆସ ଏବଂ ସେଗୁଡ଼ିକ ସଂଗ୍ରହ କର।’ ଯଦି ମୁଁ ଏହା କହେ, ତେବେ ତୁମ୍ଭେ ସେଠାରୁ ବାହାରି ଆସିବ। ମୁଁ ପ୍ରତିଜ୍ଞା କରୁଛି, ସଦାପ୍ରଭୁ ଜୀବିତ ଥିବା ପର୍ଯ୍ୟନ୍ତ ତୁମ୍ଭେ ନିରାପଦ, ତୁମ୍ଭ ଉପରେ ବିପଦ ନାହିଁ। 22 ଯଦି ଅସୁବିଧା ଥାଏ ତେବେ ମୁଁ ସେ ବାଳକକୁ କହିବି, ‘ତୀରଗୁଡ଼ିକ ବହୁତ ଦୂର ପଳାଇଛି। ଯାଅ ସେଗୁଡ଼ିକୁ ସଂଗ୍ରହ କର।’ ଯଦି ମୁଁ ଏହା କହେ, ତେବେ ତୁମ୍ଭେ ସେ ସ୍ଥାନ ଛାଡ଼ି ପଳାଇ ଯିବ। ସଦାପ୍ରଭୁ ତୁମ୍ଭକୁ ଦୂରକୁ ପଠାଇ ଦେବେ। 23 ପ୍ରଭୁ ଆମର ସର୍ବଦା ସାକ୍ଷୀ ଅଛନ୍ତି, ଯେ ମନେରଖ ଆମ ଭିତରେ ଏପରି ଚୁକ୍ତି ହୋଇଛି।”

24 ତା’ପରେ ଦାଉଦ ନିଜକୁ ଲୁଗ୍ଭଇ ରଖିଲେ।

ଶାଉଲଙ୍କର ଭୋଜିରେ ଲକ୍ଷ୍ୟ

ଅମାବାସ୍ୟା ଭୋଜିଦିନ ରାଜା ଆସିଲେ ଏବଂ ଭୋଜନ ପାଇଁ ବସିଲେ। 25 ରାଜା ସବୁଥର ବସିଲା ପରି କାନ୍ଥ ନିକଟରେ ଥିବା ଆସନରେ ବସିଲେ। ଯୋନାଥନ ଶାଉଲଙ୍କୁ ମୁହଁ କରି ବସିଲେ। ଅ‌‌ବ୍‌‌ନର ଶାଉଲଙ୍କ ପାଖରେ ବସିଲେ। ଦାଉଦଙ୍କର ସ୍ଥାନ ଶୂନ୍ୟ ରହିଲା।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:1-7

ସହଖ୍ରୀଷ୍ଟିୟାନମାନଙ୍କୁ ସାହାଯ୍ୟ କର

ଭାଇ ଓ ଭଉଣୀମାନେ! ପରମେଶ୍ୱର ମାକିଦନିଆର ମଣ୍ଡଳୀମାନଙ୍କ ପ୍ରତି ଯେଉଁ ଅନୁଗ୍ରହ ପ୍ରକାଶ କରିଛନ୍ତି, ସେହି ବିଷୟ ଆମ୍ଭେ ତୁମ୍ଭମାନଙ୍କୁ ଜଣାଇବାକୁ ଇଚ୍ଛା କରୁଛୁ। ସେହି ବିଶ୍ୱାସୀମାନେ ମହାକ୍ଳେଶ ଦୁଃଖ ଦ୍ୱାରା ପରୀକ୍ଷିତ ହେଲେ। ଏବଂ ସେମାନେ ଅତି ଗରିବ। କିନ୍ତୁ ସେମାନଙ୍କ ମହାନନ୍ଦ ହେତୁ ସେମାନେ ପ୍ରଚୁର ଉଦାରତାର ଦାନ ଦେଇଥିଲେ। ମୁଁ କହିପାରେ ଯେ, ସେମାନେ ଯେତେ ଦେଇ ପାରିବା କଥା ତାହ ଦେଇଛନ୍ତି। ଏତିକି ନୁହେଁ, ସେମାନେ ସ୍ୱେଚ୍ଛାରେ ନିଜ ସାମର୍ଥ୍ୟ ଅପେକ୍ଷା ଅଧିକ ଦେଇଛନ୍ତି। କେହି ତାହାଙ୍କୁ ଏହା କରିବା ପାଇଁ କହି ନାହିଁ। କିନ୍ତୁ ସେମାନେ ଆଗ୍ରହ ପୂର୍ବକ, ପରମେଶ୍ୱରଙ୍କ ପବିତ୍ର ଲୋକମାନଙ୍କୁ ସାହାଯ୍ୟ କରିବା ନିମନ୍ତେ ଏହି ସେବା କାର୍ଯ୍ୟରେ ଅଂଶଗ୍ରହଣ ପାଇଁ ଆମକୁ ବାରମ୍ବାର ଅନୁନୟ କରୁଥିଲେ। ସେମାନେ ଯେଉଁଭଳି ଭାବରେ ଦେଲେ ଆମ୍ଭେ ତାହା କେବେ ଭାବି ନ ଥିଲୁ। ସେମାନେ ତାହାଙ୍କର ଅର୍ଥ ଦେବା ପୂର୍ବରୁ ପ୍ରଥମେ ନିଜକୁ ପ୍ରଭୁଙ୍କଠାରେ ଓ ଆମ୍ଭଠାରେ ସମର୍ପଣ କଲେ।

ପରମେଶ୍ୱର ଏହା ଇଚ୍ଛା କରନ୍ତି। ସେଥିପାଇଁ ଆମ୍ଭେ ତୀତସକୁ କହିଲୁ ଯେ ସେ ଏହି ଅନୁଗ୍ରହ କାର୍ଯ୍ୟକୁ ଯେପରି ଆରମ୍ଭ କରିଥିଲେ, ସେହିପରି ଏହି ବିଶେଷ ଅନୁଗ୍ରହର କାର୍ଯ୍ୟକୁ ସମାପ୍ତ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ ମଧ୍ୟ କରନ୍ତୁ। ତୁମ୍ଭେମାନେ ବିଶ୍ୱାସ, ବାକ୍ୟ ପ୍ରଗ୍ଭର, ଜ୍ଞାନ, ଉପକାର କରିବାର ଉତ୍ସାହ, ଆମ୍ଭଠାରୁ ତୁମ୍ଭେମାନେ ଶିଖିଥିବା ପ୍ରେମ, ଆଜି ସବୁ ଗୁଡ଼ିକରେ ଧନୀ ଅଟ। ସେଥିପାଇଁ ଆମ୍ଭେ ଇଚ୍ଛା କରୁ ଯେ, ଏହି ଦାନ ଦେବା ସେବାରେ ତୁମ୍ଭେମାନେ ଧନୀ ହୁଅ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center