Revised Common Lectionary (Semicontinuous)
ଏକ ଆରୋହଣ ଗୀତ।
130 ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି।
ତେଣୁ ମୁଁ ତୁମ୍ଭକୁ ସାହାଯ୍ୟ ପାଇଁ ଡାକୁଅଛି।
2 ହେ ମୋର ପ୍ରଭୁ, ମୋର ଗୁହାରୀ ଶୁଣ।
ସାହାଯ୍ୟ ପାଇଁ ମୋର ଡାକ ଶୁଣ।
3 ହେ ସଦାପ୍ରଭୁ, ତୁମ୍ଭେ ଯଦି ସମସ୍ତ ଲୋକଙ୍କୁ ସେମାନଙ୍କର ପାପ ପାଇଁ ଦଣ୍ଡିତ କର,
ତେବେ କେହି ବଞ୍ଚିବେ ନାହିଁ।
4 ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର,
ସେଥିପାଇଁ ସେମାନେ ତୁମ୍ଭଙ୍କୁ ଡରନ୍ତି ଏବଂ ଉପାସନା କରନ୍ତି।
5 ମୁଁ ସଦାପ୍ରଭୁଙ୍କର ସାହାଯ୍ୟକୁ ଅପେକ୍ଷା କରିଛି।
ମୋର ପ୍ରାଣ ତାଙ୍କୁ ଗ୍ଭହିଁ ରହିଛି।
ମୁଁ ସଦାପ୍ରଭୁଙ୍କର ବାକ୍ୟରେ ଭରସା ରଖିଛି।
6 ମୁଁ ମୋର ପ୍ରଭୁଙ୍କ ପାଇଁ ଅପେକ୍ଷା କରେ,
ଯେପରି ଜଣେ ପ୍ରହରୀ ସକାଳ ଆସିବା ପର୍ଯ୍ୟନ୍ତ ଅପେକ୍ଷା କରେ।
7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ।
ସଦାପ୍ରଭୁ ହେଉଛନ୍ତି ଜଣେ, ଯିଏକି ବିଶ୍ୱାସୀ ଏବଂ ସତ୍ୟ ଅଟନ୍ତି।
ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
8 ଏବଂ ସେ ହେଉଛନ୍ତି ଜଣେ, ଯିଏ ଇସ୍ରାଏଲକୁ ତା’ର ସମସ୍ତ ପାପରୁ ମୁକ୍ତ କରିବେ।
27 ତା’ ପରଦିନ ମାସର ଦ୍ୱିତୀୟ ଦିନ ଦାଉଦଙ୍କର ସ୍ଥାନ ମଧ୍ୟ ଶୂନ୍ୟ ରହିଲା। ତା’ପରେ ଶାଉଲ ତାଙ୍କର ପୁତ୍ର ଯୋନାଥନଙ୍କୁ ପଗ୍ଭରିଲେ, “କାହିଁକି ଯିଶୀର ପୁଅ ଗତକାଲି ଏବଂ ଆଜି ଏଠାକୁ ଭୋଜନ କରିବାକୁ ଆସିଲେ ନାହିଁ?”
28 ଯୋନାଥନ ଉତ୍ତର ଦେଲେ, “ଦାଉଦ ବୈଥ୍ଲେହମକୁ ଯିବା ପାଇଁ ମୋତେ କହିଲେ। 29 ସେ କହିଲେ, ‘ମୋତେ ଯିବାକୁ ଦିଅ, କାରଣ ଆମ ପରିବାରର ଏକ ବଳିଦାନ ବୈଥ୍ଲେହମରେ ହେବାର ଅଛି । ମୋର ଭାଇ ମୋତେ ଆଦେଶ ଦେଇଛନ୍ତି ସେଠାକୁ ଯିବା ପାଇଁ। ମୁଁ ଯଦି ତୁମ୍ଭର ବନ୍ଧୁ ତେବେ ମୋତେ ଯିବାକୁ ଦିଅ ଏବଂ ମୁଁ ମୋର ଭାଇମାନଙ୍କୁ ଦେଖେ।’ ଏଥିପାଇଁ ପ୍ରାୟ ଦାଉଦ ରାଜାଙ୍କ ଟେବୁଲ୍ ପାଖକୁ ଆସି ନାହିଁ।”
30 ଶାଉଲ ଯୋନାଥନ ଉପରେ ଭୟଙ୍କର ରାଗିଲେ। ସେ ଯୋନାଥନଙ୍କୁ କହିଲେ, “ତୁ ହେଉଛୁ ଜଣେ ଦାସୀ ସ୍ତ୍ରୀଲୋକର ପୁତ୍ର। ଯିଏ କି ମାନିବା ପାଇଁ ମନାକରେ। ତୁବି ଠିକ୍ ତା’ପରି, ମୁଁ ଜାଣେ ତୁ ଦାଉଦର ପକ୍ଷ ନେଇଛୁ। ତୁ ନିଜ ପାଇଁ ଓ ତୋର ମା ପାଇଁ ଅପମାନ ଆଣୁଛୁ। 31 ଯିଶୀର ପୁତ୍ର ଏ ପୃଥିବୀରେ ଯେତେ ଦିନ ବଞ୍ଚିଥାଏ ସେତେ ଦିନ ପର୍ଯ୍ୟନ୍ତ ତୋର ରାଜ୍ୟ ଠିକ୍ ହେବ ନାହିଁ। ତେଣୁ ଲୋକ ପଠାଇ ତାକୁ ମୋ’ ପାଖକୁ ଆଣ କାରଣ ସେ ନିଶ୍ଚୟ ମରିବ।”
32 ଯୋନାଥନ ତା’ର ପିତାଙ୍କୁ ପଗ୍ଭରିଲେ, “ଦାଉଦକୁ କାହିଁକି ମାରିବ? ତା’ର ଅପରାଧ କ’ଣ?”
33 କିନ୍ତୁ ଶାଉଲ ଯୋନାଥନଙ୍କୁ ମାରିବା ପାଇଁ ତା’ ଉପରକୁ ବର୍ଚ୍ଛା ଫୋପାଡ଼ିଲେ। ତେଣୁ ଯୋନାଥନ ଜାଣିଲେ ତାଙ୍କ ବାପା ଦାଉଦଙ୍କୁ ମାରିବା ପାଇଁ ବହୁତ ଆଗ୍ରହୀ। 34 ଯୋନାଥନ ବହୁତ ରାଗିଗଲେ ଓ ଖାଇବା ଟେବୁଲ୍ ପାଖରୁ ଉଠିଗଲେ। ଯୋନାଥନ ତାଙ୍କ ପିତାଙ୍କ ଉପରେ ରାଗିଗଲେ ଓ ଦ୍ୱିତୀୟ ଦିନ ଭୋଜିରେ କିଛି ଖାଇଲେ ନାହିଁ। ଯୋନାଥନ ରାଗିଲେ କାରଣ ଶାଉଲ ତାଙ୍କୁ ଅପମାନିତ କଲେ ଆଉ ମଧ୍ୟ ଶାଉଲ ଦାଉଦଙ୍କୁ ମାରିବାକୁ ଗ୍ଭହୁଁଥିଲେ।
ଦାଉଦ ଏବଂ ଯୋନାଥନ ଉଭୟେ ବିଦାୟ ନେଲେ
35 ତା’ ପରଦିନ ସକାଳେ ଯୋନାଥନ ସେହି କ୍ଷେତକୁ ଗଲେ। ସେମାନଙ୍କର ଯୋଜନା ଅନୁସାରେ ସେ ଦାଉଦଙ୍କୁ ସାକ୍ଷାତ କରିବାକୁ ଗଲେ। ଯୋନାଥନ ତାଙ୍କ ସହିତ ଏକ ଛୋଟ ବାଳକକୁ ମଧ୍ୟ ନେଲେ। 36 ଯୋନାଥନ ସେହି ବାଳକକୁ କହିଲେ, “ତୁମ୍ଭେ ଦୌଡ଼ି ଯାଇ ମୁଁ ଯେଉଁ ତୀର ମାରିଲି ସେଗୁଡ଼ିକୁ ଗୋଟାଇ ଆଣ।” ବାଳକଟି ଦୌଡ଼ିବାକୁ ଲାଗିଲା ଏବଂ ଯୋନାଥନ ସେ ବାଳକ ମୁଣ୍ଡ ଉପରେ ତୀରଗୁଡ଼ିକୁ ମାରିଲେ। 37 ବାଳକଟି ତୀର ପଡ଼ିଥିବା ସ୍ଥାନ ପାଖକୁ ଗଲା। କିନ୍ତୁ ଯୋନାଥନ ତାଙ୍କୁ ଡାକିଲେ, “ତୀରଗୁଡ଼ିକ ତୋ’ ଆଗରେ ପଡ଼ିଛି।” 38 ଯୋନାଥନ ଚିତ୍କାର କରି କହିଲେ, “ଶୀଘ୍ର ଦୌଡ଼ ଓ ସେଗୁଡ଼ିକୁ ସଂଗ୍ରହ କର। ସେଠାରେ ଛିଡ଼ା ହୁଅ ନାହିଁ।” ବାଳକଟି ତୀରଗୁଡ଼ିକୁ ସଂଗ୍ରହ କଲା ଓ ତା’ର ମୁନିବକୁ ଆଣି ଦେଲା। 39 କ’ଣ ଗ୍ଭଲିଥିଲା ବାଳକଟି ଏ ବିଷୟରେ କିଛି ଜାଣି ନ ଥିଲା। କେବଳ ଯୋନାଥନ ଓ ଦାଉଦ ଏ କଥା ଜାଣିଥିଲେ। 40 ଯୋନାଥନ ବାଳକଟିକୁ ଧନୁ ଏବଂ ତୀରଗୁଡ଼ିକ ଦେଲେ। ତା’ପରେ ସେ ବାଳକକୁ କହିଲେ, ସହରକୁ ଫେରିଯାଅ।
41 ଯେତେବେଳେ ବାଳକଟି ପଳାଇଗଲା, ଦାଉଦ ଲୁଚିଥିବା ସ୍ଥାନରୁ ପର୍ବତର ଅପରପାର୍ଶ୍ୱକୁ ପଳାଇଲେ। ଦାଉଦ ମୁଣ୍ଡ ନୁଆଇଁ ଯୋନାଥନକୁ ତିନିଥର ପ୍ରଣାମ କଲେ। ଦାଉଦ ଓ ଯୋନାଥନ ପରସ୍ପରକୁ ଚୁମ୍ବନ କଲେ। ସେମାନେ ଉଭୟେ ମଧ୍ୟ କାନ୍ଦିଲେ। କିନ୍ତୁ ଦାଉଦ ଯୋନାଥନଙ୍କଠାରୁ ଅଧିକ କାନ୍ଦିଲେ।
42 ଯୋନାଥନ ଦାଉଦଙ୍କୁ କହିଲେ, “ତୁମ୍ଭେ ଶାନ୍ତିରେ ଯାଅ। ଆମ୍ଭେ ସଦାପ୍ରଭୁଙ୍କ ନିକଟରେ ଶପଥ କରିଅଛୁ, ଆମ୍ଭେ ସର୍ବଦା ବନ୍ଧୁ ହୋଇ ରହିବା। ଆମ୍ଭେ କହିଲୁ ଯେ, ଆମ୍ଭେ ଓ ଆମ୍ଭ ସଦାପ୍ରଭୁ ଚିରଦିନ ପାଇଁ ଆମ୍ଭ ଓ ଆମ୍ଭର ବଂଶଧରମାନଙ୍କର ସାକ୍ଷୀ।”
ଯୀଶୁ ଦୁଷ୍ଟାତ୍ମା କବଳରୁ ଜଣକୁ ସୁସ୍ଥ କଲେ(A)
31 ଯୀଶୁ ଗାଲିଲୀର କଫର୍ନାହୂମ ନାମକ ନଗରକୁ ଆସିଲେ। ସେ ବିଶ୍ରାମବାରରେ ଲୋକମାନଙ୍କୁ ଉପଦେଶ ଦେବାକୁ ଲାଗିଲେ। 32 ଲୋକେ ତାହାଙ୍କ ଉପଦେଶ ଶୁଣି ବିସ୍ମିତ ହୋଇଯାଉଥିଲେ। କାରଣ ସେ ଅଧିକାର ସହିତ କଥା କହୁଥିଲେ।
33 ସେହି ସମାଜଗୃହରେ ଥିବା ଜଣେ ଲୋକ ଦେହରେ ଦୁଷ୍ଟାତ୍ମା ଆସି ରହିଥିଲା। ସେ ବଡ଼ପାଟିରେ ଚିତ୍କାର କରି କହିଲା, 34 “ହେ ନାଜରିତର ଯୀଶୁ! ତୁମ୍ଭେ ଆମ୍ଭମାନଙ୍କଠାରୁ କ’ଣ ଗ୍ଭହୁଁଛ? ତୁମ୍ଭେ କ’ଣ ଆମ୍ଭମାନଙ୍କୁ ଧ୍ୱଂସ କରିଦେବାକୁ ଆସିଛ? ମୁଁ ଜାଣିଛି ତୁମ୍ଭେ କିଏ ତୁମ୍ଭେ ପରମେଶ୍ୱରଙ୍କ ସେହି ପବିତ୍ର ବ୍ୟକ୍ତି।” 35 ଯୀଶୁ ତାହାକୁ ଧମକ ଦେଇ କହିଲେ, “ଚୁପ୍ କର ଏହି ଲୋକର ଦେହରୁ ବାହାରିଯା”। ଏହା ପରେ ଦୁଷ୍ଟାତ୍ମା ସେହି ଲୋକଟିକୁ ସମସ୍ତଙ୍କ ସାମନାରେ ତଳେ ପକାଇ ଦେଲା ଓ ତାହାର କୌଣସି କ୍ଷତି ନ କରି ତା’ ଦେହରୁ ବାହାରିଗଲା।
36 ଲୋକମାନେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ କୁହାକୁହି ହେଲେ, “ଏ କିପରି କଥା? ଅଧିକାର ଓ ଶକ୍ତି ସହିତ ସେ ଦୁଷ୍ଟାତ୍ମାମାନଙ୍କୁ ଆଜ୍ଞା ଦେଉଛନ୍ତି। ଏବଂ ଦୁଷ୍ଟାତ୍ମାମାନେ ତାହାଙ୍କ କଥା ମାନି ବାହାରି ଆସୁଛନ୍ତି।” 37 ସେହି ଅଞ୍ଚଳର ସବୁ ସ୍ଥାନରେ ଯୀଶୁଙ୍କ ବିଷୟରେ ଏହି ଖବର ବ୍ୟାପିଗଲା।
2010 by World Bible Translation Center