Print Page Options
Previous Prev Day Next DayNext

Revised Common Lectionary (Semicontinuous)

Daily Bible readings that follow the church liturgical year, with sequential stories told across multiple weeks.
Duration: 1245 days
Odia Holy Bible: Easy-to-Read Version (ERV-OR)
Version
ଗୀତସଂହିତା 68:24-35

24 ପରମେଶ୍ୱର, ତୁମ୍ଭେ ବିଜୟ ପଥର ନେତୃତ୍ୱ ନେବାର ଲୋକମାନେ ଦେଖୁଛନ୍ତି।
    ସେମାନେ ମୋର ପରମେଶ୍ୱର, ମୋର ରାଜା, ତାଙ୍କର ପବିତ୍ର ସ୍ଥାନ ନିକଟକୁ ଯାଉଥିବାର ଦେଖନ୍ତି।
25 ଆଗେ ଆଗେ ଗାୟକମାନଙ୍କର ମଣ୍ଡଳୀ ଯାଉଛନ୍ତି।
    ପଛେ ପଛେ ବାଦ୍ୟକାରମାନଙ୍କର ମଣ୍ଡଳୀ ଆସୁଛନ୍ତି ଏବଂ ମଝିରେ କୁମାରୀ କନ୍ୟାଗଣ ତମ୍ବୁରା ବଜାଉଛନ୍ତି।
26 ପରମେଶ୍ୱରଙ୍କର ପ୍ରଶଂସା ଜନସମାଗମ ମଧ୍ୟରେ କର।
    ଇସ୍ରାଏଲ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଗୁଣ ଗାଅ।
27 ସେଠାରେ ଏକ ଛୋଟିଆ ଗୋଷ୍ଠୀ ଅଛି।
    ବିନ୍ୟାମୀନ ସେମାନଙ୍କର ନେତୃତ୍ୱ କରୁଛନ୍ତି।
ବହୁତ ଭିଡ଼ ଏବଂ ଯିହୁଦାର ଏକ ପ୍ରଧାନ ସେଠାରେ ଅଛନ୍ତି।
    ସବୁଲୁନ୍ ଓ ନପ୍ତାଲିର ନେତାମାନେ ସେଠାରେ ଅଛନ୍ତି।

28 ହେ ପରମେଶ୍ୱର, ଆମ୍ଭକୁ ଆପଣାର ଶକ୍ତି ଦେଖାଅ,
    ଯାହାର ଉପଭୋଗ ତୁମ୍ଭେ ଆମ୍ଭ ପାଇଁ ବିତିଯାଇଥିବା ଦିନରେ କରିଥିଲ।
29 ହେ ପରମେଶ୍ୱର, ତୁମ୍ଭର ଯିରୁଶାଲମସ୍ଥ ମନ୍ଦିରରୁ
    ରାଜାମାନେ ତୁମ୍ଭ ନିକଟକୁ ଉପହାର ଆଣିବାର ତୁମ୍ଭେ ଦେଖିବ।
30 ନଳବଣର ସେହି “ବନ୍ୟ ପଶୁଗୁଡ଼ିକୁ” [a] ଦଣ୍ଡ ଦିଅ।
    ସେହି ଜାତିଗୁଡ଼ିକର “ଷଣ୍ଢଗୁଡ଼ିକୁ” ଓ “ଗାଈଗୁଡ଼ିକୁ” [b] ଆଦେଶ ମାନିବାକୁ ପ୍ରସ୍ତୁତ କରାଅ।
ତୁମ୍ଭେ ସେହି ଜାତିଗୁଡ଼ିକୁ ଯୁଦ୍ଧରେ ହରାଇଥିଲ।
    ବର୍ତ୍ତମାନ ସେହି ଲୋକମାନଙ୍କୁ ତୁମ୍ଭ ପାଇଁ ରୂପା ଆଣିବେ।
ସେହି ଜାତିମାନଙ୍କୁ ବିକ୍ଷିପ୍ତ କର,
    ଯେଉଁମାନେ ଯୁଦ୍ଧକୁ ଭଲ ପାଆନ୍ତି।
31 ମିଶରୀୟମାନଙ୍କୁ ମୂଲ୍ୟବାନ ପିତ୍ତଳର ଉପହାରଗୁଡ଼ିକ ଆଣିବାକୁ ଆଜ୍ଞା କରାଅ।
    ପରମେଶ୍ୱର, ଇଥିଓପିଆର ଲୋକମାନଙ୍କୁ ଉପହାରଗୁଡ଼ିକ ତୁମ୍ଭ ନିକଟକୁ ଆଣିବାକୁ ଚଞ୍ଚଳ କରାଅ।
32 ହେ ଧରଣୀର ରାଜ୍ୟଗୁଡ଼ିକ, ପରମେଶ୍ୱରଙ୍କ ପାଇଁ ଗୀତ ଗାନ କର।
    ଆମ୍ଭର ପ୍ରଭୁଙ୍କୁ ପ୍ରଶଂସା ଗାନ କର।

33 ପରମେଶ୍ୱରଙ୍କ ପାଇଁ ଗାଅ।
    ସେ ରଥ ଉପରେ ଚଢ଼ି ମହାକାଶରୁ ବାହାରି ଆସନ୍ତି।
    ତୁମ୍ଭେ ତାଙ୍କର ଗୁରୁ ଗମ୍ଭୀର ସ୍ୱରକୁ ଶୁଣ।
34 ଘୋଷଣା କର ଯେ, ପରମେଶ୍ୱର ଶକ୍ତିଶାଳୀ ଅଟନ୍ତି।
    ସେ ଇସ୍ରାଏଲ ଉପରେ ରାଜତ୍ୱ କରନ୍ତି
    ଏବଂ ଆକାଶରେ ତାଙ୍କର ଶକ୍ତି ପ୍ରଦର୍ଶିତ ହୁଏ।
35 ପରମେଶ୍ୱର, ତୁମ୍ଭେ ଆପଣା ମନ୍ଦିରରେ ଭକ୍ତିର ଉତ୍ସ।
    ଇସ୍ରାଏଲର ପରମେଶ୍ୱର ଲୋକମାନଙ୍କୁ ଶକ୍ତି ଓ ସାମର୍ଥ୍ୟ ପ୍ରଦାନ କରନ୍ତି।

ପରମେଶ୍ୱରଙ୍କର ପ୍ରଶଂସା ଗୁଣଗାନ କର।

ଶାମୁୟେଲଙ୍କ ଦ୍ୱିତୀୟ ପୁସ୍ତକ 3:12-16

12 ଅ‌‌ବ୍‌‌ନର‌ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇଲେ ଏବଂ କହିଲେ, “ଏ ଦେଶକୁ କିଏ ଶାସନ କରିବା ଯୋଗ୍ୟ ବ୍ୟକ୍ତି ବୋଲି ତୁମ୍ଭେ ଭାବୁଛ? ମୋ’ ସହିତ ତୁମ୍ଭେ ଏକ ଚୁକ୍ତି କର ଏବଂ ସମଗ୍ର ଇସ୍ରାଏଲ ଉପରେ ତୁମ୍ଭେ ରାଜତ୍ୱ କରିବା ପାଇଁ ମୁଁ ତୁମ୍ଭକୁ ସାହାଯ୍ୟ କରିବି।”

13 ଦାଉଦ କହିଲେ, “ଉତ୍ତମ, ମୁଁ ତୁମ୍ଭ ସହିତ ଚୁକ୍ତି କରୁଅଛି। କିନ୍ତୁ ମୁଁ ତୁମ୍ଭକୁ ଗୋଟିଏ କଥା ପଗ୍ଭରିବି, ତୁମ୍ଭେ ଶାଉଲଙ୍କର କନ୍ୟା ମୀଖଲକୁ ମୋ’ ସମ୍ମୁଖକୁ ନ ଆଣିବା ପର୍ଯ୍ୟନ୍ତ ମୁଁ ତୁମ୍ଭକୁ ସାକ୍ଷାତ କରିବି ନାହିଁ।”

14 ଦାଉଦ ଶାଉଲଙ୍କର ପୁତ୍ର ଈ‌ଶ୍‌ବୋଶ‌ତ୍‌ଙ୍କ ନିକଟକୁ ଏକ ଦୂତ ପଠାଇ କହିଲେ, “ମୋର ସ୍ତ୍ରୀ ମୀଖଲକୁ ମୋତେ ଫେରାଇ ଦିଅ। ଯେହେତୁ ମୁଁ ତାକୁ ପାଇବା ପାଇଁ 100 ଜଣ ପଲେଷ୍ଟୀୟଙ୍କୁ ହତ୍ୟା କରିଛି” [a]

15 ଈ‌ଶ୍‌ବୋଶତ୍ ଲୋକ ପଠାଇ ଲୟିଶର ପୁତ୍ର ପ‌ଲ୍‌ଟିୟେଲ୍ ନାମକ ତାହାର ସ୍ୱାମୀ ନିକଟରୁ ମୀଖଲକୁ ନେଲା। 16 ତା’ର ସ୍ୱାମୀ ରୋଦନ କଲା ଏବଂ ବହୁରୀମ ପର୍ଯ୍ୟନ୍ତ ତାକୁ ଅନୁସରଣ କଲା। ତା’ପରେ ଅ‌‌ବ୍‌‌ନର‌ ପ‌ଲ୍‌ଟିୟେ‌ଲ୍‌ଙ୍କୁ କହିଲା, “ଯାଅ, ଫେରିଯାଅ,” ତା’ପରେ ସେ ଫେରିଗଲା।

ପ୍ରେରିତମାନଙ୍କ କାର୍ଯ୍ୟର ବିବରଣ 23:12-35

ପାଉଲଙ୍କୁ ହତ୍ୟା କରିବା ପାଇଁ କେତେକ ଯିହୂଦୀଙ୍କ ଷଡ଼ଯନ୍ତ୍ର

12 ତହିଁ ଆରଦିନ କେତେକ ଯିହୂଦୀ ଗୋଟିଏ ଯୋଜନା କଲେ। ସେମାନେ ପାଉଲଙ୍କୁ ହତ୍ୟା କରିବା ପାଇଁ ଗ୍ଭହିଁଲେ। ତାହାଙ୍କୁ ହତ୍ୟା ନ କରିବା ପର୍ଯ୍ୟନ୍ତ ସେମାନେ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ଶପଥ କଲେ। 13 ଗ୍ଭଳିଶ୍ ଜଣରୁ ଅଧିକ ଯିହୂଦୀ ଏହି ଷଡ଼ଯନ୍ତ୍ର କଲେ। 14 ସେମାନେ ମୁଖ୍ୟ ଯାଜକ ଓ ପ୍ରାଚୀନମାନଙ୍କ ପାଖକୁ ଯାଇ କହିଲେ, “ଆମ୍ଭେ ପ୍ରତିଜ୍ଞା କରିଛୁ ଯେ, ପାଉଲଙ୍କୁ ବଧ ନ କରିବା ପର୍ଯ୍ୟନ୍ତ କେହି ଭୋଜନ ସ୍ପର୍ଶ କରିବୁ ନାହିଁ। 15 ତେଣୁ ତୁମ୍ଭେ ଆମ୍ଭ ପାଇଁ ଏହି କାମ କରିବ। ତୁମ୍ଭେ ନିଜ ତରଫରୁ ସେନାଧ୍ୟକ୍ଷ ଓ ସମସ୍ତ ଯିହୂଦୀୟ ନେତାମାନଙ୍କ ପାଖକୁ ସମ୍ବାଦ ଦେବ। ତୁମ୍ଭେ ସେନାଧ୍ୟକ୍ଷଙ୍କୁ କହିବ ଯେ ତୁମ୍ଭେ ପାଉଲଙ୍କୁ ବାହାରକୁ ଆଣିବା ପାଇଁ ଗ୍ଭହଁ, କାରଣ ତୁମ୍ଭର ତାହାଙ୍କୁ ଅନେକ ପ୍ରଶ୍ନ ପଗ୍ଭରିବାର ଅଛି। ଆମ୍ଭେ ତାହାଙ୍କୁ ଏଠାରେ ପହଞ୍ଚିବା ପୂର୍ବରୁ ବାଟରେ ହତ୍ୟା କରିବା ପାଇଁ ପ୍ରସ୍ତୁତ ଅଛୁ।”

16 ପାଉଲଙ୍କର ଭଣଜା ଏ ଷଡ଼ଯନ୍ତ୍ର ବିଷୟରେ ଶୁଣିଲେ। ସେ ସେନାମାନଙ୍କ ସୈନ୍ୟନିବାସକୁ ଯାଇ ପାଉଲଙ୍କୁ ଏ ବିଷୟରେ କହିଲେ। 17 ତା’ପରେ ପାଉଲ ଜଣେ ସେନା ଅଧିକାରୀଙ୍କୁ ଡାକି କହିଲେ, “ଏହି ଯୁବକକୁ ସେନାଧ୍ୟକ୍ଷଙ୍କ ନିକଟକୁ ନେଇଯାଅ। ତା’ର ତାହାଙ୍କୁ କିଛି କହିବାର ଅଛି।” 18 ତେଣୁ ସେନା ଅଧିକାରୀ ତାହାକୁ ସେନାଧ୍ୟକ୍ଷଙ୍କ ନକଟକୁ ନେଇଗଲା ଓ କହିଲା, “ବନ୍ଦୀ ପାଉଲ ଏ ଯୁବକକୁ ଆପଣଙ୍କ ନିକଟକୁ ପଠାଇଛନ୍ତି। ସେ ଆପଣଙ୍କୁ କିଛି କହିବାକୁ ଗ୍ଭହଁ।”

19 ସେନାଧ୍ୟକ୍ଷ ଯୁବକର ହାତ ଧରି ନିରୋଳା ସ୍ଥାନକୁ ନେଇ ପଗ୍ଭରିଲେ, “ତୁମ୍ଭେ ମୋତେ କ’ଣ କହିବାକୁ ଗ୍ଭହଁ?”

20 ସେ କହିଲା, “ଯିହୂଦୀମାନେ ପାଉଲଙ୍କୁ ଆହୁରି ଅଧିକ ପ୍ରଶ୍ନ ପଗ୍ଭରିବାର ବାହାନାରେ ଆସନ୍ତା କାଲି ତାହାଙ୍କର ମହାସଭାକୁ ଆଣିବା ଉଦ୍ଦେଶ୍ୟରେ ଆପଣଙ୍କୁ କହିବାକୁ ସ୍ଥିର କରିଛନ୍ତି। 21 କିନ୍ତୁ ଆପଣ ସେମାନଙ୍କ କଥା ବିଶ୍ୱାସ କରିବେ ନାହିଁ। ଗ୍ଭଳିଶ୍ ଜଣରୁ ଅଧିକ ଯିହୂଦୀୟ ଲୁଚିଛନ୍ତି ଏବଂ ପାଉଲଙ୍କୁ ହତ୍ୟା କରିବା ପାଇଁ ଅପେକ୍ଷା କରିଛନ୍ତି। ସେମାନେ ତାହାଙ୍କୁ ନ ମାରିବା ପର୍ଯ୍ୟନ୍ତ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଛନ୍ତି, ଏବେ ସେମାନେ ଆପଣଙ୍କ ସମ୍ମତିକୁ ଅପେକ୍ଷା କରି ପ୍ରସ୍ତୁତ ଅଛନ୍ତି।”

22 ସେନାଧ୍ୟକ୍ଷ ସେହି ଯୁବକଙ୍କୁ ଆଦେଶ ଦେଲେ ଯେ ସେ ତାହାଙ୍କୁ ଏ କଥା କହିଛି ବୋଲି କାହାକୁ ଯେପରି ନ କୁହେ, “ଓ ଏହା କହି ତାହାଙ୍କୁ ପଠାଇଦେଲେ।”

ପାଉଲଙ୍କୁ କାଇସରୀଆକୁ ସ୍ଥାନାନ୍ତରିତ

23 ସେନାଧ୍ୟକ୍ଷ ଦୁଇଜଣ ସେନାପତିଙ୍କୁ ଡାକି କହିଲେ, “ଆଜି ରାତି ନ’ଟା ବେଳେ କାଇସରୀଆକୁ ଯିବା ପାଇଁ 200 ପଦାତିକ ସୈନ୍ୟ, 70 ଜଣ ଅଶ୍ୱାରୋହୀ, 200 ବର୍ଚ୍ଛାଧାରୀଙ୍କୁ ପ୍ରସ୍ତୁତ କର। 24 ନିରାପଦରେ ଯିବା ପାଇଁ କେତେକ ଘୋଡ଼ାକୁ ପାଉଲଙ୍କ ପାଇଁ ପ୍ରସ୍ତୁତ କର ଓ ରାଜ୍ୟପାଳ ଫେଲୀ‌କ୍‌ସଙ୍କ ପାଖରେ ଉପସ୍ଥିତ କରାଅ।” 25 ସେନାଧ୍ୟକ୍ଷ ରାଜ୍ୟପାଳଙ୍କୁ ଗୋଟିଏ ପତ୍ର ଲେଖିଲେ, ପତ୍ରର ମର୍ମ ହେଲା;

26 “ମହାମହିମ ରାଜ୍ୟପାଳ ଫେଲୀ‌କ୍‌ସଙ୍କୁ

କ୍ଳାଉଦିଅ ଲୂସିୟାଙ୍କର ନମସ୍କାର।

27 ଯିହୂଦୀମାନେ ଏହି ଲୋକକୁ ଧରି ନେଇ ହତ୍ୟା କରିବା ପାଇଁ ଚେଷ୍ଟା କରୁଥିଲେ। ମୁଁ ଘଟଣା ସ୍ଥଳରେ ସୈନ୍ୟମାନଙ୍କ ସହିତ ପହଞ୍ଚିଲି ଓ ତାହାଙ୍କୁ ରକ୍ଷା କଲି। ମୁଁ ଜାଣିବାକୁ ପାଇଲି ସେ ଜଣେ ରୋମୀୟ ନାଗରିକ। 28 ମୁଁ ଏହି ଲୋକକୁ ସେମାନଙ୍କର ମହାସଭାକୁ ନେଇ ତାହା ବିରୁଦ୍ଧରେ ଥିବା ଅଭିଯୋଗ ଜାଣିବାକୁ ଗ୍ଭହୁଁଥିଲି। 29 ତା’ପରେ ମୁଁ ଜାଣିବାକୁ ପାଇଲି ଯେ, ସେ ସେମାନଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିଷୟ ଗୁଡ଼ିକରେ ଅଭିଯୁକ୍ତ ହୋଇଛି। କିନ୍ତୁ ସେ କାରାଦଣ୍ଡ ବା ପ୍ରାଣଦଣ୍ଡ ପାଇବାର କୌଣସି ଦୋଷ କରି ନାହିଁ। 30 ହଠାତ୍ ମୁଁ ତାକୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରାଯାଇଥିବାର ଖବର ପାଇଲି। ତେଣୁ ମୁଁ ତାକୁ ସଙ୍ଗେ ସଙ୍ଗେ ଆପଣଙ୍କ ନିକଟକୁ ପଠାଇଲି। ମୁଁ ତା’ର ଅଭିଯୋଗକାରୀମାନଙ୍କୁ କହିଲି ଯେ, ସେମାନେ ଆପଣଙ୍କ ନିକଟରେ ଅଭିଯୋଗ କରନ୍ତୁ।

31 ତେଣୁ ତାହାଙ୍କ ଆଦେଶ ଅନୁସାରେ, ସୈନିକମାନେ ପାଉଲଙ୍କୁ ଧରି ନେଲେ ଏବଂ ରାତ୍ରିୀରେ ଆନ୍ତିପାତ୍ରି ନଗରକୁ ଆଣିଲେ। 32 ତହିଁ ଆରଦିନ ପାଉଲଙ୍କୁ କାଇସରୀଆରେ ପହଞ୍ଚାଇବାର ଦାୟିତ୍ୱ ଅଶ୍ୱାରୋହୀମାନଙ୍କୁ ଦେଇ ପଦାତିକ ସୈନ୍ୟମାନେ ସୈନ୍ୟ ନିବାସକୁ ଫେରି ଆସିଲେ। 33 ସେମାନେ କାଇସରୀଆରେ ପହଞ୍ଚି ରାଜ୍ୟପାଳକୁ ପତ୍ରଟି ଦେଲେ। ତା’ପରେ ସେମାନେ ପାଉଲଙ୍କୁ ତାହାଙ୍କ ହାତରେ ସମର୍ପଣ କଲେ।

34 ରାଜ୍ୟପାଳ ପତ୍ର ପଢ଼ି ପାଉଲ କେଉଁ ପ୍ରଦେଶର ଲୋକ ବୋଲି ପଗ୍ଭରିଲେ। ସେ ଜାଣିବାକୁ ପାଇଲେ ଯେ ପାଉଲ କିଲିକିଆର ଲୋକ। 35 ରାଜ୍ୟପାଳ କହିଲେ, “ତୁମ୍ଭର ଅଭିଯୋଗକାରୀମାନେ ଏଠାରେ ପହଞ୍ଚିବା ପରେ, ମୁଁ ତୁମ୍ଭ ବିଷୟରେ ଶୁଣିବି।” ସେ ପାଉଲଙ୍କୁ ହେରୋଦଙ୍କର ପ୍ରାସାଦରେ ରଖିବା ପାଇଁ ଆଦେଶ ଦେଲେ।

Odia Holy Bible: Easy-to-Read Version (ERV-OR)

2010 by World Bible Translation Center