Revised Common Lectionary (Semicontinuous)
ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କ ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ନିବେଦନ କରିଥିଲେ।
18 ସେ କହିଲେ, “ହେ ସଦାପ୍ରଭୁ, ତୁମ୍ଭେ ହିଁ ମୋର ଶକ୍ତିସ୍ୱରୂପ,
ମୁଁ ତୁମ୍ଭକୁ ଭଲ ପାଏ।”
2 ହେ ସଦାପ୍ରଭୁ, ତୁମ୍ଭେ ମୋର ଶୈଳ, ମୋ’ ନିରାପତ୍ତାରେ ଆଶ୍ରୟସ୍ଥଳ।
ମୋର ପରମେଶ୍ୱର ମୋ’ ପାଇଁ ଶୈଳ ସଦୃଶ ଦୃଢ଼।
ମୁଁ ତାଙ୍କରି ନିକଟକୁ ରକ୍ଷା ପାଇଁ ଦୌଡ଼ି ଯାଏ।
ପରମେଶ୍ୱର ମୋର ଢାଲ ସଦୃଶ।
ତାଙ୍କର ଶକ୍ତି ମୋର ରକ୍ଷା ଶୃଙ୍ଗ।
ସଦାପ୍ରଭୁ ଉଚ୍ଚ ପର୍ବତରେ ମୋର ଲୁଚିବା ସ୍ଥାନର ଆଶ୍ରୟସ୍ଥଳ।
3 ସେମାନେ ମୋତେ ପରିହାସ କଲେ,
କିନ୍ତୁ ଯେତେବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି,
ସେ ମୋତେ ମୋର ଶତ୍ରୁମାନଙ୍କଠାରୁ ରକ୍ଷା କଲେ।
4 ମୋର ଶତ୍ରୁମାନେ ଯେତେବେଳେ ମୋତେ ହତ୍ୟା କରିବାକୁ ଚେଷ୍ଟା କରୁଥିଲେ, ମୃତ୍ୟୁର ରଶି ମୋତେ ସେତେବେଳେ ବାନ୍ଧିବାକୁ ଯାଉଥିଲା ମୋର ଗ୍ଭରିଆଡ଼ୁ।
ମୁଁ ବନ୍ୟାରେ କବଳିତ ହୋଇ ମୃତ୍ୟୁ ଆଡ଼କୁ ଭାସି ଗ୍ଭଲିଥିଲି,
5 କବରର ରଶି ମୋର ଗ୍ଭରିଆଡ଼େ ଥିଲା,
ମୃତ୍ୟୁର ଯନ୍ତା ମୋ’ ସମ୍ମୁଖରେ ଥିଲା।
6 ସେହି ଯନ୍ତାରେ ପଡ଼ି ସହାୟତା ପାଇଁ ମୁଁ ସଦାପ୍ରଭୁଙ୍କୁ ଡାକିବାକୁ ଲାଗିଲି।
ହଁ, ମୁଁ ମୋର ପରମେଶ୍ୱରଙ୍କୁ ଡାକିଲି,
ସେ ଆପଣା ମନ୍ଦିରରେ ଥାଇ ମୋ’ ଡାକ ଶୁଣିଲେ।
ସେ ମୋର ସହାୟତା ପାଇଁ ଆର୍ତ୍ତନାଦ ଶୁଣିବାକୁ ପାଇଲେ।
43 ଯେଉଁମାନେ ମୋ’ ବିରୁଦ୍ଧରେ ଲାଗିଛନ୍ତି, ସେମାନଙ୍କଠାରୁ ମୋତେ ରକ୍ଷା କର।
ମୋତେ ସେହିସବୁ ରାଜ୍ୟର ନେତା କର।
ଯେଉଁ ଲୋକମାନଙ୍କୁ ମୁଁ ଜାଣି ନାହିଁ, ସେମାନେ ମୋର ସେବା କରିବେ।
44 ସେହି ଲୋକମାନେ ମୋ’ କଥା ଶୁଣିବେ ଓ ଖୁବ୍ ଶୀଘ୍ର ମୋତେ ମାନିବେ।
ସେହି ବିଦେଶୀମାନେ ମୋତେ ଦେଖି ଭୟଭୀତ ହେବେ।
45 ସେମାନେ ଭୟରେ ଦୁର୍ବଳ ହୋଇଯିବେ।
ସେମାନେ ଲୁଚିଥିବା ଗୁପ୍ତ ସ୍ଥାନମାନଙ୍କରୁ ଭୟରେ ଥରହର ହୋଇ ବାହାରି ଆସିବେ।
46 ସଦାପ୍ରଭୁ ଜୀବନ୍ତ ଅଟନ୍ତି।
ମୁଁ ସେହି ଶୈଳକୁ ପ୍ରଶଂସା କରେ।
ପରମେଶ୍ୱର ମୋତେ ରକ୍ଷା କରନ୍ତି।
ସେ ମହାନ ଅଟନ୍ତି।
47 ପରମେଶ୍ୱର ମୋ’ ପାଇଁ ମୋର ଶତ୍ରୁମାନଙ୍କୁ ଦଣ୍ଡ ଦିଅନ୍ତି।
ସେ ଲୋକମାନଙ୍କୁ ମୋର ନିୟନ୍ତ୍ରଣରେ ରଖନ୍ତି।
48 ହେ ସଦାପ୍ରଭୁ, ତୁମ୍ଭେ ମୋତେ ଶତ୍ରୁମାନଙ୍କ କବଳରୁ ରକ୍ଷା କରିଅଛ।
ଯେଉଁମାନେ ମୋ’ ବିରୁଦ୍ଧରେ ଲାଗିଥିଲେ ତାଙ୍କୁ ପରାସ୍ତ କରି ମୋତେ ସାହାଯ୍ୟ କରିଛ।
ତୁମ୍ଭେ ନିଷ୍ଠୁର ଲୋକମାନଙ୍କ କବଳରୁ ମୋତେ ବଞ୍ଚାଇଛ।
49 ହେ ସଦାପ୍ରଭୁ, ସେଥିପାଇଁ ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ପ୍ରଶଂସା କରେ।
ସେହି କାରଣରୁ ତୁମ୍ଭ ନାମରେ ଜୟଗାନ କରି ଗୀତ ବୋଲେ।
50 ସଦାପ୍ରଭୁ ତାଙ୍କର ରାଜାଙ୍କୁ ଅନେକ ଯୁଦ୍ଧରେ ଜୟଲାଭ କରିବାକୁ ସାହାଯ୍ୟ କରିଛନ୍ତି।
ସେ ତାଙ୍କର ମନୋନୀତ ରାଜାଙ୍କ ପ୍ରତି ପ୍ରେମ ଦେଖାଇଛନ୍ତି।
ସେଥିପାଇଁ ସେ ଦାଉଦ ଓ ତାଙ୍କର ବଂଶଧରମାନଙ୍କ ପ୍ରତି ସ୍ନେହପୂର୍ଣ୍ଣ କରୁଣା ଅନନ୍ତକାଳ ପାଇଁ ଦେଖାଇଛନ୍ତି।
ଶାଉଲଙ୍କର ମୃତ୍ୟୁ
31 ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ ଏବଂ ଇସ୍ରାଏଲୀୟମାନେ ଭୟରେ ସେଠାରୁ ଦୌଡ଼ି ପଳାୟନ କଲେ। ଗିଲ୍ବୋୟ ପର୍ବତ ଉପରେ ବହୁତ ଇସ୍ରାଏଲୀୟମାନଙ୍କୁ ମାରି ଦିଆଗଲା। 2 ପଲେଷ୍ଟୀୟମାନେ ଶାଉଲ ଓ ତାଙ୍କର ପୁତ୍ର ବିରୁଦ୍ଧରେ ଭୟଙ୍କର ଯୁଦ୍ଧ କଲେ। ପଲେଷ୍ଟୀୟମାନେ ଶାଉଲଙ୍କର ପୁତ୍ର ଯୋନାଥନ, ଅବୀନାଦବ ଏବଂ ମଲକୀଶୂୟଙ୍କୁ ହତ୍ୟା କଲେ।
3 ଯୁଦ୍ଧ ଭୟଙ୍କର ରୂପ ଧାରଣ କଲା, ଶାଉଲଙ୍କ ବିରୁଦ୍ଧରେ ଧନୁର୍ଦ୍ଧାରିମାନେ ଅତି ଦୟନୀୟ ଭାବେ ତୀରମାରି ଶାଉଲକୁ ଆଘାତ କଲେ। 4 ଶାଉଲ ତାଙ୍କର ଅସ୍ତ୍ରବାହକକୁ କହିଲେ, “ତୁମ୍ଭର ଖଣ୍ତା ବାହାର କରି ତୁମ୍ଭର ଖଣ୍ଡାରେ ମୋତେ ହତ୍ୟା କର। ତାହାହେଲେ ଅସୁନ୍ନତ ଲୋକମାନେ ଆସି ମୋତେ ଗାଳି ଦେବେ ନାହିଁ କିମ୍ବା ହତ୍ୟା କରି ପାରିବେ ନାହିଁ।” କିନ୍ତୁ ଶାଉଲଙ୍କର ଅସ୍ତ୍ରବାହକ ଦାସ ବହୁତ ଭୟଭୀତ ହୋଇଗଲା ଏବଂ ଶାଉଲଙ୍କୁ ହତ୍ୟା କରିବାକୁ ମନା କଲା। ତେଣୁ ଶାଉଲ ତାଙ୍କର ନିଜର ଖଣ୍ତା ବାହାର କଲେ ଓ ନିଜେ ନିଜକୁ ହତ୍ୟା କଲେ।
5 ତେଣୁ ଶାଉଲଙ୍କର ଦାସ ଦେଖିଲା ଯେ ଶାଉଲ ମରିଯାଇଛନ୍ତି। ତେଣୁ ସେ ତା’ର ଖଣ୍ତା ବାହାର କରି ନିଜ ଖଣ୍ଡାରେ ଶାଉଲଙ୍କ ନିକଟରେ ମୃତ୍ୟୁବରଣ କଲା। 6 ତେଣୁ ଶାଉଲ, ତାଙ୍କର ତିନି ପୁତ୍ର ଓ ତାଙ୍କର ଅସ୍ତ୍ରବାହକ ସମସ୍ତେ ସେଦିନ ଗୋଟିଏ ଜାଗାରେ ଏକତ୍ରିତ ଭାବରେ ମଲେ।
ପଲେଷ୍ଟୀୟମାନେ ଶାଉଲଙ୍କ ମୃତ୍ୟୁରେ ଆନନ୍ଦ କଲେ
7 ଇସ୍ରାଏଲୀୟମାନେ ଯେଉଁମାନେ ଯିଷ୍ରିୟେଲ ଉପତ୍ୟକାର ଅପରପାର୍ଶ୍ୱରେ ଓ ଯର୍ଦ୍ଦନ ନଦୀର ଅପରପାର୍ଶ୍ୱରେ ବାସ କରୁଥିଲେ। ସେମାନେ ଦେଖିଲେ, ଇସ୍ରାଏଲୀୟ ସୈନ୍ୟମାନେ ଦୌଡ଼ି ପଳାଉଛନ୍ତି। ଏବଂ ସେମାନେ ଦେଖିଲେ, ଶାଉଲ ଓ ତାଙ୍କର ପୁତ୍ରମାନେ ମରିଛନ୍ତି। ତେଣୁ ସେମାନେ ସମସ୍ତେ ସେ ସହର ପରିତ୍ୟାଗ କରି ଦୌଡ଼ି ପଳାଇଲେ। ତା’ପରେ ପଲେଷ୍ଟୀୟମାନେ ସେହି ସହରକୁ ଆସିଲେ, ଓ ସେଠାରେ ବାସ କଲେ।
8 ତା’ ପରଦିନ, ପଲେଷ୍ଟୀୟମାନେ ମୃତ ଲୋକମାନଙ୍କ ପାଖରେ ରହିଯାଇଥିବା ପଦାର୍ଥଗୁଡ଼ିକ ନେବାକୁ ଆସିଲେ। ସେମାନେ ଦେଖିବାକୁ ପାଇଲେ ଯେ ଗିଲ୍ବୋୟ ପର୍ବତ ଉପରେ ଶାଉଲ ଏବଂ ତା’ର ତିନି ପୁତ୍ର ନିହତ ହୋଇ ପଡ଼ି ରହିଛନ୍ତି। 9 ପଲେଷ୍ଟୀୟମାନେ ଶାଉଲଙ୍କର ମସ୍ତକ କାଟି ତାଙ୍କର କବଚ ଇତ୍ୟାଦିକୁ ନେଇଗଲେ। ପଲେଷ୍ଟୀୟମାନେ ନିଜ ନିଜର ଦେବଗଣ ଗୃହ ବା ମନ୍ଦିରକୁ ଓ ଲୋକମାନଙ୍କୁ ଦେଶର ଗ୍ଭରି ଆଡ଼କୁ ଖବର ଦେଇ ପଠାଇଲେ। 10 ପଲେଷ୍ଟୀୟମାନେ ଶାଉଲଙ୍କର କବଚ ସାଞ୍ଜୁଆ ଇତ୍ୟାଦିକୁ ଆଷ୍ଟାରୋତ୍ ଦେବୀଙ୍କ ମନ୍ଦିରରେ ରଖିଲେ। ପଲେଷ୍ଟୀୟମାନେ ମଧ୍ୟ ଶାଉଲଙ୍କ ଶରୀରକୁ ବୈଥ୍ଶାନ୍ କାନ୍ଥରେ ଟାଙ୍ଗି ରଖିଲେ।
11 ଯାବେଶ୍-ଗିଲିୟଦ ନିବାସୀମାନେ, ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଇଲେ। 12 ତେଣୁ ଯାବେଶ୍ର ସୈନ୍ୟମାନେ ବୈଥ୍ଶାନ୍କୁ ଗଲେ, ସେମାନେ ରାତ୍ରି ତମାମ ଯାତ୍ରା କଲେ, ତା’ପରେ ସେମାନେ ସେଠାରେ ପହଞ୍ଚି ଶାଉଲଙ୍କର ଶରୀରକୁ ବୈଥ୍ଶାନ୍ କାନ୍ଥରୁ ତଳକୁ କାଢ଼ିଲେ, ସେମାନେ ମଧ୍ୟ ଶାଉଲର ପୁତ୍ରମାନଙ୍କର ଶରୀରକୁ ଯାବେଶ୍କୁ ଆଣିଲେ। ଯାବେଶ୍ର ଏହିସବୁ ଲୋକମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କର ଶରୀରକୁ ସେହିଠାରେ ପୋଡ଼ି ଦେଲେ। 13 ତା’ପରେ ସେହି ଲୋକମାନେ ଶାଉଲ ଓ ତାଙ୍କର ପୁତ୍ରମାନଙ୍କର ଅସ୍ଥି ସଂଗ୍ରହ କରି ଆଣି ଯାବେଶ୍ଠାରେ ଥିବା ଏକ ଝାଉଁ ବୃକ୍ଷ ତଳେ ତାହାକୁ ସମାଧି ଦେଲେ। ତା’ପରେ ଯାବେଶ୍ର ଲୋକମାନେ ଶୋକ ସନ୍ତାପ୍ତ ଭାବରେ ଦୁଃଖରେ ଶୋକ ପାଳନ ନିମନ୍ତେ ସାତ ଦିନ ବିନା ଆହାରରେ ଶୋକ ପାଳନ କଲେ।
ଖ୍ରୀଷ୍ଟିୟାନମାନଙ୍କ ଦାନ
9 ପରମେଶ୍ୱରଙ୍କ ଲୋକମାନଙ୍କ ପାଇଁ ଏହି ସେବା ବିଷୟରେ ଏପରି ଲେଖିବା ମୋ’ ପାଇଁ ପ୍ରକୃତରେ ଆବଶ୍ୟକ ନୁହେଁ। 2 ମୁଁ ଜାଣେ ଯେ, ତୁମ୍ଭେମାନେ ସାହାଯ୍ୟ କରିବା ପାଇଁ କେତେ ଆଗ୍ରହୀ। ମାକିଦନିଆର ଲୋକମାନଙ୍କ ଆଗରେ ଗର୍ବ ସହିତ ମୁଁ କୁହେ ଯେ, ଆଖାୟାର ଲୋକେ ଗତ ବର୍ଷଠାରୁ ପ୍ରସ୍ତୁତ ଅଛନ୍ତି। ତୁମ୍ଭମାନଙ୍କର ଆଗ୍ରହ ଦେଖି ଏଠିକାର ଅଧିକାଂଶ ଲୋକ ଉତ୍ସାହିତ ହୋଇ ଦାନ ଦେବା ପାଇଁ ପ୍ରସ୍ତୁତ ଅଛନ୍ତି। 3 କିନ୍ତୁ ମୁଁ ଭାଇମାନଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇବା ଉଦ୍ଦେଶ୍ୟ ହେଲା, ତୁମ୍ଭମାନଙ୍କ ପାଇଁ ଏ ବିଷୟରେ ଆମ୍ଭର ଯେଉଁ ଗର୍ବ ତାହା ବ୍ୟର୍ଥ ନ ହେଉ। 4 ଯେପରି ମୁଁ ସେମାନଙ୍କୁ ସବୁବେଳେ ପ୍ରସ୍ତୁତ ରହିବାକୁ କହୁଥିଲି, ମୁଁ ଗ୍ଭହେଁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ରୁହ। ଯଦି କେତେକ ଲୋକ ମାକିଦନିଆରୁ ମୋ’ ସହିତ ତୁମ୍ଭମାନଙ୍କ ପାଖରେ ପହଞ୍ଚିବେ, ଓ ତୁମ୍ଭମାନଙ୍କୁ ପ୍ରସ୍ତୁତ ଥିବା ଦେଖିବେ ନାହିଁ, ତାହାହେଲେ ତୁମ୍ଭମାନଙ୍କଠାରେ ଆମ୍ଭର ବିଶ୍ୱାସ ଥିବା ହେତୁରୁ ଆମ୍ଭେ ଲଜ୍ଜା ବୋଧ କରିବୁ। ତୁମ୍ଭେମାନେ ମଧ୍ୟ ଲଜ୍ଜିତ ହେବ। 5 ସେଥିପାଇଁ ମୁଁ ଭାବିଲି ଯେ, ତୁମ୍ଭେମାନେ ଆସିବା ପୂର୍ବରୁ ମୁଁ ସେହି ଭାଇମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ କହିବି। ତାହାହେଲେ ତୁମ୍ଭେମାନେ ଯେଉଁ ଦାନ ଦେବା ପାଇଁ ପ୍ରତିଶ୍ରୁତି ଦେଇଥିଲ, ତାହା ସେମାନେ ପ୍ରସ୍ତୁତ କରି ରଖିବେ। ଆମ୍ଭେ ଆସିଲା ବେଳେ ସେହି ଦାନଗୁଡ଼ିକ ପ୍ରସ୍ତୁତ ଥିବ। ତୁମ୍ଭମାନଙ୍କ ଏହି ଦାନ ସ୍ୱଚ୍ଛାକୃତ ହେଉ, କୃପଣମୂଳକ ନ ହେଉ।
2010 by World Bible Translation Center