Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 24

ଦାଉଦଙ୍କର ସଙ୍ଗୀତ।

24 ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ।
    ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।
ସଦାପ୍ରଭୁ ପୃଥିବୀକୁ ଜଳଭାଗ ଉପରେ ସ୍ଥାପନ କରିଅଛନ୍ତି
    ଓ ସେ ନଦୀ ଉପରେ ଏହାକୁ ନିର୍ମାଣ କରିଅଛନ୍ତି।

କିଏ ସଦାପ୍ରଭୁଙ୍କ ପବିତ୍ର ପର୍ବତ ସିୟୋନକୁ ଯାଇପାରିବ?
    କିଏ ତାଙ୍କ ପବିତ୍ର ମନ୍ଦିରରେ ତାଙ୍କ ସମ୍ମୁଖରେ ଉପାସନା କରି ପାରିବ?
ଯେଉଁ ଲୋକମାନେ କେବେ କିଛି ମନ୍ଦକାର୍ଯ୍ୟ କରି ନାହାନ୍ତି,
    ଯାହାଙ୍କର ହୃଦୟ ଓ ମନ ନିର୍ମଳ,
ଯେଉଁ ଲୋକମାନେ ମୋର ନାମର ଅସତ୍ୟ ବ୍ୟବହାର କରି ନାହଁନ୍ତି, ଯେଉଁ ଲୋକମାନେ ମିଥ୍ୟା କହନ୍ତି ନାହିଁ କି ମିଥ୍ୟା ପ୍ରତିଶ୍ରୁତି ଦିଅନ୍ତି ନାହିଁ,
    କେବଳ ସେହି ଲୋକମାନେ ସେଠାରେ ଉପାସନା କରି ପାରିବେ।

ଉତ୍ତମ ବ୍ୟକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି।
    ସେମାନେ ପରମେଶ୍ୱରଙ୍କୁ ଯିଏ କି ସେମାନଙ୍କ ଉଦ୍ଧାର କର୍ତ୍ତା, ସେମାନଙ୍କ ପାଇଁ ଭଲ କାର୍ଯ୍ୟ କରିବାକୁ ଅନୁରୋଧ କରନ୍ତି।
ସେହି ଉତ୍ତମ ବ୍ୟକ୍ତିମାନେ ସର୍ବଦା ପରମେଶ୍ୱରଙ୍କ ପନ୍ଥା ଅନ୍ୱେଷଣ କରନ୍ତି।
    ସେମାନେ ଯାକୁବର ପରମେଶ୍ୱରଙ୍କ ନିକଟକୁ ଯାଆନ୍ତି।

ହେ ନଗର ଫାଟକ ତୁମ୍ଭର ମସ୍ତକ ଟେକ।
    ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
କିଏ ସେହି ଗୌରବମୟ ରାଜା?
    ସଦାପ୍ରଭୁ ହିଁ ସେହି ରାଜା ଅଟନ୍ତି, ସେ ହେଉଛନ୍ତି ଶକ୍ତିଶାଳୀ ଯୋଦ୍ଧା।
    ସଦାପ୍ରଭୁ ହେଉଛନ୍ତି ସେହି ରାଜା ଯିଏ ଜଣେ ଯୁଦ୍ଧଜୟୀ ବୀର ଅଟନ୍ତି।

ହେ ଫାଟକ ସବୁ ଖୋଲି ଯାଅ।
    ହେ ପ୍ରାଚୀନ ଦ୍ୱାର ସବୁ ଖୋଲି ଦିଅ ଏବଂ ଗୌରବମୟ ରାଜା ପ୍ରବେଶ କରିବେ।
10 କିଏ ସେହି ଗୌରବମୟ ରାଜା?
    ସୈନ୍ୟାଧିପତି ସଦାପ୍ରଭୁ ସେହି ଗୌରବମୟ ରାଜା ଅଟନ୍ତି।

ଯାତ୍ରାପୁସ୍ତକ 25:10-22

ନିୟମ ସିନ୍ଦୁକ

10 “ଶିଟୀମ୍ କାଠର ଏକ ସିନ୍ଦୁକ ତିଆରି କର। ସେହି ପବିତ୍ର ସିନ୍ଦୁକ ଅଢ଼େଇ ହାତ ଲମ୍ବ, ଦେଢ଼ ହାତ ପ୍ରସ୍ଥ ଓ ଦେଢ଼ ହାତ ଉଚ୍ଚ ହେବ। 11 ତହୁଁ ତୁମ୍ଭେ ନିର୍ମଳ ସୁବର୍ଣ୍ଣରେ ତାହା ମଡ଼ାଇବ। ତା’ର ଭିତର ପଟ ଓ ବାହାର ପଟରେ ମଧ୍ୟ ମଡ଼ାଇବ। ଏବଂ ତା’ଉପରେ ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥ କରିବ। 12 ଏଥିନିମନ୍ତେ ଗ୍ଭରି କୋଣରେ ଗ୍ଭରୋଟି ସୁବର୍ଣ୍ଣର କଡ଼ା ଲଗାଅ। ପ୍ରତ୍ୟେକ ପାଖରେ ଦୁଇଟି କଡ଼ା ଲଗାଅ। 13 ଏହାକୁ ବହିବା ପାଇଁ ସାଙ୍ଗୀ ତିଆରୀ କର ଓ ସୁବର୍ଣ୍ଣରେ ମଣ୍ଡିତ କର। 14 ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ। 15 ସେହି ସାଙ୍ଗୀ ସିନ୍ଦୁକର କଡ଼ା ଭିତରେ ସର୍ବଦା ଥିବ ଏବଂ ତହିଁରୁ ତାହା ବାହାର କରାଯିବ ନାହିଁ।

16 ପରମେଶ୍ୱର କହିଲେ, “ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦେବା ତାହା ସେହି ସିନ୍ଦୁକରେ ରଖିବ। 17 ଏହା ପରେ ତୁମ୍ଭେମାନେ ଶୁଦ୍ଧ ସୁବର୍ଣ୍ଣରେ ଅଢ଼େଇ ହାତ ଲମ୍ବା ଓ ଦେଢ଼ ହାତ ପ୍ରସ୍ଥ ଏକ ପାପାଚ୍ଛାଦନ ନିର୍ମାଣ କରିବ। 18 ଏହା ପରେ ତୁମ୍ଭେମାନେ ପିଟା ସୁବର୍ଣ୍ଣରୁ ଦୁଇଟି କିରୁବଦୂତ କରିବ। ଏବଂ ସେଗୁଡ଼ିକୁ ସେହି ପାପାଚ୍ଛାଦନର ଦୁଇ ମୁଣ୍ଡରେ ଦେବ। 19 ଏକ ଦୂତକୁ ଗୋଟିଏ ମୁଣ୍ଡରେ ଓ ଆଉ ଗୋଟିଏକୁ ଅନ୍ୟ ମୁଣ୍ଡରେ ସ୍ଥାପନ କର। ଦୁଇ ଦୂତଙ୍କୁ ଆଚ୍ଛାଦନ ସହିତ ସଂଲଗ୍ନ କର। 20 ସେହି ଦୂତମାନେ ନିୟମ-ସିନ୍ଦୁକକୁ ସେମାନଙ୍କର ଡେଣା ଦ୍ୱାରା ଆଚ୍ଛାଦନ କରିବେ, ଯାହାକି ଆକାଶ ଆଡ଼କୁ ଉଠେ। ଆଚ୍ଛାଦକ ଆଡ଼କୁ ଅନାଇ ଦୂତମାନେ ସାମ୍ନାସାମ୍ନି ରହିବା ଉଚିତ୍।

21 “ତୁମ୍ଭେ ଏହି ପାପାଚ୍ଛାଦନ ସେହି ସିନ୍ଦୁକ ଉପରେ ରଖିବ। ପୁଣି ଆମ୍ଭେ ତୁମ୍ଭକୁ ଯେଉଁ ଚୁକ୍ତିପତ୍ର ଦେବା ତାହା ସେହି ସିନ୍ଦୁକ ମଧ୍ୟରେ ଥୋଇବ। 22 ଆଉ ଆମ୍ଭେ ଯେତେବେଳେ ତୁମ୍ଭକୁ ସାକ୍ଷାତ କରିବା ଓ ପାପାଚ୍ଛାଦନର ଉପରି ଭାଗରୁ ଅର୍ଥାତ୍ ଚୁକ୍ତି ସିନ୍ଦୁକର ଉପରିସ୍ଥ କିରୂବଦୂତଗଣ ମଧ୍ୟରୁ ତୁମ୍ଭ ସଙ୍ଗେ ଆଳାପ କରି ଇସ୍ରାଏଲ ସନ୍ତାନଗଣ ବିଷୟକ ଆମ୍ଭେ ସମସ୍ତ ଆଜ୍ଞା ତୁମ୍ଭକୁ ଜଣାଇବା।

କଲସୀୟଙ୍କ ପ୍ରତି ପତ୍ର 2:1-5

ମୁଁ ଗ୍ଭହେଁ ତୁମ୍ଭେମାନେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦିକୀଆରେ ଥିବା ଲୋକମାନଙ୍କୁ ଓ ମୋତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ୟ ମୁଁ ସାହାଯ୍ୟ କରିବାକୁ ଚେଷ୍ଟା କରୁଛି। ମୁଁ ଇଚ୍ଛା କରେ ଯେ ସେମାନେ ପ୍ରେମରେ ବାନ୍ଧି ହୋଇ ଶକ୍ତିଶାଳୀ ହୁଅନ୍ତୁ। ମୁଁ ଏହା ମଧ୍ୟ ଇଚ୍ଛା କରେ ଯେ ସେମାନେ ବୋଧଶକ୍ତି ଦ୍ୱାରା ପ୍ରାପ୍ତ ଦୃଢ଼ ବିଶ୍ୱାସରେ ଧନୀ ହୁଅନ୍ତୁ। ମୋର ଇଚ୍ଛା ଯେ ତୁମ୍ଭେମାନେ ପରମେଶ୍ୱରଙ୍କ ଦ୍ୱାରା ଜ୍ଞାତ କରାଯାଇଥିବା ଗୁପ୍ତ ସତ୍ୟ ଅର୍ଥାତ୍ ଖ୍ରୀଷ୍ଟଙ୍କୁ ପୂର୍ଣ୍ଣ ଭାବରେ ଜାଣ। ଖ୍ରୀଷ୍ଟଙ୍କଠାରେ ଜ୍ଞାନ ଓ ବିଜ୍ଞତାର ଭଣ୍ଡାର ସୁରକ୍ଷିତ ରଖା ହୋଇଛି।

ମୋର ଏପରି କହିବା ଉଦ୍ଦେଶ୍ୟ ଯେ ତୁମ୍ଭମାନଙ୍କୁ ଯେପରି କେହି ଭଲ ବୋଲି ଜଣା ପଡ଼ୁଥିବା ଅସତ୍ୟ ଶିକ୍ଷା ଦ୍ୱାରା ବିଭ୍ରାନ୍ତ କରି ନ ଦେଉ। ମୁଁ ମୋ’ ଶରୀରରେ ତୁମ୍ଭ ସହିତ ସେଠାରେ ନାହିଁ, କିନ୍ତୁ ମୋର ଆତ୍ମା ସେଠାରେ ଅଛି। ମୁଁ ତୁମ୍ଭମାନଙ୍କ ଉତ୍ତମ ଜୀବନ ଓ ତୁମ୍ଭମାନଙ୍କର ଖ୍ରୀଷ୍ଟଙ୍କଠାରେ ବଳିଷ୍ଠ ବିଶ୍ୱାସ ଦେଖି ପ୍ରସନ୍ନ ଅଟେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center