Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 21

ଦାଉଦଙ୍କର ଏକ ଗୀତ।

21 ହେ ସଦାପ୍ରଭୁ, ତୁମ୍ଭର ଶକ୍ତି ହିଁ ରାଜାକୁ ସୁଖୀ କରାଏ।
    ତୁମ୍ଭେ ଯେତେବେଳେ ତାକୁ ଉଦ୍ଧାର କର, ସେ ଅତି ଆନନ୍ଦିତ ହୁଏ।
ତୁମ୍ଭେ ସେହି ରାଜାକୁ ଯାହା ସେ ଗ୍ଭହେଁ ପ୍ରଦାନ କର।
    ହେ ସଦାପ୍ରଭୁ, ସେହି ରାଜା ତୁମ୍ଭ ନିକଟରୁ କିଛି ଗ୍ଭହିଁଥିଲା ଓ ତୁମ୍ଭେ ତା’ର ସକଳ ଇଚ୍ଛା ପୂରଣ କଲ।

ହେ ସଦାପ୍ରଭୁ, ତୁମ୍ଭେ ପ୍ରକୃତରେ ରାଜାଙ୍କୁ ଆଶୀର୍ବାଦ କରିଛ।
    ତୁମ୍ଭେ ତା’ର ମସ୍ତକରେ ସୁବର୍ଣ୍ଣ ମୁକୁଟ ପିନ୍ଧାଇ ଦେଇଛ।
ହେ ପରମେଶ୍ୱର, ରାଜା ତୁମ୍ଭକୁ ଜୀବନ ପ୍ରାର୍ଥନା କଲେ ଓ ତୁମ୍ଭେ ତାକୁ ତାହା ପ୍ରଦାନ କରିଛ।
    ତୁମ୍ଭେ ତାକୁ ଅନନ୍ତ ଜୀବନ ଦାନ କରିଛ, ଯାହା ଅନନ୍ତକାଳସ୍ଥାୟୀ।
ସେହି ରାଜାଙ୍କୁ ତୁମ୍ଭେ ବିଜୟ ପ୍ରଦାନ କରିଛ ଓ ତାକୁ ଗୌରବରେ ମଣ୍ଡିତ କରିଛ।
    ତୁମ୍ଭେ ତାଙ୍କୁ ସମ୍ମାନ ଓ ପ୍ରଶଂସା ପ୍ରଦାନ କରିଛ?
ହେ ପରମେଶ୍ୱର, ତୁମ୍ଭେ ପ୍ରକୃତରେ ସେହି ରାଜାଙ୍କୁ ଚିରଦିନ ଲାଗି ଆଶୀର୍ବାଦ କରିଛ।
    ଯେତେବେଳେ ସେ ତୁମ୍ଭର ମୁଖ ଦର୍ଶନ କରେ ତା’ର ଆନନ୍ଦ ଆହୁରି ବଢ଼ିଯାଏ।
ରାଜା ସଦାପ୍ରଭୁଙ୍କ ଉପରେ ନିର୍ଭର କରେ।
    ସର୍ବୋପରିସ୍ଥ ପରମେଶ୍ୱରଙ୍କ ସ୍ନେହପୂର୍ଣ୍ଣ କରୁଣା କେବେହେଲେ ତାକୁ ପଡ଼ିବା ପାଇଁ ଦେବେ ନାହିଁ।
ହେ ପରମେଶ୍ୱର ତୁମ୍ଭେ ଆପଣା ଶତ୍ରୁମାନଙ୍କୁ ଦେଖାଇ ଦିଅ ଯେ ତୁମ୍ଭେ ସବୁଠାରୁ ଶକ୍ତିଶାଳୀ।
    ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି,
    ତୁମ୍ଭର ଶକ୍ତି ସେ ସମସ୍ତଙ୍କୁ ପରାଜିତ କରିବ।
ତୁମ୍ଭେ ଆପଣା ରାଜାଙ୍କୁ ଏକ ଜ୍ୱଳନ୍ତ ଚୁଲ୍ଲୀ ତୁଲ୍ୟ କରିବ,
    ଯେତେବେଳେ ତୁମ୍ଭେ ତାଙ୍କୁ ସାହାଯ୍ୟ କରିବା ପାଇଁ ଆସ,
ଏବଂ ତାଙ୍କ କ୍ରୋଧରେ ସେ ସମ୍ପୂର୍ଣ୍ଣ ଭାବରେ
    ସେମାନଙ୍କୁ ଧ୍ୱଂସ କରିବେ।
10 ଏ ପୃଥିବୀରୁ ସେମାନଙ୍କର ଫଳ ଓ ମନୁଷ୍ୟ ସନ୍ତାନଗଣ ମଧ୍ୟରୁ
    ସେମାନଙ୍କର ବଂଶ ଲୋପ କରିବ।
11 କାରଣ ସେହି ଦୁଷ୍ଟ ଲୋକମାନେ ତୁମ୍ଭ ବିରୁଦ୍ଧରେ ମନ୍ତ୍ରଣା କରୁଥିଲେ।
    ହେ ସଦାପ୍ରଭୁ, ସେମାନେ ମନ୍ଦକାର୍ଯ୍ୟ କରିବାକୁ ଯୋଜନା କରୁଥିଲେ କିନ୍ତୁ ସେମାନେ ସେହି କାର୍ଯ୍ୟରେ ସଫଳ ହେଲେ ନାହିଁ।
12 ହେ ସଦାପ୍ରଭୁ, ତୁମ୍ଭେ ସେହି ଲୋକମାନଙ୍କୁ ତୁମ୍ଭର ଦାସ କରିଛ।
    ସେମାନଙ୍କୁ ତୁମ୍ଭେ ରଶିରେ ବାନ୍ଧି ପକାଇଛ।
    ତୁମ୍ଭେ ରଶିରେ ସେମାନଙ୍କର ବେକକୁ ଫାଶ କରି ବସାଇ ଦେଇଛ।
    ତୁମ୍ଭେ ସେମାନଙ୍କୁ ଦାସ କରି ରଖିବାକୁ ବାଧ୍ୟ କରିଛ।

13 ହେ ସଦାପ୍ରଭୁ, ତୁମ୍ଭର ଶକ୍ତିର ବିଜୟ ଗୀତ ଗ୍ଭରିଆଡ଼େ ଗୁଞ୍ଜରିତ ହେଉ।
    ଆମ୍ଭେ ସେହି ଗୀତ ଗାନ କରି ଓ ତୁମ୍ଭର ସଙ୍ଗୀତର ତାଳେ ତାଳେ ନୃତ୍ୟ କରି ତୁମ୍ଭର ପରାକ୍ରମ ସମ୍ପର୍କରେ ଗ୍ଭରିଆଡ଼େ ପ୍ରଗ୍ଭର କରିବୁ।

ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 5:17-25

ଦାଉଦ ପଲେଷ୍ଟୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ

17 ପଲେଷ୍ଟୀୟମାନେ ଜାଣିବାକୁ ପାଇଲେ ଯେ, ସମଗ୍ର ଇସ୍ରାଏଲୀୟମାନଙ୍କ ରାଜା ଭାବରେ ଦାଉଦଙ୍କୁ ବଚ୍ଛା ଯାଇଛି। ତେଣୁ ଦାଉଦଙ୍କୁ ମାରିବା ପାଇଁ ସମସ୍ତ ପଲେଷ୍ଟୀୟ ଦାଉଦଙ୍କୁ ଖୋଜିଲେ। ତେଣୁ ଦାଉଦ ଏହା ଜାଣି ପାରି ଯିରୁଶାଲମରେ ଥିବା ଗଡ଼ ଭିତରେ ଯାଇ ଲୁଚିଲେ। 18 ପଲେଷ୍ଟୀୟମାନେ ଫେରି ରଫାୟିମ୍ ଉପତ୍ୟକାରେ ସେନାଛାଉଣି ପକାଇଲେ।

19 ଦାଉଦ ସଦାପ୍ରଭୁଙ୍କ ସମ୍ମୁଖରେ ପଗ୍ଭରିଲେ, “ମୋର ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ କରିବା ଉଚିତ୍ କି? ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବା ପାଇଁ ଆପଣ ମୋତେ ସାହାଯ୍ୟ କରିବେ କି?”

ସଦାପ୍ରଭୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ନିଶ୍ଚିତ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବାରେ ସାହାଯ୍ୟ କରିବି।”

20 ତା’ପରେ ଦାଉଦ ବାଲ୍-ପରାସୀମକୁ ଗଲେ, ଏବଂ ସେଠାରେ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ଦାଉଦ କହିଲେ, “ସଦାପ୍ରଭୁ ମୋର ଶତ୍ରୁମାନଙ୍କୁ ଛିନ୍ନ ବିଛିନ୍ନ କଲେ, ଯେପରି ନଦୀ ଭଙ୍ଗାବନ୍ଧକୁ ଭାଙ୍ଗି ବହି ନେଇଯାଏ।” ଯେଉଁଥିପାଇଁ ଦାଉଦ ଉକ୍ତ ସ୍ଥାନର ନାମ “ବାଲ୍-ପରାସୀମ [a] ରଖିଥିଲେ। 21 ସେହି ସ୍ଥାନରେ ପଲେଷ୍ଟୀୟମାନେ ସେମାନଙ୍କର ମୂର୍ତ୍ତିଗୁଡ଼ିକୁ ଛାଡ଼ି ଗ୍ଭଲିଗଲେ। ଦାଉଦ ଓ ତାଙ୍କର ପୁରୁଷମାନେ ସେହିସବୁ ମୂର୍ତ୍ତିଗୁଡ଼ିକୁ ଦୂରେଇ ଦେଲେ।

22 ଆଉଥରେ ପଲେଷ୍ଟୀୟମାନେ ରଫାୟିମ ଉପତ୍ୟକାରେ ଛାଉଣି ପକାଇଲେ।

23 ଦାଉଦ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ ଏବଂ ତା’ପରେ ସଦାପ୍ରଭୁ ତାଙ୍କୁ କହିଲେ, “ସେଠାରେ ଆଗକୁ ଯାଅ ନାହିଁ। ତୁମ୍ଭେମାନେ ସେମାନଙ୍କ ପଛରେ ଯାଅ ଏବଂ ତୂ‌ତ୍‌ବୃକ୍ଷ ଆର ପାର୍ଶ୍ୱରେ ସେମାନଙ୍କୁ ପଛପଟୁ ଆକ୍ରମଣ କର। 24 ତୁମ୍ଭେମାନେ ସେହି ତୂ‌ତ୍‌ବୃକ୍ଷ ତୋଟା ଉପରେ ସୈନ୍ୟମାନଙ୍କର ପଦାଗ୍ଭରଣର ଶବ୍ଦ ପରି ଶବ୍ଦ ଶୁଣି ପାରିବ। ତେବେ ତୁମ୍ଭେମାନେ ସେମାନଙ୍କୁ ଶୀଘ୍ର ଆକ୍ରମଣ କରିବ, କାରଣ ସେହି ସମୟରେ ସଦାପ୍ରଭୁ ତୁମ୍ଭମାନଙ୍କ ଆଗରେ ଯିବେ ଏବଂ ତୁମ୍ଭମାନଙ୍କ ସକାଶେ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବେ।”

25 ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସେହିପରି କଲେ ଓ ଗେବାଠାରୁ ଗେଷର୍ ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ।

ଯୋହନ ଲିଖିତ ସୁସମାଗ୍ଭର 7:1-9

ଯୀଶୁ ଓ ତାହାଙ୍କର ଭାଇମାନେ

ଏହା ପରେ ଯୀଶୁ ଗାଲିଲୀ ପ୍ରଦେଶରେ ଭ୍ରମଣ କରିବାକୁ ଲାଗିଲେ। ସେ ଯିହୂଦାରେ ଯାତ୍ରା କରିବା ପାଇଁ ଗ୍ଭହୁଁ ନ ଥିଲେ, କାରଣ ଯିହୂଦୀମାନେ ତାହାଙ୍କୁ ହତ୍ୟା କରିବା ପାଇଁ ଗ୍ଭହୁଁଥିଲେ। ଯିହୂଦୀମାନଙ୍କର ବାର୍ଷିକ କୁଟୀରବାସ ପର୍ବର ସମୟ ଆସିଲା। ତେଣୁ ଯୀଶୁଙ୍କର ଭାଇମାନେ ତାହାଙ୍କୁ କହିଲେ, “ଏ ସ୍ଥାନ ଛାଡ଼ ଓ ପର୍ବ ସକାଶେ ଯିହୂଦା ପ୍ରଦେଶକୁ ଯାଅ। ଯେପରି ତୁମ୍ଭର ଶିଷ୍ୟମାନେ ସେଠାରେ ତୁମ୍ଭେ କରୁଥିବା ଆଶ୍ଚର୍ଯ୍ୟ କାର୍ଯ୍ୟଗୁଡ଼ିକ ଦେଖି ପାରିବେ। ଯଦି କୌଣସି ଲୋକ ଗ୍ଭହେଁ ଯେ ସମସ୍ତେ ତାହାଙ୍କୁ ଜାଣନ୍ତୁ, ତେବେ ସେ ତା’ର କାର୍ଯ୍ୟସୂଚୀ ଲୁଚେଇବା ଉଚିତ୍ ନୁହେଁ। ତୁମ୍ଭେ ନିଜକୁ ଜଗତ ଆଗରେ ପ୍ରକାଶ କର। ତୁମ୍ଭେ କରୁଥିବା ଆଶ୍ଚର୍ଯ୍ୟ କାର୍ଯ୍ୟ ସବୁ ସେମାନଙ୍କୁ ଦେଖିବାକୁ ଦିଅ।” (ଯୀଶୁଙ୍କର ଭାଇମାନେ ସୁଦ୍ଧା ତାହାଙ୍କୁ ବିଶ୍ୱାସ କରୁ ନ ଥିଲେ।)

ଯୀଶୁ ତାହାଙ୍କ ଭାଇମାନଙ୍କୁ କହିଲେ, “ମୋ’ ପାଇଁ ଏପର୍ଯ୍ୟନ୍ତ ଉପଯୁକ୍ତ ସମୟ ଆସି ନାହିଁ। କିନ୍ତୁ ତୁମ୍ଭମାନଙ୍କର (ଯିବା) ପାଇଁ ସମସ୍ତ ସମୟ ଉପଯୁକ୍ତ। ସଂସାର ତୁମ୍ଭକୁ ଘୃଣା କରି ପାରିବ ନାହିଁ। ସଂସାର ମୋତେ ଘୃଣା କରେ, କାରଣ ମୁଁ ଜଗତର ଲୋକମାନଙ୍କୁ ସେମାନଙ୍କର କାର୍ଯ୍ୟଗୁଡ଼ିକ ମନ୍ଦ ବୋଲି କହେ। ତେଣୁ ତୁମ୍ଭେମାନେ ପର୍ବକୁ ଯାଅ। ମୁଁ ବର୍ତ୍ତମାନ ପର୍ବକୁ ଯିବି ନାହିଁ। ମୋ’ ପାଇଁ ଏପର୍ଯ୍ୟନ୍ତ ଉପଯୁକ୍ତ ସମୟ ଆସି ନାହିଁ।” ଏ କଥା କହିବା ପରେ ଯୀଶୁ ଗାଲିଲୀରେ ରହିଗଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center