Revised Common Lectionary (Semicontinuous)
24 ପରମେଶ୍ୱର, ତୁମ୍ଭେ ବିଜୟ ପଥର ନେତୃତ୍ୱ ନେବାର ଲୋକମାନେ ଦେଖୁଛନ୍ତି।
ସେମାନେ ମୋର ପରମେଶ୍ୱର, ମୋର ରାଜା, ତାଙ୍କର ପବିତ୍ର ସ୍ଥାନ ନିକଟକୁ ଯାଉଥିବାର ଦେଖନ୍ତି।
25 ଆଗେ ଆଗେ ଗାୟକମାନଙ୍କର ମଣ୍ଡଳୀ ଯାଉଛନ୍ତି।
ପଛେ ପଛେ ବାଦ୍ୟକାରମାନଙ୍କର ମଣ୍ଡଳୀ ଆସୁଛନ୍ତି ଏବଂ ମଝିରେ କୁମାରୀ କନ୍ୟାଗଣ ତମ୍ବୁରା ବଜାଉଛନ୍ତି।
26 ପରମେଶ୍ୱରଙ୍କର ପ୍ରଶଂସା ଜନସମାଗମ ମଧ୍ୟରେ କର।
ଇସ୍ରାଏଲ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଗୁଣ ଗାଅ।
27 ସେଠାରେ ଏକ ଛୋଟିଆ ଗୋଷ୍ଠୀ ଅଛି।
ବିନ୍ୟାମୀନ ସେମାନଙ୍କର ନେତୃତ୍ୱ କରୁଛନ୍ତି।
ବହୁତ ଭିଡ଼ ଏବଂ ଯିହୁଦାର ଏକ ପ୍ରଧାନ ସେଠାରେ ଅଛନ୍ତି।
ସବୁଲୁନ୍ ଓ ନପ୍ତାଲିର ନେତାମାନେ ସେଠାରେ ଅଛନ୍ତି।
28 ହେ ପରମେଶ୍ୱର, ଆମ୍ଭକୁ ଆପଣାର ଶକ୍ତି ଦେଖାଅ,
ଯାହାର ଉପଭୋଗ ତୁମ୍ଭେ ଆମ୍ଭ ପାଇଁ ବିତିଯାଇଥିବା ଦିନରେ କରିଥିଲ।
29 ହେ ପରମେଶ୍ୱର, ତୁମ୍ଭର ଯିରୁଶାଲମସ୍ଥ ମନ୍ଦିରରୁ
ରାଜାମାନେ ତୁମ୍ଭ ନିକଟକୁ ଉପହାର ଆଣିବାର ତୁମ୍ଭେ ଦେଖିବ।
30 ନଳବଣର ସେହି “ବନ୍ୟ ପଶୁଗୁଡ଼ିକୁ” [a] ଦଣ୍ଡ ଦିଅ।
ସେହି ଜାତିଗୁଡ଼ିକର “ଷଣ୍ଢଗୁଡ଼ିକୁ” ଓ “ଗାଈଗୁଡ଼ିକୁ” [b] ଆଦେଶ ମାନିବାକୁ ପ୍ରସ୍ତୁତ କରାଅ।
ତୁମ୍ଭେ ସେହି ଜାତିଗୁଡ଼ିକୁ ଯୁଦ୍ଧରେ ହରାଇଥିଲ।
ବର୍ତ୍ତମାନ ସେହି ଲୋକମାନଙ୍କୁ ତୁମ୍ଭ ପାଇଁ ରୂପା ଆଣିବେ।
ସେହି ଜାତିମାନଙ୍କୁ ବିକ୍ଷିପ୍ତ କର,
ଯେଉଁମାନେ ଯୁଦ୍ଧକୁ ଭଲ ପାଆନ୍ତି।
31 ମିଶରୀୟମାନଙ୍କୁ ମୂଲ୍ୟବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ।
ପରମେଶ୍ୱର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।
32 ହେ ଧରଣୀର ରାଜ୍ୟଗୁଡ଼ିକ, ପରମେଶ୍ୱରଙ୍କ ପାଇଁ ଗୀତ ଗାନ କର।
ଆମ୍ଭର ପ୍ରଭୁଙ୍କୁ ପ୍ରଶଂସା ଗାନ କର।
33 ପରମେଶ୍ୱରଙ୍କ ପାଇଁ ଗାଅ।
ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି।
ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ୱରକୁ ଶୁଣ।
34 ଘୋଷଣା କର ଯେ, ପରମେଶ୍ୱର ଶକ୍ତିଶାଳୀ ଅଟନ୍ତି।
ସେ ଇସ୍ରାଏଲ ଉପରେ ରାଜତ୍ୱ କରନ୍ତି
ଏବଂ ଆକାଶରେ ତାଙ୍କର ଶକ୍ତି ପ୍ରଦର୍ଶିତ ହୁଏ।
35 ପରମେଶ୍ୱର, ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ।
ଇସ୍ରାଏଲର ପରମେଶ୍ୱର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ୟ ପ୍ରଦାନ କରନ୍ତି।
ପରମେଶ୍ୱରଙ୍କର ପ୍ରଶଂସା ଗୁଣଗାନ କର।
6 ସେମାନେ ନାଖୋନ ନାମକ ଶସ୍ୟ ମର୍ଦ୍ଦନ ସ୍ଥାନରେ ପହଞ୍ଚିଲେ। ବଳଦମାନେ ଅମଣା ହେବାରୁ ଉଷ ହସ୍ତ ବଢ଼ାଇ ପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ଧରି ନେଲେ। 7 ଉଷ ସଦାପ୍ରଭୁଙ୍କୁ ଯଥା ସମ୍ମାନ ପ୍ରଦର୍ଶନ ନ କରିବାରୁ ସଦାପ୍ରଭୁ ତାଙ୍କ ଉପରେ ରାଗିଲେ ଓ ତାଙ୍କୁ ଆଘାତ କଲେ [a] । ଉଷ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ପାଖରେ ମୃତ୍ୟୁବରଣ କଲେ। 8 ସଦାପ୍ରଭୁ ଉଷକୁ ମାରି ଦେଇଥିବାରୁ ଦାଉଦ ବ୍ୟତିବ୍ୟସ୍ତ ହେଲେ ଓ ସେହି ସ୍ଥାନର ନାମ “ପେରସ୍ଉଷ” ରଖିଲେ। ଆଜି ପର୍ଯ୍ୟନ୍ତ ସେହି ସ୍ଥାନର ନାମ ପେରସ୍ଉଷ ରହିଅଛି।
9 ସେହି ଦିନ ଦାଉଦ ସଦାପ୍ରଭୁଙ୍କୁ ଭୟ କଲେ। ଦାଉଦ ଭାବିଲେ, “ମୁଁ କିପରି ପ୍ରଭୁଙ୍କର ପବିତ୍ର ସିନ୍ଦୁକକୁ ମୋ’ ପାଖକୁ ଆଣିବି।” 10 ତେଣୁ ଦାଉଦ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିଲେ ନାହିଁ। ଦାଉଦ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ନେଇ ଗାଥ୍ର ଓବେଦଇଦୋମର ଗୃହରେ ରଖିଲେ। 11 ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସେଠାରେ ତିନି ମାସ ରହିଲା। ସଦାପ୍ରଭୁ ଓବେଦଇଦୋମ ଓ ତାଙ୍କର ପରିବାରକୁ ଆଶୀର୍ବାଦ କଲେ।
12 ତା’ପରେ ଲୋକମାନେ ଦାଉଦକୁ କହିଲେ, “ଓବେଦଇଦୋମ, ତା’ର ପରିବାର ଓ ତା’ର ନିଜର ସବୁକିଛି ସଦାପ୍ରଭୁଙ୍କ ଆଶୀର୍ବାଦ ପାଇଛନ୍ତି କାରଣ ସେଠାରେ ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକ ଅଛି।” ତେଣୁ ଦାଉଦ ଓବେଦଇଦୋମଙ୍କ ଘରୁ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଦାଉଦ ନଗରକୁ ଆଣିବାକୁ ଗଲେ। ସେ ଆନନ୍ଦିତ ଓ ଉଲ୍ଲସିତ ହୋଇ ଏହା କଲେ।
27 ସାତ ଦିନ ପୁରି ଯିବା ଦିନ ଏସିଆର କେତେକ ଯିହୂଦୀମାନେ ତାହାଙ୍କୁ ମନ୍ଦିରରେ ଦେଖିଲେ। ସେମାନେ ସମଗ୍ର ଲୋକଙ୍କୁ ତାହାଙ୍କ ବିରୁଦ୍ଧରେ ଉତ୍ତେଜିତ କଲେ ଓ ତାହାଙ୍କୁ ଧରି ପକେଇଲେ। 28 ସେମାନେ ଖୁବ୍ ଜୋର୍ରେ ଚିତ୍କାର କରି କହିଲେ, “ହେ ଇସ୍ରାଏଲୀୟ ଲୋକମାନେ, ଆମ୍ଭକୁ ସାହାଯ୍ୟ କର। ଏ ଲୋକ ଆମ୍ଭ ଲୋକମାନଙ୍କ ବିରୁଦ୍ଧରେ, ଆମ୍ଭ ବ୍ୟବସ୍ଥା ଓ ଏହି ସ୍ଥାନ ବିରୁଦ୍ଧରେ ସବୁ ଲୋକମାନଙ୍କୁ ଶିକ୍ଷା ଦେଉଛି। ସେ ବର୍ତ୍ତମାନ କେତେକ ଗ୍ରୀକ୍ ଲୋକମାନଙ୍କୁ ମଧ୍ୟ ମନ୍ଦିର ଭିତରକୁ ଆଣିଛି ଓ ଆମ୍ଭର ଏହି ପବିତ୍ର ସ୍ଥାନକୁ ଅପବିତ୍ର କରିଛି।” 29 ସେମାନେ ଆଗରୁ ଏଫିସର ତ୍ରଫିମ ସହିତ ପାଉଲଙ୍କୁ ଦେଖିଥିଲେ। ତ୍ରଫିମ ଜଣେ ଗ୍ରୀକ୍ ଲୋକ ଥିଲେ। ତେଣୁ ସେମାନେ ଅନୁମାନ କରିନେଲେ ଯେ, ପାଉଲ ତାହାଙ୍କୁ ମନ୍ଦିରକୁ ଆଣିଥିବେ।
30 ପୁରା ନଗରଟାରେ ଉତ୍ତେଜନା ସୃଷ୍ଟି ହୋଇଗଲା। ଲୋକମାନେ ଏକାଠି ଦୌଡ଼ି ଯାଇ ପାଉଲଙ୍କୁ ମନ୍ଦିର ଭିତରୁ ଟାଣି ନେଇଗଲେ। ସଙ୍ଗେ ସଙ୍ଗେ ଦ୍ୱାର ଗୁଡ଼ିକ ବନ୍ଦ ହୋଇଗଲା। 31 ଲୋକମାନେ ପାଉଲଙ୍କୁ ହତ୍ୟା କରିବା ପାଇଁ ଚେଷ୍ଟା କରୁଥିବା ସମୟରେ ରୋମୀୟ ସେନାପତିଙ୍କ ନିକଟରେ ଏହି ଖବର ପହଞ୍ଚିଲା। ସେ ଜାଣିବାକୁ ପାଇଲେ ଯେ ସମଗ୍ର ଯିରୁଶାଲମରେ ଉତ୍ତେଜନା ଖେଳି ଯାଇଛି। 32 ସେ ସଙ୍ଗେ ସଙ୍ଗେ କେତେକ ସୈନ୍ୟ ଓ ଅଧିକାରୀମାନଙ୍କ ସହିତ ଆସି ପହଞ୍ଚିଲେ। ସେ ପାଉଲଙ୍କୁ ହତ୍ୟା କରିବାକୁ ଉଦ୍ୟମ ହେଉଥିବା ଯିହୂଦୀମାନଙ୍କ ପାଖକୁ ଗଲେ। ସେମାନେ ସେନାପତି ଓ ସୈନ୍ୟସାମନ୍ତଙ୍କୁ ଦେଖି ପାଉଲଙ୍କୁ ମାଡ଼ ମାରିବା ବନ୍ଦ କଲେ।
33 ତା’ପରେ ସେନାପତି ପାଖକୁ ଆସିଲେ ଓ ପାଉଲଙ୍କୁ ବନ୍ଦୀ କଲେ। ସେ ପାଉଲଙ୍କୁ ଦୁଇଟି ଶିକୁଳିରେ ବାନ୍ଧି ଦେବା ପାଇଁ ସୈନ୍ୟମାନଙ୍କୁ ଆଦେଶ ଦେଲେ। ତା’ପରେ ପାଉଲ କିଏ ଓ ସେ କ’ଣ କରିଛନ୍ତି ବୋଲି ସେନାପତି ପଗ୍ଭରିଲେ। 34 ଲୋକ ଗହଳି ଭିତରୁ ଲୋକେ ଚିତ୍କାର କରି ଭିନ୍ନ ଭିନ୍ନ କଥା କହିଲେ। ସେନାପତି ଏପରି କୋଳାହଳ ଦେଖି କାହାର କଥା ସତ୍ୟ ତାହା ଠିକ୍ ଭାବରେ ଜାଣି ପାରିଲେ ନାହିଁ। ତେଣୁ ସେ ପାଉଲଙ୍କୁ ସୈନ୍ୟ ନିବାସକୁ ନେଇ ଯିବା ପାଇଁ ଆଦେଶ ଦେଲେ। ସବୁ ଲୋକମାନେ ତାହାଙ୍କ ପଛେ ପଛେ ଚିତ୍କାର କରି ଯାଉଥିଲେ। 35 ଲୋକମାନେ ଅତ୍ୟନ୍ତ ହିଂସ୍ରକ ହୋଇ ଉଠିବାରୁ ପାହାଚ ନିକଟରେ ସୈନିକମାନେ ପାଉଲଙ୍କୁ ଟେକି ନେଇଗଲେ। 36 ତଥାପି ଲୋକସମୂହ ତାହାଙ୍କ ପଛରେ ଯାଉ ଯାଉ ପାଟି କଲେ, “ତାହାଙ୍କୁ ହତ୍ୟାକର।”
37 ସେନାନିବାସକୁ ନେବା ସମୟରେ ସେନାପତିଙ୍କୁ ପାଉଲ ପଗ୍ଭରିଲେ, “ମୁଁ ଆପଣଙ୍କୁ କିଛି କହିବା ଅଧିକାର ଅଛି କି?”
ସେନାପତି ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଗ୍ରୀକ୍ ଭାଷା ଜାଣ? 38 ତେବେ ତୁମ୍ଭେ କ’ଣ ସେ ମିଶରୀୟ ଲୋକ ନୁହଁ, ଯିଏ କିଛି ବର୍ଷ ପୂର୍ବେ ସରକାରଙ୍କ ବିରୁଦ୍ଧରେ ବିଦ୍ରୋହ କରିଥିଲା ଓ ଗ୍ଭରି ହଜାର ଆତଙ୍କବାଦୀଙ୍କୁ ନେଇ ମରୁଭୂମିକୁ ଗ୍ଭଲିଯାଇଥିଲା।”
39 ପାଉଲ କହିଲେ, “ମୁଁ କିଲିକିଆର ତାର୍ଷ ନଗରର ଜଣେ ଯିହୂଦୀ। ଗୋଟିଏ ପ୍ରଧାନ ନଗରର ମୁଁ ଜଣେ ନାଗରିକ। ତେଣୁ ମୁଁ ଲୋକମାନଙ୍କୁ କଥା କହିବା ପାଇଁ ଆପଣଙ୍କଠାରୁ ଅନୁମତି ଗ୍ଭହୁଁଛି।”
2010 by World Bible Translation Center