Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 21

ଦାଉଦଙ୍କର ଏକ ଗୀତ।

21 ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ।
    ତୁମ୍ଭେ ଯେତେବେଳେ ତାକୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।
ତୁମ୍ଭେ ସେହି ରାଜାକୁ ଯାହା ସେ ଗ୍ଭହେଁ ପ୍ରଦାନ କର।
    ହେ ସଦାପ୍ରଭୁ, ସେହି ରାଜା ତୁମ୍ଭ ନିକଟରୁ କିଛି ଗ୍ଭହିଁଥିଲା ଓ ତୁମ୍ଭେ ତା’ର ସକଳ ଇଚ୍ଛା ପୂରଣ କଲ।

ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ।
    ତୁମ୍ଭେ ତା’ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦେଇଛ।
ହେ ପରମେଶ୍ୱର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ।
    ତୁମ୍ଭେ ତାକୁ ଅନନ୍ତ ଜୀବନ ଦାନ କରିଛ, ଯାହା ଅନନ୍ତକାଳସ୍ଥାୟୀ।
ସେହି ରାଜାଙ୍କୁ ତୁମ୍ଭେ ବିଜୟ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ।
    ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ?
ହେ ପରମେଶ୍ୱର, ତୁମ୍ଭେ ପ୍ରକୃତରେ ସେହି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ।
    ଯେତେବେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା’ର ଆନନ୍ଦ ଆହୁରି ବଢ଼ିଯାଏ।
ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ।
    ସର୍ବୋପରିସ୍ଥ ପରମେଶ୍ୱରଙ୍କ ସ୍ନେହପୂର୍ଣ୍ଣ କରୁଣା କେବେହେଲେ ତାକୁ ପଡ଼ିବା ପାଇଁ ଦେବେ ନାହିଁ।
ହେ ପରମେଶ୍ୱର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦେଖାଇ ଦିଅ ଯେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ।
    ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି,
    ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।
ତୁମ୍ଭେ ଆପଣା ରାଜାଙ୍କୁ ଏକ ଜ୍ୱଳନ୍ତ ଚୁଲ୍ଲୀ ତୁଲ୍ୟ କରିବ,
    ଯେତେବେଳେ ତୁମ୍ଭେ ତାଙ୍କୁ ସାହାଯ୍ୟ କରିବା ପାଇଁ ଆସ,
ଏବଂ ତାଙ୍କ କ୍ରୋଧରେ ସେ ସମ୍ପୂର୍ଣ୍ଣ ଭାବରେ
    ସେମାନଙ୍କୁ ଧ୍ୱଂସ କରିବେ।
10 ଏ ପୃଥିବୀରୁ ସେମାନଙ୍କର ଫଳ ଓ ମନୁଷ୍ୟ ସନ୍ତାନଗଣ ମଧ୍ୟରୁ
    ସେମାନଙ୍କର ବଂଶ ଲୋପ କରିବ।
11 କାରଣ ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ।
    ହେ ସଦାପ୍ରଭୁ, ସେମାନେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରୁଥିଲେ କିନ୍ତୁ ସେମାନେ ସେହି କାର୍ଯ୍ୟରେ ସଫଳ ହେଲେ ନାହିଁ।
12 ହେ ସଦାପ୍ରଭୁ, ତୁମ୍ଭେ ସେହି ଲୋକମାନଙ୍କୁ ତୁମ୍ଭର ଦାସ କରିଛ।
    ସେମାନଙ୍କୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ।
    ତୁମ୍ଭେ ରଶିରେ ସେମାନଙ୍କର ବେକକୁ ଫାଶ କରି ବସାଇ ଦେଇଛ।
    ତୁମ୍ଭେ ସେମାନଙ୍କୁ ଦାସ କରି ରଖିବାକୁ ବାଧ୍ୟ କରିଛ।

13 ହେ ସଦାପ୍ରଭୁ, ତୁମ୍ଭର ଶକ୍ତିର ବିଜୟ ଗୀତ ଗ୍ଭରିଆଡ଼େ ଗୁଞ୍ଜରିତ ହେଉ।
    ଆମ୍ଭେ ସେହି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ୟ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଗ୍ଭରିଆଡ଼େ ପ୍ରଗ୍ଭର କରିବୁ।

ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 5:1-10

ଇସ୍ରାଏଲୀୟମାନେ ଦାଉଦଙ୍କୁ ରାଜା କଲେ

ତା’ପରେ ଇସ୍ରାଏଲର ସମସ୍ତ ପରିବାରବର୍ଗ ହିବ୍ରୋଣଠାରେ ଦାଉଦଙ୍କ ନିକଟକୁ ଆସିଲେ। ସେମାନେ କହିଲେ, “ଆମ୍ଭେମାନେ ତୁମ୍ଭର ନିଜ ପରିବାର। ଏପରିକି ଯେତେବେଳେ ଶାଉଲ ରାଜା ଥିଲେ ସେତେବେଳେ ଆପଣ ଆମ୍ଭମାନଙ୍କୁ ଯୁଦ୍ଧରେ ଆଗେଇ ନେଇଥିଲେ। ଆଉ ଆପଣ ହେଉଛନ୍ତି ସେହି ଲୋକ ଯେ କି ଯୁଦ୍ଧରୁ ଇସ୍ରାଏଲକୁ ନିରାପଦରେ ଫେରାଇ ଆଣିଥିଲେ ଏବଂ ସଦାପ୍ରଭୁ ଆପଣଙ୍କୁ କହିଛନ୍ତି, ‘ତୁମ୍ଭେ ମୋର ଲୋକମାନଙ୍କର ମେଷପାଳକ ହେବ। ଇସ୍ରାଏଲ ଓ ତୁମ୍ଭେ ଇସ୍ରାଏଲର ଲୋକମାନଙ୍କ ଉପରେ ଶାସନ କରିବ।’”

ତେଣୁ ଇସ୍ରାଏଲର ସମସ୍ତ ନେତାମାନେ ରାଜା ଦାଉଦଙ୍କ ସାକ୍ଷାତ ପାଇଁ ହିବ୍ରୋଣକୁ ଆସିଲେ। ତହିଁରେ ରାଜା ଦାଉଦ ହିବ୍ରୋଣରେ ସଦାପ୍ରଭୁ ସମ୍ମୁଖରେ ସେମାନଙ୍କ ସହିତ ଚୁକ୍ତି କଲେ ଓ ସେମାନେ ଇସ୍ରାଏଲର ରାଜା ରୂପେ ଦାଉଦଙ୍କୁ ଅଭିଷିକ୍ତ କଲେ।

ଯେତେବେଳେ ଦାଉଦଙ୍କୁ ତିରିଶ୍ ବର୍ଷ ବୟସ ହୋଇଥିଲା, ସେ ରାଜତ୍ୱ କରିବା ଆରମ୍ଭ କଲେ। ସେ ଗ୍ଭଳିଶ୍ ବର୍ଷ ଧରି ରାଜତ୍ୱ କଲେ। ହିବ୍ରୋଣରେ ସେ ଯିହୁଦା ଉପରେ ସାତ ବର୍ଷ ଓ ଛଅ ମାସ ରାଜତ୍ୱ କଲେ; ପୁଣି ସେ ଯିରୁଶାଲମରେ ସମସ୍ତ ଇସ୍ରାଏଲ ଓ ଯିହୁଦା ଉପରେ ତେତିଶ ବର୍ଷ ରାଜତ୍ୱ କଲେ।

ଦାଉଦ ଯିରୁଶାଲମ ନଗରକୁ ଜୟ କଲେ

ଏହା ପରେ ରାଜା ଓ ତାଙ୍କର ଲୋକମାନେ ଯିରୁଶାଲମରେ ବାସ କରୁଥିବା ଯିବୂଷୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲେ। ଏହି ଯିବୂଷୀୟମାନେ ଦାଉଦଙ୍କୁ କହିଲେ, “ତୁମ୍ଭେ ଏହି ସ୍ଥାନକୁ ଆସି ପାରିବ ନାହିଁ। ଏପରିକି ଆମ୍ଭମାନଙ୍କର ଅନ୍ଧ ଓ ଅର୍ଥବ ଲୋକମାନେ ତୁମ୍ଭକୁ ଅଟକାଇ ପାରିବେ।” ସେମାନେ ଏହି ଚିନ୍ତାଧାରା ପ୍ରକାଶ କଲେ ଯେ, ସେମାନଙ୍କର ନଗରରେ ପ୍ରବେଶ କରିବା ପାଇଁ ଦାଉଦ ଅକ୍ଷମ ହେବେ। ତଥାପି ଦାଉଦ ସିୟୋନର ଦୃଢ଼ ଗଡ଼ ଅଧିକାର କଲେ। ତାହା ହେଲା ଦାଉଦ ନଗର।

ସେହି ଦିନ ଦାଉଦ ତାଙ୍କର ଲୋକମାନଙ୍କୁ କହିଲେ, “ଯେଉଁମାନେ ଯିବୂଷୀୟମାନଙ୍କୁ ଆକ୍ରମଣ କରିବା ପାଇଁ ଇଚ୍ଛା କରୁଛନ୍ତି ସେମାନେ ପାଣିନଳ [a] ମଧ୍ୟଦେଇ ଯିବା ଉଚିତ୍ ଓ ସେହିସବୁ ଛୋଟା ଓ ଅନ୍ଧ ଲୋକମାନଙ୍କ ପାଖକୁ ପହଞ୍ଚିବା ଉଚିତ୍।” ସେଥିପାଇଁ ଲୋକମାନେ କହନ୍ତି, “ଅନ୍ଧ ଓ ଛୋଟାମାନେ ଗୃହ ଭିତରକୁ ଆସି ପାରିବେ ନାହିଁ।”

ଦାଉଦ ସେହି ଦୁର୍ଗରେ ବାସ କଲେ, ଏବଂ ସେହି ସହରକୁ, “ଦାଉଦ ସହର ନାମରେ ନାମିତ କଲେ।” ଦାଉଦ ମିଲ୍ଲୋ ସ୍ଥାନକୁ ନିର୍ମାଣ କରିବାକୁ ଆରମ୍ଭ କଲେ। ସେ ମଧ୍ୟ ନଗର ଭିତରେ ବହୁତ ପକ୍କାଘର ନିର୍ମାଣ କଲେ। 10 ଆଉ ସର୍ବଶକ୍ତିମାନ ସଦାପ୍ରଭୁ ଦାଉଦଙ୍କର ସହାୟ ହେବାରୁ ଦାଉଦ ଆହୁରି ଅଧିକରୁ ଅଧିକ ଶକ୍ତିଶାଳୀ ହେଲେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 11:16-33

ପାଉଲଙ୍କ ଯାତନା

16 ମୁଁ ପୁନର୍ବାର କହୁଛି, କେହି ମୋତେ ମୂର୍ଖ ବୋଲି ଭାବିବା ଉଚିତ୍ ନୁହେଁ। କିନ୍ତୁ ଯଦି ତୁମ୍ଭେମାନେ ମୋତେ ମୂର୍ଖ ବୋଲି ଭାବ, ତା’ହେଲେ ମୂର୍ଖକୁ ଗ୍ରହଣ କଲାଭଳି ମୋତେ ଗ୍ରହଣ କର। 17 ତା’ହେଲେ ମୁଁ ମଧ୍ୟ ସାମାନ୍ୟ ଗର୍ବ କରି ପାରିବି। ଯେପରି ପ୍ରଭୁ କହିଥା’ନ୍ତେ, ସେପରି ମୁଁ କହୁ ନାହିଁ। ମୁଁ ଜଣେ ମୂର୍ଖ ଭଳି ଗର୍ବ କରେ। 18 ଅନେକ ଲୋକ ତାହାଙ୍କର ସାଂସାରିକ ଜୀବନ ପାଇଁ ଗର୍ବ କରନ୍ତି, ସେହିଭଳି ମୁଁ ମଧ୍ୟ ଗର୍ବ କରୁଛି। 19 ତୁମ୍ଭେମାନେ ଜ୍ଞାନୀ ହୋଇଥିବାରୁ ଖୁସୀରେ ମୂର୍ଖମାନଙ୍କ ପ୍ରତି ସହନଶୀଳ ହୁଅ। 20 କାରଣ ତୁମ୍ଭେମାନେ ତୁମ୍ଭକୁ ଦାସ ଭଳି ବ୍ୟବହାର କରୁଥିବା, ଫାନ୍ଦରେ ପକାଇ ଧରୁଥିବା, ନିଜକୁ ତୁମ୍ଭମାନଙ୍କଠାରୁ ବଡ଼ ବୋଲି କହୁଥିବା ଓ ତୁମ୍ଭମାନଙ୍କ ଗାଲରେ ଗ୍ଭପୁଡ଼ା ମାରୁଥିବା ଲୋକମାନଙ୍କ ପ୍ରତି ସହନଶୀଳ ହୋଇଛ। 21 ଏହା କହିବା ମୋ’ ପାଇଁ ଲଜ୍ଜାଜନକ। କିନ୍ତୁ ତୁମ୍ଭମାନଙ୍କ ପ୍ରତି ଏପରି କରିବା ଦୃଷ୍ଟିରୁ ଆମ୍ଭେମାନେ ଅତି “ଦୁର୍ବଳ” ହୋଇଯାଇଛୁ।

ମୁଁ ମୂର୍ଖତା ପୂର୍ବକ କହୁଛି ଯେ, ଯଦି ଜଣେ ଗର୍ବ କରିବାରେ ସାହସୀ, ତା’ହେଲେ ମୁଁ ମଧ୍ୟ ଗର୍ବ କରିବା ପାଇଁ ସାହସୀ ହେବି। 22 ସେମାନେ କେବଳ କ’ଣ ଏବ୍ରୀ? ମୁଁ ମଧ୍ୟ। 23 ସେମାନେ କ’ଣ କେବଳ ଇସ୍ରାଏଲୀୟ? ମୁଁ ମଧ୍ୟ। ସେମାନେ କ’ଣ କେବଳ ଅବ୍ରହାମଙ୍କ ବଂଶଧାର? ମୁଁ ମଧ୍ୟ। ସେମାନେ କ’ଣ କେବଳ ଖ୍ରୀଷ୍ଟଙ୍କ ସେବକ? ମୁଁ ମଧ୍ୟ। ମୁଁ କ’ଣ ପାଗଳ ସେଥିପାଇଁ ଏପରି ଦର୍ପ କରୁଛି? ସେମାନଙ୍କ ତୁଳନାରେ ମୁଁ ଅଧିକ କଠୋର ପରିଶ୍ରମ କରିଛି। ମୁଁ ଥରକୁ ଥର କାରାବରଣ କରିଛି। ମୋତେ ଥରକୁ ଥର ମାଡ଼ ମରାଯାଇଛି। ଅନେକ ଥର ମୁଁ ମୃତ୍ୟୁର ସନ୍ନିକଟ ହୋଇଛି।

24 ମୁଁ ଯିହୂଦୀମାନଙ୍କଠାରୁ ପାଞ୍ଚ ଥରରେ ଅଣଗ୍ଭଳିଶ୍ ଥର ଗ୍ଭବୁକ ମାଡ଼ ଖାଇଛି। 25 ମୁଁ ତିନିଥର ବେତ ମାଡ଼ ଖାଇଛି, ଥରେ ପଥର ଆଘାତ ସହିଛି। ଏହା ଛଡ଼ା ମୁଁ ତିନିଥର ଜାହାଜ ଭାଙ୍ଗିବା ବେଳେ ସେଥିରେ ଥିଲି, ତା’ମଧ୍ୟରୁ ଥରେ ରାତି ଓ ତା ଆର ଦିନ ଯାକ ସମୁଦ୍ରରେ ପଡ଼ି ରହିଥିଲି। 26 ମୁଁ ଅନେକ ଥର ଯାତ୍ରା କରିଛି। ଏହି ଯାତ୍ରା ମାନଙ୍କରେ ନଦୀରେ ଲୁଣ୍ଠନକାରୀମାନଙ୍କଠାରୁ ମୋର ନିଜ ଲୋକମାନଙ୍କଠାରୁ, ଅଣଯିହୂଦୀମାନଙ୍କଠାରୁ ମୁଁ ବିପଦରେ ଥିଲି। ନଗରମାନଙ୍କରେ, ନିର୍ଜନ ସ୍ଥାନ ଗୁଡ଼ିକରେ, ଏବଂ ସମୁଦ୍ରରେ, ମଧ୍ୟ ମୁଁ ବିପଦରେ ପଡ଼ିଥିଲି। ଯେଉଁ ଲୋକମାନେ ମିଛରେ ଭାଇ ବୋଲାଉ ଥିଲେ ସେମାନଙ୍କ ପାଇଁ ମୁଁ ବିପଦରେ ପଡ଼ିଥିଲି।

27 ମୁଁ କଠୋର ପରିଶ୍ରମ କରି କ୍ଳାନ୍ତିପୂର୍ଣ୍ଣ ଜୀବନଯାପନ କରିଛି। ଅନେକ ଥର ମୁଁ ଶୋଇ ନାହିଁ। ମୁଁ ଅନାହାର ମଧ୍ୟଦେଇ ଗତି କରିଛି। ଅନେକ ଥର ମୋ’ ପାଖରେ ଖାଇବାକୁ କିଛି ନ ଥାଏ। ଲୁଗାପଟା ବିନା ଥଣ୍ଡାରେ ମୁଁ ରହିଛି। 28 ଆହୁରି ମଧ୍ୟ ଅନେକ ଗୁଡ଼ିଏ ସମସ୍ୟା ଦେଇ ମୁଁ ଗତି କରିଛି। ତହିଁ ମଧ୍ୟରୁ ଗୋଟିଏ ହେଲା ସମସ୍ତ ମଣ୍ଡଳୀ ମାନଙ୍କର ଚିନ୍ତା, ପ୍ରତିଦିନ ସେହି ଚିନ୍ତାରେ ମୁଁ ରହୁଛି। 29 ଯଦି ଜଣେ କେହି ଦୁର୍ବଳ, ମୁଁ ମଧ୍ୟ ଦୁର୍ବଳ। ଯଦି କୌଣସି ଲୋକ ପାପରେ ଗ୍ଭଲିବା ନିମନ୍ତେ ପ୍ରବୃତ୍ତ ହୁଏ, ତେବେ ମୁଁ ଅନ୍ତର ମଧ୍ୟରୁ ଯନ୍ତ୍ରଣା ଅନୁଭବ କରେ।

30 ଯଦି ମୋର ଦର୍ପ (ଗର୍ବ) କରିବା କଥା, ତା’ହେଲେ ମୁଁ ମୋ’ ନିଜର ଦୁର୍ବଳତା ଗୁଡ଼ିକ ପାଇଁ ଗର୍ବ କରିବି। 31 ପରମେଶ୍ୱର ଜାଣନ୍ତି ଯେ, ମୁଁ ମିଥ୍ୟା କହୁ ନାହିଁ। ସେ ହେଉଛନ୍ତି ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା। 32 ସେ ସର୍ବଦା ପ୍ରଶଂସିତ ହେବା କଥା। ମୁଁ ଯେତେବେଳେ ଦମ୍ମେସକଠାରେ ଥିଲି, ଅରିତସ୍ ରାଜାଙ୍କ ରାଜ୍ୟପାଳ ନଗରର ଗ୍ଭରିପଟେ ପ୍ରହରୀମାନଙ୍କୁ ରଖି ମୋତେ ବନ୍ଦୀ କରିବା ପାଇଁ ଚେଷ୍ଟା କରିଥିଲେ। 33 କିନ୍ତୁ ସହର ପାଚେରୀରେ ଥିବା ଗୋଟିଏ ଝରକା ବାଟ ଦେଇ, ଗୋଟିଏ ବାକ୍ସରେ ବସାଇ ମୋତେ କେତେକ ବନ୍ଧୁମାନଙ୍କ ଦ୍ୱାରା ବାହାରକୁ ଓହ୍ଲାଇ ନିଆ ଯିବାରୁ ମୁଁ ରାଜ୍ୟପାଳଙ୍କ ହାତରୁ ରକ୍ଷା ପାଇ ଗଲି।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center