Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 48

କୋରହ ପରିବାରର ପ୍ରଶଂସାଯୁକ୍ତ ଗୀତ।

48 ସଦାପ୍ରଭୁ ମହାନ ଅଟନ୍ତି।
    ଆମ୍ଭର ପରମେଶ୍ୱରଙ୍କ ସାରା ନଗରରେ ତାଙ୍କର ପବିତ୍ର ପର୍ବତରେ ସେ ପ୍ରଶଂସିତ ହୁଅନ୍ତି।
ପରମେଶ୍ୱରଙ୍କ ପବିତ୍ର ନଗର ଏପରି ଏକ ମନୋରମ ଉଚ୍ଚତାରେ ଅବସ୍ଥିତ।
    ଏହା ପୃଥିବୀର ସବୁ ଲୋକଙ୍କ ପ୍ରାଣରେ ଆନନ୍ଦ ସଞ୍ଚାର କରେ।
ସିୟୋନ ପର୍ବତ ପ୍ରକୃତରେ ପରମେଶ୍ୱରଙ୍କ ପବିତ୍ର ପର୍ବତ ଅଟେ।
    ଏହା ସେହି ମହାନ ରାଜାଙ୍କର ପ୍ରଧାନ ନଗର ଅଟେ।
ଯେଉଁ ଲୋକମାନେ ସେହିସବୁ ପ୍ରାସାଦମାନଙ୍କରେ ବାସ କରନ୍ତି ସେମାନେ ଜାଣନ୍ତି ଯେ,
    ତାଙ୍କର ସମସ୍ତ ପ୍ରାସାଦର ଆଶ୍ରୟସ୍ଥଳର ନିରାପଦ ଆଶ୍ରୟସ୍ଥଳ ପରମେଶ୍ୱର ଅଟନ୍ତି।
ଗୋଟିଏ ସମୟରେ ଅନେକ ରାଜା ଏକତ୍ରିତ ହୋଇ
    ଏହି ନଗରୀକୁ ଆକ୍ରମଣ କରିବାକୁ ଯୋଜନା କଲେ।
ସେମାନେ ସେହି ନଗର ଆଡ଼କୁ ଗମନ କଲେ।
    କିନ୍ତୁ ସେହି ରାଜାମାନେ ସେଠାରେ ଯାହା ଦେଖିଲେ ସେଥିରେ ସେମାନେ ଆଶ୍ଚର୍ଯ୍ୟ ହେଲେ।
    ସେମାନଙ୍କ ମଧ୍ୟରେ ଆତଙ୍କ ଖେଳିଗଲା ଓ ସେମାନେ ଦୌଡ଼ି ପଳାଇ ଗଲେ।
ଭୟ ସେହି ରାଜାମାନଙ୍କୁ ଥରାଇ ଦେଲା
    ଓ ସେମାନେ ଭୟରେ ଥରି ଉଠିଲେ।
ହେ ପରମେଶ୍ୱର, ତୁମ୍ଭ ନିର୍ଦ୍ଦେଶରେ ପୂର୍ବଦିଗରୁ ପ୍ରବଳ ଝଡ଼ ମାଡ଼ି ଆସି
    ସେମାନଙ୍କ ବୃହତ୍ ଜାହାଜ ସବୁକୁ ଭାଙ୍ଗି ପକାଇଲା।
ହଁ, ଆମ୍ଭେମାନେ ତୁମ୍ଭର ଶକ୍ତି ବିଷୟରେ ସେହି ଗଳ୍ପ ସବୁ ଶୁଣିଅଛୁ।
    କିନ୍ତୁ ଆମ୍ଭେ ପରମେଶ୍ୱରଙ୍କର ଶକ୍ତି ଦେଖିଅଛୁ।
ଆମ୍ଭେ ସେହି ପରମେଶ୍ୱରଙ୍କ ନଗରରେ ବାସ କରୁ, ଯେପରି ସୈନ୍ୟାଧିପତି ପରମେଶ୍ୱର ଚିରଦିନ ଲାଗି ସେହି ନଗରକୁ ଅଧିକ ଶକ୍ତିଶାଳୀ କରିଛନ୍ତି।

ପରମେଶ୍ୱର, ତୁମ୍ଭ ମନ୍ଦିରରେ ଆମ୍ଭେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣାକୁ ଧ୍ୟାନ କରୁ।
10 ହେ ପରମେଶ୍ୱର, ତୁମ୍ଭେ ମହାନ ଅଟ।
    ଏ ପୃଥିବୀର ସମସ୍ତ ଲୋକେ ତୁମ୍ଭକୁ ପ୍ରଶଂସା କରନ୍ତି।
    ସମସ୍ତେ ଜାଣନ୍ତି ତୁମ୍ଭେ କେତେ ମହାନ ଅଟ।
11 ହେ ପରମେଶ୍ୱର, ତୁମ୍ଭର ପବିତ୍ର ସିୟୋନ ପର୍ବତ ଅତି ଆନନ୍ଦିତ।
    ଯିହୁଦାର ସହର ସବୁ ଉଲ୍ଲସିତ।
    କେବଳ ତୁମ୍ଭର ଉତ୍ତମ ଶାସନ ବିଧି ପାଇଁ ଏହା ସମ୍ଭବ ହୋଇଛି।
12 ସିୟୋନ ପର୍ବତର ଚତୁର୍ଦ୍ଦିଗରେ ଭ୍ରମଣ କର।
    ସେହି ନଗରୀକୁ ଗ୍ଭହଁ ଓ ତାହାର ଗମ୍ବୁଜ ସବୁକୁ ଗଣ।
13 ବିରାଟ ଉଚ୍ଚ ପ୍ରାଚୀରସବୁ ଦେଖ।
    ସିୟୋନ ପ୍ରାସାଦକୁ ନୀରିକ୍ଷଣ କର,
    ଯାହା ଫଳରେ ତୁମ୍ଭେ ଆପଣା ପରବର୍ତ୍ତୀ ବଂଶଧରମାନଙ୍କୁ ଏକଥା କହିପାରିବ।
14 ଏହି ପରମେଶ୍ୱର ହିଁ ଆମ୍ଭର ଚିରକାଳ ଲାଗି ପରମେଶ୍ୱର ଅଟନ୍ତି।
    ସେ ଚିରକାଳ ଲାଗି ଆମ୍ଭକୁ ପଥ ପ୍ରଦର୍ଶନ କରିବେ।

ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 3:31-38

31-32 ଦାଉଦ ଯୋୟାବ ଓ ତାଙ୍କ ସହିତ ଥିବା ସମସ୍ତ ଲୋକଙ୍କୁ କହିଲେ, “ତୁମ୍ଭର ବସ୍ତ୍ର ଚିରିଦିଅ ଓ ସମସ୍ତେ ଦୁଃଖଦ ବସ୍ତ୍ର ପିନ୍ଧ, ଅ‌‌ବ୍‌‌ନର‌ ପାଇଁ ରୋଦନ କର।” ସେମାନେ ହିବ୍ରୋଣଠାରେ ଅ‌‌ବ୍‌‌ନର‌କୁ କବର ଦେଲେ। ରାଜା ଦାଉଦ ମଧ୍ୟ ସେ ସ୍ଥାନରେ ଉପସ୍ଥିତ ରହିଲେ। ରାଜା ଦାଉଦ ଓ ତାଙ୍କର ଲୋକମାନେ କବର ନିକଟରେ ଠିଆ ହୋଇ ରୋଦନ କଲେ।

33 ରାଜା ଦାଉଦ ଅ‌‌ବ୍‌‌ନର‌ ଚିତାରେ ଛିଡ଼ା ହୋଇ ଏହି ଦୁଃଖ ଗୀତ ବୋଲିଲେ,

“ଅ‌‌ବ୍‌‌ନର‌ ଏକ ଦୁଷ୍ଟ ଦୋଷୀପରି ମଲା କି?
34     ଅ‌‌ବ୍‌‌ନର‌ ତୁମ୍ଭ ହାତ ବନ୍ଧା ନ ଥିଲା କି?
    ତୁମ୍ଭ ପାଦରେ ଶିଙ୍କୁଳି ନ ଥିଲା,
ତଥାପି, ତୁମ୍ଭକୁ ଦୁଷ୍ଟ ଲୋକମାନେ ମାରି ଦେଲେ।”

ତା’ପରେ ସମସ୍ତ ଲୋକ ଅ‌‌ବ୍‌‌ନର‌ ପାଇଁ ରୋଦନ କଲେ। 35 ଦିନତମାମ ଲୋକମାନେ ଦାଉଦଙ୍କୁ ଖାଇବାକୁ କହିଲେ, କିନ୍ତୁ ଦାଉଦ ଏକ ପ୍ରତିଜ୍ଞା କରିଥିଲେ ଓ କହିଲେ, “ଯଦି ସୂର୍ଯ୍ୟାସ୍ତ ପୂର୍ବରୁ ମୁଁ ରୋଟୀ କିମ୍ବା ଅନ୍ୟ କିଛି ଆହାର କରେ, ତେବେ ପରମେଶ୍ୱର ମୋତେ ଦଣ୍ତ ଓ ଦୁଃଖ ଦେବେ।” 36 ସମସ୍ତ ଲୋକ ଏ କଥା ବୁଝିଲେ, ରାଜା ଯାହା କରୁଛନ୍ତି ସମସ୍ତଙ୍କ ଦୃଷ୍ଟିରେ ତାହା ଭଲ ଥିଲା ବୋଲି ସମସ୍ତେ ତାହା ହୃଦୟଙ୍ଗମ କଲେ। 37 ଏହିପରି ନରର ପୁତ୍ର ଅ‌‌ବ୍‌‌ନର‌କୁ ହତ୍ୟା କରିବା ଯେ ରାଜାଙ୍କ ଆଡ଼କୁ ହୋଇ ନାହିଁ, ଏ କଥା ସେଦିନ ଇସ୍ରାଏଲର ସମସ୍ତ ଲୋକ ବୁଝିଲେ।

38 ରାଜା ଦାଉଦ ତାଙ୍କର ସୈନ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ଜାଣ ଯେ ଆଜି ଇସ୍ରାଏଲର ଜଣେ ମହତ୍ତ୍ୱପୂର୍ଣ୍ଣ ନେତାଙ୍କର ମୃତ୍ୟୁ ହେଲା।

ମାଥିଉ ଲିଖିତ ସୁସମାଗ୍ଭର 8:18-22

ଯୀଶୁଙ୍କୁ ଅନୁସରଣ କରିବା(A)

18 ଯୀଶୁ ତାହାଙ୍କ ଗ୍ଭରିପଟେ ଲୋକଙ୍କ ଭିଡ଼ ଦେଖିଲେ, ଶିଷ୍ୟମାନଙ୍କୁ ହ୍ରଦର ଆର ପଟକୁ ଯିବାକୁ ଆଦେଶ ଦେଲେ। 19 ତା’ପରେ ଜଣେ ଧର୍ମଶାସ୍ତ୍ରୀ ତାହାଙ୍କ ପାଖକୁ ଆସି କହିଲେ, “ଗୁରୁ, ଆପଣ ଯେଉଁଆଡ଼େ ଯିବେ, ମୁଁ ଆପଣଙ୍କ ଅନୁସରଣ କରିବି।”

20 ଯୀଶୁ ତାହାଙ୍କୁ କହିଲେ, “କୋକିଶିଆଳିର ଗାତ ଅଛି ଓ ଆକାଶର ପକ୍ଷୀମାନଙ୍କର ବସା ଅଛି। କିନ୍ତୁ ମନୁଷ୍ୟପୁତ୍ରଙ୍କ ପାଇଁ ମୁଣ୍ଡ ଗୁଞ୍ଜିବାକୁ ଜାଗା ଟିକିଏ ନାହିଁ।”

21 ଆଉ ଜଣେ ଅନୁଗାମୀ ଯୀଶୁଙ୍କୁ କହିଲା, “ପ୍ରଭୁ ମୋତେ ଆଗ ଯାଇ ମୋର ବାପାଙ୍କୁ କବର ଦେଇ ଆସିବାକୁ ଅନୁମତି ଦିଅନ୍ତୁ। ତା’ପରେ ମୁଁ ଆପଣଙ୍କର ଅନୁସରଣ କରିବି।”

22 କିନ୍ତୁ ଯୀଶୁ ତାହାକୁ କହିଲେ, “ମୋର ଅନୁସରଣ କର, ମରିଯାଇଥିବା ଲୋକମାନେ ଏହି ମୃତ ଲୋକଙ୍କୁ କବର ଦିଅନ୍ତୁ।”

Odia Holy Bible: Easy-to-Read Version (ERV-OR)

2010 by World Bible Translation Center